ବିଧାୟକ  ନୁହଁ ଭାଇଟିଏ ହୋଇ ସୁଖ, ଦୁଃଖରେ ରହିବି: ଦଶପଲ୍ଲା ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ବିଭିନ୍ନ ଗ୍ରାମରେ ଥିବା କ୍ଳବ୍ ଦ୍ଵାରା ଜ୍ଞାନଦାତା, ଶକ୍ତିଦାତା, ସୁଖ ଶାନ୍ତି ପ୍ରଦାୟକ, ବିଘ୍ନ ବିନାଶକ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜା ଉତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଗ୍ରପୂଜ୍ୟଙ୍କ ପୂଜା ଉତ୍ସବ ଉପଲକ୍ଷେ ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମପଞ୍ଚାୟତ ଖାଲମଡା ଗ୍ରାମ ସତ୍ୟନାରାୟଣ ଯୁବକ ସଂଘ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଅଗ୍ରପୂଜ୍ୟଙ୍କ ଆଶ୍ରୀବାଦ ନେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ପୂଜା ଉତ୍ସବ ପାଳନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବା ଦ୍ବାରା କିପରି ଭାଇଚାରା ସୃଷ୍ଟି ହୁଏ ଏବଂ   ବିକାଶ ଧାରାକୁ ଆଗେଇ ନେବାପାଇଁ ମୋତେ ଦ୍ଵିତୀୟ ଥର ଆଶୀର୍ବାଦ…

Read More

ଡ୍ୟାନ୍ସ ନୟାଗଡ ଡ୍ୟାନ୍ସର  ସେମି ଫାଇନାଲ ଅନୁଷ୍ଠିତ, ଫାଇନାଲକୁ ଗଲେ  ୧୦ ପ୍ରତିଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ଡ୍ୟାନ୍ସ ନୟାଗଡ ଡ୍ୟାନ୍ସ  ର  ଆଜି ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ନୟାଗଡ ସ୍ଵୟଂଶାସିତ ମହାବିଦ୍ୟାଳୟ ର ଗୋଲ୍ଡେନ ଜୁବୁଲି ହଲ୍ ରେ ଏହାର ସେମି ଫାଇନାଲ ଅନୁଷ୍ଠିତ ହୋଇ ଯାଇଛି । ଏହାକୁ ଜିଲ୍ଲାପରିଷଦ ର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିଲେ ଏବଂ  ଅତିଥି ଭାବରେ ନୟାଗଡ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ , ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ଦାମୋଦର ସାହୁ ଯୋଗ ଦେଇଥିଲେ। ଅତିଥି ମାନେ ନୟାଗଡ଼ର ଛୋଟ ଛୋଟ ପିଲାଙ୍କର ନୃତ୍ୟ ପ୍ରତିଭା ର ଭୂୟସୀ ପ୍ରଶଂସା କରିଥିଲେ ଏବଂ ସେମାନେ ଯେପରି ଏହି। ସୃଜନିକା ମାଧ୍ୟମରେ ରାଜ୍ୟରେ ଓ ଦେଶରେ ନାଁ କରନ୍ତୁ, ସେଥିପ୍ରତି ଯତ୍ନଶୀଳ ହେବା ପାଇଁ ପ୍ରେରଣା ଦେଇଥିଲେ। ପରିଷଦର…

Read More

ନାରାୟଣ ଉଚ୍ଚ ବିଦ୍ୟାଳୟରେ କୌଶଳ ରଥ ପରିକ୍ରମା

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ଵ ଯୁବ ଦକ୍ଷତା ଦିବସ ଅବସରରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ସମ୍ବନ୍ଧିତ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ଙ୍କୁ ସଚେତନତା କରିବା ପାଇଁ ମୁଖ୍ୟମନ୍ତ୍ରୀ କୌଶଳ ରଥ ଶୁଭାରମ୍ଭ କରିଛନ୍ତି।କୌଶଳ ରଥ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟ କୁ ଯାଇ ଛାତ୍ର ଛାତ୍ରୀ ମାନଙ୍କର ବୈଷୟିକ ଶିକ୍ଷା ପ୍ରତି ଆକୃଷ୍ଟ କରିବା ଓ ବିଭିନ୍ନ ଆଧୁନିକ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ କରିବାକୁ ପ୍ରେରଣା ଦେଇଛି।ଏଥିପାଇଁ ଉଦ୍ଧିଷ୍ଟ ପ୍ରଯୁକ୍ତି ବିଦ୍ୟାଳୟ,ବିଭିନ୍ନ ଯନ୍ତ୍ରପାତି ତଥା ଡ୍ରୋନ ଟେକ୍ନୋଲୋଜି, ଥ୍ରିଡି ପେଣ୍ଟିଂ ଆଦି ଉପରେ ସଚେତନତା କରାଯାଇଛି।ରଥ ଆଜି ଓଡ଼ଗାଁ ବ୍ଲକ ର ଶରଣକୁଳ ସ୍ଥିତ ନାରାୟଣ ହାଇ ସ୍କୁଲ ପରିକ୍ରମା କରିଛି। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ବାରା ଛାତ୍ର ଛାତ୍ରୀ ମାନେ ରଥ କୁ…

Read More