ନୟାଗଡ଼,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ପଠାଣି ସମାନ୍ତ ସଂସ୍କୃତି ଭବନ ଠାରେ ଆୟୋଜିତ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଫାଇନାଲରେ ପ୍ରୟାତତ୍ମା ରଥ ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ବ୍ଲକସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ୧୧ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ମନୋନୀତ ହୋଇଥିଲେ। ତିନି ପର୍ଯ୍ୟାୟରେ ଅନୁଷ୍ଠିତ ଏହି ଫାଇନାଲ ପ୍ରତିଯୋଗିତାରେ ବିଚାରକ ଭାବେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଗୀତା ଦାଶ, ଆଲୋକ କୁଣ୍ଡୁ ଏବଂ ସଙ୍ଗୀତ ନିର୍ଦ୍ଦେଶକ ଅଶୋକ ଗଣ୍ଠିଆ ଯୋଗଦାନ କରି ଶ୍ରେଷ୍ଠ ୩ ଜଣ ବିଜେତାଙ୍କୁ ବାଛିଥିଲେ। ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ…
Read MoreDay: February 10, 2024
ମୋ ସମୟ ର ନୟାଗଡ଼ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରି କ୍ଳବ ପରିସରରେଅଧ୍ୟlପକ ସରୋଜ କୁମାର ପଟ୍ଟନାୟକ ଙ୍କ ଉଦ୍ୟମ ରେ ନୟାଗଡ଼ ର ସୁନାମଧନ୍ୟ, ଆଇନଜ୍ଞ, ବରିଷ୍ଠ ସାମ୍ବାଦିକ ତଥା ସମାଜ ସେବୀ ସ୍ବର୍ଗତ ନରସିଂହ ପଟ୍ଟନାୟକ ଙ୍କ ଲିଖିତ ସଂକ୍ଷିପ୍ତ ଆତ୍ମଲିପି “ମୋ ସମୟ ର ନୟାଗଡ଼ :ଧ୍ୱନି, ପ୍ରତିଧ୍ୱନି ଏବଂ ବିଦୂଷି ବିଭୁ ପରାୟଣ ଓ ସୁ ସାହିତ୍ୟିକା ସ୍ବର୍ଗତା ମନୋରମା ପଟ୍ଟନାୟକ ଙ୍କ ଲିଖିତ ଭଜନାବଳୀ “ନୀଳ ପର୍ବତ ର କାଳିଆ ସୁନା ର ଶୁଭ ଉନ୍ମୋଚନ ହୋଇଛି, ଏହି ଅବସରରେ ଅବସର ପ୍ରାପ୍ତ ଅଧକ୍ଷ,ପୂର୍ବାଞ୍ଚଳ ଭାଷାକେନ୍ଦ୍ର ଭୁବନେଶ୍ୱର ର ଡ଼. ଅରବିନ୍ଦ ପଟ୍ଟନାୟକ ଓ ଅବସର ପ୍ରାପ୍ତ ଅଧକ୍ଷ, ଶରଣକୂଳ ମହାବିଦ୍ୟାଳୟ ର ପ୍ରଫେସର ରାମଚନ୍ଦ୍ର ମିଶ୍ର ଯୋଗ ଦେଇ ନିଜ କର କମଳ ରେ ପୁସ୍ତକ ଉନ୍ମୋଚନ କରିଥିବା ବେଳେ, ମୁଖ୍ୟ ଅତିଥି…
Read Moreଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ର ଶୁଭାରମ୍ଭ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଯାଇଛି। ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ତାରକ ପ୍ରଶନ୍ନ ତ୍ରିପାଠୀଙ୍କ ସଭାପତିତ୍ୟରେ ରେ ଆୟୋଜିତ ସଭାରେ ମୂଖ୍ୟ ଅତିଥି ଭାବେ ଦଶପଲ୍ଲା ବ୍ଲକ ଚେୟାରମ୍ୟାନ ସୁନନ୍ଦା ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଡ଼ିଓ, ଏବିଡିଓ, ଏବିଓ, ଆଦର୍ଶ ବିଦ୍ୟାଳୟର ଅଧକ୍ଷ ଓ ରୋଟାରୀ କ୍ଲବର ଉପ ପ୍ରାନ୍ତପାଳ ରୋଟାରିଆନ ଧିରେନ୍ଦ୍ର ପଟ୍ଟନାୟକ ଉପସ୍ଥିତ ଥିଲେ । ଫାଇଲେରିଆ ଓ ଏହାର ନିରାକରଣ କୁ ନେଇ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ସଚେତନ କରାଇଥିଲେ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍ବେଣ୍ଡାଜୋଲ’ ବଟିକା ଅତିଥି…
Read Moreଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ତା ୧୦.୦୨.୨୦୨୪ ରିଖ ଠାରୁ ତା ୧୯.୦୨.୨୦୨୪ ରିଖ ପର୍ଯ୍ୟନ୍ତ ଆମ୍ଭ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ହେବାକୁ ଯାଉଅଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍ବେଣ୍ଡାଜୋଲ’ ବଟିକା ବୟସ ଅନୁପାତରେ ଗୋଟିଏ ମାତ୍ରାର ଔଷଧ ଲୋକମାନଙ୍କୁ ପ୍ରଶିକ୍ଷିତ ଓ ଦକ୍ଷ ଔଷଧ ପ୍ରଦାନକାରୀମାନେ ପ୍ରତ୍ୟକ୍ଷ ଭାବରେ ଖାଇବାକୁ ଦେବେ । ଏହି ଔଷଧ ପ୍ରଦାନ କାରୀମାନେ ହେଲେ – ଆଶାକର୍ମୀ, ଅଙ୍ଗନୱାଡିକର୍ମୀ ଓ ସ୍ୱେଚ୍ଛାସେବୀ । ଏହି ଔଷଧ ଏକ ନିରାପଦ ଔଷଧ ଅଟେ ଏବଂ ଏହାର ସାଧାରଣତଃ କୈାଣସି ପାର୍ଶ୍ବ ପ୍ରତିକ୍ରିୟା ନାହିଁ । ଏହାକୁ ଯେକୌଣସି ସମୟରେ କିଛି ଖାଦ୍ୟ ଖାଇବା ପରେ ଖାଇବା ଉଚିତ୍ I ଯାହାଙ୍କ ଦେହରେ…
Read More