ନୟାଗଡ଼ରେ ସୁଭଦ୍ରା ଯୋଜନା ସଚେତନତା ରଥ ଗଡ଼ିଲା

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ୪ଗୋଟି ସଚେତନତା ରଥକୁ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ , ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ପତାକା ଦେଖାଇ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ୪ଗୋଟି ସଚେତନତା ରଥ ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକ ଏବଂ ସହରାଞ୍ଚଳର କୋଣଅନୁକୋଣ ବୁଲିବା ପାଇଁ ରୁଟ୍ ଚାର୍ଟ୍ ପ୍ରସ୍ତୁତ କରାଯାଇ ପ୍ରତ୍ୟେକ ବ୍ଲକର ନୋଡାଲ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି । ପ୍ରତ୍ୟେକ ରଥରେ ପ୍ରଚାର ପତ୍ର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବଣ୍ଟନ ନିମନ୍ତେ ପଠାଯାଇଛି ।  ଆଜିର ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳ, ଜିଲ୍ଲା ନୋଡାଲ ଅଧିକାରୀ ଦେବଦତ୍ତ ପଣ୍ଡା , ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଅର୍ଚ୍ଚନା କଅଁର,…

Read More

ପଣ୍ଡିତ ବିନାୟକ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ  ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍‌ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ଭାଷା ଓ ସଂସ୍କୃତି ଗବେଷକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ଶିକ୍ଷାବିତ ତଥା ସୁବକ୍ତା ଅଶୋକ କୁମାର ନାୟକ  ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନୀ ଓ ସାହିତ୍ୟ କୃତି ଉପରେ ଆଲୋକପାତ କରିଥିଲେ। ୧୮୯୪ ମସିହା ଗଣେଶ ଚତୁର୍ଥୀରେ ଜିଲାର ଶରଣକୁଳ ଗ୍ରାମର ମାଳିସାହିଠାରେ ପଣ୍ଡିତ ବିନାୟକ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ବିନାୟକ…

Read More

ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ଅବସରରେ ପୁଷ୍ପମାଲ୍ୟ ଅର୍ପଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଗଣେଶ ଚତୁର୍ଥୀରେ ଜନ୍ମଲାଭ କରିଥିବା ମହାନ ସାରସ୍ୱତ ସାଧକ, ଗବେଷକ ଓ ସାହିତ୍ୟପ୍ରାଣ ବ୍ୟକ୍ତିତ୍ୱ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୧ତମ ଜୟନ୍ତୀ ଅବସରରେ ସ୍ଥାନୀୟ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଧୂପ ଏବଂ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭାରତ ବିକାଶ ପରିଷଦ, ପୂଜ୍ୟପୂଜା କମିଟି, କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ, ନୟାଗଡ଼ ନାଗରିକ ମଞ୍ଚ, ମୈତ୍ରୀ ଯୁବ ସଂସଦ ଏବଂ ତଥାସ୍ତୁ ପକ୍ଷରୁ ପ୍ରମୋଦ ପଟ୍ଟନାୟକ, ସୁରେନ୍ଦ୍ର ନାଥ ମହାପାତ୍ର, ପ୍ରସନ୍ନ କୁମାର ବସନ୍ତିଆ, ସୁଦର୍ଶନ ପ୍ରଧାନ, ଧୀରେନ୍ଦ୍ର ପଟ୍ଟନାୟକ, ପ୍ରଦୀପ କୁମାର ସାହୁ, ପ୍ରଫୁଲ ନାୟକ, ଶରତ ଆଚାର୍ଯ୍ୟ, ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ…

Read More