ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ପଞ୍ଚାୟତ ଖାଲମଡା ଗ୍ରାମ ସତ୍ୟ ନାରାୟଣ କ୍ଳବ୍, ମା ବାଗଦେବୀ ଯୁବକ ସଂଘ ତରଫରୁ ଅଗ୍ରପୂଜ୍ୟଙ୍କ ଭସାଣି ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। କ୍ଳବର ସଦସ୍ୟମାନେ ଅଗ୍ରପୂଜ୍ୟଙ୍କ ମୂର୍ତ୍ତିଙ୍କୁ ଘଣ୍ଟ, ମହୁରୀ ବଜାଇ ବାଜା, ବାଣ ଫୁଟାଇ, ନାଚ, ଗୀତ କରି ଗ୍ରାମ ପରିକ୍ରମା କରାଇ ନଦୀରେ ବିସର୍ଜନ କରିଥିଲେ।ଗଣପତି ବାବା ମୋରିଆ, ଘଣ୍ଟ ,ବାଜା ବାଣରେ ଗ୍ରାମ ପ୍ରକମ୍ପିତ ହୋଇଥିଲା। ନୂଆଗାଁ ଗଜାନନ କ୍ଳବ୍ , ନୂଆସାହି ବାପୁଜୀ ସଂଘ ତରଫରୁ ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ଗଜାନନ କ୍ଳବର ୫୦ରୁ ଉର୍ଦ୍ଧ୍ବ ସଦସ୍ୟ ଗଣେଶ ମୂର୍ତ୍ତିଙ୍କୁ ବିରାଟ ପଟୁଆରରେ ବାଜା, ବାଣ ଫୁଟାଇ ଗ୍ରାମ ଓ ବଜାର ପରିକ୍ରମା କରାଇ ଗଣେଶ ମୂର୍ତ୍ତିକୁ ନୂଆଗାଁ ଶିବ ମନ୍ଦିର…
Read MoreDay: September 11, 2024
ନୟାଗଡରେ ଜିଲ୍ଲାସ୍ତରୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୟାଗଡ ଜିଲ୍ଲାର ଆଶ୍ରମ ଓ ସେବାଶ୍ରମରେ କାର୍ଯ୍ୟରତ ସେବକ ଓ ସେବିକାମାନଙ୍କର ଏକ ଚାରି ଦିବସୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର ତା ୧୧.୦୯.୨୦୨୪ ରିଖ ଦିନ ଉଦଘାଟନ ହୋଇଯାଇଛି। ଆଦିବାସୀ ଭାଷା ସଂସ୍କୃତି ଏକାଡେମୀ, ଭୁବନେଶ୍ବର ଏବଂ ଅନୂସୁଚିତ ଜନଜାତି, ଅନୂସୁଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଭାଷା ଗବେଷକ ତଥା ଭାଷାବିତ୍ ଡ. ପରମାନନ୍ଦ ପଟେଲ, ବିଶିଷ୍ଠ ଅତିଥି ଭାବେ ଆଦିବାସୀ ଭାଷା ସଂକୃତି ଏକାଡେମିର ସହାୟିକା ଡ. ସଂଯୁକ୍ତା ମହାରଣା ଏବଂ ସମ୍ମାନୀତ ଅତିଥି ଭାବେ ନୟାଗଡ ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ ଓ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଚିତରଞ୍ଜନ…
Read More