ଦଶପଲ୍ଲା ବିଧାୟକ, ବ୍ଲକ୍ ଅଧ୍ୟକ୍ଷା ଏବଂ ସରପଞ୍ଚଙ୍କୁ କୃତଜ୍ଞତା ଜଣାଇଲେ ଡ଼ମସାହି ବାସିନ୍ଦା ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ପାରାଢିପି ପଞ୍ଚାୟତ ଅଧିନରେ ଥିବା ଥୁଆବାରି ଗ୍ରାମର ଡମସାହି ଲୋକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ଦୀର୍ଘ ୨ ମାସରୁ ଅଧିକ ହେବ ଗ୍ରାମର କିଛି ହିତାଧିକାରୀଙ୍କ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇଥିଲା। ଗ୍ରୀଷ୍ମ ପ୍ରଭାବ ବଢିବା ସହିତ ଅସହ୍ୟ ଗୁଳୁଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏ ସମୟରେ ବିଦ୍ୟୁତ ସଂଯୋଗ ନଥିବାରୁ ଡମସାହିର ବାସିନ୍ଦା ଅସହ୍ୟ ଗରମ ସହି ନ ପାରି ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇଥିଲେ। ପାରାଢିପ ସରପଞ୍ଚ ବିଭୁତି ଭୁଷଣ ପ୍ରଧାନ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ବ୍ଲକ ଅଧ୍ୟକ୍ଷାଙ୍କୁ ଏ ବିଷୟରେ ଅବଗତ କରାଇଥିଲେ। ବିଦ୍ୟୁତ ବିଭାଗ ଅଫିସ ମଧ୍ୟରେ…
Read MoreYear: 2023
ନୂଆଗାଁ ବ୍ଲକ ବାର୍ଷିକ ଖସଡା ପ୍ରସ୍ତୁତି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱାରୋପ
ନୂଆଗା,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ସଭା ଗୃହରେ ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗ ଓଡ଼ିଶା ଆନୁକୁଲ୍ଯରେ ୨୦୨୩- ୨୪ ମସିହାରେ ଗ୍ରାମପଞ୍ଚାୟତର ଉନ୍ନୟନ ଯୋଜନା ପାଇଁ ବାର୍ଷିକ ଖସଡା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ସଚିଦା ନନ୍ଦ ମିଶ୍ର, ସହକାରୀ ଯନ୍ତ୍ରୀ ଶୁଭଶ୍ରୀ ପଣ୍ଡା, ଜିପିଓ ସାଧୁ ଚରଣ ସାହୁ, ସି ପି ତୁଷାରକାନ୍ତ ପରିଡ଼ା, ପରିମଳ ଅଧିକାରୀ କାହୁଁ ଚରଣ ବେହେରା ପ୍ରମୁଖ ମଞ୍ଚାସୀନ ରହି, ନୂଆଗାଁ ବ୍ଲକ ମଧ୍ୟରେ ଥିବା ୨୨ଗୋଟି ପଞ୍ଚାୟତ ମଧ୍ୟରେ ସରକାରଙ୍କ ଦ୍ଵାରା ବିଭିନ୍ନ ଯୋଜନା କିଭଳି କାର୍ଯ୍ୟକ୍ଷମ କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା । ଗ୍ରାମପରିମଳ, ଆଲୋକିକରଣ, ପାନୀୟଜଳ ଯୋଗାଣ, ମହାତ୍ମାଗାନ୍ଧୀ ଜାତୀୟନିଶ୍ଚିତ କର୍ମନିଯୁକ୍ତି ଯୋଜନା, ରାଶନ ହିତାଧିକାରୀଙ୍କୁ…
Read Moreବିଜେଡ଼ି ଆଦର୍ଶରେ ଅନୁପ୍ରାଣିତ ହୋଇ ଇଟାମାଟି ପଞ୍ଚାୟତର ବହୁ ବିଜେପି କର୍ମୀ ବିଜେଡିରେ ସାମିଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ନୀତି ଓ ଆଦର୍ଶ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି । ବିରୋଧି ଦଳର ନେତୃତ୍ୱ ନେଉଥିବା ବ୍ୟକ୍ତି ଦିନକୁ ଦିନ ଦୁର୍ବଳ ହେଉଛନ୍ତି । କିଛିଦିନ ତଳେ ନୟାଗଡ଼ ଓଡ଼ଗାଁ ବ୍ଲକର ୪୫ ପରିବାର ଝାରସୁଗୁଡ଼ା ଯାଇ ବିଜୁ ଜନତା ଦଳରେ ସାମିଲ ହେଉଥିବା ବେଳେ ଆଜି ନୟାଗଡ଼ ବ୍ଲକ ଇଟାମାଟି ପଞ୍ଚାୟତର ୨୦ ଜଣ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପରେ ଅସ୍ଥାପ୍ରକଟ କରି ସେମାନେ ଦଳରେ ସାମିଲ ହୋଇଥିବା ବେଳେ ବିଜେପିରେ ଚାଲିଥିବା ଅନ୍ତଃକନ୍ଦଳ ସେମାନଙ୍କୁ ଦଳ ଛାଡ଼ିବାକୁ ବାଧ୍ୟ କରିଥିବା କହିଛନ୍ତି । ନୟାଗଡ଼…
Read Moreଆସନ୍ତା ୧୩ ତାରିଖ ଦିନ ନୟାଗଡ଼ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୧୩ ତାରିଖ ଶନିବାର ଦିନ ଅନୁଷ୍ଠିତ ହେବ। ପ୍ରତ୍ୟେକ ବିବାଦର ସହଜ ଏବଂ ଆପୋଷ ସହମତିରେ ସମାଧାନ ପାଇଁ ଲୋକ ଅଦାଲତର ସହାୟତା ନେବା ପାଇଁ କୁହାଯାଇଛି । ବିଚାରପତିମାନେ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ଉପସ୍ଥିତ ରହି ପଞ୍ଜିକୃତ ହୋଇଥିବା ଦେୱାନୀ, ଫୌଜଦାରୀ, ପାରିବାରିକ, ମୋଟର ଯାନ ଦୁର୍ଘଟଣା, ବ୍ୟାଙ୍କ ଋଣ ଜନିତ ମାମଲାଗୁଡ଼ିକର ଫଇସଲା କରିବେ। ଦରିଦ୍ର, ନିଷ୍ପେସିତ ଓ ଅବହେଳିତ ତଥା ଗ୍ରାମାଞ୍ଚଳର ଲୋକମାନେ ଏହି ଅଦାଲତରେ ବିନା ମୂଲ୍ୟରେ ନ୍ୟାୟ ପାଇପାରିବେ । ଲୋକ ଅଦାଲତ ମାଧ୍ୟମରେ ଅସମାହିତ ମୋକଦ୍ଦମା ଗୁଡ଼ିକର ଫଇସଲା କରାଯିବ । ଏହାର ସୁବିଧା ଲୋକମାନେ ନେଇ ଅଧିକରୁ ଅଧିକ ଉପକୃତ ହୋଇ ପାରିବେ ବୋଲି ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ…
Read Moreରତ୍ନମୁଦ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଚାହାଳୀ ପଞ୍ଚାୟତ ଅଧିନରେ ଥିବା ଡାଳିଆମଡା ଠାରେ ବିରାଜିତ ମା ମଙ୍ଗଳା ଠାକୁରାଣୀଙ୍କ ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ମା’ଙ୍କ ମନ୍ଦିରରେ ରିତିକାନ୍ତି ଅନୁଯାୟୀ ମା’ଙ୍କ ପୀଠରେ ହୋମ, ନାମ, ସଙ୍କୀର୍ତ୍ତନ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା’ଙ୍କ ଆଶୀର୍ବାଦ ଲାଭ କରିଥିଲେ। ତତ୍ ସହିତ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିବା ସହ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ଦଶପଲ୍ଲା ଏନ୍ଏସି ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ମହାପାତ୍ର, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ, ଢେଙ୍କେଣା ସରପଞ୍ଚ ଯୁଗଳ କିଶୋର ସାହୁ, ରମେଶ…
Read Moreଚାଷୀମାନଙ୍କ ଦୁଃଖ ଦୁରକଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ଏବଂ ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ଅଞ୍ଚଳବାସୀ ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଢ଼ାଝୋଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା କାଳିଆମ୍ବା ଠାରେ ବହୁ ପ୍ରତିକ୍ଷୀତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୨କୋଟି ୨୯ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଚାଷୀମାନଙ୍କ ଦୁଃଖ ଦୂର ହେବାକୁ ଯାଉଛି ବୋଲି କହିଥିଲେ। ଏହି ପ୍ରକଳ୍ପ ଦ୍ବାରା ଶହ ଶହ ହେକ୍ଟର ଚାଷ ଜମି ଜଳ ସେଚିତ ହୋଇ ପାରିବ ବୋଲି କହିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ ବିଧାୟକ ଶ୍ରୀଯୁକ୍ତ ବେହେରା। ସମ୍ମାନୀତ ଅତିଥିଭାବେ ନୂଆଗାଁ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ଵାଇଁ,…
Read Moreପୌର ନିର୍ବାଚନ ବେଳେ ଦେଇଥିଲେ ପ୍ରତିଶୃତି ତାହା ହେଲା ପୂରଣ, ଖୁବଶୀଘ୍ର ନିର୍ମାଣ ହେବ ୧୩କିମି ରାସ୍ତା
ନୟାଗଡ଼ ବିକାଶର ଆଉ ଏକ ମାଇଲଖୁଣ୍ଟ, ମୁଖ୍ୟମନ୍ତ୍ରୀ ଏବଂ ନୟାଗଡ଼ ବିଧାୟକଙ୍କୁ କୃତଜ୍ଞତା ଜ୍ଞାପନ କଲେ ନୟାଗଡ଼ ସହରବାସୀ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ବିକାଶରେ ପୁଣି ଯୋଡ଼ି ହେଲା ଆଉ ଏକ ଫର୍ଦ୍ଦ। ଦୀର୍ଘ ଦିନର ପ୍ରତୀକ୍ଷାର ହେଲା ଅବସାନ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ପ୍ରାୟ ୧୩ କି.ମି ପର୍ଯ୍ୟନ୍ତ ନୟାଗଡ଼ ସହରର ଦୁଇଟି ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇପାରିଛି । ଏ ସବୁ ରାସ୍ତା ସହରାଞ୍ଚଳ ବିକାଶ ବିଭାଗ ବା ପୋୖରାଞ୍ଚଳ ଅଧିନରେ ଆସୁଥିଲା । ପୋୖରାଞ୍ଚଳ ଅଧିନରେ ଆସୁଥିବାରୁ ଏହି ରାସ୍ତା ନିର୍ମାଣ କରିବା ପାଇଁ ପୌର ପରିଷଦ ପାଖରେ ଯଥେଷ୍ଟ ଅର୍ଥ ନଥିଲା । ତେଣୁକରି ଏହି ରାସ୍ତାକୁ କଙ୍କ୍ରିଟ୍ କରିବାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ପାଇଁ ନିଷ୍ପତ୍ତି ନିଆଗଲା। ସେଥିପାଇଁ ଯାହା ସବୁ ପକ୍ରିୟା ରହିଛି ସେସବୁ…
Read Moreଚଳିତ ମାସ ୨୦ ଓ ୨୧ତାରିଖ ଦୁଇଦିନ ଧରି କେସି କ୍ଲବରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଚେସ ଆସୋସିଏସନର ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୦ ଏବଂ ୨୧ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ସୂଚନା ମୁତାବକ ଏହି ଟୁର୍ଣ୍ଣାମେଣ୍ଟରେ ସମସ୍ତ ବର୍ଗର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପାରିବେ। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ଶହ ଟଙ୍କା, ଦ୍ୱିତୀୟ ସ୍ଥାନ ପାଇଁ ୧୨ଶହ ଟଙ୍କା, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧ହଜାର ଟଙ୍କା, ଚତୁର୍ଥ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୭୦୦ଟଙ୍କା ଏବଂ ପଞ୍ଚମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ୬୦୦ ଟଙ୍କା ସହିତ ପ୍ରମାଣପତ୍ର ପ୍ରଦାନ କରାଯିବ। ସେହିପରି ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ…
Read Moreଗୁମି ବନପାଳଙ୍କ କାର୍ଯ୍ୟାଳୟ ଉଦଘାଟନ କଲେ ଜିଲ୍ଲା ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ମହିପୁର ବନାଞ୍ଚଳ ଅଧିନସ୍ଥ ଗୁମି ବନବିଭାଗ ବନପାଳଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି।ବନପାଳ ପବିତ୍ର ପରିଡାଙ୍କ ତତ୍ତ୍ଵାବଧାନରେ ଉଦଘାଟନୀ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ବହୁଦିନ ଦିନ ଧରି ଗୁମି ବନବିଭାଗ କର୍ମଚାରୀଙ୍କ ପାଇଁ କାର୍ଯ୍ୟଳୟ ଅଭାବ ରହିଥିଲା ଆଜି ନୂତନ ଭାବରେ ନିର୍ମାଣ ହୋଇଥିବା କାର୍ଯ୍ୟଳୟର ଶୁଭ ଉଦଘାଟନ ହୋଇଯାଇଛି । ନୟାଗଡ ଜିଲ୍ଲା ବନଖଣ୍ଡ ଅଧିକାରୀଣୀ କ୍ଷମା ଶଢଙ୍ଗୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟାଳୟ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ମହିପୁର ବନାଞ୍ଚଳ ଅଧିକାରୀ ଅମ୍ରିତ କୁମାର ସାହୁ ଯୋଗ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ବନବିଭାଗର ସମସ୍ତ କର୍ମଚାରୀ ଓ ଗୁମି ଗ୍ରାମର ବୁଦ୍ଧିଜୀବୀ ଉପସ୍ଥିତ ରହିଥିବା ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି।
Read Moreଗ୍ରାମବାସୀ କହିଲେ ମୁଖ୍ୟମନ୍ତ୍ରୀ ଏବଂ ଦଶପଲ୍ଲା ବିଧାୟକଙ୍କ ପାଇଁ ପର୍ବତ ଶିଖରେ ଫୁଟିଲା କଇଁ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଉଦୟପୁର ପଞ୍ଚାୟତ ଅଧୀନରେ ଥିବା ନୂଆଗାଁ ଠାରୁ ନଇ ତଇଲା ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରେ ୭.୯୦ କିମି ରାସ୍ତା ନିର୍ମାଣ ପାଇଁ ୭କୋଟି ୪୮ଲକ୍ଷ ୨୭ହଜାର ଟଙ୍କା ମଞ୍ଜୁର ହୋଇଛି । ଏକ ବର୍ଷ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି ।କାର୍ଯ୍ୟ କିଭଳି ଚାଲିଛି ଏ ନେଇ ପରିଦର୍ଶନରେ ଆସିଥିଲେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ଉପଦେଷ୍ଟା ସବିତା ମହାପାତ୍ର। ରାସ୍ତା ନିର୍ମାଣ ସମ୍ପର୍କରେ ଲୋକମାନଙ୍କ ସହ ଆଲୋଚନା କରିବା ସହିତ ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। ସେହିପରି କୋରଡ଼ା ଠାରୁ ରଗଡ଼ି ମଡା ଭାୟା ମିନା ଗାଡିଆ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଚାଲିଥିବା ୫କିମି ରାସ୍ତା ନିର୍ମାଣ କିପରି ଚାଲିଛି ଦେଖିବା ସହ ରାସ୍ତା ନିର୍ମାଣ ସମ୍ପର୍କରେ…
Read More