ଗଣିଆ,(ନୟାଗଡ଼ ଦର୍ପଣ): ଚଳଚ୍ଚିତ୍ର ଠାରୁ ଆରମ୍ଭ କରି ଧାରାବାହିକ, ଭଜନରେ ଅଭିନୟ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରି ଦେଉଥିଲେ ବରିଷ୍ଠ ଅଭିନେତା ସଚ୍ଚି ପଣ୍ଡା। ଚରିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇଥିବା ବ୍ୟକ୍ତି ଜଣକ ପ୍ରକୃତରେ ଜଣେ ଶାନ୍ତ, ସରଳ ହୃଦୟବାନ ମଣିଷ ରୂପେ ପରିଗଣିତ ଥିଲେ। ତାଙ୍କ ମୃତ୍ୟୁର ଗଣିଆରେ ଶୋକର ଛାୟା ଖେଳିଯାଇଛି। ଢୋଲମରା ବାସିନ୍ଦା ହୋଇଥିଲେ ମଧ୍ୟ ପାଠ ପଢା ଠାରୁ ଆରମ୍ଭ କରି କଳାକାର ଜୀବନ ସେ ଗଣିଆରେ ଅତିବାହିତ କରିଥିଲେ। ଗଣିଆର ପ୍ରତ୍ୟକ ସାଂସ୍କୃତିକ ଅନୁଷ୍ଠାନ ସହିତ ସେ ଜଡିତଥିଲେ। ତାଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏହି ଶୋକସଭାରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ତଥା ଅଭିନେତା ଗିରିଶ କୁମାର ମିଶ୍ର, ଗଣିଆ କଳାକାର ସଂଘର ଉପସଭାପତି ବିଜୟ କୁମାର ବେହେରା,…
Read MoreCategory: ନୟାଗଡ଼
ଅଣପଞ୍ଜିକୃତ ୱେବ ପୋର୍ଟାଲ ନାଁରେ ନୟାଗଡ଼ କଂଗ୍ରେସ ପକ୍ଷରୁ ଥାନାରେ ଏତଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ପ୍ରଦେଶ କଂଗ୍ରେସ ନିଷ୍ପତି ଅନୁସାରେ ଫୋକସ ପ୍ଲସ ୱେବ ପୋର୍ଟାଲ ଅଣପଞ୍ଜିକୃତ ନିୟୁଜ ସଂସ୍ଥା ର ମାଲିକ ଶୁଭ୍ରାଂଶୁ ଶେଖର ରାଉତ ଏବଂ ତାଙ୍କର ଅନ୍ୟ ଚାରିଜଣ ସହଯୋଗୀ ପ୍ରାୟୋଜିତ ଭାବେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ସାଗର ଦାସ ଏବଂ କଂଗ୍ରେସ ଦଳ ବିରୁଦ୍ଧରେ ମନ୍ଦ ଉଦ୍ଦେଶ୍ୟ ରଖି ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ସାଧାରଣରେ କଂଗ୍ରେସ ଦଳ ଭାବମୂର୍ତ୍ତି ପ୍ରଭାବିତ କରିବା ପାଇଁ ବ୍ୟକ୍ତିଗତ କୁତ୍ସାରଟନା କରୁଥିବାରୁ ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଆଜି ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ସାଇବର ଥାନାରେ ଏତଲା ଦିଆଯିବା ପରିପ୍ରେକ୍ଷୀରେ ନୟାଗଡ଼ ଡିସିସି ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ଦଳୀୟ କାର୍ଯ୍ୟକର୍ତ୍ତା ମାନେ ସନ୍ଧ୍ୟାରେ ଟାଉନ ଥାନା ଆଇଆଇସି ଶ୍ରୀ…
Read Moreଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ, ଜୁନିଅରରେ ସ୍ୱୟଂପ୍ରକାଶ ଏବଂ ସିନିଅରରେ ଜିତେନ୍ଦ୍ର ଚମ୍ପିୟାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ-୨୦୨୫ ଉଦଯାପିତ ହୋଇଯାଇଛି। ଏଥିରେ ଜୁନିଅର ବିଭାଗରେ ସ୍ୱୟଂ ପ୍ରକାଶ ସାହୁ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଜିତେନ୍ଦ୍ର କୁମାର ଦାସ ଚମ୍ପିୟାନ ହୋଇଛନ୍ତି। ଦୁଇଦିନିଆ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜୁନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୩୮ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ଏବଂ ସିନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୨ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ସର୍ବାଧିକ ପଏଣ୍ଟ ହାସଲ କରି ପୁରସ୍କୃତ ହୋଇଛନ୍ତି। ଜୁନିଅର ବିଭାଗରୁ କ୍ରମନ୍ୱୟରେ ସ୍ୱୟଂପ୍ରକାଶ ସାହୁ, ରାଜା ପ୍ରଧାନ, ଆୟୁଷ୍ମାନ ବେହେରା, ଐଶ୍ୱର୍ଯ୍ୟ ସ୍ୱାଇଁ…
Read Moreମଦ୍ୟପ ପୋଲିସ କର୍ମଚାରୀ ଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ କଲା କଂଗ୍ରେସ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଏସପିଙ୍କ ଢିଲା ପ୍ରଶାସନିକ ବ୍ୟବସ୍ଥା ପାଇଁ ଜିଲ୍ଲାରେ ପୋଲିସ କର୍ମଚାରୀ ମଦନିଶାରେ ମତୁଆଲା ହୋଇ ମୋଟର ସାଇକେଲ ଉପରେ ପଡିବା ତ ଆଉ କେହି ରାସ୍ତା ଉପରେ ପଡିରହୁ ଥିବାର ଦୃଶ୍ୟ ବାରମ୍ବାର ଘଟୁଥିବାରୁ ସାଧାରଣରେ ନିନ୍ଦିତ ହେବା ସହିତ ପୋଲିସ ଉପରୁ ସାଧାରଣ ଜନତାଙ୍କ ବିଶ୍ୱାସ ଏବଂ ଭରସାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ ଗଣମାଧ୍ୟମକୁ କହିଛନ୍ତି। ମଦ ନିଶାରେ ମତୁଆଲା ପୋଲିସ ଶୀର୍ଷକ ଖବର ପ୍ରମୁଖ ଗଣମାଧ୍ୟମରେ ପ୍ରକାଶିତ ହେବା ପରେ ଜିଲ୍ଲା କଂଗ୍ରେସ ଏହାକୁ ଗମ୍ଭୀରତା ସହ ନେଇଛି ଏବଂ ଏହି ଘଟଣାକ୍ରମ ପାଇଁ ନୟାଗଡ଼ ଏସପିଙ୍କୁ ଦାୟୀ କରି ତୁରନ୍ତ ରାଜ୍ୟ ଗୃହ ବିଭାଗୀୟ ଶାସନ ସଚିବ ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ…
Read Moreଜିଲ୍ଲାସ୍ତରୀୟ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ଏନଏସି ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାଥମିକ ଶ୍ରେଣୀରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ବର୍ଗରେ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଅନୁଷ୍ଠାନ ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଚିନ୍ମୟ ମିଶନ ଭୁବନେଶ୍ୱରର ସ୍ୱାମୀ ସଦାନନ୍ଦ ସରସ୍ବତୀ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦାନ କରି କୃତିତ୍ୱ ହାସଲ କରିଥିବା କୌସ୍ତୁଭ ନାରାୟଣ ଦାଶ, ପ୍ରିତମ ପ୍ରିୟଦର୍ଶି ତ୍ରିପାଠୀ,ଶ୍ରୀମୟୀ ପ୍ରିୟଦର୍ଶିନୀ,ସାଇ ପ୍ରସାଦ ଦାଶ,ବିଶ୍ୱ ପ୍ରକାଶ ସାହୁ,ଦିବ୍ୟରଞ୍ଜନ ଦାଶ,ନୀଳମାଧଵ ପାଢ଼ୀ,ସତ୍ୟଜିତ ସାମନ୍ତରାୟ,ନାରାୟଣ ଦାଶ,ସ୍ୱାଗତ…
Read Moreସବୁଜ ଦୀପାବଳି ପାଇଁ ବାର୍ତ୍ତା ଦେଲେ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଆଲୋକର ପର୍ବ ଦୀପାବଳୀକୁ କିଛି ଭିର୍ଣ୍ଣ ଢଙ୍ଗରେ ପାଳନ କରିବା ପାଇଁ ବାର୍ତ୍ତା ଦେଲେ ନୟାଗଡ ଜିଲ୍ଲା ଓଡଗାଁ ବ୍ଲକ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ। ଭାରତ ସରକାରଙ୍କ ପରିବେଶ ଶିକ୍ଷା କାର୍ଯ୍ୟକ୍ରମ ବିଭାଗ ଓ ଓଡିଶା ସରକାରଙ୍କ ପରିବେଶ ଶିକ୍ଷା ଓ ଜଙ୍ଗଲ ତଥା ଜଳବାୟୁ ପରିବର୍ତ୍ତନ ବିଭାଗ ସୂଚନା କ୍ରମେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, ଶିକ୍ଷକ ପ୍ରକୃତି ବନ୍ଧୁ ସନ୍ତୋଷ କୁମାର ସାହୁ ଛାତ୍ରଛାତ୍ରୀନେଇ ପ୍ରଥମେ ମାଟିରେ 50 ରୁ ଅଧିକ ଦ୍ବୀପ ତିଆରିକରି ଥିଲେ। ତାପରେ ଦ୍ବୀପଗୁଡିକୁ ଖରାରେ ଶୁଖାଯାଇଥିଲା। ଏହା ସହିତ ଶିକ୍ଷୟିତ୍ରୀ ଅବନ୍ତୀ ବେହେରା, ବିଜୟଲକ୍ଷ୍ମୀ ଦଳେଇ, ଶିକ୍ଷକ ସନ୍ତୋଷ ନାହାକ, ରାଧାଗୋବିନ୍ଦ ନାୟକ, ସୂଯ୍ୟମଣି ନାୟକ ପ୍ରମୁଖ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଶପଥ ପାଠ କରାଇଥିଲେ। ଶେଷରେ ଶ୍ରୀ…
Read Moreଜିଲ୍ଲା ସ୍ୱାସ୍ଥ୍ୟ ସମିତି ପରିଚାଳନା ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କାର୍ଯ୍ୟକ୍ରମର ସମୀକ୍ଷା କରି ସନ୍ତୋଷ ପ୍ରକାଶ କରିଥିଲେ। ଜିଲ୍ଲାର ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା ପାରିତ କରାଯାଇଥିବା ବେଳେ ତତ୍ ସଙ୍ଗେ ସଙ୍ଗେ ପୂର୍ବବର୍ଷ ଏବଂ ଚଳିତ ବର୍ଷର ବ୍ୟୟ ଅନୁମୋଦନ କରାଯାଇଥିଲା । ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇଥିଲେ । ଏହାକୁ ପରିଚାଳନା କରିଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ସୁଶାନ୍ତ କୁମାର ଦାସ । ଡିପିଏମ ପ୍ରକାଶ ଚନ୍ଦ୍ର ବାନାର୍ଜି ବୈଠକ ପରିଚାଳନାରେ ସହଯୋଗ କରିଥିଲେ । ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ, ଲାଇନ…
Read Moreଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନର ଶୁଭାରମ୍ଭ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ “ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ” ଏକ ବୈଠକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ସୁଶାନ୍ତ କୁମାର ଦାସ ପ୍ରମୁଖ ଯୋଗଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ଦାସ ସ୍ୱାଗତ ଭାଷଣ ରଖିଥିଲେ। ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ଆଜି ନୟାଗଡ଼ ଜିଲ୍ଲାରେ ଶୁଭାରମ୍ଭ ହୋଇଛି । ଏହି ଅଭିଯାନ ଅକ୍ଟୋବର ୧୦ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୯ତାରିଖ ପର୍ଯ୍ୟନ୍ତ ଚାଲୁରହିବ। ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକ୍ରମର ସଚେତନତା କାର୍ଯ୍ୟକ୍ରମ କରାଯିବ। ଏହି ଅଭିଯାନର କ୍ଷତିକାରକ…
Read Moreଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉଦଯାପିତ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ସିଭିଲ ସୋସାଇଟି ଆନୁକୂଲ୍ୟରେ ସାତ ଦିନ ଧରି ସ୍ଥାନୀୟ ନୀଳମାଧଵ କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଆନ୍ତର୍ଜାତ ବରିଷ୍ଠ ନାଗରିକ ଦିବସ ଶାନ୍ତି ଶୃଙ୍ଖଳାର ସହ ଉଦଯାପିତ ହୋଇଯାଇଛି। ଏହି ଅବସରରେ ସିଭିଲ ସୋସାଇଟିର ଚେୟାରମ୍ୟାନ ଗୋଦାବରୀ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଗାମୀ ଦିନରେ ସିଭିଲ ସୋସାଇଟି ପକ୍ଷରୁ ଯୁବ, ଛାତ୍ର, ବରିଷ୍ଠ ନାଗରିକମାନଙ୍କ ସ୍ୱାର୍ଥର ସୁରକ୍ଷା ନିମନ୍ତେ ନିଆ ଯିବାକୁ ଥିବା କାର୍ଯ୍ୟକ୍ରମର ଅବତାରଣା କରିଥିଲେ। ଏହି ଅବସରରେ ସିଭିଲ ସୋସାଇଟି ପକ୍ଷରୁ ଏଠାକାର ପୌରପରିଷଦର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କୁ ନୟାଗଡ ସହରାଞ୍ଚଳରେ ସ୍ୱଛତା ପାଇଁ ନେଇଥିବା ପଦକ୍ଷେପ ନିମନ୍ତେ ଫୁଲକୁଣ୍ଡ ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ମୁଖ୍ୟ ଅତିଥି ପୌରପାଳିକା ଅଧ୍ୟକ୍ଷା ନିରୁପମା ଖଟେଇ ସଫଳତାର ସହ ସାତ ଦିନ ଧରି ଏହି…
Read Moreଖଣ୍ଡପଡ଼ା SDPOଙ୍କ କାର୍ଯ୍ୟକଳାପକୁ ନେଇ ନୟାଗଡ SP ଅଫିସ ସମ୍ମୁଖରେ ପ୍ରତିବାଦ ସଭା ଓ ଗଣଧାରଣା
ନୟାଗଡ଼,(ନୟାଗଡ଼ ଦର୍ପଣ): ଦେଶ ସ୍ବାଧୀନତାର ପ୍ରାୟ 78 ବର୍ଷ ପରେ ବି ଦେଶରେ ସମ୍ବିଧାନ କାର୍ଯ୍ୟକାରୀ ବଳବତ ଥିବା ସ୍ଥଳେ ଅନୁସୂଚିତଜାତି / ଜନଜାତି ବର୍ଗ ମାନଂକ ଉପରେ ଜାତିଗତ ନିର୍ଯାତନା ମାମଲା NCRB ତଥ୍ୟ ଅନୁସାରେ ଆମ ରାଜ୍ୟରେ 143%ବୃଦ୍ଧି ପାଇଛି। ନୟାଗଡ ଜିଲ୍ଲାର ବିଭିନ୍ନ ଥାନା ଫତେଗଡ଼, ଖଣ୍ଡପଡା, ରଣପୁର, ଦଶପଲ୍ଲା, ଇଟାମାଟି, ଶରଣକୁଳ, ପ୍ରଭୃତିଥାନା ଅନୁସୂଚିତଜାତି ନିର୍ଯାତନା ପ୍ରବଣ ଅଂଚଳ ଭାବେ ପରିଗଣିତ ହେଉଛି। SCST ଅତ୍ୟାଚାର ମାମଲାରେ ସଠିକ ଭାବେ ତଦନ୍ତ ନ ହେବା ଏବଂ ସଠିକ ସମୟରେ ଚାର୍ଜସିଟ ଦାଖଲ ନ ହେବା ଏବଂ 95%ମାମଲା ଗିରଫ ନ ହେବା ମାମଲା ବୃଦ୍ଧି ର ଅନ୍ୟତମ କାରଣ ଅଟେ। ଘଟଣାକ୍ରମେ: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ କଇଁଥ ପୋଖରୀ ଗ୍ରାମର ଅନୁସୂଚିତଜାତି ବର୍ଗ ୫ଟି ପରିବାରଙ୍କୁ ଗ୍ରାମର ସବର୍ଣ୍ଣ…
Read More