ଭାପୁର,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଭାପୁର ବ୍ଲକର ଅସ୍ମିତା, କଳା, ସଂସ୍କୃତି, ଐତିହ ଓ ପରମ୍ପରାକୁ ଉଜ୍ଜୀବିତ କରିବା ପାଇଁ ବହୁ ପ୍ରତିକ୍ଷୀତ ଉତ୍କର୍ଷ ଭାପୁର ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା -୨୦୨୬ ଉଦଘାଟିତ ହୋଇଯାଇଛି। ସକାଳ ୧୨ଟାରେ ଉତ୍କର୍ଷ ମହୋତ୍ସବର ଉଦଘାଟନ କାର୍ଯ୍ୟକ୍ରମ ଅତ୍ୟାନ୍ତ ଭକ୍ତିମୟ ଓ ଉତ୍ସାହପୂର୍ଣ୍ଣ ପରିବେଶରେ ଆରମ୍ଭ ହୋଇଛି। ବାବା ବାଲୁଙ୍କେଶ୍ୱର ଦେବ ପୀଠରୁ ଭାପୁର ମହୋତ୍ସବ ପଡିଆ ପର୍ଯ୍ୟନ୍ତ ଏକ ବିଶାଳ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏହି ଅବସରରେ ଉତ୍କର୍ଷ ଭାପୁର ମହୋତ୍ସବର ସଭାପତି ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ୱାଇଁ ଠାକୁରଙ୍କ ନିକଟରେ ପୂଜର୍ଚନା କରି ପତାକା ଦେଖାଇ ମଶାଲ ଶୋଭାଯାତ୍ରା ଶୁଭାରମ୍ଭ କରିଛନ୍ତି। ମଶାଲ ଶୋଭାଯାତ୍ରାରେ ବହୁ ସଂଖ୍ୟାରେ ଯୁବକ, ଯୁବତୀ ଓ ସ୍ଥାନୀୟ ଲୋକେ ଉତ୍ସହର ସହ ଅଂଶଗ୍ରହଣ କରିଥିଲେ। ମଶାଲ ଶୋଭାଯାତ୍ରା ମହୋତ୍ସବ…
Read MoreCategory: ନୟାଗଡ଼
ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦୁରିଆର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ପୂର୍ବାହ୍ନରେ କ୍ରୀଡ଼ା ଉତ୍ସବର ମଶାଲ ଦୁର୍ଗାପ୍ରସାଦ ଗ୍ରାମରେ ଥିବା ଜଳେଶ୍ଵର ବାବାଙ୍କ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦୁର୍ଗାପ୍ରସାଦ ଓ ସିନ୍ଦୁରିଆ ଗ୍ରାମ ପରିକ୍ରମକରି କ୍ରିଡ଼ା ମାଧ୍ୟମରେ ଶାନ୍ତି, ସଂହତି ଓ ଭବିଷ୍ୟ ଜୀବନର ସାର୍ଥକତା ଉପରେ ବାର୍ତ୍ତା ଦେଇଥିଲେ। ଆଜିର କ୍ରୀଡ଼ା ଉତ୍ସବକୁ ପଞ୍ଚସଖା ଶିକ୍ଷା ସେତୁ ଯୋଜନାର ସଭାପତି ଭଗବାନ ଜେନା, ଓଡ଼ଗାଁ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ମହମ୍ମଦ ଉମର୍ ମଲ୍ଲିକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥାଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିବା ବେଳେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଛାତ୍ରଛାତ୍ରୀଙ୍କ ଠାରୁ ମଶାଲ ଗ୍ରହଣକରି ସ୍ଥାପନା କଲାପରେ କ୍ରୀଡ଼ା ପତାକା ଉତ୍ତୋଳନ କରି ପିଲାଙ୍କୁ କ୍ରୀଡ଼ାର ଉପକାରିତା ଉପରେ…
Read Moreଉତ୍କଳ ଘଣ୍ଟ କବି ଯଦୁମଣିଙ୍କ ଜନ୍ମ ଜୟନ୍ତୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ପୂଜ୍ୟପୂଜା କମିଟି, ନୟାଗଡ଼ ଆନୁକୂଲ୍ୟରେ ଆଜି ଉତ୍କଳ ଘଣ୍ଟ କବି ଯଦୁମଣିଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟସ୍ଥ ଉତ୍କଳ ଘଣ୍ଟ କବି ଯଦୁମଣିଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ଚାରଣ କରାଯାଇଥିଲା। କାର୍ଯ୍ୟକ୍ରମ ସମୟରେ “ଉତ୍କଳ ଘଣ୍ଟ ବ୍ୟଙ୍ଗ କବି ଯଦୁମଣି, ଆମ ଓଡ଼ିଆ ମାଟି ମା’ର ମଉଡମଣି” ପରି ନାରା ଦିଆଯାଇ ତାଙ୍କ ସାହିତ୍ୟିକ ଅବଦାନକୁ ସ୍ମରଣ କରାଯାଇଥିଲା। ଏହି ସ୍ମୃତି ସଭାରେ ଗୋଦାବରିଶ ସାହୁ, ସାମ୍ବାଦିକ ରାମକୃଷ୍ଣ ରଥ, ବୈଦ୍ୟଭୁଷଣ ମହାପାତ୍ର, ଧିରେନ୍ଦ୍ର ପଟ୍ଟନାୟକ ପ୍ରମୁଖଙ୍କ ସହ ମନସୁର ମଲ୍ଲିକ, ସନ୍ତୋଷ କୁମାର ଶର୍ମା, ରଜନୀକାନ୍ତ ଭୁୟାଁ, ପ୍ରଶାନ୍ତ କୁମାର ଜେନା, ସନ୍ତୋଷ କୁମାର ଦାଶ ଓ ଇଶାନ ପ୍ରସାଦ ଦାଶ ଉପସ୍ଥିତ ଥିଲେ।
Read More୭ମ ଜିଲ୍ଲାସ୍ତରୀୟ ସ୍କାଉଟ୍ ଓ ଗାଇଡ୍ କ୍ୟାମ୍ପରୀ ଉଦଘାଟିତ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ଗୁମୀ ପଞ୍ଚାୟତ ଡିମିରିପଲ୍ଲୀ ଉଚ୍ଚ ବିଦ୍ୟାଳୟ ଠାରେ ୩ ଦିନ ବ୍ୟାପୀ ୭ମ ଜିଲ୍ଲା ସ୍ତରୀୟ ସ୍କାଉଟ୍ ଓ ଗାଇଡ୍ କ୍ୟାମ୍ପରୀ ଉଦଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ ଙ୍କ ସଭାପତିତ୍ଵରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କ୍ୟାମ୍ପରୀରୁ ନେତୃତ୍ବ, କମ୍ୟୁନିଟି, ଶାରୀରିକ ସମୃଦ୍ଧ ହୋଇଥାଏ ବୋଲି କହିଥିଲେ। ସମ୍ମାନୀତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଚିତ୍ତରଞ୍ଜନ ବେହେରା, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନୀଲ କୁମାର ଦାସ, ନୂଆଗାଁ ବ୍ଳକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଗୁମୀ ସରପଞ୍ଚ ବବୃ ମହାରଣା, ସମିତି ସଭ୍ଯ ସଞ୍ଜୀବ କୁମାର ଡାକୁଆ, ଡିମିରିପଲ୍ଲୀ ଉଚ୍ଚ…
Read More‘ଅଙ୍କୁରାୟନ’ର ଦ୍ଵିତୀୟ ଦିବସରେ ଡ. ସୁରେଶ ବରାଡ଼ଙ୍କ ଆଭାସ ଗଳ୍ପ ‘ଲୁହ’ ଲୋକାର୍ପିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶରଣକୁଳ ନିକଟବର୍ତ୍ତୀ ହରିହରପୁର ଗ୍ରୀନକ୍ଲବ ତରଫରୁ ଗ୍ରୀନ ପାର୍କ ପରିସର ମଧ୍ୟରେ ଶିଶୁ ଉତ୍ସବ ‘ଅଙ୍କୁରାୟନ’ ଆଜି ଦ୍ୱିତୀୟ ଦିବସରେ ବିଶିଷ୍ଟ କବି, ଲେଖକ, କାବ୍ୟକାର, ନାଟ୍ୟକାର, ଗାଳ୍ପିକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଆଭାସ ଗଳ୍ପ “ଲୁହ” ଲୋକାର୍ପିତ ହୋଇଯାଇଛି। ଗ୍ରୀନ କ୍ଳବର ସଭାପତି ବିଭୁପ୍ରସାଦ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ଲୋକାର୍ପଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ଼ ଗୋବିନ୍ଦ ଚନ୍ଦ୍ର ଦାଶ। ସମ୍ମାନିତ ଅତିଥି ରୂପେ ଯୋଗଦେଇ ଥିଲେ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମିଶ୍ର, ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ମଙ୍ଗରାଜ, ଷ୍ଟେଟ ସ୍କାଉଟ ଟ୍ରେନର, ରମେଶ କୁମାର ବଳବନ୍ତରାୟ, କବି ଦିନବନ୍ଧୁ ମହାପାତ୍ର ଓ ମଞ୍ଚ ପରିଚାଳନା…
Read Moreପ୍ଲାଟିନମ ଜୟନ୍ତୀ ପାଇଁ ପ୍ରାରମ୍ଭିକ ବୈଠକ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସାରସ୍ବତ ଲୋକ ବିଦ୍ୟାପୀଠ କଜଳାଇପଲ୍ଲି ୧୯୫୧ ମସିହାରେ ପ୍ରତିଷ୍ଠା ହୋଇଥିବା ବେଳେ ୨୦୨୬ ମସିହାକୁ ତାହା ୭୫ ବର୍ଷ ପୂର୍ତ୍ତି ପାଳନ କରୁଅଛି ।ଏହି ଅବସରରେ ବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ପାଳନ ନିମନ୍ତେ ଆଜି ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପ୍ରଧାନଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟର ଆଲୁମିନା କମିଟି ସଭାପତି ଘନଶ୍ୟାମ ମହାପାତ୍ରଙ୍କ ଅଧକ୍ଷତାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ,ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ଓ ପୁରାତନ ଛାତ୍ର ଆଲୁମିନା କମିଟି ସଦସ୍ୟ ମାନକୁ ନେଇ ଏକ ବୈଠକ କରାଯାଇ ପ୍ଲାଟିନମ୍ ଜୁବିଲି ପାଇଁ ସମସ୍ତଙ୍କ ମତାମତ ନିଆଯାଇ ପୁରାତନ ଛାତ୍ର ଛାତ୍ରୀ , ବର୍ତ୍ତମାନର ଛାତ୍ର ଛାତ୍ରୀ ମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗରେ ପ୍ଲାଟିନମ୍ ଜୁବୁଲିକୁ ମହାସମାରୋହରେ ପାଳନ ପାଇଁ ସ୍ଥିର କରାଗଲା । ଏହି…
Read Moreସ୍ବାଧିନତା ପରବର୍ତ୍ତୀ ଓଡ଼ିଆ କବିତା ଓ ଏକବିଂଶ ଶତାବ୍ଦୀର ଓଡ଼ିଆ ନାଟକ ଉପରେ ପାଠଚକ୍ର ଆୟୋଜିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ, ନୟାଗଡ଼ର ଶାସ୍ତ୍ରୀୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ସୁବର୍ଣ୍ଣ ଜୟନ୍ତୀ ସଭାଗୃହରେ ‘ଏକ ଦିବସୀୟ ପାଠଚକ୍ର’ ଅନୁଷ୍ଠିତ ହୋଇଯାଇଅଛି। ଅଧ୍ୟକ୍ଷ ଡ ବିପିନ କୁମାର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ପାଠଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡ. ବିଜୟ କୁମାର ଶତପଥୀ ଏବଂ ରେଭେନ୍ସା ବିଶ୍ବବିଦ୍ୟାଳୟର ପରିଦର୍ଶକ ପ୍ରଫେସର ଡ. ବାବାଜୀ ଚରଣ ପଟ୍ଟନାୟକ ଅତିଥି ରୂପେ ଯୋଗଦେଇଥିଲେ। ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପାଠଚକ୍ରକୁ ଉଦ୍ଘାଟନ କରିବା ପରେ +୩ ଓଡ଼ିଆ ବିଭାଗର ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ। ଅଧ୍ୟକ୍ଷ ଡ.ପଟ୍ଟନାୟକ ସ୍ବାଗତ ସମ୍ଭାଷଣ ଜଣାଯାଇଥିଲା ବେଳେ ବିଭାଗମୁଖ୍ୟ ଶ୍ରୀ ସଞ୍ଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଦୁଇ ଅତିଥିଙ୍କୁ ଅଧ୍ୟକ୍ଷ ଡ. ପଟ୍ଟନାୟକ ମାନପତ୍ର, ଉତ୍ତରୀୟ ଓ ପୁଷ୍ପଗୁଛ…
Read Moreସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍-୨୦୨୬ ନିମନ୍ତେ ପ୍ରସ୍ତୁତି ବୈଠକ
ନୟାଗଡ, (ନୟାଗଡ଼ ଦର୍ପଣ): ସର୍ବ ଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ନୟାଗଡ କପ ୨୦୨୬ର ପ୍ରସ୍ତୁତି ବୈଠକ ନୟାଗଡ ସହର ସ୍ଥିତ ନୟାଗଡ଼ ପ୍ୟାଲେସ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ରଣପୁରର ପୂର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ସମେତ ୭୮୬କ୍ଳବ, ମର୍ଣ୍ଣିଙ୍ଗ କ୍ଲବ, ନୟାଗଡ କ୍ଲବର ସଦସ୍ୟ, ବୁଦ୍ଧିଜୀବୀ, ସାମ୍ବାଦିକ ଓ ଖେଳ ଶିକ୍ଷକ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ଼ ଖେଳ ପଡ଼ିଆରେ ଚଳିତ ମାସ ୧୯ତାରିଖରୁ ୨୬ତାତିଖ ପର୍ଯ୍ୟନ୍ତ ଏହି ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ, ନୟାଗଡ଼ କପ-୨୦୨୬ ଅନୁଷ୍ଠିତ ହେବ। ୮ଦିନ ବ୍ୟାପି ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟ କିପରି କିପରି ସରସ ସୁନ୍ଦର ସହ ଶାନ୍ତି ଶୃଙ୍ଖଳା ସହିତ ସମାପନ ହେବ ବୈଠକରେ ଫୁଟବଲ…
Read Moreଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”
ସଂସ୍କୃତି ଓ ସୃଜନଶୀଳତାର ଆଲୋକମୟ ଉତ୍ସବ ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ମହୋତ୍ସବ “ଅର୍ଜୁନ”ର ଦ୍ୱିତୀୟ ସନ୍ଧ୍ୟା ଦର୍ଶକମାନଙ୍କ ପାଇଁ ଏକ ସ୍ମରଣୀୟ ଓ ଆନନ୍ଦମୟ ଅନୁଭୂତି ନେଇଆସିଲା। ଆଲୋକ, ସଙ୍ଗୀତ ଓ ସଂସ୍କୃତିର ସମନ୍ୱୟରେ ସମଗ୍ର ପରିବେଶ ଉତ୍ସବମୟ ହୋଇଉଠିଥିଲା।ସନ୍ଧ୍ୟାର କାର୍ଯ୍ୟକ୍ରମରେ ଓଡ଼ିଶାର ଲୋକନୃତ୍ୟ, ଲୋକସଙ୍ଗୀତ, ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା। ସ୍ଥାନୀୟ କଳାକାରଙ୍କ ସହିତ ଆମନ୍ତ୍ରିତ ଶିଳ୍ପୀମାନଙ୍କ ପ୍ରଦର୍ଶନୀ ମଞ୍ଚକୁ ଆହୁରି ଜୀବନ୍ତ କରିଥିଲା। ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା ଶହୀଦ ରଘୁନାଥ ମହାନ୍ତିଙ୍କ ଉଦ୍ଦେଶ୍ୟ ରେ ଉତ୍ସାର୍ଗୀକୃତ କରାଯାଇଛି। ଦର୍ଶକମାନଙ୍କ ଭିଡ଼ ଓ ଉତ୍ସାହ ମହୋତ୍ସବର ସଫଳତାକୁ ସ୍ପଷ୍ଟ କରିଥିଲା। ସନ୍ଧ୍ୟାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର…
Read Moreଭେନିଜିୱାଲା ଉପରେ ଆମେରିକାର ଆକ୍ରମଣ ବିରୋଧରେ ପଥପ୍ରାନ୍ତ ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ) ନୟାଗଡ଼ ଟ୍ରାଫିକ ଛକ ଠାରେ କମ୍ରେଡ଼ ହରିଶ୍ଚନ୍ଦ୍ର ମିଶ୍ରଙ୍କ ସଭପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଜାତିସଙ୍ଘ ଘୋଷଣା ପତ୍ରକୁ ବେଖାତିର ଆମେରିକା ଯେପରି ରାତିଅଧରେ ଭେନିଜିୱାଲାର ରାଜଧାନୀ ଉପରେ ଆକ୍ରମଣ କରି ରାଷ୍ଟ୍ରପତି ମାଦୁରୋ ଏବଂ ତାଙ୍କ ପତ୍ନୀକୁ ଜୋର ଜବରଦସ୍ତ ଅପହରଣ କରିନେଲେ ତାହାକୁ ନେଇ ବକ୍ତାମାନେ ଦୃଢ଼ ନିନ୍ଦା କରିଥିଲେ। ଆମେରିକାର ଏପରି କାର୍ଯ୍ୟକୁ ସାରା ପୃଥିବୀର ବିଭିନ୍ନ ରାଷ୍ଟ୍ର ନିନ୍ଦା କରିବା ସହିତ ଏଭଳି କାର୍ଯ୍ୟରୁ ନିବୁର୍ତ୍ତ ରହିବାକୁ ଚେତାବନୀ ଦେଇଛନ୍ତି। ତୁରନ୍ତ ଜଦି ଦୁହିଁଙ୍କୁ ଖଲାସ ନ କରନ୍ତି ତେବେ ସାରା ବିଶ୍ୱର କ୍ରୋଧର ଶିକାର ଆମେରିକା ହେବ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଚ ସିପିଏମନେତା ଗୋଲକ ବିହାରୀ ମୁଦୁଲି, ଦୁଃଶାସନ ଜେନା, ପବିତ୍ର ଇନ୍ଦ୍ରଜିତ, ନିତ୍ୟାନନ୍ଦ ପରିଡା, ସୁଶୀଲ ମହାନ୍ତି, ନାରୀନେତ୍ରୀ ଜ୍ୟୋତିପ୍ରଭା ଜେନା, ଜୟନ୍ତୀ…
Read More