ଭଏସ୍ ଅଫ୍ ନୟାଗଡ଼ ସିଜିନ-୬ ର ପ୍ରଥମ ପର୍ଯ୍ଯାୟ ଅଡିସନ୍

ସେମିଫାଇନାଲକୁ ଉନ୍ନୀତ ହେଲେ ୨୧ ଯୁବ କଣ୍ଠଶିଳ୍ପୀ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ -୬ର ପ୍ରଥମ ପର୍ଯ୍ଯାୟ ଅଡିସନ୍ ନୟାଗଡ଼ ରୋଟାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ପାଞ୍ଚବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର ପ୍ରଥମ ପର୍ଯ୍ଯାୟ ଅଡିସନ୍ କାର୍ଯ୍ୟକ୍ରମକୁ ନୟାଗଡ଼ କ୍ଳବ ସଭାପତି ଅଶୋକ କୁମାର ନାୟକ ଓ ଭଏସ୍ ଅଫ୍ ନୟାଗଡ଼ କାର୍ଯ୍ୟକ୍ରମର ଚେୟାରମ୍ୟାନ ତଥା ସମାଜସେବୀ ମିହିର ରଂଜନ ନାୟକ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିବାବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ନୟାଗଡ଼ କ୍ଳବ ସଂପାଦକ ଶ୍ରୀଧର ସାହୁ। ଭଏସ୍ ଅଫ୍ ନୟାଗଡ଼ କମିଟିର ନିର୍ଦେଶକ ଶରତ ଚନ୍ଦ୍ର ଆଚାର୍ଯ୍ୟ,…

Read More

ନୀଳମାଧବ ମହାବିଦ୍ୟାଳୟରେ ଏବିଭିପି ତରଫରୁ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ

କଣ୍ଟିଲୋ, (ନୟାଗଡ଼ ଦର୍ପଣ): କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ତରଫରୁ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ସହିତ ଜନଜାତି ଗୌରବ ଦିବସ ଉତ୍ସାହପୂର୍ଣ୍ଣ ପରିବେଶରେ ପାଳନ କରାଯାଇଛି। ଜନଜାତି ଗୌରବ ଦିବସ ଟିକୁ ଅଧିକ ସାର୍ଥକ କରିବା ପାଇଁ ମହାବିଦ୍ୟାଳୟ ପରିସରରେ ସାଧାରଣ ଜ୍ଞାନ, ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମାରେ ମାଲ୍ୟାର୍ପଣ କରି ସମ୍ମାନ ଜଣାଯାଇଥିଲା। ଛାତ୍ରଛାତ୍ରୀମାନଙ୍କୁ ଜନଜାତି ନାୟକ ବିର୍ସା ମୁଣ୍ଡାଙ୍କ ଜୀବନ, ତ୍ୟାଗ ଓ ସଂଗ୍ରାମ ସମ୍ବନ୍ଧରେ ଅବଗତ କରାଯାଇଥିଲା। ବକୃତା ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ବିର୍ସା ମୁଣ୍ଡାଙ୍କ ଜନଜାତି ଅଧିକାର ପାଇଁ ହୋଇଥିବା ଆନ୍ଦୋଳନ, ତାଙ୍କର ଦେଶଭକ୍ତି ଓ ସମାଜ ସୁଧାର ଧାରଣା ବିଷୟରେ ଉତ୍ସାହିତ ଭାବରେ ମତ ପ୍ରକାଶ କରିଥିଲେ। ସାଧାରଣ ଜ୍ଞାନ…

Read More

“ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE”ର ମିଳିତ ଆନୁକୁଲ୍ୟରେ ଶିଶୁ ଦିବସ ପାଳିତ

ଇଟାମାଟି, (ନୟାଗଡ଼ ଦର୍ପଣ): ଶିଶୁମାନେ ରାଷ୍ଟ୍ରର ପରିସମ୍ପତି। ଆଜିର ଶିଶୁ କାଲିର ନାଗରିକ। ଦେଶର ଭବିଷ୍ୟତ ଶିଶୁର ଶିକ୍ଷା, ଅଧିକାର ଏବଂ ସାମଗ୍ରିକ ବିକାଶ ଉପରେ ନିର୍ଭର କରେ। ଶିଶୁର ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ଶିକ୍ଷକ, ବାପା, ମା’ ଏବଂ ସମାଜର ଦାୟିତ୍ଵ ବୋଲି “ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE” ମିଳିତ ଆନୁକୁଲ୍ୟରେ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ଅନୁଷ୍ଠିତ ଶିଶୁ ଦିବସ ଉତ୍ସବ -୨୦୨୫ ରେ ଯୋଗଦାନ କରି ଅତିଥିମାନେ ଏହା କହିଥିଲେ। ଉଭୟ ଅନୁଷ୍ଠାନର ସଭାପତି, ସମାଜସେବୀ ଭାଗିରଥି ବାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଇଟାମାଟିର ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଯୋଗଦାନ କରି ଶିଶୁମେଳାରେ ଭାଗ ନେଇଥିଲେ। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରାକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ,…

Read More

ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଶିଶୁ ଦିବସ ପାଳିତ

“ପିଲାମାନେ ଭଲ ପାଠ ପଢ କିନ୍ତୁ ପିତାମାତାଙ୍କୁ ଭୁଲ ନାହିଁ”- ମୁଖ୍ଯ ଅତିଥି- ରଂଜନ କୁମାର ଦାସ ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ କେନ୍ଦ୍ରୀୟ ହିନ୍ଦି ସଂସ୍ଥାନ, ଆଗ୍ରାର ରିଜିଓନାଲ ଡାଇରେକ୍ଟର ରଂଜନ କୁମାର ଦାଶ ଯୋଗଦେଇ ମଞ୍ଚରେ ସ୍ଥାପିତ ଠାକୁରଙ୍କ ପ୍ରତିମୂର୍ତ୍ତି ଏବଂ ନେହେରୁଙ୍କ ପ୍ରତିଛବି ରେ ଧୂପଦୀପ ପ୍ରଦାନ ପୂର୍ବକ ପୁଷ୍ପମାଲ୍ଯାର୍ପଣ କରିଥିଲେ। ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୀବନୀ ବିଷୟ ରେ ଆଲୋଚନା କରିବା ସହିତ ଶିଶୁ ମାନଙ୍କ ପ୍ରତି ତାଙ୍କର ଅହେତୁକ ସ୍ନେହ ଶ୍ରଦ୍ଧା…

Read More

ହିନ୍ଦୀ ଶିକ୍ଷକମାନଙ୍କ ନବୀକରଣ ପାଠ୍ୟକ୍ରମ ପ୍ରଶିକ୍ଷଣ ଆରମ୍ଭ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ଆଗ୍ରା ତରଫରୁ ଅଞ୍ଚଳିକ ଭୁବନେଶ୍ୱର କେନ୍ଦ୍ର ଦ୍ୱାରା ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ୬୩ଜଣ ହିନ୍ଦୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ  ହିନ୍ଦୀ ଶିକ୍ଷକ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶିକ୍ଷକମାନଙ୍କ ଜ୍ଞାନ, କୌଶଳ ଏବଂ ଶିକ୍ଷଣ ଦୃଷ୍ଟିକୋଣରୁ ନବୀକରଣର ଆବଶ୍ୟକତା ଗୁରୁତ୍ୱପୂର୍ଣ୍ଣ କାରଣ ଏହା ଶିକ୍ଷକମାନଙ୍କୁ ସମୟାନୁସାରେ ଆଧୁନିକ ଏବଂ ପ୍ରଭାବଶାଳୀ ଶିକ୍ଷଣ ଦିଗରେ ସଚେତନ କରିପାରିବ। ଏହି ପ୍ରଶିକ୍ଷଣ ଶିବିର ନଭେମ୍ବର ୧୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ମାସ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜିର ଉଦ୍ଘାଟନ ଉତ୍ସବରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରିଣୀ ଗୀତାଞ୍ଜଳୀ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିବା ବେଳେ ପ୍ରଶିକ୍ଷକ ରୂପେ ଭୁବନେଶ୍ବର କେନ୍ଦ୍ରର ନିର୍ଦ୍ଦେଶକ ତଥା ଭାଷା ବିଜ୍ଞାନ ଓ ହିନ୍ଦୀ ଭାଷା…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା  ତରଫରୁ ନୟାଗଡ଼ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୭୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ଉତ୍ସବରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଅନାଦି ଚରଣ ମହାନ୍ତି ମୁଖ୍ଯ ଅତିଥି ଭାବେ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ ପରାମର୍ଶ ଦେଇଥିଲେ। ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଆଜିର ବିଜ୍ଞାନ ମେଳା…

Read More

ନୟାଗଡ଼ ଜିଲ୍ଲା “ଇନର ହ୍ୱିଲ୍ କ୍ଲବ”ର ଜିଲ୍ଲା ଚେୟାରମ୍ୟାନ୍ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ପ୍ରଥମ ଓ ଅଗ୍ରଣୀ ମହିଳା କ୍ଲବ, ଇନର ହ୍ୱିଲ୍ କ୍ଲବର ଜିଲ୍ଲା ଚେୟାରମ୍ୟାନ୍ ପରିଦର୍ଶନ କାର୍ଯ୍ୟକ୍ରମ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୨୬ ଇନର ହୁଇଲ କ୍ଳବର ଜିଲ୍ଲା ଅଧ୍ୟକ୍ଷ, ମଧୁସ୍ମିତା ତ୍ରିପାଠୀ ଏବଂ ତାଙ୍କ ସହିତ Rotary R I D 3262ର ଗଭର୍ଣ୍ଣର ମନୋଜ କୁମାର ତ୍ରିପାଠୀଙ୍କୁ କ୍ଲବ ତରଫରୁ ପୁଷ୍ପଗୁଛ ପ୍ରଦାନ କରାଯାଇ ଭବ୍ୟ ସ୍ୱାଗତ ସହ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ କ୍ଲବର ସଭାପତି ସ୍ନିଗ୍ଧାରାଣୀ ପଟ୍ଟନାୟକ ଏବଂ କ୍ଲବର ୨୫ଜଣ ସଦସ୍ୟା ମଧୁସ୍ମିତା ତ୍ରିପାଠୀଙ୍କୁ ସ୍ୱାଗତ କରି କ୍ଲବ ପରିସର ମଧ୍ୟକୁ ପାଛୋଟି ନେଇଥିଲେ ।  ରୋଟାରୀ କ୍ଲବ ପରିସରରେ ଆୟୋଜିତ ହୋଇଥିବା ସପ୍ତମ ବାର୍ଷିକ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । କ୍ଲବର ସଭାପତି,…

Read More

ଜାତୀୟ ଆଇନ ସେବା ପ୍ରାଧିକରଣ ଦିବସ-୨୦୨୫ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ, ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତେକ୍ଷ ତତ୍ୱାବଧାନ ରେ ଜାତୀୟ ଆଇନ ସେବା ପ୍ରାଧିକରଣ -୨୦୨୫ ଶତାଧିକ ବ୍ରଜେନ୍ଦ୍ର ଉଚ ବିଦ୍ୟାଳୟ, ପୋଲିସ ତାଲିମ ବିଦ୍ୟାଳୟ ର ଛାତ୍ର, ଅଧିକାର ମିତ୍ର,କୋର୍ଟ କର୍ମଚାରୀ, ଆଇନ ସେବା ପ୍ରାଧିକରଣ କର୍ମଚାରୀ ଏବଂ ଆଇନ ଯିବି ମାନଙ୍କୁ ନେଇ ପାଳିତ ହୋଇଯାଇଛି। ଜାତୀୟ ଆଇନ ସେବା ପ୍ରାଧିକରଣ ଦିବସ ପାଳନ ଉପଲକ୍ଷେ ଜିଲ୍ଲା କୋର୍ଟ ପରିସରରୁ ଏକ ସଚେତନତା ପଦଯାତ୍ରା ବାହାରି ପଥ ପ୍ରାନ୍ତ ଜନସାଧାରଣ ଙ୍କୁ ପ୍ରଚାର ପତ୍ର ବଣ୍ଟନ ଏବଂ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଇ ପଦଯାତ୍ରା କୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ସମାପ୍ତ କରାଯାଇଥିଲା। ଉକ୍ତ ପଦ ଯାତ୍ରା କୁ ଅତିରିକ୍ତ…

Read More

ସରସ୍ବତୀ ଶିଶୁମନ୍ଦିର ମାଳିସାହିର ବାର୍ଷିକ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ମାଳିସାହି ସରସ୍ବତୀ ଶିଶୁମନ୍ଦିରର ତ୍ରୟୋବିଂଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ବିଦ୍ୟାମନ୍ଦିରର ପ୍ରଧାନଆଚାର୍ଯ୍ୟ ମନୋରଞ୍ଜନ ପଣ୍ଡା ସଭାପତିତ୍ୱ କରିବା ସହିତ ସ୍ୱାଗତ ଅଭିଭାଷଣ ଏବଂ ବାର୍ଷିକ ବିବରଣୀ ପାଠ କରିଥିଲେ। ଶିଶୁମାନେ ଭବିଷ୍ୟତରେ ଭଲମଣିଷ ହୋଇ ସମୃଦ୍ଧ ଦେଶ ଗଠନରେ ସହାୟକ ହେବାକୁ ଅଭିଭାବକମାନେ ଯତ୍ନଶୀଳ ହେବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ମୁଖ୍ୟଅତିଥି ଭାବେ ନୟାଗଡ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ଃ. ଜ୍ୟୋତିରଞ୍ଜନ ସାମନ୍ତରାୟ, ମୁଖ୍ୟବକ୍ତାଭାବେ ବିଶିଷ୍ଟ ଶିକ୍ଷାବିତ୍ ଅଶୋକ କୁମାର ନାୟକ, ସମ୍ମାନିତ ଅତିଥିଭାବେ ଓଟିଭିର ଉପସ୍ଥାପକ ତଥା ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ଯୋଗଦେଇ ଶିଶୁମନ୍ଦିରର ଶିକ୍ଷାଦାନ ବ୍ୟବସ୍ଥା  ଶିଶୁର ସାମଗ୍ରିକ ବିକାଶରେ ସହାୟକ ବୋଲି ମତବ୍ୟକ୍ତ କରିବା ସହିତ ଶିଶୁମାନଙ୍କୁ ଯଥାସମ୍ଭବ ମୋବାଇଲ ଫୋନର ବ୍ୟବହାରରୁ ନିବୃତ୍ତ ରଖିବାକୁ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ। ପରିଚାଳନା…

Read More

ନୟାଗଡ଼ ରୋଟାରୀ କ୍ଲବର ୩୬ତମ ପ୍ରତିଷ୍ଠା ଦିବସ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରୋଟାରୀ କ୍ଲବ ନୟାଗଡ଼ ତାର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିଛି ।  ରୋଟାରୀ କ୍ଲବ, ନୟାଗଡ଼ ୩୬ ବର୍ଷ ଧରି ସମାଜ ସେବାରେ ନିଜକୁ ଉତ୍ସର୍ଗୀକୃତ କରିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା, ସ୍ବଳ୍ପ ମୂଲ୍ୟରେ ଆମ୍ବୁଲାନ୍ସ ସେବା,  ନୟାଗଡ଼ ଡ଼ାକ୍ତରଖାନାରେ ଗରମ ପାଣିର ବ୍ୟବସ୍ଥା, ବୃକ୍ଷ ରୋପଣ, ରକ୍ତଦାନ ଶିବିର, ଚିକିତ୍ସା ଶିବିର, ମାଗଣା ଚଷମା ବଣ୍ଟନ, କୃତ୍ରିମ ଅଙ୍ଗ ପ୍ରତିରୋପଣ, ମାଗଣା ଶ୍ରବଣ ଯନ୍ତ୍ର ବଣ୍ଟନ ଇତ୍ୟାଦି ଅନେକ ସାମାଜିକ କାର୍ଯ୍ୟକ୍ରମରେ ସର୍ବଦା ଆଗରେ ରହିଛି ନୟାଗଡ଼ର ରୋଟାରୀ କ୍ଲବ୍। ଏହି ପ୍ରତିଷ୍ଠା ଦିବସରେ ରୋଟାରୀ କ୍ଲବ ଅନେକ କାର୍ଯ୍ୟକ୍ରମ କରିଥିଲା, ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବୃକ୍ଷରୋପଣ, ସମର୍ପଣ ବୃଦ୍ଧାଶ୍ରମରେ ଅନ୍ତେବାସୀଙ୍କୁ ଚାଲିବାରେ ସହାୟକ ବାଡ଼ି ବଣ୍ଟନ ସହିତ “ଥିଲେ…

Read More