ଏସିଡି ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମାଧାନ ଉପରେ ଆଇନ ସଚେତନତା

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ଯକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ, ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ବାବଧାନରେ, ନୟାଗଡ ପୋଲିଶ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଓ ସମାଧାନ ଉପରେ ଏକ ଆଇନ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଅଛି। ପ୍ରଶିକ୍ଷଣ କେନ୍ଦ୍ର ଅଧକ୍ଷ ଭବେଶ କୁମାର ନାୟକ ସ୍ବାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ବନ୍ଦେ ଉତ୍କଳ ଜନନୀ ଗାନ ସହିତ କାର୍ଯକ୍ରମ ଆରମ୍ଭ ହୋଇଥିଲା । ବରିଷ୍ଠ ଦେୱାନୀ ବିଚାରପତି ସତ୍ୟବ୍ରତ ରଣା,  ଜାତୀୟ ଆଇନ ସେବା ପ୍ରାଧିକରଣ ବ୍ୟବସ୍ଥା, ଅତିରିକ୍ତ ଜିଲ୍ଲା ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା, ଏସିଡ୍ ଆକ୍ରମଣ, ନିରାକରଣ ଏବଂ ଦଣ୍ଡ ବ୍ୟବସ୍ଥା ଏବଂ…

Read More

ଜିଲ୍ଲା ସାମ୍ବାଦିକ ସଂଘ ବୈଠକ, ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ନିଷ୍ପତ୍ତି

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ବୈଠକ ନୂଆ ବସଷ୍ଟାଣ୍ଡ ସ୍ଥିତ ଟେଷ୍ଟି ଟେଷ୍ଟି ହୋଟେଲରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇ ଯାଇଛି। ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାମ୍ବାଦିକ ମାନଙ୍କ ପାଇଁ ଏକ ସାମ୍ବାଦିକ କଲ୍ୟାଣ ପାଣ୍ଠି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସ୍ଥାନୀୟ ପୋଷ୍ଟ ଅଫିସରେ କଲ୍ୟାଣ ପାଣ୍ଠି ପାଇଁ  ୫୦ ହଜାର ଟଙ୍କା ଜମା ରାଶି ସହିତ ଏକ ଯୁଗ୍ମ ଆକାଉଣ୍ଟ ଖୋଲାଯିବ। କୌଣସି କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ଏହି କଲ୍ୟାଣ ପାଣ୍ଠିରୁ ଅନ୍ତିମ ସଂସ୍କାର ପାଇଁ ତୁରନ୍ତ ୩ ହଜାର ଟଙ୍କା ସହାୟତା ପ୍ରଦାନ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଜିଲ୍ଲା ସଂଘ କାର୍ଯ୍ୟାଳୟ ପାଇଁ ଏକ ଗୃହର ଆବଶ୍ୟକ ହେଉଥିବାରୁ ଭଡ଼ାସୂତ୍ରରେ ଏକ ଘର ନେବା ପାଇଁ ପ୍ରସ୍ତାବ…

Read More