ନୟାଗଡ଼ର ପ୍ରସିଦ୍ଧ ବୋଇତ ବନ୍ଦାଣ ଉତ୍ସବ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ପୁରୁଣାସହର ଅଧିଷ୍ଠାତ୍ରୀ ଦେବୀ ମା ଦକ୍ଷିଣକାଳୀ ମନ୍ଦିର ପଡ଼ିଆଠାରେ ବୋଇତ ବନ୍ଦାଣ ଉତ୍ସବ-୨୦୨୪ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ କଳିଙ୍ଗ ହସ୍ପିଟାଲ ନିର୍ଦ୍ଦେଶିକା ନିଲାଞ୍ଜନା ମୁଖାର୍ଜୀ, ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଅତିଥିଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ନୟାଗଡ଼ ପୁରୁଣା ସହରରେ ଐତିହ୍ୟ ଓ ସଂସ୍କୃତିକୁ ଉଜ୍ଜିବୀତ କରିବା ସହ ବର୍ଷ ବର୍ଷ ଧରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଆସୁଛି । ଏହି ଅବସରରେ ମୁଖ୍ୟ ଅତିଥି ଡ଼ଃ. ସାହୁ କହିଥିଲେ ଯେ, ନୟାଗଡ଼ ପୁରୁଣା ସହରର ବାସିନ୍ଦାମାନେ ଏହି କାର୍ଯ୍ୟକ୍ରମକୁ ଅତି ସୁନ୍ଦର ଭାବେ ପ୍ରତି ବର୍ଷ ଆୟୋଜନ କରି ଆସୁଛନ୍ତି ଏବଂ ଏହା ବର୍ଷକୁ…

Read More

ରାଜସୁନାଖଳା ମହୋତ୍ସବ କମିଟି ପୁନର୍ଗଠିତ: ସଭାପତି ହେଲେ ଚିତ୍ତ, ସମ୍ପାଦକ ହେଲେ ଜୟେନ୍ଦ୍ର

ରଣପୁର, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ରାଜସୁନାଖଳା ମହୋତ୍ସବ କମିଟି ପୁନର୍ଗଠିତ ହୋଇଛି। ଏହି କମିଟିର ସଭାପତି ଭାବରେ ରାଜସୁନାଖଳା ଗ୍ରାମ ପଞ୍ଚାୟତର ସରପଞ୍ଚ ତଥା ଯୁବ ସମାଜସେବୀ ଚିତ୍ତରଞ୍ଜନ ପ୍ରଧାନ ଏବଂ ସମ୍ପାଦକ ଭାବରେ ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ମନୋନୀତ ହୋଇଛନ୍ତି। ମନୋନୀତ ପରେ ଉଭୟଙ୍କୁ ନୂଆ ଦାୟିତ୍ୱ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି। ରାଜ୍ୟର ଏକ ପ୍ରମୁଖ ମହୋତ୍ସବ ଭାବେ ରାଜସୁନାଖଳା ମହୋତ୍ସବ ଦୀର୍ଘ ୫ବର୍ଷ ଧରି ସଫଳତାର ସହ ଅନୁଷ୍ଠିତ ହେଇଆସୁଛି। ଚଳିତ ବର୍ଷ ଷଷ୍ଠ ବର୍ଷରେ ପଦାର୍ପଣ ପୁର୍ବରୁ ରାଜସୁନାଖଳା ମହୋତ୍ସବ କମିଟି ପୁନର୍ଗଠିତ ହୋଇଛି। ୨ ଯୁବ ଚେହେରାଙ୍କୁ ମହୋତ୍ସବ କମିଟିର ଗୁରୁତ୍ୱପୂର୍ଣ୍ଣ ପଦବୀ ଓ ଦାୟିତ୍ୱ…

Read More

ଭାପୁରରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା

ନୟାଗଡ଼, (ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସରସ୍ବତୀ ଶିଶୁ ମନ୍ଦିର, ଭାପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭାପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୟାଧର ପରିଡ଼ା ଯୋଗଦାନ କରି ଭକ୍ତି ସଙ୍ଗୀତ ପ୍ରତିଯୋଗିତାକୁ ଉଦଘାଟନ କରିବା ସହିତ ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବାରେ ସଙ୍ଗୀତଧାରାର ଅଭିନଵ ପ୍ରାୟସକୁ ଭୁୟସୀ ପ୍ରଶଂସା କରିଥିଲେ । ଏହି ପ୍ରତିଯୋଗିତାରେ ଭାପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୮ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ପ୍ରଶାନ୍ତ କୁମାର ଦାଶ, ଜୟଶ୍ରୀ ଦେବୀ ଏବଂ ଉଦିତ ନାରାୟଣ ଦାଶ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୬ ଜଣ କଣ୍ଠଶିଳ୍ପୀଙ୍କୁ…

Read More

ବରିଷ୍ଠ ଶିକ୍ଷାବିତ୍, ସମାଜସେବୀଙ୍କ ପରଲୋକ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଝାଡପଡା ଗ୍ରାମର ବୟୋଜ୍ୟେଷ୍ଠ ମୁରବୀ, ରଣପୁର ଅଞ୍ଚଳର ବିଶିଷ୍ଟ ସମାଜସେବୀ, ବରିଷ୍ଠ ଶିକ୍ଷାବିତ୍ ଉପେନ୍ଦ୍ର କୁମାର ରାଉତଙ୍କ ନିଜ ବାସ ଭବନରେ ନଭେମ୍ବର ୯, ଶନିବାର ଭୋର୍ ୪ଟା ସମୟରେ ପରଲୋକ ଘଟିଛି। ମୃତ୍ୟୁ ଖବରରେ ରଣପୁର, ଟାଙ୍ଗୀ-ଚାନ୍ଦପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ୯୨ ବର୍ଷ ବୟସରେ ମୃତ୍ୟୁ ବରଣ କରିଥିବା ଶ୍ରୀଯୁକ୍ତ ରାଉତ ଜଣେ କର୍ତ୍ତବ୍ୟ ନିଷ୍ଠ,ଛାତ୍ରବତ୍ସଳ, ସତ୍ୟବାଦୀ ତଥା ମଣିଷ ତିଆରି କାରଖାନାର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ। ଅବସରପ୍ରାପ୍ତ ଶିକ୍ଷକ ଭାବରେ ନିଜ ଅଞ୍ଚଳର ଶୈକ୍ଷିକ ବାତାବରଣ ବିକାଶ ଦିଗରେ ତାଙ୍କର ଜୀବନ ଉତ୍ସର୍ଗ କରିଥିଲେ। ଏପରିକି ନିଜ ଜନ୍ମମାଟି ଝାଡ଼ପଡା ଗ୍ରାମର ଶିକ୍ଷାର ବିକାଶ ଦିଗରେ ନୂଆ ଦିଶା ଦେବାସହ ଗ୍ରାମର ପ୍ରାଥମିକ, ମଧ୍ୟ ଇଂରାଜୀ ଓ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାରେ…

Read More

ନୟାଗଡ଼ରେ ବିଶାଳ ଜନସମ୍ପର୍କ ପଦଯାତ୍ରା

ବିଜେଡି ଲୋକଙ୍କ ସ୍ୱର ହୋଇ କାମ କରିବ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକ ଓ ପୈାର ପରିଷଦ ବିଜେଡି ଜନସମ୍ପର୍କ ପଦଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଟାଉନଥାନାଠାରୁ ପଦଯାତ୍ରା ଆରମ୍ଭ ହୋଇ ଶାଳଭଞ୍ଜ ତୋଟାଠାରେ ଏକ ସମାବେଶ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ବିଶାଳ ଜନସମ୍ପର୍କ ପଦଯାତ୍ରାରେ ବୋଲଗଡ଼ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ରଣପୁର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଗଣିଆ ବ୍ଲକ ଅଧ୍ୟକ୍ଷା ଝୁନା ଜେନା, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ,…

Read More

ୟୁନିଟେକ ମହାବିଦ୍ୟାଳୟରେ ‘ଔଷଧର ଦୁର୍ବ୍ୟବହାର ଓ ନିଶା ନିବାରଣ” ଉପରେ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ “ସୋହମ”, ଭାରତ ସରକାରଙ୍କ ଯୁବ ଓ କ୍ରିଡା ବ୍ୟାପାର ବିଭାଗର ସହଯୋଗରେ ମୋ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ  “Awareness programme on Drug Abuse and De – addiction ” “ଔଷଧର ଦୁର୍ବ୍ୟବହାର ଓ ନିଶା ନିବାରଣ” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ନୟାଗଡ ସ୍ଥିତ ୟୁନିଟେକ ଯୁକ୍ତତିନ ମହାବିଦ୍ୟାଳୟଠାରେ ପାଳନ କରାଯାଇଅଛି। ଏହାକୁ ମହାବିଦ୍ୟାଳୟର ଉପାଧ୍ୟକ୍ଷ ଦଣ୍ଡପାଣି ପାତ୍ର, ଅବକାରୀ ବିଭାଗର କର୍ମଚାରୀ ଚିନ୍ମୟ ଦଲାଇ, ସୋହମ ସଙ୍ଗଠନର ଉପସଭାପତି ତଥା ବିଶିଷ୍ଠ ପରିବେଶବିତ ଓ ପରିବେଶ ମିତ୍ର ଅନାଦି ଚରଣ ମହାନ୍ତି, ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଗହଣରେ କାର୍ଯ୍ୟକ୍ରମକୁ   ଆରମ୍ଭ କରିଥିଲେ। ଏଥିରେ ସମସ୍ତ ବରେଣ୍ୟ ଅତିଥି ବୃନ୍ଦ “ଔଷଧର ଦୁର୍ବ୍ୟବହାର…

Read More

ନୟାଗଡ଼ରେ ଜାତୀୟ ଆଇନ ସେବା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଭାରତ ବାସୀଙ୍କୁ ସ୍ୱଳ୍ପ ସମୟ ଏବଂ ବିନା ମୂଲ୍ୟରେ ନ୍ୟାୟ ଯୋଗାଇବା ଉଦେଶ୍ୟରେ ନଭେମ୍ବର ୯ ତାରିଖ ୧୯୯୫ ମସିହାରୁ, ଜାତୀୟ ଆଇନ ସେବା ପ୍ରାଧିକରଣ ଗଠନ କରାଯାଇଅଛି । ଏହି ଉଦେଶ୍ୟରେ ଆଜିର ଦିବସ ନଭେମ୍ବର ୯ କୁ ଜାତୀୟ ଆଇନ ସେବା ଦିବସ ରୂପେ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷିରେ ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ  ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ ଏବଂ ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ  ତତ୍ୱାବଧାନରେ, ରଙ୍ଗୋଲୀ, ରାଲୀ, ପଥପ୍ରାନ୍ତ ନାଟକ ଏବଂ ସଚେତନତା ମାଧ୍ୟମରେ ଏହା ପାଳିତ ହୋଇଯାଇଅଛି । ଜିଲ୍ଲା ଜଜ ଏହି ଉଦେଶ୍ୟରେ ସମର୍ପିତ ରଙ୍ଗୋଲୀ ପ୍ରଦକ୍ଷଣ କରିବା ସହିତ,…

Read More

ନୂଆଗାଁ ବ୍ଲକରେ ବିଜେଡିର ବିଶାଳ ଜନ ସଂପର୍କ ପଦଯାତ୍ରା

ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ସଦର ମହକୁମାରେ ବିଜେଡିର ବିଶାଳ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବ୍ଳକର ୨୨ଟି ପଞ୍ଚାୟତରୁ ଶହ ଶହ ଲୋକ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାରେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ରଣପୁରର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଭାପୁର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଦଶପଲ୍ଲା ବ୍ଳକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ଗଣିଆ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ନୂଆଗାଁ ବ୍ଳକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ବ୍ଳକ ୧୭ନମ୍ୱର ଜୋନ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ୧୬ ନଂ ଜୋନ ଜିଲ୍ଲା ପରିଷଦ…

Read More

ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୦ରେ ଭାପୁର ବ୍ଲକ ଅଡିସନ

ଭାପୁର, (ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଭାପୁର ବ୍ଲକ ଅଡିସନ ଆସନ୍ତା ୧୦ ତାରିଖ ରବିବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଭାପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ।  ଏହି ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରାର ବରିଷ୍ଠ ସଦସ୍ୟ ପ୍ରଶାନ୍ତ ପଟ୍ଟନାୟକଙ୍କ ସମେତ ବିଶିଷ୍ଟ ଶିକ୍ଷାବିତ ମନୋଜ ଶତପଥୀ, ଶିକ୍ଷାବିତ ତଥା କବି ନିରଞ୍ଜନ ଦଳବେହେରା, ପ୍ରଧାନ ଶିକ୍ଷକ ଦୀନବନ୍ଧୁ ସାହୁ, ସିନେ କଳାକାର ତଥା ସିଆରସିସି ପଞ୍ଚାନନ ମହାପାତ୍ର, ଶିକ୍ଷକ ନେତା ପ୍ରସନ୍ନ…

Read More

ରାସ୍ତା କଡ଼ରୁ ବୃଦ୍ଧଙ୍କୁ ଉଦ୍ଧାର କରି ସେଲଟର ହୋମରେ ଥଇଥାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛକୁଣ୍ଡଙ୍କ ନିର୍ଦ୍ଦେଶ କ୍ରମେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଜଣେ ଅଜଣା ବୃଦ୍ଧଙ୍କୁ ଓଡଗାଁ ଛକ ଷ୍ଟେଟ ବ୍ୟାଙ୍କ ରୋଡ଼ରୁ ଉଦ୍ଧାର କରି ତ୍ରିନାଥ ଛକ ସ୍ଥିତ ସେଲଟର ହୋମରେ ଥଇଥାନ ବ୍ୟବସ୍ଥା କରିଛନ୍ତି। ସୂଚନାଯୋଗ୍ୟ ଯେ  ନୟାଗଡ଼ ଏସଡିଜେଏମ ଏହି ରାସ୍ତା ଦେଇ ଯାଉଥିବା ବେଳେ ଅସହାୟ ଅବସ୍ଥାରେ ସମ୍ପୃକ୍ତ ବୃଦ୍ଧଙ୍କୁ ଦେଖି ତୁରନ୍ତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ନଜରକୁ ଆଣିଥିଲେ। ଏହା ପରେ ଉଦ୍ଧାର ଏବଂ ଥଇଥାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରାଧିକରଣ ସଚିବଙ୍କ ତ୍ୱରିତ ପଦକ୍ଷେପ ଏବଂ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରାଙ୍କ ମାନବିକତା ସହଯୋଗ ଯୋଗୁଁ ଜଣେ ଅସହାୟ ବୃଦ୍ଧଙ୍କ ଜୀବନ ଉଦ୍ଧାର ହୋଇଥିବା ବେଳେ ଶ୍ରୀଯୁକ୍ତ ବେହେରାଙ୍କୁ ବିଭିନ୍ନ ମହଲରୁ ଭୁୟସୀ ପ୍ରଶଂସା…

Read More