ମାଙ୍କଡ଼ା ପଥର ଖଣି ଉପରେ ଚଢ଼ାଉ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଥିବା ବହୁ ଚର୍ଚ୍ଚିତ ମୟୁରଝାଲିଆ ମାଙ୍କଡ଼ା ପଥର ଖଣି NGTଙ୍କ ନିର୍ଦ୍ଦେଶ ପରେ ବନ୍ଦ ରହିଥିଲା ଏବଂ ଏହି ମାମଲାରେ ୩ଜଣ ତହସିଲଦାର ଓ ୬ଜଣ ରାଜସ୍ବ କର୍ମଚାରୀ ନିଲମ୍ବିତ ହୋଇଥିଲେ। ଉକ୍ତ ଖଣିରୁ ଖଣି ମାଫିଆମାନେ ଆଜି ଅପରାହ୍ନରେ ଖଣି ଖନନ କରୁଥିବା ସମୟରେ ଚାନ୍ଦପୁର ଥାନାର ଆଇଆଇସି ଦିଲ୍ଲୀପ କୁମାର ସ୍ବାଇଁଙ୍କ ତତ୍ଵାବଧାନରେ ଏକ ଟିମ୍ ଖଣି ଉପରେ ଚଢ଼ାଉ କରି ଦୁଇଟି ପାୱାର ଟ୍ରିଲର ଜବତ କରିଛନ୍ତି । ଏହି ଚଢ଼ାଉ ପରେ ଖଣି ମାଫିଆମାନେ ଭୟଭୀତ ହୋଇ ପଡିଥିବା ଜଣାପଡ଼ିଛି ।

Read More

ଭଏସ୍ ଅଫ୍ ନୟାଗଡ଼ର ଜିଲ୍ଲାସ୍ତରୀୟ ସଂଗୀତ ପ୍ରତିଯୋଗିତା ଉଦଘାଟିତ

ସେମି ଫାଇନାଲକୁ ଉନ୍ନୀତ ହେଲେ ୨୪ ଯୁବ କଣ୍ଠଶିଳ୍ପୀ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ଉଦ୍ଘାଟିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ଚାରିବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦ୍ଘାଟନ କରିଥିବା ବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ଅବିନାଶ ସାହୁ। ନୟାଗଡ଼ କ୍ଲବର ସଭାପତି ଅଶୋକ କୁମାର ନାୟକ ସଦସ୍ୟ ଅରୁଣ କୁମାର ମହାନ୍ତି, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ସନ୍ତୋଷ କୁମାର ନାୟକ, ଲକ୍ଷ୍ମୀ ନାରାୟଣ ରଥ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ୧୨ରୁ…

Read More

ଶ୍ରୀ ସୃଜନ ସଙ୍ଗୀତ ପ୍ରତିଯୋଗିତା, ଓମ୍ ପ୍ରସାଦ ପାଇଲେ ‘ସ୍ୱର ଶ୍ରୀ’ ସମ୍ମାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶ୍ରୀ ସୃଜନ, ନୟାଗଡ଼ ପକ୍ଷରୁ ସଙ୍ଗୀତ ପ୍ରତିଯୋଗିତା ଏବଂ ଶିଶିର ଉତ୍ସବ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ବର୍ଣ୍ଣ ଜୟନ୍ତୀ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୁପମା ଖଟେଇ, ସୁରଗନ୍ଧର୍ବ ନବକିଶୋର ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିଥିଲେ। ପ୍ରତିଯୋଗିତାରେ ୧୩ ରୁ ୧୭ବର୍ଷ ବୟସର ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରି କେବଳ ଶ୍ରୀ ସୃଜନ ୟୁଟ୍ୟୁବ୍ ଚାନେଲରେ ଉପଲବ୍ଧ ସଙ୍ଗୀତ ପରିବେଷଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଉତ୍ତୀର୍ଣ୍ଣ ଶ୍ରେଷ୍ଠ ୧୦ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ଚୂଡାନ୍ତ ପର୍ଯ୍ୟାୟରେ ଓମ୍ ପ୍ରସାଦ ପାତ୍ର ଶ୍ରେଷ୍ଠ ବିବେଚିତ ହୋଇ ସ୍ୱର ଶ୍ରୀ ସମ୍ମାନରେ ସମ୍ମାନିତ ହୋଇ ୫ହଜାର ଟଙ୍କା, ମାନପତ୍ର ଏବଂ ଟ୍ରଫି ହାସଲ କରିଥିଲେ। ସେହିପରି ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ହାସଲ କରିଥିବା ଯଥାକ୍ରମେ…

Read More

ଦୁର୍ଗମ ଅଞ୍ଚଳ ବୁଲି ଆଦିବାସୀଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ଦୁର୍ଗମ ଆଦିବାସୀ ଅଞ୍ଚଳ ବଡ଼ଜିରୀ, ତୁକୁଡ଼ା, ଲୁଣି ପରିଦର୍ଶନ କରି ଲୋକ ମାନଙ୍କ ସମସ୍ୟା ବୁଝିବା ସହ ତୁକୁଡା ଗ୍ରାମରେ ଏକ କୋଠଘର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ବିଧାୟକଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସରପଞ୍ଚ ସୁମିତ୍ରା ଜାନୀ, ସମିତି ସଭ୍ୟା ପ୍ରଭାତୀ ମଳିକ, ନାଏବ ସରପଞ୍ଚ ପ୍ରହଲ୍ଲାଦ ମଳିକ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା, ଯୁବ ସଂଗଠକ ଦିଲ୍ଲୀପ କୁମାର ଜାନୀ, ପ୍ରକାଶ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଲୋକମାନଙ୍କୁ ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ବିଧାୟକ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ଅଞ୍ଚଳ ବାସୀ ବିପୁଳ ସ୍ଵାଗତ…

Read More

ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, କୃଷି ମେଳା ଓ ପୁସ୍ତକ ମହୋତ୍ସବର ପ୍ରଥମ କୋର କମିଟି ବୈଠକ

ଡିସେମ୍ବର ୨୪ରୁ ୨୮ତାରିଖ ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, କୃଷି ମେଳା ଓ ପୁସ୍ତକ ମହୋତ୍ସବର ପ୍ରଥମ କୋର କମିଟି ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅପରାହ୍ନ ୩ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରକ୍ତ ଜିଲ୍ଲାପାଳ ରୋଜିନା ଦାସ ମଂଚାସୀନ ପୁରୀ ସାଂସଦ ଡା. ସମ୍ବିତ୍ ପାତ୍ର, ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର…

Read More

ନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ରେଳ ଚଳାଚଳ ସହିତ ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚର ଗଣ ବିକ୍ଷୋଭ ଚେତାବନୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାବାସୀଙ୍କ ବହୁ ଦିନର ସ୍ବପ୍ନ ନୟାଗଡ଼କୁ ରେଳ ଚଳାଚଳ ଗତ ୨୦୧୭ରୁ ଆରମ୍ଭ ହୋଇଥିବା ବେଳେ ଅଦ୍ୟାବଧି ରେଳସେବା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ପାରିନାହିଁ । ଗତ ୨୦୧୭ ମସିହା ଜୁନ ୧୯ ତାରିଖରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପର ଅଂଶ ସ୍ୱରୂପ ନୟାଗଡ଼ ଟାଉନ ଷ୍ଟେସନ ତତ୍କାଳୀନ ରେଳମନ୍ତ୍ରୀ ସୁରେଶ ପ୍ରଭୁଙ୍କ ଦ୍ୱାରା ଉଦଘାଟିତ ହୋଇଥିଲା । ଇତି ମଧ୍ୟରେ ଦୀର୍ଘ ୭ବର୍ଷ ଅତିକ୍ରାନ୍ତ ହୋଇ ସାରିଥିବା ବେଳେ ନୟାଗଡ଼ ଜିଲ୍ଲାବାସୀ ସର୍ବନିମ୍ନ ରେଳ ସୁବିଧା ପାଇ ପାରିଲେ ନାହିଁ । କେବଳ ଦଶପଲ୍ଲାରୁ ଭୁବନେଶ୍ୱର, ପୁରୀ ଏବଂ ଭଦ୍ରକ ମଧ୍ୟରେ ତିନୋଟି ଟ୍ରେନ ଚଳାଚଳ କରୁଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଏବଂ ରାଜ୍ୟ ବାହାରକୁ ଜିଲ୍ଲାରୁ କୌଣସି ଟ୍ରେନ ସୁବିଧା ନାହିଁ । ନୟାଗଡ଼ ଜିଲ୍ଲାରୁ ବ୍ୟବସାୟିକ କାର୍ଯ୍ୟ, ଉଚ୍ଚଶିକ୍ଷା, ପରିଭ୍ରମଣ ତଥା…

Read More

ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ ବ୍ଲକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦୨୫ମସିହା ଫେବୃୟାରୀ ୧୦ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ବ୍ଲକଗୁଡ଼ିକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ କରାଯିବ । ଏଥିରେ ବିଭିନ୍ନ ବିଭାଗ ଯଥା- ପଞ୍ଚାୟତିରାଜ, ଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସୂଚନା ଓ ଲୋକ ସଂପର୍କ, ପୋଲିସ ବିଭାଗ, କୃଷି, ମିଶନଶକ୍ତି, ଜଙ୍ଗଲ ବିଭାଗ, ଓଡ଼ିଶା ଜୀବିକା ମିଶନ ପ୍ରଭୃତି ବିଭାଗ ସହଯୋଗ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଥିଲେ। ଏହି ଗଣଔଷଧ ସେବନରେ ୨ବର୍ଷରୁ କମ ବୟସର ଶିଶୁ, ଗର୍ଭବତୀ…

Read More

ମାଟ୍ରିକର ୮୪ବ୍ୟାଚ ସହପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

ନୟାଗଡ଼,(ନୟାଗଡ଼ ଦର୍ପଣ): ମାଟ୍ରିକର ୮୪ବ୍ୟାଚର ସହପାଠୀ ତଥା ଆଦର୍ଶ ଶିକ୍ଷକ କିଶୋର ଚନ୍ଦ୍ର ସେନାପତିଙ୍କ ଆକସ୍ମିକ ବିୟୋଗରେ ଏକ ଶୋକ ତଥା ଶ୍ରଦ୍ଧାଞ୍ଜଳି ସଭା ନୟାଗଡ଼ ସ୍ଥିତ ମୈତ୍ରୀ ଯୁବ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ତଥା ଶିକ୍ଷାବିତ୍ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଥମେ ସ୍ବର୍ଗତ ଆତ୍ମାର ସଦଗତି ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ନୟାଗଡ଼ରେ ରହୁଥିବା ମାଟ୍ରିକ ୮୪ ବ୍ୟାଚର ସହପାଠୀ ବନ୍ଧୁ ମାନେ ଏଥିରେ ଏକତ୍ରିତ ହୋଇ ସ୍ବର୍ଗତ ସେନାପତି ଜଣେ ଶାନ୍ତ,ସରଳ,ଭଦ୍ର, ଅମାୟିକ ତଥା ଜଣେ କର୍ତ୍ତବ୍ୟ ପରାୟଣ ଆଦର୍ଶ ଶିକ୍ଷକ ଭାବେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ମତବ୍ୟକ୍ତ କରିଥିଲେ। ସେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିବା ବେଳେ ତାଙ୍କର ଏକମାତ୍ର ପୁତ୍ର ବର୍ତ୍ତମାନ…

Read More

ଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ବିଦ୍ୟାଳୟ ନିରାପତ୍ତା ଉପରେ ଗୁରୁତ୍ୱ ରଣପୁର,(ନୟାଗଡ଼ ଦର୍ପଣ): ଗଣ ଶିକ୍ଷା ବିଭାଗର ଚିଠି ନମ୍ବର ୧୧୦୯୯ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକୁ ନେଇ ଆଜି  ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତିଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି। ଏଥିରେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ୟାମସୁନ୍ଦର ନାୟକ, ମୋ ସ୍କୁଲ ସଭାପତି ଦୟାନିଧି ରୟଗୁରୁ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଏହି…

Read More

ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା

ନୟାଗଡ଼, (ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା PTS ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ପୋଲିସ ଟ୍ରେନିଂ ସ୍କୁଲର ଅଧିକ୍ଷକ ଭୂପେଶ ନାୟକ ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ବିଶେଷ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡ଼ିଆଙ୍କ ଖୋର୍ଦ୍ଧା ବିଭାଗ ନିରୀକ୍ଷକ ପ୍ରସନ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀମାନେ ମୋବାଇଲ ଠାରୁ ଦୁରେଇ ରହିବା ଓ କ୍ରୀଡାରେ ମନୋନିବେଶ କରି କୃତିତ୍ୱ ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ। ଦୁଇଦିନ ଧରି ଚାଲିଥିବା ଏହି ଉତ୍ସବ ରେ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପ୍ରାୟ ୮୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଦୌଡ଼, ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ଲମ୍ବାଡ଼ିଆଁ, ଉଚ୍ଚଡିଆଁ ଇତ୍ୟାଦି…

Read More