ନୟାଗଡରେ ଜିଲ୍ଲାସ୍ତରୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୟାଗଡ ଜିଲ୍ଲାର ଆଶ୍ରମ ଓ ସେବାଶ୍ରମରେ  କାର୍ଯ୍ୟରତ ସେବକ ଓ ସେବିକାମାନଙ୍କର ଏକ ଚାରି ଦିବସୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର ତା ୧୧.୦୯.୨୦୨୪  ରିଖ ଦିନ ଉଦଘାଟନ  ହୋଇଯାଇଛି। ଆଦିବାସୀ ଭାଷା ସଂସ୍କୃତି ଏକାଡେମୀ, ଭୁବନେଶ୍ବର ଏବଂ ଅନୂସୁଚିତ ଜନଜାତି, ଅନୂସୁଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ  ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ  ଶିବିରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଭାଷା ଗବେଷକ ତଥା ଭାଷାବିତ୍ ଡ. ପରମାନନ୍ଦ ପଟେଲ, ବିଶିଷ୍ଠ ଅତିଥି ଭାବେ ଆଦିବାସୀ ଭାଷା ସଂକୃତି ଏକାଡେମିର ସହାୟିକା ଡ. ସଂଯୁକ୍ତା ମହାରଣା ଏବଂ ସମ୍ମାନୀତ ଅତିଥି ଭାବେ ନୟାଗଡ ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ ଓ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଚିତରଞ୍ଜନ…

Read More

ବିଧାୟକ  ନୁହଁ ଭାଇଟିଏ ହୋଇ ସୁଖ, ଦୁଃଖରେ ରହିବି: ଦଶପଲ୍ଲା ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ବିଭିନ୍ନ ଗ୍ରାମରେ ଥିବା କ୍ଳବ୍ ଦ୍ଵାରା ଜ୍ଞାନଦାତା, ଶକ୍ତିଦାତା, ସୁଖ ଶାନ୍ତି ପ୍ରଦାୟକ, ବିଘ୍ନ ବିନାଶକ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜା ଉତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଗ୍ରପୂଜ୍ୟଙ୍କ ପୂଜା ଉତ୍ସବ ଉପଲକ୍ଷେ ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମପଞ୍ଚାୟତ ଖାଲମଡା ଗ୍ରାମ ସତ୍ୟନାରାୟଣ ଯୁବକ ସଂଘ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଅଗ୍ରପୂଜ୍ୟଙ୍କ ଆଶ୍ରୀବାଦ ନେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ପୂଜା ଉତ୍ସବ ପାଳନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବା ଦ୍ବାରା କିପରି ଭାଇଚାରା ସୃଷ୍ଟି ହୁଏ ଏବଂ   ବିକାଶ ଧାରାକୁ ଆଗେଇ ନେବାପାଇଁ ମୋତେ ଦ୍ଵିତୀୟ ଥର ଆଶୀର୍ବାଦ…

Read More

ଡ୍ୟାନ୍ସ ନୟାଗଡ ଡ୍ୟାନ୍ସର  ସେମି ଫାଇନାଲ ଅନୁଷ୍ଠିତ, ଫାଇନାଲକୁ ଗଲେ  ୧୦ ପ୍ରତିଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ଡ୍ୟାନ୍ସ ନୟାଗଡ ଡ୍ୟାନ୍ସ  ର  ଆଜି ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ନୟାଗଡ ସ୍ଵୟଂଶାସିତ ମହାବିଦ୍ୟାଳୟ ର ଗୋଲ୍ଡେନ ଜୁବୁଲି ହଲ୍ ରେ ଏହାର ସେମି ଫାଇନାଲ ଅନୁଷ୍ଠିତ ହୋଇ ଯାଇଛି । ଏହାକୁ ଜିଲ୍ଲାପରିଷଦ ର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିଲେ ଏବଂ  ଅତିଥି ଭାବରେ ନୟାଗଡ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ , ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ଦାମୋଦର ସାହୁ ଯୋଗ ଦେଇଥିଲେ। ଅତିଥି ମାନେ ନୟାଗଡ଼ର ଛୋଟ ଛୋଟ ପିଲାଙ୍କର ନୃତ୍ୟ ପ୍ରତିଭା ର ଭୂୟସୀ ପ୍ରଶଂସା କରିଥିଲେ ଏବଂ ସେମାନେ ଯେପରି ଏହି। ସୃଜନିକା ମାଧ୍ୟମରେ ରାଜ୍ୟରେ ଓ ଦେଶରେ ନାଁ କରନ୍ତୁ, ସେଥିପ୍ରତି ଯତ୍ନଶୀଳ ହେବା ପାଇଁ ପ୍ରେରଣା ଦେଇଥିଲେ। ପରିଷଦର…

Read More

ନାରାୟଣ ଉଚ୍ଚ ବିଦ୍ୟାଳୟରେ କୌଶଳ ରଥ ପରିକ୍ରମା

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ଵ ଯୁବ ଦକ୍ଷତା ଦିବସ ଅବସରରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ସମ୍ବନ୍ଧିତ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ଙ୍କୁ ସଚେତନତା କରିବା ପାଇଁ ମୁଖ୍ୟମନ୍ତ୍ରୀ କୌଶଳ ରଥ ଶୁଭାରମ୍ଭ କରିଛନ୍ତି।କୌଶଳ ରଥ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟ କୁ ଯାଇ ଛାତ୍ର ଛାତ୍ରୀ ମାନଙ୍କର ବୈଷୟିକ ଶିକ୍ଷା ପ୍ରତି ଆକୃଷ୍ଟ କରିବା ଓ ବିଭିନ୍ନ ଆଧୁନିକ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ କରିବାକୁ ପ୍ରେରଣା ଦେଇଛି।ଏଥିପାଇଁ ଉଦ୍ଧିଷ୍ଟ ପ୍ରଯୁକ୍ତି ବିଦ୍ୟାଳୟ,ବିଭିନ୍ନ ଯନ୍ତ୍ରପାତି ତଥା ଡ୍ରୋନ ଟେକ୍ନୋଲୋଜି, ଥ୍ରିଡି ପେଣ୍ଟିଂ ଆଦି ଉପରେ ସଚେତନତା କରାଯାଇଛି।ରଥ ଆଜି ଓଡ଼ଗାଁ ବ୍ଲକ ର ଶରଣକୁଳ ସ୍ଥିତ ନାରାୟଣ ହାଇ ସ୍କୁଲ ପରିକ୍ରମା କରିଛି। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ବାରା ଛାତ୍ର ଛାତ୍ରୀ ମାନେ ରଥ କୁ…

Read More

ନୟାଗଡ଼ରେ ସୁଭଦ୍ରା ଯୋଜନା ସଚେତନତା ରଥ ଗଡ଼ିଲା

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ୪ଗୋଟି ସଚେତନତା ରଥକୁ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ , ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ପତାକା ଦେଖାଇ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ୪ଗୋଟି ସଚେତନତା ରଥ ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକ ଏବଂ ସହରାଞ୍ଚଳର କୋଣଅନୁକୋଣ ବୁଲିବା ପାଇଁ ରୁଟ୍ ଚାର୍ଟ୍ ପ୍ରସ୍ତୁତ କରାଯାଇ ପ୍ରତ୍ୟେକ ବ୍ଲକର ନୋଡାଲ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି । ପ୍ରତ୍ୟେକ ରଥରେ ପ୍ରଚାର ପତ୍ର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବଣ୍ଟନ ନିମନ୍ତେ ପଠାଯାଇଛି ।  ଆଜିର ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳ, ଜିଲ୍ଲା ନୋଡାଲ ଅଧିକାରୀ ଦେବଦତ୍ତ ପଣ୍ଡା , ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଅର୍ଚ୍ଚନା କଅଁର,…

Read More

ପଣ୍ଡିତ ବିନାୟକ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ  ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍‌ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ଭାଷା ଓ ସଂସ୍କୃତି ଗବେଷକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ଶିକ୍ଷାବିତ ତଥା ସୁବକ୍ତା ଅଶୋକ କୁମାର ନାୟକ  ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନୀ ଓ ସାହିତ୍ୟ କୃତି ଉପରେ ଆଲୋକପାତ କରିଥିଲେ। ୧୮୯୪ ମସିହା ଗଣେଶ ଚତୁର୍ଥୀରେ ଜିଲାର ଶରଣକୁଳ ଗ୍ରାମର ମାଳିସାହିଠାରେ ପଣ୍ଡିତ ବିନାୟକ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ବିନାୟକ…

Read More

ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ଅବସରରେ ପୁଷ୍ପମାଲ୍ୟ ଅର୍ପଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଗଣେଶ ଚତୁର୍ଥୀରେ ଜନ୍ମଲାଭ କରିଥିବା ମହାନ ସାରସ୍ୱତ ସାଧକ, ଗବେଷକ ଓ ସାହିତ୍ୟପ୍ରାଣ ବ୍ୟକ୍ତିତ୍ୱ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୧ତମ ଜୟନ୍ତୀ ଅବସରରେ ସ୍ଥାନୀୟ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଧୂପ ଏବଂ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭାରତ ବିକାଶ ପରିଷଦ, ପୂଜ୍ୟପୂଜା କମିଟି, କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ, ନୟାଗଡ଼ ନାଗରିକ ମଞ୍ଚ, ମୈତ୍ରୀ ଯୁବ ସଂସଦ ଏବଂ ତଥାସ୍ତୁ ପକ୍ଷରୁ ପ୍ରମୋଦ ପଟ୍ଟନାୟକ, ସୁରେନ୍ଦ୍ର ନାଥ ମହାପାତ୍ର, ପ୍ରସନ୍ନ କୁମାର ବସନ୍ତିଆ, ସୁଦର୍ଶନ ପ୍ରଧାନ, ଧୀରେନ୍ଦ୍ର ପଟ୍ଟନାୟକ, ପ୍ରଦୀପ କୁମାର ସାହୁ, ପ୍ରଫୁଲ ନାୟକ, ଶରତ ଆଚାର୍ଯ୍ୟ, ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ…

Read More

ରୋଟାରୀ କ୍ଳବ ଦ୍ୱାରା ପ୍ରଦତ୍ତ “ରାଷ୍ଟ୍ର ନିର୍ମାତା ସମ୍ମାନ” ପାଇଲେ ଆଦର୍ଶ ଶିକ୍ଷକ ଶରତ ଚନ୍ଦ୍ର ବେହେରା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ପବିତ୍ର ଗୁରୁ ଦିବସରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବର ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକମାନେ ଆଗାମୀ ଭବିଷ୍ଯତ ଶିଶୁମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକମାନେ ହେଉଛନ୍ତି ସମାଜର ଆଲୋକ ବର୍ତ୍ତିକା ବୋଲି କହିଥିଲେ। ମୁଖ୍ଯ ବକ୍ତା ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌରପରିଷଦ ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ରୋଟାରୀ କ୍ଳବର ସଂପାଦକ ଅବିନାଶ ସାହୁ ମଞ୍ଚାସୀନ ହୋଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲାବେଳେ…

Read More

ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା ଓ ପରିଚୟ ପତ୍ର ପ୍ରଦାନ ଉତ୍ସବ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଚାନ୍ଦପୁର ଥାନା ଅନ୍ତର୍ଗତ ଝାଡପଡା ପଞ୍ଚାୟତର ଦୁର୍ଗାମଣ୍ଡପ ଠାରେ ପବିତ୍ର ଗୁରୁ ଦିବସ ଅବସରରେ ବରିଷ୍ଠ ନାଗରିକ କଲ୍ୟାଣ ପରିଷଦ, ଝାଡପଡାର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ ୧୫୦ଜଣ ବୟୋ ବୃଦ୍ଧବୃଦ୍ଧାଙ୍କୁ ପୁଷ୍ପ ଚନ୍ଦନ ସହ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ପରିଷଦର ସଭାପତି ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ସଭାକାର୍ଯ୍ୟ ପରିଚାଳନା କରା ଯାଇଥିଲା। ସମ୍ପାଦକ ଶ୍ରୀଯୁକ୍ତ ମାଧବ ରାଉତ ସମ୍ପାଦକୀୟ ବିବରଣୀ ପାଠ କରିଥିଲା ବେଳେ ରାଜ୍ୟ ବରିଷ୍ଠ ନାଗରିକ ମହାସଂଘର ସାଧାରଣ ସଂପାଦକ ଶ୍ରୀଯୁକ୍ତ ରାଜକିଶୋର ସାମନ୍ତରାୟ, ଯୁଗ୍ମ ସଂପାଦକ ଶ୍ରୀଯୁକ୍ତ ବସନ୍ତ କୁମାର ବାରିକ, ନୟାଗଡ଼ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ପଣ୍ଡା, ଚାନ୍ଦପୁର ଆରକ୍ଷୀ ଅଧିକାରୀ ବିନୟ…

Read More

ରୋଟାରୀ କ୍ଳବ୍ ନୟାଗଡ଼ରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ। – ଶିକ୍ଷକମାନେ ସମାଜର ଆଲୋକ ବର୍ତ୍ତିକା- ମୁଖ୍ଯ ଅତିଥି

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ୍ ର ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁ ମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ଆଲୋକ ବର୍ତ୍ତିକା ବୋଲି କହିଥିଲେ। ମୁଖ୍ଯ ବକ୍ତା ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ସ୍ବାଭିମାନୀ ହେବା ଆବଶ୍ଯକ ଏବଂ ସଚ୍ଚୋଟ ତଥା ନିଷ୍ଠାପର ଭାବେ ନିଜର କର୍ତ୍ତବ୍ଯ ସମ୍ପାଦନ କରିବା ଉଚିତ୍ ବୋଲି କହିଥିଲେ।…

Read More