ନୂଆଗାଁ, (ନୟାଗଡ଼ ଦର୍ପଣ): ଏବେବି ବଞ୍ଚିରହିଛି ମଣିଷ ପଣିଆ। ପଶୁ ପକ୍ଷୀମାନଙ୍କ ପ୍ରତି ରହିଛି ଅକୁଣ୍ଠ ଭଲ ପାଇବା। ଯାହାକି ପଶୁ କିମ୍ବା ପକ୍ଷୀମାନେ ଆହତ ହେଲେ ଉଦ୍ଧାର କରୁଛନ୍ତି ଚିତ୍ତରଞ୍ଜନ।ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଖାଲମଡା ଗ୍ରାମର ଚିତ୍ତରଞ୍ଜନ ଖିଲାର (କାଳିଆ। ଉଦ୍ଧାର କରିଛନ୍ତି ଏକ ବିରଳ ପ୍ରଜାତିର ଗରୁଡ଼ ପକ୍ଷୀ। ସୂଚନା ଅନୁଯାୟୀ ଚିତ୍ତରଞ୍ଜନ ଦଶପଲ୍ଲାରୁ ଗ୍ରାମକୁ ଫେରୁଥିବା ବେଳେ ସୋରଡ଼ା ଗ୍ରାମ ନିକଟସ୍ଥ ୫୭ନଂ ଜାତୀୟ ରାଜପଥ ପାର୍ଶ୍ଵରେ ଗରୁଡ଼ ପକ୍ଷୀଟିକୁ ଆହତ ଅବସ୍ଥାରେ ଦେଖିବାକୁ ପାଇଥିଲେ। ଗରୁଡ଼ ପକ୍ଷୀକୁ ଉଦ୍ଧାର କରି ଗ୍ରାମକୁ ଆଣି ଅମୂଲ ମିଶ୍ରିତ ଜଳ ପିଆଇ ଚିତ୍ତରଞ୍ଜନ ବନରକ୍ଷୀ ଅର୍ଧେନ୍ଦୁ ପରିଡ଼ାଙ୍କୁ ଖବର ଦେଇଥିଲେ। ବନରକ୍ଷୀ ଅର୍ଧେନ୍ଦୁ ପରିଡ଼ା ଚିତ୍ତରଞ୍ଜନଙ୍କ ଠାରୁ ଗରୁଡ଼ ପକ୍ଷୀଟିକୁ ଆଣି ନୂଆଗାଁ ପଶୁ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ବ୍ଲକ୍ ପ୍ରାଣୀ…
Read MoreDay: September 5, 2024
ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗୁରୁଦିବସ ମହାସମାରୋହରେ ପାଳନ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଯୋଗଦେଇ ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ମାନଙ୍କୁ ଗୁରୁପୂଜାର ତାପ୍ତର୍ଯ୍ଯ ବିଷୟରେ ବର୍ଣ୍ଣନା କରିବା ସହିତ ଶିଷ୍ଯମାନଙ୍କ ସଫଳତା ଗୁରୁ ମାନଙ୍କ ପରିଚୟ ବୋଲି କହିଥିଲେ। ସ୍ବାମୀ ବିବେକାନନ୍ଦଙ୍କ ପାଇଁ ଠାକୁର ରାମକୃଷ୍ଣ ପରମହଂସ ବିଶ୍ବବିଦିତ। ଏହା ସହିତ ସଂସ୍କୃତ ଶ୍ଳୋକ ମାଧ୍ୟମରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ କରି ସେମାନଙ୍କର ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ। ସର୍ବପ୍ରଥମେ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ପ୍ରତିଛବିରେ ଧୂପ ପୁଷ୍ପ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ସମସ୍ତ ଛାତ୍ରଛାତ୍ରୀ ମାନେ…
Read Moreରାଜ୍ୟସ୍ତରରେ ଟାଇକୋଣ୍ଡରେ କୃତୀ ପ୍ରତିଯୋଗୀଙ୍କୁ ଜିଲ୍ଲାସ୍ତରରେ ସମ୍ମାନିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଅଗଷ୍ଟ ୩୦ ଓ ୩୧ ତାରିଖରେ ହୋଇଥିବା ରାଜ୍ୟସ୍ତରୀୟ ତାଇକୋଣ୍ଡ ପ୍ରତିଯୋଗିତାରେ ନୟାଗଡ଼ ଜିଲ୍ଲାର ପ୍ରତିଯୋଗୀମାନେ ଭାଗ ନେଇ ଅଦ୍ଭୁତପୂର୍ବ ସଫଳତା ହାସଲ କରି ବିଭିନ୍ନ ବର୍ଗରେ ସ୍ୱର୍ଣ୍ଣ , ରୌପ୍ୟ ଓ କାଂସ୍ୟ ପଦକ ହାସଲ କରି ଜିଲ୍ଲାକୁ ଗୌରବାନ୍ନିତ କରିଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଆଜି ଅପରାହ୍ନ ୫ଘଟିକା ସମୟରେ ସେମାନଙ୍କୁ ସମ୍ମାନିତ କରିଥିଲେ। ଓମକାର ଦଳବେହେରା, ଶୋହିତ୍ ଗଡ଼ନାୟକ, ଶ୍ୟାମସୁନ୍ଦର ସିଂ ସ୍ୱର୍ଣ୍ଣ ପଦକ ପାଇଥିବା ବେଳେ ସ୍ମୃତିପ୍ରଜ୍ଞା ସାହୁ, ରୂପାଲି ସେନାପତି ଓ ମନିଷ୍ ସେଠୀ ରୌପ୍ୟ ପଦକ ଏବଂ ଆରତୀକ୍ରିଷ୍ଣା ଦଳବେହେରା କାଂସ୍ୟ ପଦକ ପାଇଥିଲେ । ଏହି ସମ୍ମାନ ସମାରୋହରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ…
Read Moreକୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକମାନଙ୍କୁ ଦ୍ୱିପାକ୍ଷିକ ସହାୟତା ରାଶି ବଣ୍ଟନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଶ୍ରମ କମିଶନର, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୧୦୨୪ ତା. ୦୧.୦୭.୨୦୨୪ରିଖ ଅନୁସାରେ ନୟାଗଡ଼ ଜିଲ୍ଲାରେ ଆଜି ଦ୍ୱିତୀୟ ଦ୍ୱିପାକ୍ଷିକ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ରାଶି ପ୍ରଦାନ ଡିବିଟି ମାଧ୍ୟମରେ କରାଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶ୍ରମ ଅଧିକାରୀ(କଲ୍ୟାଣ) ସୁଧିର କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆଜି ଜିଲ୍ଲା ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଥିବା ଏହି ଦ୍ୱିପାକ୍ଷିକ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ ୪୫ଜଣ ଆବେଦନକାରୀଙ୍କୁ ସର୍ବମୋଟ୍ ଟ.୫୧,୩୫,୪୦୦/-ର ଅର୍ଥ ରାଶି ସିଧା ଆବେଦନକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ୫ଜଣଙ୍କୁ ବିବାହକାଳୀନ ସହାୟତା ବାବଦରେ ଟ.୨,୫୦,୦୦୦/-, ୧୨ଜଣ ମୃତ୍ୟୁ ବରଣ କରିଥିବା ହିତାଧିକାରୀଙ୍କ ନୋମିନୀଙ୍କୁ…
Read Moreଆଜି ପବିତ୍ର ଗୁରୁ ଦିବସରେ ବିଭିନ୍ନ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ
ରଣପୁର,(ନୟାଗଡ଼ ଦର୍ପଣ): ଆଜି ପବିତ୍ର ଗୁରୁ ଦିବସ। ଗୁରୁ-ଶିଷ୍ୟ ପରମ୍ପରା ବହୁପ୍ରାଚୀନ। ବିଦ୍ୟାର୍ଥୀର ଉଚିତ୍ ମାର୍ଗଦର୍ଶକ ହେଉଛନ୍ତି ଗୁରୁ। ଗୁରୁଙ୍କ ଅବଦାନକୁ ସମ୍ମାନ ଓ ସ୍ମରଣ କରିବା ଲାଗି ପ୍ରତି ବର୍ଷ ସେପ୍ଟେମ୍ବର ୫ତାରିଖରେ ପାଳନ କରାଯାଏ ଗୁରୁ ଦିବସ। ଗୁରୁ ଦିବସ ମଧ୍ୟ ଆମ ଦେଶରେ ଏକ ବଡ ପର୍ବ ଭାବେ ପାଳନ କରାଯାଏ। ଏହି ଦିନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ। ୧୮୮୮ ସେପ୍ଟେମ୍ବର ୫ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୨ ପରଠାରୁ ତାଙ୍କ ଜନ୍ମଦିନ ଗୁରୁ ଦିବସ ଭାବରେ ପାଳନ କରାଯାଇଆସୁଛି। ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ଏକ ପ୍ରସିଦ୍ଧ ବିଚାରରେ କହିଥିଲେ ଯେ, ଯଦି ମୋର ଜନ୍ମଦିନ ପାଳନ କରିବା ପରିବର୍ତ୍ତେ ସେପ୍ଟେମ୍ବର ୫ରେ ଗୁରୁ ଦିବସ ଭାବେ ପାଳନ କରାଯାଏ, ତେବେ ଏହା ମୋ ପାଇଁ ଗର୍ବର ବିଷୟ ହେବ।…
Read Moreନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ପାଳନ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଉଚ୍ଚବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭଗବାନ ସାହୁ ମା’ସାରଦାଙ୍କ ନିକଟରେ ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟାଳୟ ର ପ୍ରଧାନାଚାର୍ଯ୍ୟ ଶ୍ରୀ ଅମ୍ବିକା ପ୍ରସାଦ ପଟ୍ଟନାୟକ ମୁଖ୍ୟ ଅତିଥିଙ୍କ ପରିଚୟ ରଖିଥିଲେ। ମୁଖ୍ୟ ଅତିଥି ଗୁରୁଦିବସ ର ମହତ୍ତ୍ୱ, ସମାଜରେ ଗୁରୁଙ୍କ ଭୂମିକା ସମ୍ପର୍କ ରେ ଧାରଣା ଦେଇଥିଲେ। ଶିଶୁର ଶିକ୍ଷାଗ୍ରହଣ ଆରମ୍ଭ ହୁଏ ଶୂନ ରୁ ଆଠ ବର୍ଷ ମଧ୍ୟରେ। ଏହିସମୟ ରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ। ଛାତ୍ରଛାତ୍ରୀମାନେ ମଧ୍ୟ ଗୁରୁଦିବସ ର ମହତ୍ୱ ଓ ଏହିଦିବସ ପାଳନ ର ଆବଶ୍ୟକତା ସମ୍ପର୍କ ରେ କହିଥିଲେ। ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ଜ୍ୟୋସ୍ନାମୟୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ର…
Read Moreନୟାଗଡ଼ ଜିଲ୍ଲାରେ ବୁଲିଲା କୌଶଳ ରଥ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଜିଠାରୁ ଆରମ୍ଭ ହୋଇଛି କୌଶଳ ରଥ ପରିକ୍ରମା । ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ କୌଶଳ ରଥର ଶୁଭାରମ୍ଭ କରାଯାଇଛି । ଏହା ଜିଲ୍ଲାର ସମସ୍ତ ଆଠଟି ବ୍ଲକ ଏବଂ ପୌରାଞ୍ଚଳରେ ପରିକ୍ରମା କରିବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ କୌଶଳ ରଥର ଶୁଭାରମ୍ଭ କରିଛନ୍ତି । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ରୋଜିନା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଓ ସୂଚନା ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ…
Read Moreସେପ୍ଟେମ୍ବର ୧୪ ରେ ରାଷ୍ଟ୍ରୀୟ ଲୋକ ଅଦାଲତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଆସନ୍ତା ସେପ୍ଟେମ୍ବର ୧୪ତାରିଖ ଶନିବାର ଦିନ ଜିଲ୍ଲା ଓ ଦୌରା ଅଦାଲତ ନୟାଗଡ଼ ସମେତ ଜିଲ୍ଲାର ସମସ୍ତ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ଼ ସଚିବ ଶ୍ରୀ ଅଞ୍ଜଳି ମଛଖଣ୍ଡ ପ୍ରକାଶ କରିଛନ୍ତି । ଉକ୍ତ ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିଶ ଯୋଗ୍ୟ ), ଚେକ ବାଉନ୍ସ , ବ୍ୟାଙ୍କ ଋଣ, ମୋଟୋର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହା ସହ ପ୍ରାକ୍ ମକଦ୍ଦମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ସମ୍ବନ୍ଧୀୟ ବିବାଦ, ବିଦ୍ୟୁତ, ଜଳ ଓ…
Read Moreଜବାହର ନବୋଦୟ ଚୟନ ପରୀକ୍ଷା ପାଇଁ ଆବେଦନ ଗ୍ରହଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ନାମଲେଖା ପାଇଁ ଚୟନ ପରୀକ୍ଷା ଆସନ୍ତା ଜାନୁୟାରୀ ମାସ ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ନୟାଗଡ଼ ଜିଲ୍ଲାରେ ୫ମ ଶ୍ରେଣୀରେ ପଢ଼ୁଥିବା ଏବଂ ନୟାଗଡ଼ ବାସିନ୍ଦା ପ୍ରମାଣ ପତ୍ର ଥିବା ଆଶାୟୀ ପ୍ରାର୍ଥୀ ମାନେ ଏଥିରେ ଆବେଦନ କରି ପାରିବେ। ଆବେଦନ କରିବାର ଶେଷ ତାରିଖ ଚଳିତ ସେପ୍ଟେମ୍ବର ମାସ ୧୬ ତାରିଖ ରହିଛି। ଆବେଦନ କରିବା ପାଇଁ ବିଭିନ୍ନ ସର୍ତ୍ତାବଳୀ ଏହି ୱେବ ସାଇଟ www.cbseitms.rcil.gov.in/nvs/Index/Registration କିମ୍ବା www.navodaya.gov.in ରୁ ମିଳିପାରିବ।
Read More