ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆସନ୍ତା ମାର୍ଚ୍ଚ ୩ ତାରିଖ ରବିବାର ଦିନ ଏହି ଉତ୍ସବ ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି। ନବନିର୍ମିତ ବଲାଙ୍ଗି ବନ୍ଧ ପ୍ରମୋଦ ଉଦ୍ୟାନ ପରିସରରେ ଏହି ଉତ୍ସବ ଆୟୋଜିତ ହେବ ବୋଲି ବିଶିଷ୍ଟ ଲେଖକ ତଥା ଓଡ଼ିଆ ମିଡିଆର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା ସୂଚନା ଦେଇଛନ୍ତି। ନୟାଗଡ଼ର ଲେଖକଙ୍କ ଭିତରେ ସହଭାବ (fellow feelings) ବୃଦ୍ଧି କରିବା ସହ ଆଞ୍ଚଳିକ ସାହିତ୍ୟର ପ୍ରଚାର ଓ ପ୍ରସାର ଲକ୍ଷ୍ୟରେ ୨୦୨୧ ମସିହାଠାରୁ ଏ ଉତ୍ସବ ଆୟୋଜିତ ହୋଇଆସୁଛି ବୋଲି ଶ୍ରୀ ପଣ୍ଡା କହିଛନ୍ତି। ଏଥର ଜିଲ୍ଲାର…
Read MoreDay: February 24, 2024
ଆମ ପାଇଁ ବଡ଼ ଆମ ନୟାଗଡ଼
ଯକ୍ଷ୍ମା ମୁକ୍ତ ପଞ୍ଚାୟତ ସଚେତନତା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପଞ୍ଚାୟତ ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଟିବି ମୁକ୍ତ ପଞ୍ଚାୟତ ସଂପର୍କରେ ସମସ୍ତ ପଞ୍ଚାୟତ ବିଭାଗ କର୍ମକର୍ତାଙ୍କୁ ନେଇ ଜିଲ୍ଲାପରିଷଦର ସୃଜନ ଗୃହରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଅଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ପଣ୍ଡା, ରାଜ୍ୟ ଯକ୍ଷ୍ମା ବିଭାଗ ଯୁଗ୍ମ ନିର୍ଦେଶକ ଅର୍ଘ୍ୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଯକ୍ଷ୍ମା ରୋଗର ଚିକିତ୍ସା ଓ ନିରାକରଣ ଯକ୍ଷ୍ମାମୁକ୍ତ ପଞ୍ଚାୟତ ଗଠନ କରିବା ପାଇଁ ପଞ୍ଚାୟତ ସ୍ତରରେ ସଚେତନତା କରାଯିବା ପାଇଁ ଆଲୋଚନା ହୋଇଥିଲା।ଅତିରିକ୍ତ…
Read Moreଗ୍ରୀଷ୍ମ ପ୍ରବାହ ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ତାଲିମ ଓ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗ୍ରୀଷ୍ମ ପ୍ରବାହ ମୁକାବିଲା ଓ ପ୍ରସ୍ତୁତି ନିମନ୍ତେ ଏକ ଜିଲ୍ଲାସ୍ତରୀୟ ତାଲିମ ଶିବିର ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଅବସ୍ଥିତ ଡି.ପି.ଆର.ସି. ସଭାଗୃହରେ ଆୟୋଜନ କରାଯାଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳ ସଭାପତିତ୍ୱ କରିଥିଲେ । ସମ୍ବଳ ବ୍ୟକ୍ତିତ୍ଵ ଭାବରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତପତି ରାଜ, ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ନୌସଦ୍ ଅଲ୍ଲୀ ଖାଁ ଓ ଜିଲ୍ଲା ପ୍ରକଳ୍ପ ଅଧିକାରୀ ଅଶୋକ କୁମାର ରଥ ଯୋଗ ଦେଇଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ପଦାଧିକାରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗ ଦେଇ ସେମାନଙ୍କର ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ କାର୍ଯ୍ୟ ଖସଡ଼ା ଉପସ୍ଥାପନା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ସବୁ ବିଭାଗ କିପରି ପ୍ରସ୍ତୁତ ରହିବେ ତାହା ଉପରେ ମତ…
Read Moreମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବହୁମୁଖୀ ଇନଡୋର ଷ୍ଟାଡିୟମ ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭାସୀ ମାଧ୍ୟମରେ ନୟାଗଡ଼ଠାରେ ବହୁମୁଖୀ ଇନଡୋର ଷ୍ଟାଡିୟମର ଉଦ୍ଘାଟନ କରିଛନ୍ତି । ଏହି ଉପଲକ୍ଷେ ନୟାଗଡ଼ ଇନ୍ଡୋର ଷ୍ଟାଡିୟମ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌରାଧ୍ୟକ୍ଷା ନିରୁପମା ଖଟେଇ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ଅର୍ଚ୍ଚନା ଦାସ, କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଓ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ବିଧାୟକ ଡ. ସାହୁ କ୍ରୀଡ଼ାର ବିକାଶ ନିମନ୍ତେ ଏହି ବହୁମୁଖୀ ଷ୍ଟାଡିୟମ ଅନେକ ସହାୟକ ହେବ ବୋଲି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ନୟାଗଡ଼ ଜିଲ୍ଲାର କ୍ରୀଡ଼ାର ବିକାଶ ପାଇଁ ଅହରହ ଉଦ୍ୟମ ଜାରି ରଖିଛନ୍ତି ।…
Read Moreଗୋଲେଇ ଛକ ଟ୍ରାଫିକ, ମାଛ ମାର୍କେଟ ଏବଂ ଶୀତଳ ଭଣ୍ଡାର ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ମୁଖ୍ୟ ଟ୍ରାଫିକ ଗୋଲେଇ ଛକ, ଅତ୍ୟାଧୁନିକ ମାଛ ମାର୍କେଟ ଏବଂ ପରିବା ମଣ୍ଡି ଶୁକ୍ରବାର ଦିନ ସନ୍ଧ୍ୟାରେ ଉଦଘାଟିତ ହୋଇ ଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୂଖ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ନୟାଗଡ଼ ଦୁର୍ଗାମଣ୍ଡପଠାରେ ଅନୁଷ୍ଠିତ ସଭାରେ ବିଧାୟକ ନୟାଗଡ଼ର ଟ୍ରାଫିକ ସମସ୍ୟା ସମ୍ପର୍କରେ ଆଲୋକପାତ କରିବା ସହ ଟ୍ରାଫିକ ନିର୍ମାଣ ବେଳେ ସୃଷ୍ଟି ହୋଇଥିବା ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ । ନୟାଗଡ଼ ଡିଏଫ୍ଓ କାର୍ଯ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତରଣ ପାଇଁ ବନବିଭାଗକୁ ବିଧାୟକ ପ୍ରସ୍ତାବ ଦେଇଥିବା ବିଧାୟକ କହିଥିଲେ । ବିଗତ ଦିନରେ ନୟାଗଡ଼ ଏବଂ ଆଜିର ରୂପାନ୍ତରିତ ନୟାଗଡ଼ ବିଷୟରେ କହିଥିଲେ । ନୟାଗଡ଼ବାସୀଙ୍କ ଅକୁଣ୍ଠ…
Read Moreନୟାଗଡ଼ରେ କୃଷକ କଳାଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ଵାନରେ ଦିଲ୍ଲୀଠାରେ ଚାଲିଥିବା କୃଷକ ଆନ୍ଦୋଳନ ଉପରେ ହରିଆଣା ପୋଲିସ୍ ର ଗୁଳି ମାଡ଼ରେ ସହୀଦ ହୋଇଥିବା ଯୁବ କୃଷକ ନେତା ଶୁଭ କରନ୍ ସିଂ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ପୂର୍ବକ ନୟାଗଡ଼ ଜିଲ୍ଲା ସଦରମହକୁମା ଠାରେ କିଷାନ ମୋର୍ଚ୍ଚା ପକ୍ଷରୁ କଳାଦିବସ ପାଳନ କରାଯାଇଛି। ଚାଷୀ ଫସଲର ଲାଭଜନକ ଦର ପାଇଁ ସ୍ଵାମୀନାଥନ୍ କମିସନଙ୍କ ସୁପାରିଶ ଲାଗୁ କରିବା, ସର୍ବନିମ୍ନ ଦର ଆଇନ ସୁନିଶ୍ଚିତ କରିବା, ଚାଷୀକୁ ରୂଣମୁକ୍ତ କରିବା ପାଇଁ ଋଣଛାଡ଼ କରିବା, ବିଦ୍ୟୁତ ଘରୋଇକରଣ ବନ୍ଦ କରିବା ପ୍ରଭୃତି ଦାବିରେ ଚାଲିଥିବା ଆନ୍ଦୋଳନକୁ ଦବେଇଦେବା ପାଇଁ କେନ୍ଦ୍ର ବିଜେପି ସରକାର ଯେଉଁ ଦମନମୂଳକ ଆକ୍ରମଣ କରିଚାଲିଛି, ତାହା ଇଂରେଜ ଅତ୍ୟାଚାରକୁ ବଳେଇ ଯାଇଛି ବୋଲି ସଂଗଠନର ନେତା ବିଶ୍ଵନାଥ ମହାପାତ୍ର ପ୍ରକାଶ କରିଛନ୍ତି। ସଂଗଠନର…
Read More