ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସଭାକକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ୱ ମୂର୍ତ୍ତିକା ଦିବସ-୨୦୨୪ ପାଳନ କରାଯାଇଛି । ଏହି ଦିବସ ସୁସ୍ଥ କୃଷି, ପରିବେଶ ସୁରକ୍ଷା ଏବଂ ଖାଦ୍ୟ ସୁରକ୍ଷା ପାଇଁ ସ୍ୱାସ୍ଥ୍ୟକର ମୂର୍ତ୍ତିକା ଗୁରୁତ୍ୱପୂର୍ଣ୍ଣ । ଏହା ୟୁନାଇଟେଡ୍ ନେଶନ୍ ଖାଦ୍ୟ ଏବଂ କୃଷି ସଂଗଠନ ଦ୍ୱାରା ପ୍ରତିଷ୍ଠା କରାଯାଇଥିଲା । ଏହା ଦ୍ୱାରା ଜଳବାୟୁ ପରିବର୍ତ୍ତନ ପ୍ରତିରୋଧ ଏବଂ ପୃଥିବୀରେ ଜୀବନ ଧାରଣ କରିବାରେ ମୂର୍ତ୍ତିକାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଅଛି । ମୂର୍ତ୍ତିକା କ୍ଷୟ, ମୂର୍ତ୍ତିକା ପ୍ରଦୁଷଣ ଏବଂ ମୂର୍ତ୍ତିକାରେ ଜୈବପଦାର୍ଥ ହ୍ରାସ ଭଳି ପରିବର୍ତ୍ତନକୁ ରୋକିବାରେ ଜନସଚେତନତା ସୃଷ୍ଟି କରିଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ…
Read MoreDay: December 5, 2024
ବିଶ୍ବ ଏଡ଼ସ୍ ଦିବସ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ ବିଶ୍ବ ଏଡ଼ସ୍ ଦିବସ ପରିପ୍ରେକ୍ଷୀରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସଭାପତିତ୍ବ କରି କଲେଜର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ ରୋଗର ଭୟାବହତା ବିଷୟରେ ଅବଗତ କରାଇଥିଲେ। ସଭାରେ ଗୌରମୋହନ ସାହୁ ଜନସାଧାରଣଙ୍କର ଏଡ଼ସ୍ ଭୂତାଣୁ ସମ୍ବନ୍ଧୀୟ ବିଶେଷ ଜ୍ଞାନ ନଥିବା ହେତୁ ଦୁର୍ଦ୍ଦଶା ଭୋଗୁଥିବା ଜଣାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ରୀତିଶ୍ରୀ ମଲ୍ଲିକ “ମିଳିତ ଭାବେ ଏଡ଼ସ୍ କିମ୍ବା ଏହି ଭୂତାଣୁକୁ ଆୟତ୍ତାଧୀନ” ବିଷୟବସ୍ତୁ ଉପରେ ଏକ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରାୟ ୧୫୦ ଛାତ୍ରଛାତ୍ରୀ ଓ ରେଡକ୍ରସ ସ୍ବେଚ୍ଛାସେବୀଙ୍କୁ ନେଇ ଅନୁଷ୍ଠିତ ଉତ୍ସବକୁ ଯୁବ ରେଡକ୍ରସ ଅଫିସର ବିଜୟିନୀ ଶୁଭଦର୍ଶିନୀ ଓ ଡକ୍ଟର ଜୟରାମ ସିଂ ସାମଲ ପରିଚାଳନା କରିଥିଲେ। ଉକ୍ତ…
Read Moreରଣପୁର ଜଗନ୍ନାଥ ସେନାର ଭିନ୍ନ ପ୍ରୟାସ,
ବେଦପାଠ ସହ ଦେବ ଦୀପାବଳୀରେ ଦ୍ଵୀପ ଦାନ
ରଣପୁର,(ନୟାଗଡ଼ ଦର୍ପଣ):ପବିତ୍ର ମାର୍ଗଶିର ମାସ ଶୁକ୍ଲପକ୍ଷ ଚତୁର୍ଦ୍ଦଶୀ ଠାରୁ ଦୀର୍ଘ ୩ ଦିନ ଧରି ଶ୍ରୀଜଗନ୍ନାଥ ସେନା ତରଫରୁ ଆୟୋଜନ କରାଯାଇଥିବା ଦେବ ଦୀପାବଳିର ଅନ୍ତିମ ଦିବସ ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ନନ୍ଦ-ଯଶୋଦା, ଦେବକୀ, ବସୁଦେବ,ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଶ୍ରାଦ୍ଧ ଦେବା ବିଧିରେ ରଣପୁର ଶ୍ରୀଜଗନ୍ନାଥ ମନ୍ଦିର ସିଂହଦ୍ୱାର ଆଗରେ ଶ୍ରୀଜଗନ୍ନାଥ ସେନା ତରଫରୁ ଦ୍ବୀପ ଦାନ କରାଯାଇଥିଲା। ରଣପୁର ଜଗନ୍ନାଥ ସେନା ଆବାହକ ଶ୍ରୀ ବିରଜା ମିଶ୍ରଙ୍କ ତତ୍ତ୍ୱାବଧାନରେ ଦୀର୍ଘ ତିନିଦିନ ଦ୍ବୀପ ଦାନ କରାଯାଇଥିଲା। ଅନେକ ଭକ୍ତ, ଶ୍ରଦ୍ଧାଳୁ ପୂଜା ପଣ୍ଡା, ସେବାୟତ ଓ ଜଗନ୍ନାଥ ସେନାର କର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ। ପୂଜା ପଣ୍ଡା ପ୍ରଦୀପ ପ୍ରଜ୍ବଳନ କରିବା ସହ କୃଷ୍ଣ ଦ୍ବିପୟନ ବେଦ ପାଠଶାଳାର ଛାତ୍ରମାନେ ବେଦ ଉଚ୍ଚାରଣ କରିଥିଲେ। ପରେ ପରେ ଗୀତ ଗୋବିନ୍ଦ ଗାନ କରାଯାଇ ଦାନ…
Read More୮ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ଧାନ ସଂଗ୍ରହ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ତା. ୦୮.୧୨.୨୦୨୪ରିଖରେ ନୟାଗଡ଼ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଧାନ ସଂଗ୍ରହ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ ତଥା ଜିଲ୍ଲାସ୍ତରରେ ଏହାର କାର୍ଯ୍ୟକାରୀ ଓ ପାଳନ ସମ୍ବନ୍ଧରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବ୍ଲକରୁ ପ୍ରାୟ ୧୦୦୦କୃଷକମାନଙ୍କୁ ଆଣି ଏଥିରେ ସାମିଲ କରିବା ପାଇଁ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି। କୃଷି ସମ୍ବନ୍ଧୀୟ ବିଭିନ୍ନ ଷ୍ଟଲ ଦ୍ୱାରା କୃଷକମାନଙ୍କୁ ସଚେତନତା କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା, ଉଦ୍ୟାନକୃଷି ବିଭାଗ, ଜଳ ବିଭାଜୀକା, ଯୋଗାଣ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, RMC, ARCS ପ୍ରଭୃତି ବିଭାଗରୁ ପ୍ରଦର୍ଶନୀ ଷ୍ଟଲ ଖୋଲିବା ପାଇଁ ସ୍ଥିର…
Read More