ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ ବ୍ଲକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦୨୫ମସିହା ଫେବୃୟାରୀ ୧୦ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ବ୍ଲକଗୁଡ଼ିକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ କରାଯିବ । ଏଥିରେ ବିଭିନ୍ନ ବିଭାଗ ଯଥା- ପଞ୍ଚାୟତିରାଜ, ଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସୂଚନା ଓ ଲୋକ ସଂପର୍କ, ପୋଲିସ ବିଭାଗ, କୃଷି, ମିଶନଶକ୍ତି, ଜଙ୍ଗଲ ବିଭାଗ, ଓଡ଼ିଶା ଜୀବିକା ମିଶନ ପ୍ରଭୃତି ବିଭାଗ ସହଯୋଗ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଥିଲେ। ଏହି ଗଣଔଷଧ ସେବନରେ ୨ବର୍ଷରୁ କମ ବୟସର ଶିଶୁ, ଗର୍ଭବତୀ…
Read MoreDay: November 22, 2024
ମାଟ୍ରିକର ୮୪ବ୍ୟାଚ ସହପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ମାଟ୍ରିକର ୮୪ବ୍ୟାଚର ସହପାଠୀ ତଥା ଆଦର୍ଶ ଶିକ୍ଷକ କିଶୋର ଚନ୍ଦ୍ର ସେନାପତିଙ୍କ ଆକସ୍ମିକ ବିୟୋଗରେ ଏକ ଶୋକ ତଥା ଶ୍ରଦ୍ଧାଞ୍ଜଳି ସଭା ନୟାଗଡ଼ ସ୍ଥିତ ମୈତ୍ରୀ ଯୁବ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ତଥା ଶିକ୍ଷାବିତ୍ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଥମେ ସ୍ବର୍ଗତ ଆତ୍ମାର ସଦଗତି ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ନୟାଗଡ଼ରେ ରହୁଥିବା ମାଟ୍ରିକ ୮୪ ବ୍ୟାଚର ସହପାଠୀ ବନ୍ଧୁ ମାନେ ଏଥିରେ ଏକତ୍ରିତ ହୋଇ ସ୍ବର୍ଗତ ସେନାପତି ଜଣେ ଶାନ୍ତ,ସରଳ,ଭଦ୍ର, ଅମାୟିକ ତଥା ଜଣେ କର୍ତ୍ତବ୍ୟ ପରାୟଣ ଆଦର୍ଶ ଶିକ୍ଷକ ଭାବେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ମତବ୍ୟକ୍ତ କରିଥିଲେ। ସେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିବା ବେଳେ ତାଙ୍କର ଏକମାତ୍ର ପୁତ୍ର ବର୍ତ୍ତମାନ…
Read Moreଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ
ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ବିଦ୍ୟାଳୟ ନିରାପତ୍ତା ଉପରେ ଗୁରୁତ୍ୱ ରଣପୁର,(ନୟାଗଡ଼ ଦର୍ପଣ): ଗଣ ଶିକ୍ଷା ବିଭାଗର ଚିଠି ନମ୍ବର ୧୧୦୯୯ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକୁ ନେଇ ଆଜି ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତିଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି। ଏଥିରେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ୟାମସୁନ୍ଦର ନାୟକ, ମୋ ସ୍କୁଲ ସଭାପତି ଦୟାନିଧି ରୟଗୁରୁ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଏହି…
Read Moreନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା
ନୟାଗଡ଼, (ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା PTS ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ପୋଲିସ ଟ୍ରେନିଂ ସ୍କୁଲର ଅଧିକ୍ଷକ ଭୂପେଶ ନାୟକ ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ବିଶେଷ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡ଼ିଆଙ୍କ ଖୋର୍ଦ୍ଧା ବିଭାଗ ନିରୀକ୍ଷକ ପ୍ରସନ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀମାନେ ମୋବାଇଲ ଠାରୁ ଦୁରେଇ ରହିବା ଓ କ୍ରୀଡାରେ ମନୋନିବେଶ କରି କୃତିତ୍ୱ ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ। ଦୁଇଦିନ ଧରି ଚାଲିଥିବା ଏହି ଉତ୍ସବ ରେ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପ୍ରାୟ ୮୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଦୌଡ଼, ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ଲମ୍ବାଡ଼ିଆଁ, ଉଚ୍ଚଡିଆଁ ଇତ୍ୟାଦି…
Read Moreଭଏସ୍ ଅଫ୍ ନୟାଗଡ଼ ସିଜିନ-୫
ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଠାରୁ ଆରମ୍ଭ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼ କ୍ଳବ୍ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସଂଗୀତ ପ୍ରତିଯୋଗିତା “ଭଏସ୍ ଅଫ୍ ନୟାଗଡ଼” କେବଳ ନୟାଗଡ଼ ନୁହେଁ ରାଜ୍ଯର ଏକ ସଫଳ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ। ସଂଗୀତ ସାଧନା କରୁଥିବା ଛାତ୍ରଛାତ୍ରୀ ଓ ଯୁବ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ତଥା ରାଜ୍ଯ ସ୍ତରରେ ସେମାନଙ୍କୁ ପରିଚିତ କରାଇବା ଆମର ପ୍ରଧାନ ଲକ୍ଷ୍ଯ। ପ୍ରକାଶ ଥାଉକି, ଗତ ଚାରିବର୍ଷ ମଧ୍ଯ ରେ ହୋଇଥିବା ପ୍ରତିଯୋଗିତାର ୦୫ ଜଣ ପ୍ରତିଭାବାନ କଳାକାର ଆଜି ରାଜ୍ଯ ସ୍ତରରେ ନିଜସ୍ବ ପରିଚୟ ସ୍ରୁଷ୍ଟି କରି ପାରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଦିନ ନୟାଗଡ଼ ୟୁନିଟେକ୍ କଲେଜ ରେ ପ୍ରଥମ ପର୍ଯ୍ଯାୟ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ…
Read More