ରାଜ୍ଯ ସ୍ତରୀୟ ବିଜ୍ଞାନ ମେଳାରେ ସୁନାମ ଅର୍ଜିଲେ ବିଶ୍ବ ବିଜିତା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଷଷ୍ଠ ଶ୍ରେଣୀ ର ଛାତ୍ରୀ ବିଶ୍ବ ବିଜିତା ମହାନ୍ତି ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଓଡିଶା ତରଫରୁ ଆୟୋଜିତ ପ୍ରାଦେଶିକ ବିଜ୍ଞାନ ମେଳା ରେ ଭାଗନେଇ ଉପ ବରିଷ୍ଠ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ବିଶ୍ବ ବିଜିତା ଅଧ୍ଯୟନ କରୁଥିବା ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ତରଫରୁ ଆୟୋଜିତ ବିଦ୍ଯାଳୟ ସ୍ତରୀୟ ବିଜ୍ଞାନ ମେଳା ରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏହାପରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଓଡିଶା ତରଫରୁ ଆୟୋଜିତ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ଯ ସ୍ତରୀୟ ବିଜ୍ଞାନ ମେଳା ରେ ଭାଗନେଇଥିଲେ। ପରିବେଶ କୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ପ୍ରକଳ୍ପ ନର୍ମାଣ କରିଥିଲେ ଯାହାର ନାମ ଦେଇଥିଲେ ”…

Read More

ଲୁଣିସରା ଠାରେ ଇନୋଭା  ଅଟୋ ଧକ୍କା , ଅଟୋ ଚାଳକ ମୃତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ଥାନା ୫୭ନଂ ଜାତୀୟ ରାଜପଥ ଲୁଣିସରା ଠାରେ ଇନୋଭା ସହିତ ଅଟୋ ଧକ୍କା ହେବା ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଥାଉକି ଅପରାହ୍ନ ୪ ଟା ସମୟରେ ଭୂବନେଶ୍ୱରରୁ ଏକ ଇନୋଭା ଗାଡି(ଓଡ଼ି- ୦୨- ବି ଡବ୍ଲୁ- ୧୭୨୭ )ଭୁବନେଶ୍ୱରରୁ ଫୁଲବାଣୀ ଯାଉଥିବା ବେଳେ ଦଶପଲ୍ଲାରୁ ନୟାଗଡ ଅଭିମୁଖେ ଯାଉଥିବା ଏକ ଅଟୋ (ଓଡ଼ି -୨୫ ସି -୪୦୦୨) ଲୁଣିସରା ନିକଟରେ ଉଭୟ ଗାଡି ମୁହାମୁହିଁ ହୋଇଥିଲେ। ଫଳରେ ଅଟୋ ଚାଳକ ଓଡ଼ଗାଁ ଥାନା ସାକେରୀ ଗ୍ରାମର ବାସୁଦେବ ପ୍ରଧାନଙ୍କ ପୁଅ ବିରଞ୍ଚି ନାରାୟଣ ପ୍ରଧାନ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ଆହତ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ସହାୟତାରେ ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। କିନ୍ତୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ବିରଞ୍ଚିଙ୍କୁ…

Read More

ଭାରତ ବିକାଶ ପରିଷଦ ତରଫରୁ “ଭାରତକୁ ଜାଣ” ପ୍ରତିଯୋଗିତା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଭାରତ ବିକାଶ ପରିଷଦ, ନବଗଡ ଶାଖା ତରଫରୁ ଜିଲ୍ଲା ସ୍ତରୀୟ “ଭାରତକୁ ଜାଣ” ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ପରିଷଦର ଅଧ୍ୟକ୍ଷ ପ୍ରସନ୍ନ କୁମାର ବସନ୍ତିଆ, ପୂର୍ବତନ ଅଧ୍ୟକ୍ଷ ହରେକୃଷ୍ଣ ସାହୁ, ବିଦ୍ୟାଧର ଆଚାର୍ଯ୍ୟ, ସଂସ୍କାର ସଚିବ ଦୁର୍ଯ୍ୟୋଧନ ସାହୁ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିରେ କନିଷ୍ଠ ବର୍ଗରେ ୧୩ଟି ବିଦ୍ୟାଳୟ ଓ ବରିଷ୍ଠ ବର୍ଗରେ ୧୭ ଟି ବିଦ୍ୟାଳୟ ଅଂଶ ଗ୍ରହଣ କରିଥିଲେ। କନିଷ୍ଠ ବର୍ଗ ପ୍ରତିଯୋଗିତା ପରିଚାଳନା କରିଥିଲେ ସଦସ୍ୟା ଶ୍ରୀମତୀ ଝିଲିମିଲି ସାହୁ ଓ ବରିଷ୍ଠ ବର୍ଗ  ଅଧ୍ୟାପକ ଅଜୟ କୁମାର ପଟ୍ଟନାୟକ। ଏଥିରେ କନିଷ୍ଠ ବର୍ଗରେ ପ୍ରଥମ ସ୍ଥାନ ମହର୍ଷି ବିଦ୍ୟାମନ୍ଦିର, ନୟାଗଡ, ଦ୍ୱିତୀୟ ସ୍ଥାନ ଓଡିଶା ଆଦର୍ଶ ବିଦ୍ୟାଳୟ, ନୟାଗଡ ଓ  ତୃତୀୟ…

Read More

ବିଭିନ୍ନ ବ୍ଲକରେ ଉତ୍କଳ ସାମ୍ବାଦିକ ସଂଘ ସାଂଗଠନିକ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ନିର୍ଦ୍ଦେଶରେ ଆଜି ବିଭିନ୍ନ ବ୍ଲକରେ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଶାଖା ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭିନ୍ନ ବ୍ଲକକୁ ଯାଇ ଅନେକ ବିଷୟରେ ଆଲୋଚନା କରିଛନ୍ତି । ଭାପୁର ବ୍ଲକରେ ଭାପୁର ପ୍ରେସ କ୍ଲବ ଶିଶିର କୁମାର ସାହୁ, ରଞ୍ଜନ କୁମାର ମହାପାତ୍ରଙ୍କ ସହ ଅନେକ ସାମ୍ବାଦିକ ଉପସ୍ଥିତ ରହି ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଆଲୋଚନା କରିଥିଲେ । ସେହିଭଳି ଭାବେ ଭାପୁର ଆଞ୍ଚଳିକ ସାମ୍ବାଦିକ ସଂଘ ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ପଟ୍ଟନାୟକ, ସଂଗ୍ରାମ ପଟ୍ଟନାୟକଙ୍କ ସମେତ ଅନେକ ପ୍ରତିନିଧି ଉପସ୍ଥିତ ରହି ଆଲୋଚନା କରିବା ସହ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ସାମ୍ବାଦିକତା ଆରମ୍ଭରୁ ଆମେ ଉତ୍କଳ ସାମ୍ବାଦିକ…

Read More

ବିଦ୍ୟାଳୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ  ୧୩ଟି କ୍ଲଷ୍ଟରରେ ଥିବା ସମସ୍ତ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସୂଚନା ଅନୁଯାୟୀ କୋରଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ, କବିତା ଦାସ, ସିଆରସିସି ଶ୍ରୀନିବାସ ରଥ ପ୍ରମୁଖ ଯୋଗଦେଇ ଏହି କାର୍ଯ୍ୟକ୍ରମ ଦ୍ବାରା ଛାତ୍ର ଛାତ୍ରୀ ମାନଙ୍କ କିପରି ଅନ୍ତର୍ନିହିତ ଗୁଣାବଳିର ବିକାଶ ହୋଇଥାଏ ସି ଉପରେ କହିଥିଲେ। କୋରଡ଼ା ମା ତାରିଣୀ ସ୍ଵୟଂ ସହାୟିକା ଗୋଷ୍ଠୀ ଦ୍ଵାରା ଛାତ୍ର ଛାତ୍ରୀମାନଙ୍କୁ ତିଥି ଭୋଜନ ଦିଆଯାଇଥିଲା। ଭରତ ନୋଡାଲ କ୍ଲଷ୍ଟର ରେ ଥିବା ମହିତମା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ବିଦ୍ୟାଳୟ…

Read More

ବାରହା ଆକ୍ରମଣ ଅଳ୍ପକେ ବର୍ତ୍ତିଲେ ଭଗବାନ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସୀଙ୍ଗାରପଲ୍ଲୀ ଗ୍ରାମର ନଟବର ସେନାପତିଙ୍କ ପୁଅ ଭଗବାନ ସେନାପତି (୫୭) ନିଜ ସ୍ତ୍ରୀ, ଦୁଇ ପୁଅଙ୍କ ସହ ଦିନ ମଜୁରିଆ ଏବଂ କିଛି ଚାଷ କରି ପରିବାର ପୋଷଣ କରିଥାନ୍ତି। ଗତକାଲି ରାତ୍ର ପ୍ରାୟ ୧୦ଟା ସମୟରେ ଭଗବାନ ସେନାପତି ଆଖୁ କିଆରିକୁ ଯାଇଥିବା ବେଳେ ଜଙ୍ଗଲରୁ ଆସିଥିବା ବାରହା ହଠାତ୍ ଭଗବାନଙ୍କୁ ଆକ୍ରମଣ କରିଥିଲା। ଭଗବାନ ତଳେ ପଡିଯିବାରୁ ଭଗବାନଙ୍କ ଗୋଡ଼କୁ ବାରହା କାମୁଡି ଚାଲିଥିଲା। ଭଗବାନ ଜୀବନ ବିକଳରେ ଚିତ୍କାର କରିବା ଦ୍ଵାରା ଗ୍ରାମର କିଛି ଲୋକ ଶବ୍ଦ ଶୁଣି ବିଲକୁ ଧାଇଁ ଆସିବା ଦ୍ଵାରା ବାରହାଟି ଚାଲିଯାଇଥିଲା।ସେଠାରୁ ଭଗବାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ଆସିବାର ବିଳମ୍ବ ହେବାରୁ ଗାଡି ଭଡ଼ା କରି ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ।…

Read More

ନୟାଗଡ଼ରେ ସୀତାରାମ ୟେଚୁରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର କୃଷ୍ଣଚନ୍ଦ୍ର କ୍ଳବ ସଭା ଗୃହରେ ଚଳିତ ସେପ୍ଟେମ୍ବର ୨୧ ତାରିଖରେ ବରିଷ୍ଠ ବାମପନ୍ଥୀ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସି.ପି.ଆଇ.(ଏମ୍)ର ତିରୋହିତ ସର୍ବଭାରତୀୟ ମହାସଚିବ କମ୍ରେଡ ସୀତାରାମ ୟେଚୁରୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଶତାଧିକ ପ୍ରଗତିଶୀଳ ବୁଦ୍ଧିଜୀବୀ, ଦଳୀୟ କର୍ମୀଙ୍କ ଗହଣରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ପ୍ରଥମେ ୟେଚୁରୀଙ୍କ ଫଟୋଚିତ୍ରରେ ପୁଷ୍ପାର୍ପଣ ପୂର୍ବକ ନୀରବ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ସୀତାରାମ ୟେଚୁରୀଙ୍କ ପ୍ରଖର ରାଜନୈତିକ ପାଣ୍ଡିତ୍ୟ, ସମୁଜ୍ଜ୍ଵଳ ଶୈକ୍ଷିକ କ୍ୟାରିୟର, ସମୟୋପଯୋଗୀ କୌଶଳଗତ ସିଦ୍ଧାନ୍ତ, ପ୍ରଗତିଶୀଳ ଚିନ୍ତା – ଚେତନାର‌ ଦିଗଦର୍ଶକ ଭାବରେ ସାମ୍ପ୍ରଦାୟିକ ଶକ୍ତି ବିରୁଦ୍ଧରେ ଲଢେଇ ପରିଚାଳନା କରିବାରେ ୟେଚୁରୀ ଥିଲେ ଭାରତରେ ଅଦ୍ୱିତୀୟ ନେତା ବୋଲି ଏହି ସଭାରେ ବ୍ୟକ୍ତ କରିଥିଲେ ସି.ପି.ଆଇ. ଏମ୍ ରାଜ୍ୟସ୍ତରୀୟ ନେତା ଦୁଷ୍ମନ୍ତ ଦାସ। ଭାରତର ଏଭଳି ଏକ ରାଜନୈତିକ…

Read More

କେସି କ୍ଲବର ସାଧାରଣ ପରିଷଦ ବୈଠକ, ଆୟୋଜିତ ହେବ ମାଗଣା ସ୍ୱାସ୍ଥ୍ୟ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବ ପୂରାତନ ତଥା ଅଗ୍ରଣୀ ଅନୁଷ୍ଠାନ କେସି କ୍ଲବର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ ସଭାପତି ଭାଗିରଥି ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ କ୍ଲବର ବାର୍ଷିକ ଆୟ ବ୍ୟୟ ଉପସ୍ଥାପନ କରାଯିବା ସହିତ ଏହା ଉପରେ ସଦସ୍ୟ ମାନେ ଆଲୋଚନା କରି ସର୍ବସମ୍ମତି କ୍ରମେ ଅନୁମୋଦନ କରିଥିଲେ। କ୍ଲବର ପଶ୍ଚିମ ପାର୍ଶ୍ଵରେ ସିଡ଼ିଘର ନିର୍ମାଣ ସହିତ ଉପରେ ଏକ ଡର୍ମୀଟୋରି ନିର୍ମାଣ ପାଇଁ ଏକ ପ୍ରସ୍ତାବ ଗ୍ରହଣ କରା ଯାଇଥିଲା। ଏହା ସହିତ ଆଗାମୀ ଦିନରେ  ଏକ ମାଗଣା ସ୍ୱାସ୍ଥ୍ୟ ଶିବିର କ୍ଳବ ପକ୍ଷରୁ ଆୟୋଜନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେହିପରି କ୍ଲବର ଉନ୍ନତି ପାଇଁ ଉପସ୍ଥିତ ସଦସ୍ୟ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଏହି ବୈଠକରେ ଉପ ସଭାପତି…

Read More

ଏସିଡି ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମାଧାନ ଉପରେ ଆଇନ ସଚେତନତା

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ଯକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ, ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ବାବଧାନରେ, ନୟାଗଡ ପୋଲିଶ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଓ ସମାଧାନ ଉପରେ ଏକ ଆଇନ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଅଛି। ପ୍ରଶିକ୍ଷଣ କେନ୍ଦ୍ର ଅଧକ୍ଷ ଭବେଶ କୁମାର ନାୟକ ସ୍ବାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ବନ୍ଦେ ଉତ୍କଳ ଜନନୀ ଗାନ ସହିତ କାର୍ଯକ୍ରମ ଆରମ୍ଭ ହୋଇଥିଲା । ବରିଷ୍ଠ ଦେୱାନୀ ବିଚାରପତି ସତ୍ୟବ୍ରତ ରଣା,  ଜାତୀୟ ଆଇନ ସେବା ପ୍ରାଧିକରଣ ବ୍ୟବସ୍ଥା, ଅତିରିକ୍ତ ଜିଲ୍ଲା ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା, ଏସିଡ୍ ଆକ୍ରମଣ, ନିରାକରଣ ଏବଂ ଦଣ୍ଡ ବ୍ୟବସ୍ଥା ଏବଂ…

Read More

ଜିଲ୍ଲା ସାମ୍ବାଦିକ ସଂଘ ବୈଠକ, ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ନିଷ୍ପତ୍ତି

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ବୈଠକ ନୂଆ ବସଷ୍ଟାଣ୍ଡ ସ୍ଥିତ ଟେଷ୍ଟି ଟେଷ୍ଟି ହୋଟେଲରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇ ଯାଇଛି। ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାମ୍ବାଦିକ ମାନଙ୍କ ପାଇଁ ଏକ ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସ୍ଥାନୀୟ ପୋଷ୍ଟ ଅଫିସରେ କଲ୍ୟାଣ ପାଣ୍ଠି ପାଇଁ  ୫୦ ହଜାର ଟଙ୍କା ଜମା ରାଶି ସହିତ ଏକ ଯୁଗ୍ମ ଆକାଉଣ୍ଟ ଖୋଲାଯିବ। କୌଣସି କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ଏହି କଲ୍ୟାଣ ପାଣ୍ଠିରୁ ଅନ୍ତିମ ସଂସ୍କାର ପାଇଁ ତୁରନ୍ତ ୩ ହଜାର ଟଙ୍କା ସହାୟତା ପ୍ରଦାନ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଜିଲ୍ଲା ସଂଘ କାର୍ଯ୍ୟାଳୟ ପାଇଁ ଏକ ଗୃହର ଆବଶ୍ୟକ ହେଉଥିବାରୁ ଭଡ଼ାସୂତ୍ରରେ ଏକ ଘର ନେବା ପାଇଁ ପ୍ରସ୍ତାବ…

Read More