ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରବଳ ବର୍ଷା ଓ ବାତ୍ୟାର ଆସନ୍ନ ସମ୍ଭାବନା ଲକ୍ଷ୍ୟ କରି ନୟାଗଡ଼ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଛୁଟି ଘୋଷଣା କରିଛନ୍ତି।ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୭୩୦୭ ପ୍ରକାଶିତ ହୋଇଛି।ଅନ୍ୟପକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ରହିଛି।
Read MoreCategory: ନୟାଗଡ଼
ନୟାଗଡ଼ ଜିଲ୍ଲା କେମିଷ୍ଟ୍ ଆଣ୍ଡ ଡ୍ରଗିଷ୍ଟ୍ ଆସୋସିଏସନର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କେମିଷ୍ଟ୍ ଆଣ୍ଡ ଡ୍ରଗିଷ୍ଟ୍ ଆସୋସିଏସନ୍ ର ଷଷ୍ଠ ସାଧାରଣ ଅଧିବେଶନ ନୟାଗଡ଼ ଜିଲ୍ଲାପରିଷଦ ପରିସରରେ ଥିବା ସୃଜନ ହଲରେ ସଭାପତି ପ୍ରହଲ୍ଲାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସୋସିଏସନ୍ ର ନବନିର୍ବାଚିତ ପଦାଧିକାରୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଉପସ୍ଥିତ ସଦସ୍ୟମାନେ କରତାଳି ଦେଇ ସ୍ବାଗତ କରିଥିଲେ । ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ ସାହୁ ଉପସ୍ଥିତ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ଡ୍ରଗ ଇନ୍ସପେକ୍ଟର ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ର ସଭାପତି ଶ୍ରୀ ପି. ସତ୍ୟନାରାୟଣ ଓ ଯୁଗ୍ମ ସଂପାଦକ ଶ୍ରୀ ଶ୍ରୀକାନ୍ତ କାନୁନଗୋ ଏବଂ ଖୋର୍ଦ୍ଧା ଜିଲ୍ଲା ଆସୋସିଏସନ୍ ସଭାପତି ଗିରିଜା ପ୍ରସାଦ ରଥ ଯୋଗଦେଇଥିଲେ …
Read Moreନୟାଗଡ଼ ରେ ପାଳିତ ହେଲା ଓଡ଼ିଶା ନାଟ୍ୟ ସଂଘ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ନାଟକ ଖାଲି ମନୋରଂଜନ କରେ ନାହିଁ, ନାଟକ ଜୀବନର କଥା କହେ । ସମାଜକୁ ସଚେତନ କରିବା ତଥା ନୂତନ ଦିଗ ଦେଖାଇବାର ଏକ ସଶକ୍ତ ମାଧ୍ୟମ ହେଉଛି ନାଟକ ଏହା ସିଧାସଳଖ ଭାବେ ଦର୍ଶକଙ୍କ ହୃଦୟ କୁ ଛୁଏଁ ଏବଂ ସେମାନଙ୍କୁ ଭାବିବା ପାଇଁ ପ୍ରେରିତ ମଧ୍ୟ କରେ । ଏଥିପାଇଁ ନାଟକକୁ ସମାଜର ଦର୍ପଣ କୁହାଯାଏ ବୋଲି ଓଡ଼ିଶା ନାଟ୍ୟ ସଂଘ ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ। ସ୍ଥାନୀୟ ଇନସ୍ପାୟାର କଲେଜ ସଭାଗୃହ ପରିସରରେ ନୟାଗଡ଼ ଜିଲ୍ଲା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ନୟାଗଡ଼ର ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ସମ୍ମାନନୀୟ ଅତିଥି ବିଶିଷ୍ଟ ଶିକ୍ଷାବିତ୍ ଓ ନାଟ୍ୟକାର ଶ୍ରୀଧର ସାହୁ ଏବଂ କବୟତ୍ରୀ ଗୀତାଞ୍ଜଳି ମହାପାତ୍ର ଯୋଗଦେଇ ନାଟକର…
Read Moreନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ଯୋଗ ଚମ୍ପିୟାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦୁଇଜଣ ଛାତ୍ର ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ଯୋଗ ପ୍ରଶିକ୍ଷଣ ପ୍ରତିଯୋଗିତାରେ ଯୋଗଦାନ କରି ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ ରସାୟନ ବିଭାଗର ଛାତ୍ର କୃଷ୍ଣ ଚନ୍ଦ୍ର ଜାନୀ ବ୍ୟକ୍ତିଗତ ଭାବେ ଚମ୍ପିୟାନ ହୋଇଛନ୍ତି। ସେହିପରି ଅନ୍ୟତମ ପ୍ରତିଯୋଗୀ ହିସାବରେ ଯୁକ୍ତ ୩ ବାଣିଜ୍ୟ ବିଭାଗ ପ୍ରଥମ ବର୍ଷର ଛାତ୍ର ସିପୁନ କୁମାର ଭଟ୍ଟ ମଧ୍ୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ଉଭୟ ଛାତ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଉଭୟ ଛାତ୍ରଙ୍କ ଏହି…
Read Moreଗତିକେଶ ଉଚ୍ଚ ବିଦ୍ୟାଳୟର ୧୯୮୧ ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ
ନୟାଗଡ଼: ନୟାଗଡ଼ ଜିଲ୍ଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ମାଳିସାହି ଗତିକେଶ ଉଚ୍ଚ ବିଦ୍ୟାଳୟର ୧୯୮୧ ମାଟ୍ରିକ୍ ବ୍ୟାଚ୍ ପୂରାତନ ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ତୁଳସୀ ପୁର ସ୍ଥିତ ମଧୁବୈଶ ସମାଜ କଲ୍ୟାଣ ମଣ୍ଡପ ଠାରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୁରାତନ ଛାତ୍ରଛାତ୍ରୀ ମଧ୍ୟରୁ ମଞ୍ଜୁଲତା ଦେଇ, ପ୍ରଫୁଲ୍ଲ କୁମାର ସାହୁ ଓ ଚରଣ ପୃଷ୍ଟିଙ୍କ ସଂଯୋଜନାରେ ଏବଂ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଲେଖ ସାହୁଙ୍କ ସଭାପତିତ୍ବରେ ଉକ୍ତ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମଧ୍ଯ ଇଂରାଜୀ ଓ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନ କରିଥିବା ସମସ୍ତ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିମନ୍ତ୍ରଣ କରା ଯାଇଥିଲା। ନିମନ୍ତ୍ରିତ ଶିକ୍ଷକ ମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର, ଭଗବାନ ସାହୁ ଓ ଉକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ପିଅନ ଅପର୍ତି ସ୍ୱାଇଁ ଯୋଗ ଦେଇଥିଲେ।…
Read Moreନୟାଗଡ଼ ହସ୍ପିଟାଲରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଉପକଣ୍ଠ ରାଉତରାପୁରର ଏକ ଅଢେ଼ଇ ମାସର ଶିଶୁ ମୃତ୍ୟୁକୁ ନେଇ ଆଜି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା କରିବାରୁ ଶିଶୁଟି ମୃତ୍ୟୁବରଣ କରିଥିବା ଅଭିଯୋଗ କରିବା ସହ ସମ୍ପୃକ୍ତ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଦାବିରେ ହସ୍ପିଟାଲ ଗେଟ୍ ବନ୍ଦ କରି ପ୍ରତିବାଦ କରିଥିଲେ ପରିବାର ବର୍ଗ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଥିଲା।
Read Moreଦଧିବାମନ ସଂସ୍କୃତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମାଧାନ ପାଇଁ ଏବିଭିପିର ଦାବି ପତ୍ର ପ୍ରଦାନ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଏବଂ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟ, କୁରାଳ ଓଡ଼ଗାଁର ବିଦ୍ୟାର୍ଥୀ ମାନେ ନିଜ ମିହାବିଦ୍ୟାଳୟର କିଛି ସମସ୍ୟାକୁ ନେଇ ୬ଦଫା ସମ୍ବଳିତ ଦାବିପତ୍ର ଅଧକ୍ଷଙ୍କୁ ପ୍ରଦାନ କରାଯାଇଛି। ଅଧ୍ୟକ୍ଷଙ୍କ ମାଧ୍ୟମରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଏହି ଦାବିପତ୍ରକୁ ପଠାଯିବ। ୬ଦଫା ଦାବିପତ୍ରରେ ମହାବିଦ୍ୟାଳୟର ପ୍ରତି ପାର୍ଶ୍ଵରେ ପ୍ରାଚୀର ନିର୍ମାଣ, ଛାତ୍ର ସାଧାରଣ କକ୍ଷର ନିର୍ମାଣ, ଶୌଚାଳୟର ଉନ୍ନତି କରଣ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତି, ମହାବିଦ୍ୟାଳୟ ନିମନ୍ତେ ଏକ ଖେଳ ପଡିଆର ନିର୍ମାଣ ଆଦି ବିଷୟ ଉଲ୍ଲେଖ କରାଯାଇଛି। ପ୍ରକାଶ ଥାଉକି ଯେ ମହବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ଦସ୍ତଖତ ଅଭିଯାନ କରାଯାଇ ପ୍ରମୁଖ ଅସୁବିଧା ଗୁଡିକର ସ୍ଥାୟୀ ସମାଧାନ ନିମନ୍ତେ ଦାବି ଉପସ୍ଥାପନ କରାଯାଇଅଛି। ଦାବି ନମାନିଲେ ଆଗାମୀ ଦିନରେ ବଡ଼ ଆନ୍ଦୋଳନ କରାଯିବ ବୋଲି ଛାତ୍ର…
Read Moreଓଡ଼ଗାଁ ରଘୁନାଥଜୀଉଙ୍କ ହୁଣ୍ଡି ଖୋଲିଲା, ୩ ଲକ୍ଷ ୬୭ହଜାର ୪୪୪ ଟଙ୍କା ଆଦାୟ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଆଜି ଦେବୋତ୍ତର ବିଭାଗ, ରାଜସ୍ୱ ବିଭାଗ ଓ ପୁଲିସ ଉପସ୍ଥିତିରେ ଶ୍ରୀ ରଘୁନାଥ ଜୀଉଙ୍କ ହୁଣ୍ଡି ଖୋଲାଯାଇଛି।ହୁଣ୍ଡି ମଧ୍ୟରୁ ନଗଦ ୩ ଲକ୍ଷ ୬୭ ହଜାର ୪୪୪ ଟଙ୍କା ସମେତ ସୁନା ୧୪୧ ମିଲିଗ୍ରାମ,ରୁପା ୪୦୦ ମିଲିଗ୍ରାମ ଓ ୪୦୦ ଗ୍ରାମର ଗୋଟିଏ ଘଣ୍ଟି ମିଳିଥିବା ନେଇ ଦେବୋତ୍ତର ବିଭାଗ ପକ୍ଷରୁ ସୂଚନା ମିଳିଅଛି।ଏଥିରେ ଓଡ଼ଗାଁ ତହସିଲଦାର ମାନସ ରଞ୍ଜନ ଭୋଇ, ଦେବୋତ୍ତର ମ୍ୟାନେଜର ତାପସରଞ୍ଜନ ପଟ୍ଟନାୟକ, ମନ୍ଦିର ସୁପରଭାଇଜର ଜିତେନ୍ଦ୍ର କୁମାର ମିଶ୍ର,ଅତିରିକ୍ତ ରାଜସ୍ୱ ନିରୀକ୍ଷକ ଜ୍ୟୋସ୍ନା ଦେଇ,ପୂଜକ ପରିଷଦ ସଭାପତି ପ୍ରଫୁଲ୍ଲ ମହାପାତ୍ର,ସୁଆର ପରିଷଦ ସଭାପତି ସୁବ୍ରତ କୁମାର ପଣ୍ଡା,ସମ୍ପାଦକ କାର୍ତ୍ତିକଚନ୍ଦ୍ର ପଣ୍ଡା, ତହସିଲ କର୍ମଚାରୀ ଓ ପୁଲିସ ଉପସ୍ଥିତିରେ ହୁଣ୍ଡି ଖୋଲାଯାଇଥିଲା।ସୂଚନା ଥାଉ କି ୨୦୨୫ ମସିହା ଫେବୃଆରୀ ମାସ ୨୧ ତାରିଖରେ ଶ୍ରୀ ରଘୁନାଥ ଜୀଉଙ୍କ ହୁଣ୍ଡିରୁ…
Read Moreବରିଷ୍ଠ ଆଇନଜୀଵୀ ବୃନ୍ଦାବନ ପଣ୍ଡାଙ୍କ ବିୟୋଗରେ ଜିଲ୍ଲା ଓକିଲ ସଙ୍ଘ ଶ୍ରଦ୍ଧାଞ୍ଜଳି ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଖ୍ୟାତନାମା ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ପ୍ରାକ୍ତନ ସଭାପତି ବୃନ୍ଦାବନ ପଣ୍ଡାଙ୍କ ବିୟୋଗରେ ଆଜି ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୋର୍ଟ ସମ୍ମିଳନୀ କକ୍ଷଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଶ୍ରୀ ପଣ୍ଡାଙ୍କ ବିୟୋଗ ନୟାଗଡ଼ ଜିଲ୍ଲା ଆଇନ ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଥିବା କୁହାଯାଇଛି। ବାର ବେଞ୍ଚ ମିଳିତ ଶୋକ ସଭାରେ ସ୍ବର୍ଗତ ପଣ୍ଡାଙ୍କ ଅମର ଆତ୍ମା ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ଥିଲା। ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଜିଲ୍ଲା ପରିବାର ଅଦାଲତ ଜଜ ଇନ୍ଦୁ ଶର୍ମା, ସ୍ୱତନ୍ତ୍ର ପୋକ୍ସ ଜଜ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ ରୀଜା ରାୟଙ୍କ ସମେତ ଅନ୍ୟନ୍ୟ ବିଚାର ବିଭାଗୀୟ ଅଧିକାରୀ ମାନେ ସ୍ବର୍ଗତ ପଣ୍ଡାଙ୍କ ସ୍ମୃତିଚାରଣ…
Read Moreଏବିଭିପି ଦଶପଲ୍ଲା ପକ୍ଷରୁ ନଗର ସମ୍ମିଳନୀ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ବିଶ୍ବର ସର୍ବବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଦଶପଲ୍ଲା ଶାଖା ପକ୍ଷରୁ ଦଶପଲ୍ଲା ମହାବୀର ମନ୍ଦିର ଠାରେ ନଗର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଚଳିତ ଶିକ୍ଷାବର୍ଷ ପାଇଁ ଏବିଭିପି ନଗର ଟିମ୍ ଘୋଷଣା କରାଯାଇଛି। ନଗର ସଭାପତି ଭାବେ ଅଧ୍ୟାପକ ସରୋଜ କୁମାର ପଣ୍ଡା ମନୋନୀତ ହୋଇଛନ୍ତି। ନଗର ସମ୍ପାଦକ ଭାବେ ମାନସ୍ ବାରିକ, ସାହସମ୍ପାଦକ ଭାବେ- ଚନ୍ଦନ ନାୟକ, ଯାଜ୍ଞସେନି ନାୟକ, ଜାନକୀ ମହାକୁଡ଼, ଶୁଭମ ବାରିକ, ଅଙ୍କିତା ବେହେରା, ଗାୟତ୍ରୀ ପୃଷ୍ଟି, ସୁନୀଲ କିରଣ ବାରିକ, ସୋସିଆଲ ମିଡିଆ- ସତ୍ୟବ୍ରତ ପ୍ରଧାନ, ଗୋକୁଳ ପ୍ରଧାନ, ସେବା ପ୍ରମୁଖ- ପୁଷ୍ପାଞ୍ଜଳି ସାହୁ, ଲିଜାରାଣୀ ମୁଦୁଲି, ରାଷ୍ଟ୍ରୀୟ କଳା ମଞ୍ଚ ପ୍ରମୁଖ- ସୋନାଲି ନାୟକ, ଦୀପିକା ଖିଲାର, ଖେଲୋ ଭାରତ- ପିଙ୍କୁ ବେହେରା, ରାକେଶ ରଣା, କାର୍ଯ୍ୟକାରିଣୀ ସଦସ୍ୟ-…
Read More