ମନରେଗା ଯୋଜନରୁ ମହାତ୍ମା ଗାନ୍ଧଙ୍କ ନାମ ଏବଂ ନିୟମ ପରିବର୍ତ୍ତନ କରିଥିବା ବିଜେପି ସରକାର ବିରୁଦ୍ଧରେ କଂଗ୍ରେସ ବିକ୍ଷୋଭ

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଜେପି ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଗାରଣ୍ଟି ଆଇନ (MGNREGA) କୁ ରଦ୍ଦ କରିବା ପାଇଁ ଏକ ବିଲ୍ ଆଣି ଏକ ଭୟାବହ ଏବଂ ଯୋଜନାବଦ୍ଧ ପଦକ୍ଷେପ ଗ୍ରହଣ କରିଛି। ଏହା କୌଣସି ସାଧାରଣ ବିଧାନମୂଳକ ପ୍ରକ୍ରିୟା ନୁହେଁ। ଏହା ଏକ ରାଜନୈତିକ ଚକ୍ରାନ୍ତ, ଯାହାର ଉଦ୍ଦେଶ୍ୟ ଏକ ଐତିହାସିକ, ଅଧିକାର-ଆଧାରିତ ଜନକଲ୍ୟାଣ ଆଇନକୁ ଦୁର୍ବଳ କରିବା ଏବଂ ଭାରତର ସବୁଠାରୁ ପରିଚିତ କଲ୍ୟାଣକାରୀ ଆଇନରୁ ମହାତ୍ମା ଗାନ୍ଧୀଙ୍କ ନାମ ଓ ମୂଲ୍ୟବୋଧକୁ ମିଟାଇଦେବା ଭଳି ହୀନ ଉଦ୍ୟମ କରି ବିଜେପି ସରକାର ସଂସଦ ଶେଷ ଦିବସରେ ଗୃହରେ ଆଲୋଚନା କାରନଯାଇ ତରବରିଆ ଭାବେ ତାଳି ମାରି ଗୃହୀତ କରାଯାଇ ଥିବାରୁ ଆଜି ପିସିସି ଆହ୍ୱାନ କ୍ରମେ ମଧ୍ୟାହ୍ନ ରେ ଗାନ୍ଧଙ୍କୁ ପୁଷ୍ପମାଲ୍ୟ ଦେଇ କଂଗ୍ରେସ କର୍ମୀ ମାନେ ଶୋଭାଯାତ୍ରାରେ…

Read More

ଜାନୁୟାରୀ ୫ରୁ ୯ପର୍ଯ୍ୟନ୍ତ ପାଞ୍ଚ ଦିନିଆ ମହା ଆୟୋଜନ

ରଣପୁର,(ନୟାଗଡ଼ ଦର୍ପଣ): ରଣପୁରର ସାଂସ୍କୃତିକ ପରମ୍ପରାକୁ ଆଉ ଏକ ମାଇଲସ୍ଟୋନ୍‌ ଯୋଗାଇବାକୁ ଯାଉଛି ଆସନ୍ତା ‘ଅର୍ଜୁନ–୨୦୨୬’ ରଣପୁର ମହୋତ୍ସବ। ଆସନ୍ତା ଜାନୁୟାରୀ ୦୫ରୁ ୦୯ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଏହି ମହାମେଳା ଆୟୋଜିତ ହେବ ବୋଲି ମହୋତ୍ସବ କମିଟି ସୂଚନା ଦେଇଛି।ସୋମବାର ସ୍ଥାନୀୟ ମା ମଣିନାଗ କଲ୍ୟାଣୀ ମଣ୍ଡପରେ ଏହି ମହୋତ୍ସବକୁ ସଫଳ କରିବା ନିମିତ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକଟି କମିଟିର ସଭାପତି, ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି  ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ହୋଇଥିଲା। ସମ୍ପାଦକ  ସ୍ୱରାଜ ମହାନ୍ତିଙ୍କ ସହଯୋଗରେ କମିଟି ସଦସ୍ୟ, ସାମ୍ବାଦିକ, ଆଇନଜୀବୀ, ବୁଦ୍ଧିଜୀବୀ ଓ ଆଗ୍ରହୀ ଜନସାଧାରଣ ଉପସ୍ଥିତ ରହି ମହୋତ୍ସବର ସମସ୍ତ  ପ୍ରସଙ୍ଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।୨୦୦୬ ମସିହାରୁ ଆରମ୍ଭ ହୋଇଥିବା ଏହି ମହୋତ୍ସବକୁ ଏ ବର୍ଷ ଆହୁରି ଆକର୍ଷଣୀୟ,…

Read More

ଛାତ୍ରଛାତ୍ରୀଙ୍କ ପ୍ରତିଭାର ପ୍ରତିଫଳନ: ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା, ବିଜ୍ଞାନର ମେଳାରେ ୧୩୬ ପ୍ରକଳ୍ପର ପ୍ରଦର୍ଶନ

ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପୂର୍ବାହ୍ନ ୧୦ଟା ସମୟରେ ୩୫ତମ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଭବ୍ୟ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବେ ଉପ-ନିର୍ଦ୍ଦେଶିକା ବିନିତା ସେନାପତି ଉପସ୍ଥିତ ଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସନ୍ଧ୍ୟାରାଣୀ ରାଉତ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ ଚନ୍ଦ୍ର ସାହୁ, ଜିଲ୍ଲା ଶିକ୍ଷା ସଂଯୋଜିକା କୃଷ୍ଣାରାଣୀ ମାଝୀ ଓ ନୟାଗଡ ବ୍ଲକ ଭାରପ୍ରାପ୍ତ ଶିକ୍ଷା ଅଧିକାରୀ ଉମାକାନ୍ତ ସେଠି ପ୍ରମୁଖ ଯୋଗ ଦେଇଥିଲେ।ଲାଠିପଡା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ପରିବେଷଣ କରାଯାଇଥିଲା।…

Read More

ମାର୍ଚ୍ଚ ୧୫ରୁ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ
ମହୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ, ବରଗଡ଼, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଉ ଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ.୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ…

Read More

“ମନରେଗା” ବଦଳରେ “ଜୀ ରାମ ଜୀ”କୁ ନେଇ ନୟାଗଡ଼ରେ ସିପିଆଇଏମର ବିକ୍ଷୋଭ

ନୟାଗଡ଼, (ନୟାଗଡ଼ ଦର୍ପଣ): କେନ୍ଦ୍ର ମୋଦି ସରକାର ବିକଶିତ ଭାରତ ଜୀ ରାମଜୀ ଯୋଜନା ପ୍ରବର୍ତ୍ତନ ଆଳରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ କବର ଦେଇ ଉପା ସରକାରଙ୍କ ପ୍ରଣୀତ ଜନବାଦୀ କାର୍ଯ୍ୟକ୍ରମକୁ ହଟେଇ ଦେଇଛନ୍ତି। ଆଉ ଗଡସେପନ୍ଥୀ ପ୍ରତିକ୍ରିୟାଶୀଳ ନୀତିର ପୃଷ୍ଠପୋଷକତାରେ ଗାନ୍ଧିଜୀଙ୍କ ନାମକୁ ମୂଳପୋଛ କରିବାର ହୀନଚକ୍ରାନ୍ତ କରିଛନ୍ତି। ଏହାର ଦୃଢ଼ ବିରୋଧ କରି ସିପିଆଇ ଏମ୍ ପକ୍ଷରୁ ନୟାଗଡ଼ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କର୍ମୀମାନେ ମନରେଗା ଯୋଜନାର ପୁନଃ ପ୍ରଚଳନ କରିବା ସହିତ କର୍ମ ଦିବସ ୨୦୦ଦିନକୁ ବୃଦ୍ଧି କରିବାର ଦାବି ନେଇ ସହର ପରିକ୍ରମା କରିଥିଲେ ଏବଂ ଏହି ମର୍ମରେ ଜିଲ୍ଲାପାଳଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ସିପିଆଇ ଏମ୍ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବିକ୍ଷୋଭ ସଭାରେ…

Read More

ବ୍ରହ୍ମ ଚେତନା ପରିଷଦ ପକ୍ଷରୁ “ଧରିତ୍ରୀ ମାତା ପାଇଁ ରବିବାର” କାର୍ଯ୍ୟକ୍ରମ ଓ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

ରଣପୁର, (ନୟାଗଡ଼ ଦର୍ପଣ): ଓଡିଶାର ଏକ ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବ୍ରହ୍ମ ଚେତନା ପରିଷଦ ଆନୁକୂଲ୍ୟରେ ଧରିତ୍ରୀ ମାତାକୁ ଆସନ୍ନ ବିପଦରୁ ସୁରକ୍ଷା ଦେବା ନିମନ୍ତେ ‘ଧରିତ୍ରୀ ମାତା ପାଇଁ ରବିବାର’ ନାମରେ ଏକ ସମୟ ଉପଯୋଗୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଣପୁର ବ୍ଲକ ଅନ୍ତର୍ଗତ ଚମ୍ପାଗଡ଼ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଙ୍ଗନବାଡି ଚତୁପାର୍ଶ୍ଵରେ ଆମ୍ବ, ବଉଳ, ଵେଲ, ନିମ୍ବ ଆଦି ବିଭିନ୍ନ ପ୍ରଜାତିର ବୃକ୍ଷରୋପଣ କରାଯିବା ସହିତ ନିକଟସ୍ଥ ପୁଷ୍କରିଣୀରୁ ବିଲାତି ଦଳ ସଫା କରାଯାଇଥିଲା। ପରେ ଆଖ ପାଖ ଗ୍ରାମର ପରିବେଶ ପ୍ରେମୀଙ୍କୁ ନେଇ ଏକ ଜନସଚେତନତା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ପରିଷଦର ସମ୍ପାଦକ କବି ସୁକାନ୍ତ ଚନ୍ଦ୍ର ନନ୍ଦ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ନିଜ ନିଜ…

Read More

ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରରେ ବିଜ୍ଞାନ ମେଳା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ମେଳା ଆଜି  ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅବସରପ୍ରାପ୍ତ ଅଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ  ଉଦଘାଟକ ଭାବେ ଯୋଗଦାନ କରି ବିଧିବଦ୍ଧ ଭାବେ ବିଜ୍ଞାନ ମେଳାକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦାନ କରି ପିଲାମାନଙ୍କୁ ବିଜ୍ଞାନ ମନସ୍କ ହେବା ସହିତ ବିଜ୍ଞାନ ଯୋଗୁଁ ମାନବ ସମାଜର ଉପକାରିତା ଏବଂ ଅପକାରିତାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ। ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ବସନ୍ତ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଉଦଘାଟନୀ ସଭାରେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପୂର୍ଣ୍ଣ ଚନ୍ଦ୍ର ଶତପଥୀ, ଶ୍ରୀଧର ଦାଶ,ନୀଳମାଧଵ ନନ୍ଦ, ପ୍ରତାପ ଶତପଥୀ, ପୂର୍ଣ୍ଣିମା ତ୍ରିପାଠୀ,ଲକ୍ଷ୍ମୀଧର ସାହୁ,ମାଣିକେଶ୍ବର…

Read More

ସେବା ପରିବାରର ବନ୍ଧୁ ମିଳନ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ସେବା ପରିବାରର ବନ୍ଧୁମିଳନ ଉତ୍ସବ ନୟାଗଡ଼ ଝରିଦେଇ ପୀଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାର ବିଭିର୍ଣ୍ଣ ସାମାଜିକ ସଂଗଠନର କର୍ମକର୍ତା ମାନେ ଏକାଠି ହୋଇଥିବା ବେଳେ ଆଗାମୀ ଦିନରେ ସାରା ନୟାଗଡ଼ରେ କିଭଳି ସେବା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବା ସହ ଯୁବକ ମାନଙ୍କୁ ଏଥିରେ ଯୋଡ଼ାଯିବ ସେନେଇ ଆଲୋଚନା ହୋଇଥିଲା। ନୟାଗଡ଼ଜିଲ୍ଲାରେ ସମସ୍ତ ସ୍ବେଛାସେବୀ ସଂଗଠନ ମାନଙ୍କୁ ନେଇ ଜିଲ୍ଲାରେ କିଭଳି ଗଠନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ ଏନେଇ ଉପସ୍ଥିତ ଯୁବ ସ୍ବେଛାସେବୀମାନେ ନିଜର ମତ ରଖିଥିଲେ। ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବନ୍ଧୁମିଳନ ଉତ୍ସବରେ ଡାକ୍ତର ଅରବିନ୍ଦ ଦାଶ,ସମାଜସେବୀ ସନ୍ତୋଷ ପ୍ରଧାନ, ସାମ୍ବାଦିକ ପୁରୁଷୋତ୍ତମ ମହାପାତ୍ର, ଜୟନ୍ଦ୍ର ବେହେରା,ବିଶିଷ୍ଠ ସମାଜସେବୀ ବଂଶୀଧର…

Read More

ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୭୫ତମ ବାର୍ଷିକ ପୁରସ୍କାର ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୭୫ତମ ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇସାରିଛି। ଉତ୍ସବ ରେ ମୁଖ୍ୟଅତିଥିଭାବେ ତହସିଲଦାର ଡ଼.ମାନସ ରଞ୍ଜନ ଭୋଇ ଯୋଗଦେଇଥିବାବେଳେ ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ସୁଶ୍ରୀ ପ୍ରୀତିବାଳା ରଣା, ସମ୍ମାନୀତ ଅତିଥିଭାବେ ଓଡଗାଁ ଅତିରିକ୍ତ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର, ରୋହିବାଙ୍କ ଗ୍ରାମ ପଞ୍ଚାୟତ ସରପଞ୍ଚ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମହନ୍ତ ବେହେରା, ବିଦ୍ୟାଳୟ ଆଲୁମିନି କମିଟି ସଭାପତି ଭୀମସେନ ନାୟକ, ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଜଳନ୍ଧର ରଥ, ରୋହିବାଙ୍କ ଗ୍ରାମ ସଭାପତି ରାଜେଶ ସୁବୁଦ୍ଧି, ସମ୍ପାଦକ କାହ୍ନୁଚରଣ ଗୌଡ଼ ସମାଜ ସେବି ଡିଲେଶ୍ଵର ପାତ୍ର ଓ ସଭାପତି ଭାବେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ…

Read More

ରେଳ ଓଭରବ୍ରିଜ ପାର୍ଶ୍ଵ ରାସ୍ତାରେ ନାହିଁ ଷ୍ଟ୍ରିଟ ଲାଇଟ, ଅସୁରକ୍ଷିତ ରାତ୍ର ଫେରନ୍ତା ଯାତ୍ରୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ରେଳ ଷ୍ଟେସନ ପାର୍ଶ୍ଵସ୍ଥ ନୟାଗଡ଼-ଖଣ୍ଡପଡା ରାଜ୍ୟ ରାଜପଥ ଉପରେ ନିର୍ମିତ ରେଳ ଓଭରବ୍ରିଜର ଉଭୟ କଡରେ ମୁଖ୍ୟ ରାସ୍ତାରୁ ବାହାରି ରେଳ ଷ୍ଟେସନକୁ ଯାଇଥିବା ରାସ୍ତାରେ ଅଦ୍ୟାବଧି ଷ୍ଟ୍ରିଟ ଲାଇଟ ଲାଗିନାହିଁ। ଫଳରେ ରାତ୍ର ହେଲେ ଏହି ରାସ୍ତା କିଟି କିଟି ଅନ୍ଧାର ହୋଇଥାଏ। ଓଭରବ୍ରିଜ ତଳ ଏବଂ ଏହି ରାସ୍ତା ଦୁଇଟି ନିର୍ଜନ ଅଞ୍ଚଳ ହୋଇଥିବାରୁ ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅସାମାଜିକ ଲୋକମାନେ ଏଠାରେ ଗଂଜେଇ,ଅଫିମ, ବ୍ରାଉନ ସୁଗାର, ମଦ୍ୟପାନ ଆଦି ନାନା ଅସାମାଜିକ କାର୍ଯ୍ୟରେ ଲିପ୍ତ ରହିଥାନ୍ତି। ଏହି ନିର୍ଜନ ଅନ୍ଧାର ରାସ୍ତା ଦେଇ ରାତ୍ରରେ ଫେରୁଥିବା ରେଳଯାତ୍ରୀ ମାନେ ନିଜକୁ ଅସୁରକ୍ଷିତ ମଣୁଥିବା ବେଳେ ଅଧିକାଂଶ ସମୟରେ ଲୁଟତରାଜର ଶିକାର ହେଉଥିବା ମଧ୍ୟ ଅଭିଯୋଗ ହେଉଛି। ଅନ୍ୟ ପକ୍ଷରେ ଏହି ରାସ୍ତାଟି ଖାଲଖମାରେ ଭର୍ତ୍ତି ହୋଇଥିବାରୁ ଅନ୍ଧାରରେ ଝୁଣ୍ଟି …

Read More