ନୟାଗଡ଼ କଲେଜର ପ୍ରାଚୀରପତ୍ର ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରାଚୀରପତ୍ର ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ କରକମଳରେ ମହାବିଦ୍ୟାଳୟ ପରିସରରେ ଉନ୍ମୋଚିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଡ. ସାହୁ ଯୋଗଦେଇ ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ଉନ୍ମୋଚନ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିଥିଲେ। ଯୁବ ସମାଜ ତଥା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନଶୀଳତାର ବିକାଶ କିଭଳି ହୋଇପାରିବ ସେ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିପିନ କୁମାର ପଟ୍ଟନାୟକ, ପରୀକ୍ଷା ନିୟନ୍ତ୍ରକ ଡ. ଜାନକୀ ନାଥ ଦାସ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ସୃଜନାତ୍ମକ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ହରେକୃଷ୍ଣ ଦାସ, ଅଧ୍ୟାପିକା ସ୍ମିତା ସ୍ବାଇଁ, ଟୁନି ପରିଡା ଓ ଅନିତା ସାମନ୍ତରାୟ…

Read More

ନୟାଗଡ଼ରେ ପାଲେଷ୍ଟାଇନ ସଂହତି ଦିବସ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସଦରମହକୁମାରେ ସି.ପି.ଆଇ.(ଏମ୍) ନେତୃତ୍ବରେ ପଟୁଆର ସହିତ ନୟାଗଡ଼ ସହର ପରିକ୍ରମା ପୂର୍ବକ ପାଲେଷ୍ଟାଇନ ସଂହତି ଦିବସ ପାଳନ କରାଯାଇଛି। ଆମେରିକା ମଦତପୁଷ୍ଟ ଯୁଦ୍ଧଖୋର ଇସ୍ରାଏଲ ଯେଭଳି ବର୍ଷାଧିକ କାଳ ପାଲେଷ୍ଟାଇନକୁ କବଳିତ କରିବାପାଇଁ ଆକ୍ରମଣ ଚଳାଇ ରଖିଛି, ବୋମା ଓ କ୍ଷେପଣାସ୍ତ୍ର ମାଡ଼ରେ ହଜାରହଜାର ପାଲେଷ୍ଟାଇନୀୟ ସାଧାରଣ ନାଗରିକ, ଛୋଟଶିଶୁ, ବୃଦ୍ଧ ବୃଦ୍ଧା, ସ୍କୁଲ ଛାତ୍ରଛାତ୍ରୀଙ୍କୁ ହତ୍ୟା କରୁଛି,ତାହାର ପ୍ରତିବାଦରେ ବାମପନ୍ଥୀ ଦଳଙ୍କ ପକ୍ଷରୁ ଆହୂତ ଦେଶବ୍ୟାପୀ କାର୍ଯ୍ୟକ୍ରମର ଆଧାରରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବରିଷ୍ଠ ସି.ପି.ଆଇ.(ଏମ୍) ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପଟୁଆର ଓ ସଭାରେ ଦଳର ପ୍ରମୁଖ ନେତୃତ୍ବ ଗୋଲକବିହାରି ମୁଦୁଲି, ପବିତ୍ର ଇନ୍ଦ୍ରଜିତ, ସୁରେଶ ସ୍ବାଇଁ, ସରୋଜ କୁମାର ନାୟକ, ଜ୍ୟୋତିପ୍ରଭା ଜେନା, କୁଳମଣି ପୃଷ୍ଟି, ବୁଦ୍ଧି ନାୟକ, ନିରଞ୍ଜନ ସାହୁ, ଭାଗିରଥି…

Read More

ନୂଆଗାଁ ବ୍ଲକରେ ଯୋଗଦେଲେ ନୂତନ କନିଷ୍ଠ ଶିକ୍ଷକ, ଶିକ୍ଷୟତ୍ରୀ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକରେ ୮ଜଣ ନୂତନ କନିଷ୍ଠ ଶିକ୍ଷକ ଯୋଗ ଦେଇଛନ୍ତି। ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟରେ ଯୋଗଦେଇ ନିଯୁକ୍ତି ପାଇଥିବା ନିଜ ବିଦ୍ୟାଳୟକୁ ଯାଇ  ଯୋଗ ଦେଇଛନ୍ତି। ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚକାପଥର ପ୍ରାଥମିକ ବିଦ୍ୟାଳୟରେ ନୂତନ କନିଷ୍ଠ ଶିକ୍ଷକ ଅବିନାଶ ଜେନା, ହୀରଦେଇପୁର ପ୍ରାଥମିକ ବିଦ୍ୟାଳୟରେ ସତ୍ୟରଞ୍ଜନ ଦାଶ, ବଲଭଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ବିଭାବତି ରାଉତ, ବକଳ ବନ୍ଧ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ପ୍ରଦୀପ କୁମାର ସେଠୀ, ଚଡ଼କ ମରା ପ୍ରାଥମିକ ବିଦ୍ୟାଳୟରେ ଆକାଶ କୁମାର ରାଉତ, ବନ୍ଧାଭୂଇଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସିପ୍ରା ଶତପଥୀ, କିରିଆ ଲାଞ୍ଜି ସରକାରୀ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋନାଲିସା ପ୍ରଧାନ, ଡିଏମ ନୋଡାଲ ବେରୁଆଁବାରୀ ବିଦ୍ୟାଳୟରେ ଭବାନୀ ଦାଶ ପ୍ରମୁଖ ଯୋଗ ଦେଇଛନ୍ତି।ନୂଆଗାଁ ବ୍ଲକରେ ୧୨ଜଣ ନୂତନ…

Read More

ଟ୍ରେନ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଆଜି ସକାଳୁ ସକାଳୁ ଏକ ଅଭାବନୀୟ ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ ଦେଖିବାକୁ ମିଳିଛି। ସକାଳ ୬ଟା ୧୫ ମିନିଟ ସମୟରେ ଦଶପଲ୍ଲାରୁ ନୟାଗଡ଼ ଅଭିମୁଖେ ଆସୁଥିବା ଟ୍ରେନରେ ଦୁର୍ଘଟଣା ଘଟି ଡିହଗାଁ ମଧ୍ୟଭାଗ ମଧୁପୁର ନିକଟରେ ଏକ ଯୁବକଙ୍କ ମୁଣ୍ଡ ସମ୍ପୂର୍ଣ ଶରୀରରୁ ଛିଡି ଯାଇଥିବା ଜଣାପଡିଛି। ଆତ୍ମହତ୍ୟା କରିବା ପୂର୍ବରୁ ଯୁବକ ଜଣଙ୍କ ନିଜର ଆଧାରକାର୍ଡ଼ ଟି ପକେଟରେ ରଖିଥିଲେ। ଯୁବକଙ୍କ ଘର ବାଣିଗୋଛା ଥାନା ନୂଆଗାଁ ପଞ୍ଚାୟତ କୁଟିବାରି ଅଞ୍ଚଳର ବୋଲି ଜଣାପଡ଼ିଛି।

Read More

ରାଜ୍ୟ ସ୍ତରୀୟ ଯୁବ ପ୍ରତିଭା ସମ୍ମାନ ସମାରୋହ

ରଣପୁର,(ନୟାଗଡ଼ ଦର୍ପଣ): ବିଶ୍ୱ ମହାମାରୀ କରୋନା ସମୟରେ ଯୋଦ୍ଧା ଓ ସାମାଜିକ କର୍ମୀମାନଙ୍କୁ ଦେଶର ବିଭିନ୍ନ ଅଞ୍ଚଳରେ ସମ୍ବର୍ଦ୍ଧିତ କରି ଖ୍ୟାତି ଅର୍ଜନ କରିଥିବା ଉତ୍କଳୀୟମ ଫାଉଣ୍ଡେସନ ଦ୍ୱାରା ଆଜି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା କୁମ୍ଭାରୀ ଛକସ୍ଥିତ କଲ୍ୟାଣ ମଣ୍ଡପରେ ରାଜ୍ୟ ସ୍ତରୀୟ ଯୁବ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବଡ଼ କୁମାରୀ ସରପଞ୍ଚ ପ୍ରଫୁଲ କୁମାର ପ୍ରଧାନ, ସମାଜସେବୀ କିଶୋର ଚନ୍ଦ୍ର ରାଉତରାୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଚିତ୍ରକର ତଥା ସ୍ନେକ ହେଲ୍ପ ଲାଇନ ସଦସ୍ୟ ଅଜୟ କୁମାର ଦାଶ, ବେହେଲା ବାଦକ ସୁବାଷ ଚନ୍ଦ୍ର ବେହେରା, ମୁଣ୍ଡ ପୋତା ଆଦିବାସୀ ସମ୍ପ୍ରଦାୟ ବେଶରେ ସଜ୍ଜିତ ହୋଇ ଉପସ୍ଥିତ ଲୋକମାନଙ୍କୁ ସାପ କାମୁଡାର ପ୍ରତିକାର…

Read More

ଓଡ଼ଗାଁରେ ‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତିସଙ୍ଗୀତ ଅଡିସନ, ୧୩ ଜଣ ସେମି ଫାଇନାଲକୁ ଉନ୍ନୀତ

ନୟାଗଡ଼,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଓଡ଼ଗାଁରେ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ଅଡିସନ ଓଡ଼ଗାଁ ସାମ୍ବାଦିକ ସଂଘ ସଭାପତି ଅଶୋକ କୁମାର ମହାପାତ୍ରଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ରେସପ୍ଲସ ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ ଏହି ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବେତାର ଏବଂ ଚଳଚ୍ଚିତ୍ର କଣ୍ଠଶିଳ୍ପୀ ନବକିଶୋର ମିଶ୍ର,କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ ଏବଂ କଣ୍ଠଶିଳ୍ପୀ ଉଦିତ ନାରାୟଣ ଦାଶ ଯୋଗଦାନ କରି ଶ୍ରେଷ୍ଠ ୧୩ ଜଣ କଣ୍ଠଶିଳ୍ପୀଙ୍କୁ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଚୟନ କରିଥିଲେ।  ସଙ୍ଗୀତଧାରାର ସଭାପତି ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ ଏବଂ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ…

Read More

ବିଜେଡିର ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ପୂର୍ବରୁ ବିଜୁ ଜନତା ଦଳ ଯେଉଁଭଳି ଢଙ୍ଗରେ ସମସ୍ତ କାର‌୍ୟ୍ୟ କରୁଥିଲା ସେହି ସମାନ ଢଙ୍ଗରେ ସମସ୍ତ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଗାମୀ ଦିନରେ ସରକାରଙ୍କ ବିଫଳତାକୁ ନେଇ ପ୍ରତ୍ୟେକ ସ୍ତରରେ ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଲୋକଙ୍କୁ ମିଛ ପ୍ରତିଶୃତି ଦେଇ ଆସିଥିବା ସରକାରଙ୍କୁ ଉଚିତ ଜବାବ ଦେବା ପାଇଁ କର୍ମୀ ଓ ନେତା ମାନଙ୍କୁ ପରାମର୍ଶ ଦେଇଥିଲେ। ଆସନ୍ତା ୯ ତାରିଖରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ସଦସ୍ୟତା ଗ୍ରହଣ ଶୁଭାରମ୍ଭ କରିବେ । ଏହି ଅବସରରେ…

Read More

ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପାଇଁ ବିପଦରେ ସଙ୍ଘ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ନୀଳମାଧବ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ପୈାରହିତ୍ୟରେ ଅନୁଷ୍ଠିତ ବୈଠକରେ ବର୍ଷିୟାନ ସାମ୍ବାଦିକ ପ୍ରଦୀପ୍ତ କୁମାର ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ସାମ୍ବାଦିକ ଜୀବନରେ ଘଟୁଥିବା ସଂଘର୍ଷ ସମ୍ପର୍କରେ ଆଲୋକପାତ କରିଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ ସଂଗଠନକୁ ମଜବୁତ କରିବା ଉପରେ ଆଲୋକପାତ କରିଥିଲେ । ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର ସଂଘର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ଗାଁ ଶାଖା ସଭାପତି ଅଶୋକ କୁମାର ମହାପାତ୍ର, ଦଶପଲ୍ଲା ବ୍ଲକ ସଂଯୋଜନ ପ୍ରଫୁଲ କୁମାର ଦାଶ ସାମ୍ବାଦିକଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ନୟାଗଡ଼ ଜିଲ୍ଲାରେ ବିଶୃଙ୍ଖଳା ସୃଷ୍ଟି କାରୀ ସଂଘ ପାଇଁ ବିପଦ ବୋଲି ଅନ୍ୟତମ…

Read More

ସୁରଭି କାର୍ଯ୍ୟକ୍ରମ ଦ୍ଵାରା ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ହୋଇଥାଏ: ଦଶପଲ୍ଲା ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ। ।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିବା  ସହ ଛାତ୍ର ଛାତ୍ରୀ ହେଉଛନ୍ତି ଦେଶର ଶ୍ରେଷ୍ଠ ସମ୍ପଦ,ଅଳଙ୍କାର ପିନ୍ଧିବା ଦ୍ଵାରା ଯେପରି ଜଣେ ସୁନ୍ଦର ଦେଖାଯାଏ ସେହିପରି ଛାତ୍ର ଛାତ୍ରୀ ମାନଙ୍କ ସାମଗ୍ରିକ ବିକାଶ ହେଲେ ଛାତ୍ର ଛାତ୍ରୀ ମାନଙ୍କ ସୁନ୍ଦରତା ବଢ଼ିଥାଏ ,ଯାହାକି ଏହି କାର୍ଯ୍ୟକ୍ରମ ଦ୍ବାରା ସମ୍ଭବ ବୋଲି ବିଧାୟକ କହିଥିଲେ।  ବିଶ୍ୱ ଶିକ୍ଷକ ଦିବସ ପାଇଁ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ଶୁଭେଚ୍ଛା ଜଣାଇଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା…

Read More

ଗାନ୍ଧୀ ବିଚାରାଧାରା ଉପରେ ଆଲୋଚନା ଚକ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ କଳା ସମାଜ ଆନୁକୁଲ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ଏକ ଆଲୋଚନାଚକ୍ର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରଖ୍ୟାତ ସାହିତ୍ୟିକ ତଥା ଗାନ୍ଧୀ ଆଲୋଚକ ଡକ୍ଟର ବିଜୟ କୁମାର ଚୌଧୁରୀ ଯୋଗଦେଇ ‘ଗାନ୍ଧୀ ବିଚାର; ସମକାଳ ପ୍ରାସଙ୍ଗିକତା’ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଆଧୁନିକ ସମାଜରେ ଗାନ୍ଧୀ ଚେତନାର ଉପଯୋଗିତା ତଥା ଦୈନନ୍ଦିନ ଜୀବନରେ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ଉପରେ ଛାତ୍ରଛାତ୍ରୀମାନଙ୍କୁ ପ୍ରେରିତ କରିଥିଲେ। ପ୍ରାୟ ୨୦୦ କଳା ଛାତ୍ରଛାତ୍ରୀମାନଙ୍କୁ ନେଇ ଆୟୋଜିତ ଆଲୋଚନା ଚକ୍ରରେ ମଧୁସ୍ମିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିବା ସହ ଡକ୍ଟର ଜ୍ୟୋତ୍ସ୍ନାରାଣୀ କର ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ର ପ୍ରତିନିଧି ଚିନ୍ମୟ ପ୍ରସାଦ ବେହେରା ମଞ୍ଚ ପରିଚାଳନା କରିଥିବାବେଳେ ସୁନୀଲ କୁମାର…

Read More