ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ରବିବାର ଦିନ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ନୟାଗଡ଼ଠାରେ ନୟାଗଡ଼ ଏବଂ ଓଡ଼ଗାଁ ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ଜୋନ୍ ସ୍ତରୀୟ ପ୍ରତିଯୋଗିତାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ଜଳନ ସହିତ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଉଦ୍ଘାଟନୀ ସଭାରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ । ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗୀତାରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରୁ…
Read MoreYear: 2023
ପଠାଣି ସାମନ୍ତ ଉପାୟନ ପ୍ରଦାନ ଉତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ମର୍ଯ୍ୟାଦାପୂର୍ଣ୍ଣ ‘ନୟାଗଡ଼ ଗୌରବ’ ସମ୍ମାନ ପାଇବା ପାଇଁ ପଠାଣି ସାମନ୍ତଙ୍କ ଜନ୍ମମାଟି ଖଣ୍ଡପଡ଼ାର କୃତୀ ସନ୍ତାନ ଲବ୍ଧ ପ୍ରତିଷ୍ଠିତ ଶିଶୁ ସାହିତ୍ୟିକ ଦାଶ ବେନହୁର ଯୋଗ୍ୟ ବିବେଚିତ ହୋଇଛନ୍ତି । ସେହିପରି ନୟାଗଡ଼ ସ୍ୱୟଂ ଶାସିତ ମହା ବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନଙ୍କୁ ‘ନୟାଗଡ଼ ବନ୍ଧୁ’,ବିଜ୍ଞାନ ସ୍ରଷ୍ଟା ପ୍ରଫେସର ହରପ୍ରସାଦ ମହାପାତ୍ରଙ୍କୁ ‘ପଠାଣି ସାମନ୍ତ ପ୍ରତିଭା’ ସମ୍ମାନ, ସାରସ୍ୱତ ସାଧକ ତଥା ଗାଳ୍ପିକ ହାଡ଼ିବନ୍ଧୁ ମହାକୁଡ଼ଙ୍କୁ ପଠାଣି ସାମନ୍ତ ସାହିତ୍ୟ ସମ୍ମାନ,ସୁନାମଧନ୍ୟ ଯଶସ୍ୱୀ ଆଇନଜୀବୀ ଲକ୍ଷ୍ମୀଧର ପଙ୍ଗାରୀଙ୍କୁ ‘ପଠାଣି ସାମନ୍ତ ଆଇନ ସେବା ରତ୍ନ’,ସ୍ତମ୍ଭକାର ଲଳିତ ମୋହନ ମିଶ୍ରଙ୍କୁ ଦାସରଥି ପଟ୍ଟନାୟକ ସାହିତ୍ୟ ସମ୍ମାନ’,ସମାଜସେବୀ ଅନାଦି ଚରଣ ମହାନ୍ତିଙ୍କୁ ‘ପଠାଣି ସାମନ୍ତ ସେବା ସମ୍ମାନ’,ଯୁବ ସମାଜ ସେବୀ ପ୍ରଭାତ କୁମାର ସାହୁଙ୍କୁ ‘ପଠାଣି ସାମନ୍ତ ଯୁବ ସେବା ସମ୍ମାନ’,ସର୍ବଭାରତୀୟ…
Read Moreବିଜେଡ଼ିରେ ସାମିଲ ହେଲେ ଇକିରି ପଞ୍ଚାୟତ ବିଜେପି ନେତା ଓ କର୍ମୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି ଦିନକୁ ଦିନ ଶକ୍ତିଶାଳୀ ହେଉଛି । ବିରୋଧି ଦଳର ଅନ୍ତକନ୍ଦଳ ପାଇଁ ପ୍ରମୂଖ ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶ ତଥା ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୂଳକ ଚିନ୍ତାଧାରାକୁ ନେଇ ବିରୋଧି ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ନୟାଗଡ଼ ବ୍ଲକ ଇକିରି ପଞ୍ଚାୟତର ପ୍ରମୂଖ ବିରୋଧି ନେତୃତ୍ୱ ଓ କର୍ମୀମାନେ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଇକିରି ପଞ୍ଚାୟତ ପ୍ରମୂଖ ନେତା ସୁଶାନ୍ତ କୁମାର ଦାସ ଏବଂ ୩୯ ଜଣ କର୍ମୀ ବିଜେଡିରେ ମିଶିଛନ୍ତି । ସେମାନଙ୍କ ମଧ୍ୟରେ ଶୁଦର୍ଶନ ପ୍ରଧାନ, ଶୁରେଶ କୁମାର ବେହେରା, ଶ୍ୟାମ ସୁନ୍ଦର ପରିଡା,…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ଡିସେମ୍ବର ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉପଲକ୍ଷ୍ୟେ ଏକ ପ୍ରସ୍ତୁତି ବୈଠକ ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡ଼ିଆଠାରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ସୁରଗନ୍ଧର୍ବ ନବକିଶୋର ମିଶ୍ର,ଗୁରୁ ପ୍ରଭାତ ଦାଶ,ରଜନୀକାନ୍ତ ମହାପାତ୍ର,ନିର୍ମଳ ଶୂରଦେଓ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ସାହୁ,ପ୍ରଦୀପ୍ତ ରଥ,ଡ.ଆଶୁତୋଷ ମହାପାତ୍ର,ସ୍ୱପ୍ନେଶ୍ୱର ଜେନା,ବିଜୟାନନ୍ଦ ମହାପାତ୍ର,ଗୋପୀନାଥ ସେଠୀ,ଲକ୍ଷ୍ମୀଧର ମହାପାତ୍ର,ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ବିଭିନ୍ନ ନିୟମାବଳୀ ସମ୍ପର୍କରେ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ । ନିଷ୍ପତ୍ତି ମୁତାବକ ଏହି ପ୍ରତିଯୋଗୀତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ…
Read Moreଗଞ୍ଜେଇ ବେପାରୀ ଗିରଫ, କାର ଜବତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଟାଉନ ଥାନା ପୁଲିସ ଆଜି ଜଣେ ଗଞ୍ଜେଇ ବେପାରୀକୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁନାଖଳାର ପ୍ରଣବ କୁମାର ଚିନରା ବୋଲି ଜଣାପଡ଼ିଛି। ଏହା ପୁର୍ବରୁ ୨୦୨୧ ମସିହାରେ ଗିରଫ ପ୍ରଣବ ନାଁ ରେ ଏକ ବ୍ରାଉନସୁଗାର କେସ ରଣପୁର ଥାନାରେ ରହିଛି। ମିଳିଥିବା ସୁଚନାନୁସାରେ ନୟାଗଡ଼ ଟାଉନ ଥାନା ପୁଲିସ କୌଣସି ସୁତ୍ରରୁ ଖବର ପାଇ ଘଡୁଆଳ ଛକଠାରେ ଏକ କାରକୁ ଅଟକାଇ ଯାଞ୍ଚ କରିବା ବେଳେ ଉକ୍ତ ଗାଡ଼ିରୁ ୧୫କେଜି ଗଞ୍ଜେଇ ମିଳିଥିଲା। ଏଥିରେ ଥିବା ଆସାମୀକୁ ଗିରଫ କରିବା ସହିତ OD 02 AF 5995 କାରକୁ ପୁଲିସ ଜବତ କରିଛି । ନୟାଗଡ଼ ଟାଉନ ଥାନା କେସ୍ ନଂ ୩୧୩/୨୩ ରେ ଏକ ମାମଲା ରୁଜ କରାଯାଇ ଆସାମି ପ୍ରଣବ ଚିନରାକୁ କୋର୍ଟ ଚାଲାଣ…
Read Moreନୟାଗଡ଼ରେ ବିଜେଡି ଯୁବ ଓ ଛାତ୍ର କର୍ମଶାଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଯୋଗ ଦେଇ ନବୀନ ଓଡ଼ିଶାର ସାରଥି ହେବା ପାଇଁ ଛାତ୍ର ଓ ଯୁବକମାନଙ୍କୁ ଆହ୍ୱାନ ଦେଇଥିଲେ । ଛାତ୍ର ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁବ ବିଜେଡି ରାଜ୍ୟ ସଭାପତି ତଥା ଚାନ୍ଦବାଲି…
Read Moreଓଡ଼ଗାଁ କଲେଜରେ ରକ୍ତଦାନ ଶିବିର: ୧୨୦ ୟୁନିଟ ରକ୍ତ ସଂଗ୍ରହ
ଓଡଗାଁ, (ନୟାଗଡ଼ ଦର୍ପଣ): ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁ ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ କଲେଜ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୋଟ ୧୨୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଶିବିରରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବାବେଳେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ,ତହସିଲଦାର ମାନସ ରଞ୍ଜନ ଭୋଇ,ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ,କଲେଜ ଅଧ୍ୟକ୍ଷ ରାଜକିଶୋର ସାହୁ,ପରିଚାଳନା ପରିଷଦ ସଭାପତି ସୁରେଶ ଚନ୍ଦ୍ର ହୋତା,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ସୁଧାଂଶୁ ଶେଖର ବେହେରା,ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ,ଝିଲି ପ୍ରଧାନ, ସରପଞ୍ଚ ସସ୍ମିତା ପାତ୍ର,ସୁଶ୍ରୀ ଶ୍ରାବଣୀ ବିଶ୍ୱାଳ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।ଡ଼ ନରେଶ କୁମାର ନାୟକ ରକ୍ତ ପରୀକ୍ଷା କରିଥିବାବେଳେ ନୟାଗଡ଼ ରକ୍ତ…
Read Moreଓଡ଼ଗାଁ କଲେଜରେ ନୂତନ ସ୍ମାର୍ଟ ଶ୍ରେଣୀ ଗୃହ ଓ ପାନୀୟ ଜଳ ବିତରଣ କେନ୍ଦ୍ର ଉଦଘାଟିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ୧ କୋଟି ୫୦ ଲକ୍ଷ ବ୍ୟୟ ଅଟକଳରେ ନୂତନ ଅତିରିକ୍ତ ସ୍ମାର୍ଟ ଶ୍ରେଣୀ ଗୃହ ଓ ୧୨ ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ନୂତନ ପାନୀୟ ଜଳ ବିତରଣ କେନ୍ଦ୍ର ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ କରକମଳରେ ଉଦଘାଟିତ ହୋଇଯାଇଛି।ମହାବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ସୁରେଶ ଚନ୍ଦ୍ର ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ସାହୁ ମୁଖ୍ୟ ଅତିଥିରୂପେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥିରୂପେ ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ, ତହସିଲଦାର ମାନସ ରଞ୍ଜନ ଭୋଇ,ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦୁଃଶାସନ ସ୍ୱାଇଁ,ଓଡ଼ଗାଁ କଲେଜ ଅଧ୍ୟକ୍ଷ ରାଜକିଶୋର ସାହୁ,ସରକାରୀ ବହୁବୃତ୍ତି ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ସୁର୍ଯ୍ୟମଣି ସାହୁ,ପୂର୍ବତନ ସରପଞ୍ଚ ଦିବାକର ନାୟକ ପ୍ରମୁଖ…
Read Moreସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଭୁବନେଶ୍ୱରର ଜଗା ଇଉନାଇଟେଡ଼ କ୍ଲବ ବିଜୟୀ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ଲଡୁକେଶ ଆଥେଲଟିକ ଅସୋସିଏସନ ଆନୁକୂଲ୍ୟରେ ସାତଦିନ ବ୍ୟାପି ସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣ।ମେଣ୍ଟର ଆଜି ଶେଷ ଦିନର ଫାଇନାଲ ମ୍ୟାଚ ଜଗା ଇଉନ।ଇଟେଡ଼ କ୍ଲବ ଭୁବନେଶ୍ୱର ସହିତ ଏଜି ରିକରେସନ କ୍ଲବ ଭୁବନେଶ୍ୱର ସହିତ ହୋଇଥିଲା । ଆଜି ର ଚିତାକର୍ଷକ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ରେ ପ୍ରଥମ।ର୍ଦ୍ଧାରେ ଜଗା ଇଉନ।ଇଟେଡ଼ ଦଳ ତିନୋଟି ସ୍କୋର ମାରିଥିବା ବେଳେ ଏଜି ରିକରେସନ ଦଳ କୌଣସି ଗୋଲ ଦେଇପାରିନଥିଲେ ।ଖେଳର ଦ୍ୱିତୀୟ।ର୍ଦ୍ଧାରେ ଅତି ଚମତ୍କାର ଭାବରେ ଏଜି ରିକରେସନ ଦଳ ତିନୋଟି ଗୋଲ କୁ ସୁଝାଇ ଦେଇ ଉଭୟ ଦଳ ତିନି ତିନି ସ୍ଥିତିରେ ରହିଥିଲେ ।କିନ୍ତୁ ଖେଳର ଶେଷ ମୁହୂର୍ତ୍ତରେ ଜଗା ଇଉନ।ଇଟେଡ଼ ଦଳ ଲାଗ ଲାଗ ଆଉ ଦୁଇଟି ଗୋଲ ସ୍କୋର କରିଥିଲେ ।ଏହି ଉତ୍କଣ୍ଠା…
Read Moreଦଶପଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ତିନି ମୃତ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ସୁବଳୟା ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣ ବାଇକ୍ ଚାଳକ ମୃତ ହୋଇଛନ୍ତି।ମୃତକ ମାନେ ହେଲେ ୨ନମ୍ୱର ୱାର୍ଡ ତଅଁଳା ସାହି ର ପରମେଶ୍ବର ଜାନୀ, ୧୬ନମ୍ୱର ୱାର୍ଡ ଖଣ୍ଡପଡ଼ାର ଦୀପକ ମେଡିନିରା, ୮ନମ୍ୱର ୱାର୍ଡ ପଟାମାଳର ଗୋକୁଳି ନାଏକ। ସମସ୍ତ ମୃତକ ଦଶପଲ୍ଲା ଏନ୍ ଏ ସି ଅଞ୍ଚଳର ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ ଶନିବାର ଦିନ ମଧ୍ୟାହ୍ନ ସମୟରେ ବାଇକ୍ ନଂ ଓଡି ୨୫ କେ ୬୪୩୮ ଯୋଗେ ନୟାଗଡ ରୁ ଦଶପଲ୍ଲା ଆସିବା ସମୟରେ ଅନ୍ୟ ପଟ ରୁ ଆସୁଥିବା କାର ନଂ ସିଜି ୦୭ ବିପି ୨୯୭୧ ସହ ମୁହାମୁହିଁ ଧକ୍କା ହେବା ଫଳରେ ସେହି ସ୍ଥାନରେ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ…
Read More