ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଗତ ୨୪ ତାରିଖରୁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଟାକରା ଗ୍ରାମ ପଂଚାୟତରେ ଥିବା ଏମବିସିସି କ୍ରିକେଟ କ୍ଲବ ତରଫରୁ ଏମବିସିସି ଚାମ୍ପିୟନ ଟ୍ରଫି ନାମରେ ଏକ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିଲା। ଆଜି ଥିଲା ଏହାର ଅନ୍ତିମ ଦିନ ଅର୍ଥାତ ଫାଇନାଲ ଖେଳ। ଏଥିରେ ମର୍ଦ୍ଧାବାଡ଼ି କ୍ରିକେଟ ଦଳ ଓ ଏମବିସିସି କ୍ରିକେଟ ଦଳ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଟଚ ଜିତି ମର୍ଦ୍ଧାବାଡ଼ି କ୍ରିକେଟ ଦଳ ବ୍ୟାଟିଂ କରି ନିଜ ଦଳର ସମସ୍ତ ଉଇକେଟ ହରାଇ ୧୦୪ ରନ ହାସଲ କରିଥିଲା। ପରେ ବିପକ୍ଷ ଦଳ ଏମବିସିସି କ୍ରିକେଟ କ୍ଲବ ବ୍ୟାଟିଂ କରି ସମୁଦାୟ ୯ ଓଭର ଖେଳି ସମସ୍ତ ଉଇକେଟ ହରାଇ ୮୬ରନ ହାସଲ କରି ପରାଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଦଶପଲ୍ଲା ବ୍ଲକର…
Read MoreCategory: ନୟାଗଡ଼
ନୟାଗଡ଼ରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଉଦ୍ଘାଟିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଉଦ୍ଘାଟିତ ହୋଇଯାଇଛି। ସ୍ଥାନୀୟ ଷ୍ଟାଡିୟମ ଗ୍ରାଉଣ୍ଡରେ ଆୟୋଜିତ ଏହି ମେଳାକୁ ଗୋ-ପୂଜନ ମାଧ୍ୟମରେ ଉଦ୍ଘାଟନ କରିଥିଲେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ। ମତ୍ସ୍ୟଚାଷୀ, ମତ୍ସ୍ୟଜୀବୀ ଓ ପ୍ରାଣିପାଳକଙ୍କ ରୋଜଗାରକୁ ବହୁଗୁଣିତ ତଥା ସେମାନଙ୍କ ଜୀବିକାର ଉନ୍ନତିକରଣ ନିମନ୍ତେ ରାଜ୍ୟ ସରକାର ନିରନ୍ତର ପ୍ରୟାସରତ । ଓଡ଼ିଶାର ଅଭିବୃଦ୍ଧିରେ ସହାୟକ ହେଉଥିବା ମତ୍ସ୍ୟ ଓ ପ୍ରାଣିସମ୍ପଦ କ୍ଷେତ୍ର ପ୍ରତି ରାଜ୍ୟ ସରକାର ବିଶେଷ ଦୃଷ୍ଟି ଦେଉଛନ୍ତି । ବିଶେଷ କରି ଗ୍ରାମାଞ୍ଚଳର ଆର୍ଥିକ ଅଭିବୃଦ୍ଧି ରେ ଏହି ଦୁଇ କ୍ଷେତ୍ରର ଅଧିକ ଗୁରୁତ୍ବ ଥିବାରୁ ଶିକ୍ଷିତ ଯୁବ ଗୋଷ୍ଠୀ ଏହି କ୍ଷେତ୍ରରେ ସେମାନଙ୍କର ଭବିଷ୍ୟତ ଗଢିବାକୁ ବିଧାୟକ ଶ୍ରୀ ସ୍ୱାଇଁ ଆହ୍ବାନ ଦେଇଥିଲେ। ଏହି ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାରେ ସମ୍ମାନିତ ଅତିଥି…
Read Moreମଧ୍ୟଖଣ୍ଡ ପୂଜ୍ୟପୂଜା ସମିତିର ପ୍ରସ୍ତୁତି ବୈଠକ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ କଲ୍ୟାଣ ମଣ୍ଡପ ନିକଟରେ ଥିବା ସ୍ଵାଧୀନତା ସଂଗ୍ରାମୀ ସ୍ମୃତି ପୀଠଠାରେ ପୂଜ୍ୟପୂଜା ସମିତି, ମଧ୍ୟଖଣ୍ଡର କର୍ମକର୍ତ୍ତା ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଆଗାମୀ ଜାନୁୟାରୀ ୧୦ତାରିଖ ମଧ୍ୟଖଣ୍ଡ ହାଇ ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ରାମଚନ୍ଦ୍ର ପଣ୍ଡାଙ୍କ ତିରୋଧାନ ଦିବସ, ଜାନୁୟାରୀ ୨୬ସାଧାରଣତନ୍ତ୍ର ଦିବସ ଓ ଜାନୁୟାରୀ ୩୦ତାରିଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳନ ତଥା ସ୍ଵାଧିନତା ସଂଗ୍ରାମୀମାନଙ୍କ ସ୍ମୃତି ଚାରଣ ଉତ୍ସବ ପାଳନ ନିମନ୍ତେ ସ୍ଥିର କରାଯିବା ସହିତ ବିଭିନ୍ନ କାର୍ଯ୍ୟକ୍ରମ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ପ୍ରତିଭାଧର ମାନଙ୍କୁ ସମ୍ବର୍ଦ୍ଧିତ କରିବା ନିମନ୍ତେ ସ୍ଥିର କରାଯାଇଛି। ଏହି ବୈଠକରେ ପୂଜ୍ୟପୂଜା ସମିତିର ସଭାପତି ଶରତ ଚନ୍ଦ୍ର ବେହେରା ସଭାପତିତ୍ବ କରିଥିବା ବେଳେ,ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ସାହୁ,…
Read Moreନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ନିର୍ମାଣ ଦାବି
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରମହକୁମାରେ ମେଡିକାଲ କଲେଜ ସ୍ଥାପନ ନେଇ ୭ଟି ବ୍ଲକରୁ ଦାବି ହେଉଛି । ଏନେଇ ଆଜି ନୟାଗଡ଼ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨ତାରିଖ ଶୁକ୍ରବାର ଦିନ ସକାଳ ୧୦ ଘଟିକାରେ ନୟାଗଡ଼ ଜିଲ୍ଲା ସଦରମହକୁମାରେ ଏକ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ ପାଇଁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି। ଏହି କାର୍ଯ୍ୟକ୍ରମରେ ୭ଟି ବ୍ଲକର ଜନସାଧାରଣ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି। ଏହା ସହିତ ବିଭିନ୍ନ ସଂଗଠନ ମଧ୍ୟ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି। ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିବ। ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ନୟାଗଡ଼ ଜିଲ୍ଲା ସଦରମହକୁମାରେ…
Read Moreଅତିରିକ୍ତ ବିଦ୍ୟୁତ ସିକ୍ୟୁରିଟି ଏଏସଡ଼ି ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବୀ କଲା କଂଗ୍ରେସ
ଘରୋଇ ଉପଭୋକ୍ତାଙ୍କୁ ୩୦୦ରୁ ୪୦୦ ୟୁନିଟ ମାଗଣା ବିଜୁଳି ଓ କୃଷି କ୍ଷେତ୍ରରେ ଚାଷୀଙ୍କୁ ଦେୟ ମୁକ୍ତ ବିଜୁଳି ଯୋଗାଣ ଦାବୀ ନୟାଗଡ଼, (ନୟାଗଡ଼ ଦର୍ପଣ): ଆମ କୋଇଲା, ଆମ ପାଣି ବ୍ୟବହାର କରି ଅଳ୍ପ ମୂଲ୍ୟରେ ବିଜୁଳି ଉତ୍ପାଦନ ହେଊଛି। ଅଥଚ ସମଗ୍ର ଦେଶରେ ଘରୋଇ ବିଜୁଳି ଉପଭୋକ୍ତାମାନେ ସବୁଠାରୁ ଅଧିକ ଶୋଷିତ ଓ ଅବହେଳିତ। ଓଡିଶାରୁ କୋଇଲା ନେଇ ପଞ୍ଜାବ ପରି ରାଜ୍ୟ ୨୦/୨୫ ଭାଗ କୃଷି ଉପଭୋକ୍ତାଙ୍କୁ ସମ୍ପୂର୍ଣ ତଥା ମୋଟ ୩୦ରୁ ୩୫% ଘରୋଇ ଉପଭୋକ୍ତାଙ୍କୁ ୩୦୦ ୟୁନିଟ ଲେଖାଏଁ ବିଜୁଳି ଦେୟ ଛାଡ଼ କରିଥିବାବେଳେ ଓଡ଼ିଶାର ମାତ୍ର 2% କୃଷି ଉପଭୋକ୍ତା ଓ ୭ରୁ ୮% ଘରୋଇ ଉପଭୋକ୍ତାଙ୍କୁ ଗୋଟିଏ ୟୁନିଟ ମଧ୍ୟ ମାଗଣାରେ ଦିଆଯାଉ ନାହିଁ। ଓଡିଶାରେ ବ୍ୟବହୃତ ହେଉଥିବା ମୋଟ ୭୦% ବିଜୁଳି ଶିଳ୍ପକ୍ଷେତ୍ରକୁ ଦିଆ ଯାଉଛି।…
Read Moreନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱର ସର୍ବପୁରାତନ ରାଜନୈତିକ ଦଳ ଭାରତୀୟ ଜାତୀୟ କଂଗ୍ରେସର ୧୪୦ତମ ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଲା କଂଗ୍ରେସ ସଭାପତି ବରିଷ୍ଠ ଆଇନଜୀବୀ ରଣଜିତ ଦାଶ ଦଳୀୟ ଅରଟ ଚିହ୍ନିତ ପତାକା ସ୍ଥାନୀୟ ଛାୟାପଥ ଖେଳପଡିଆ ଠାରେ ଦଳୀୟ କାର୍ଯ୍ୟକର୍ତ୍ତା ସେବାଦଳ କର୍ମୀମାନଙ୍କ ଉପସ୍ଥିତିରେ ଉତ୍ତୋଳନ କରିଥିଲେ। ମଧ୍ୟାହ୍ନରେ ଗଣିଆ ଗାନ୍ଧୀ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କ୍ଷୀର ସ୍ନାନ କରାଇ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା। ରାଜୀବଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ଜିଲ୍ଲା ସଂଯୋଜକ ସୁକାନ୍ତ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରତିଷ୍ଠା ଦିବସ ସଭାରେ ଜିଲ୍ଲା ସଭାପତି ଶ୍ରୀ ଦାଶ, ୧୮୮୫ ଡିସେମ୍ବର ୨୮ ତାରିଖ ମୁମ୍ବାଇର ଗୋକୁଳଦାସ ତେଜପାଳ ସଂସ୍କୃତ ମହାବିଦ୍ୟାଳୟରେ କଂଗ୍ରେସ ଦଳ ସୃଷ୍ଟି ହୋଇ ୧୯୨୦-୪୭ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅହିଂସା ଅସ୍ତ୍ରରେ ଇଂରେଜ ମାନଙ୍କ ଶାସନ ହଟାଇ…
Read Moreପିଲାଦିନର ଅଭୁଲା ସ୍ମୃତିକୁ ମନେ ରଖିବାର ସ୍ଵତନ୍ତ୍ର ପ୍ରୟାସ
ନୟାଗଡ଼, (ନୟାଗଡ଼ ଦର୍ପଣ): ପୁରୁଣା ସ୍ମୃତିକୁ ମନେ ପକାଇବା ପାଇଁ ନୟାଗଡ଼ ବ୍ଲକ ଚନ୍ଦ୍ରଶେଖର ପୁରରେ ଏକାଠି ହେଲେ ୨୦୦ରୁ ଉର୍ଦ୍ଧ୍ବ ଝିଅ। ପ୍ରସିଦ୍ଧ ନୀଳକଣ୍ଠେଶ୍ଵର ମହାଦେବ ଓ ଦୁଆଣ୍ଟ ନଦୀକୂଳର ସୁଲୁସୁଲିଆ ପବନ, ଗାଁ ମାଟିର ମହକ ସମସ୍ତ ଝିଅ ବୋହୂମାନଙ୍କୁ ଆକୃଷ୍ଟ କରିଛି। ଦୂରଦୂରାନ୍ତରେ ଝିଅମାନେ ବିବାହ ହୋଇଥିବାରୁ ଗୋଟିଏ ସମୟରେ ଏକାଠି ହୋଇପାରୁ ନଥିଲେ। ପୁରୁଣା ବର୍ଷକୁ ବିଦାୟ ଦେବା, ନୂତନ ବର୍ଷକୁ ସ୍ଵାଗତ କରିବା ପାଇଁ କନିଷ୍ଠ ବରିଷ୍ଠଙ୍କୁ ଏକାଠି କରି ଗ୍ରାମର ଲାଇବ୍ରେରୀ ଘରର ପରିସର ଭିତରେ ନିଜେ ଝିଅମାନେ ଭୋଜିଭାତ ଓ ନାଚଗୀତ ର ଆୟୋଜନ କରିଥିଲେ। ଏହାର ସମସ୍ତ ଖର୍ଚ୍ଚ ସୁଜାତା ତ୍ରିପାଠୀ ଖୁସିରେ ଦେଇଥିଲେ ଓ ନିଜେ ଖୁସି ଅନୁଭବ କରିଥିଲେ। ଏଥିରେ ସହଯୋଗ କରିଥିଲେ ସୁଶାନ୍ତି ପୃଷ୍ଟି, ସଂଯୁକ୍ତା ନନ୍ଦ, ରଞ୍ଜୁବାଳା ନନ୍ଦ, ମମତା…
Read Moreସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ଶତପ୍ରତିଶତ ସଫଳତା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୪-୨୫ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ଜ୍ଯୋତି ରଂଜନ ସାହୁ ୩ୟ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାର ଉତ୍କର୍ଷ ତାଲିକାରେ(Merit List) ସର୍ବୋଚ୍ଚ ନମ୍ବର ରଖି ଜନ୍ମ ତାରିଖ ଆଧାରରେ ଦ୍ବିତୀୟ ସ୍ଥାନ ଓ ରୌନକ ପାତ୍ର ୪ର୍ଥ ସ୍ଥାନ ଅଧିକାର କରି ଆମ ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଥିବା ବେଳେ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାର ଉତ୍କର୍ଷ ତାଲିକାରେ ( Merit list) ଅରଜିତ୍ ମହାପାତ୍ର ଓ ଅନୁଷ୍କା ବିଶ୍ବାଳ ଯଥାକ୍ରମେ ୫ମ ଓ…
Read Moreରୋଟାରି କ୍ଲବ ଏକ୍ସଲେନ୍ସୀ ପକ୍ଷରୁ ଉତ୍କଳ ବାଳାଶ୍ରମରେ କୁନିକୁନି ପିଲାଙ୍କୁ ପାଠ୍ୟ ଉପକରଣ ବଣ୍ଟନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡରେ ନୂତନ କରି ଗଢି ଉଠିଥିବା ନୂତନ ରୋଟାରି କ୍ଲବ ଏକ୍ସଲେନ୍ସୀ ଆନୁକୂଲ୍ୟରେ ଉତ୍କଳ ବାଳାଶ୍ରମରେ କୁନିକୁନି ଛାତ୍ରଛାତ୍ରୀ ଅନ୍ତେବାସୀ ମାନଙ୍କୁ ପାଠ୍ୟ ଉପକରଣ ଯଥା ଖାତା, ପେନ, ପେନସିଲ, ଏବଂ କମ୍ପାସ ପ୍ରଦାନ କରାଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଶ୍ରଦ୍ଧାର ସହିତ ଏହି ସବୁ ପାଠ୍ୟ ଉପକରଣ ବଣ୍ଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ଲବର ପ୍ରତିଷ୍ଠାତା ସଭାପତି ପ୍ରମୋଦ ପଟ୍ଟନାୟକ, କ୍ଲବ ସମ୍ପାଦକ ତଥା ସ୍ଥାନୀୟ କେସି କ୍ଲବ ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ, ରୋଟାରୀଆନ ତଥା ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶ, କମଳ ଚରଣ ସାହୁ, ସରଜେଣ୍ଟ ଆର୍ମସ ଶେଖ ମସଜୁଦ ହୁସେନ ଏବଂ ଅନୁଷ୍ଠାନିକ ଯତ୍ନ ଅଧିକାରୀ ସତ୍ୟରଞ୍ଜନ ଦାଶ, ବାଳାଶ୍ରମ ପରିଚାଳକ ଜ୍ୟୋତରଞ୍ଜନ…
Read Moreନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୩୧ତମ ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୩୧ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ମୁଖ୍ୟବକ୍ତା ସହପ୍ରାନ୍ତ ସେବାପ୍ରମୁଖ ବେଲେଶ୍ୱର ସାହୁ, ସଭାଧ୍ୟକ୍ଷ ସ୍ଥାନୀୟ ବିଦ୍ୟାଳୟର ମୁଖ୍ୟ ପ୍ରଶାସକ ହରେକୃଷ୍ଣ ମୁଦୁଲି, ପ୍ରଶାସକ ଡ଼. କୃପାସିନ୍ଧୁ କରଣ ଓ ପ୍ରଧାନାଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ମଞ୍ଚାସୀନ ଥିଲେ। ପ୍ରଶାସକ ଡ଼. କୃପାସିନ୍ଧୁ କରଣ ଅତିଥି ପରିଚୟ କରାଇଥିଲେ। ପ୍ରଧାନାଚାର୍ଯ୍ୟ ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟବକ୍ତା ବେଲେଶ୍ୱର ସାହୁ ଆଜିର ସମାଜରେ “ପଞ୍ଚ ପରିବର୍ତ୍ତନ”ର ଆହ୍ବାନ ଦେଇଥିଲେ। ସେଗୁଡ଼ିକ ଯଥାକ୍ରମେ ସ୍ଵବୋଧ, କୁଟୁମ୍ବ ପ୍ରବୋଧକ ,ସାମଜିକ ସମରସତା, ପର୍ଯ୍ୟାବରଣ ଓ ନାଗରିକର କର୍ତ୍ତବ୍ୟ ଇତ୍ୟାଦି ବହୁ ଉଦାହରଣ ମାଧ୍ୟମରେ ଦର୍ଶକମାନଙ୍କ ସମ୍ମୁଖରେ ଉପସ୍ଥାପନା କରିଥିଲେ।…
Read More