ନୟାଗଡ଼,(ନୟାଗଡ଼ ଦର୍ପଣ): ରକ୍ଷଣା ବେକ୍ଷଣ ଅଭାବ ତଥା ରେଳ ବିଭାଗର ପରିଚାଳନା ଗତ ତ୍ରୁଟି ପାଇଁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବେ ବୁଲା ଗାଈଗୋରୁଙ୍କ ଆଡାସ୍ଥଳୀ ପାଲଟିଛି। ସେହିପରି ସଫେଇ କାର୍ଯ୍ୟ ଠିକ ଭାବରେ ହେଉ ନଥିବାରୁ ଷ୍ଟେସନ ପରିସର ମଧ୍ୟରେ ଅଳିଆ ଆବର୍ଜନା କୁଢ଼ କୁଢ଼ ହୋଇ ଜମା ହେବା ସହିତ ବିଭିନ୍ନ ଅନାବନା ଗଛଲତା ଷ୍ଟେସନ ଚତୁର୍ପାଶ୍ୱରେ ଉଠି ଲଟାବୁଦାରେ ପରିପୂର୍ଣ୍ଣ ହେବାରେ ଲାଗିଛି। ବର୍ଷା ଦିନେ ଏହି ଲଟାବୁଦା ମଧ୍ୟରୁ ସାପ ବିଛା ଆଦି ସରୀସୃପ ଜାତୀୟ ଜୀବଜନ୍ତୁ ବାହାରି ଯାତ୍ରୀମାନଙ୍କ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏଠାରେ କେହି ସ୍ଥାୟୀ ସଫେଇ କର୍ମଚାରୀ ନଥିବାରୁ ଏପରି ପରିବେଶ ସୃଷ୍ଟି ହେଉଥିବା ଜାଣିବାକୁ ମିଳିଛି।ରେଳ ବିଭାଗ ପକ୍ଷରୁ ଷ୍ଟେସନ ପରିମଳ ଏବଂ ସଫେଇ ବାବଦକୁ ମାସିକ ମାତ୍ର ୮ହଜାର ଟଙ୍କା ଅନୁଦାନ…
Read MoreYear: 2025
ଜିଲ୍ଲାସ୍ତରୀୟ ଦୁଇ ଦିନିଆ କର୍ମଶାଳା “ଚାଲ ସୁରକ୍ଷା ଲାଗି କଥା ହେବା” ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଅନୁସୂଚିତ ଜାତି ଓ ଅନୂସୁଚିତ ଜନଜାତି ଉନ୍ନୟନ ପଛୁଆ ବର୍ଗ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ହଷ୍ଟେଲର ସୁପରିଚାଳନା ସହ ଅନ୍ତେବାସୀ ଓ ଅନ୍ତବାସିିନୀଙ୍କ ସୁରକ୍ଷା ଓ ଶିକ୍ଷା ଲାଗି ପ୍ରଧାନ ଶିକ୍ଷକ ତଥା ହଷ୍ଟେଲ ପରିଚାଳକଙ୍କ ନୟାଗଡ଼ ଜିଲ୍ଲାସ୍ତରୀୟ ଦୁଇ ଦିନିଆ କର୍ମଶାଳା “ ଚାଲ ସୁରକ୍ଷା ଲାଗି କଥା ହେବା” ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ତପସ୍ଵିନୀ ହାଁସଦା ଶୁଭାରମ୍ଭ କରିଥିଲେ। ନୟାଗଡ ଜିଲ୍ଲାର ସମସ୍ତ ବ୍ଲକର ମଂଗଳ ସଂପ୍ରସାରଣ ଅଧିକାରୀ, ୩୯ ଗୋଟି ହଷ୍ଟେଲର ପ୍ରଧାନ ଶିକ୍ଷକ ତଥା ପରିଚାଳକମାନେ ଯୋଗ ଦେଇଥିଲେ। ଦୁଷ୍ମନ୍ତ ପୃଷ୍ଟି, ଅତିରିକ୍ତ ଜିଲ୍ଲା ମଂଙ୍ଗଳ ଅଧିକାରୀ ସଦର ଏବଂ ମହମ୍ମଦ ଅର୍ସଦ ଅନସାରୀ, ଜିଲ୍ଲା ଶିଶୁ ଅଧିକାରୀ, ନୟାଗଡ଼, ଅମିୟବାଳା ପଟ୍ଟନାୟକ ଫ୍ରିଲନ୍ସର ଭୁବନେଶ୍ଵର,…
Read Moreଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀଙ୍କୁ ସମ୍ବର୍ଦ୍ଧିତକଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଭୁବନେଶ୍ଵର ଲୋକସେବା ସଦନ ଗୃହଠାରେ ଗୀତାଞ୍ଜଳୀ ସାହୁ ବ୍ଲକ୍ ଶିକ୍ଷା ଅଧିକାରୀ ଓଡଗାଁ ପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ । ଏହା ପଞ୍ଚସଖା ଶିକ୍ଷା ସେତୁ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷା ସଚିବ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ନୟାଗଡ ଜିଲ୍ଲା ପାଇଁ ଶିକ୍ଷା କ୍ଷେତ୍ରର ଗୌରବ ଆଣିଛନ୍ତି। ସେ ବର୍ତ୍ତମାନ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ମହଲରୁ ଶୁଭେଚ୍ଛା ଅଭିନନ୍ଦନର ସୁଅ ଛୁଟିଛି।
Read Moreଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ
ନୟାଗଡ଼, (ନୟାଗଡ଼ ଦର୍ପଣ): ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହେଇଥିଲା। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥିଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ଶ୍ରୀ ଯୁକ୍ତ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ମୁଖ୍ୟଅତିଥି ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସମାଜରେ ଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କର ପଥ ପ୍ରଦର୍ଶକ ହେବେ ହେବା ପାଇଁ ଉପଦେଶ ଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଗୁରୁ ହିଁ ଆମ ସଂସ୍କୃତିର ଉର୍ଜା ବୋଲି ଅଭିଭାଷଣ ଦେଉଥିଲେ। ସ୍ବାଗତ ଅଭିଭାଷଣରେ ଆମରେ ଅତିରିକ୍ତ ଜିଲ୍ଲା ଶିକ୍ଷା…
Read Moreଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଭକ୍ତିପୂତ ପ୍ରଣାମ’ କାର୍ଯ୍ୟକ୍ରମ, ସମାଜ ସଚେତନତା ପାଇଁ ଆହ୍ୱାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ ଶିକ୍ଷକଙ୍କୁ ଭକ୍ତିପୂତ ପ୍ରଣାମ କାର୍ଯ୍ୟକ୍ରମ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୬ଶହରୁ ଉର୍ଦ୍ଧ୍ୱ ଅବସରପ୍ରାପ୍ତ ଶିକ୍ଷକ ଓ ଅବସରପ୍ରାପ୍ତ ଅଧ୍ୟାପକ ଯୋଗ ଦେଇଥିଲେ । ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଏବଂ ଅନେକ ନିର୍ବାଚିତ ଜନପ୍ରତିନିଧି ଗୁରୁମାନଙ୍କୁ ଉତ୍ତରୀୟ ଫୁଲ, ଚନ୍ଦନ ଦେଇ ସମ୍ବର୍ନ୍ଧିତ କରିଥିଲେ । ଏହି ଅବସରରେ ଆୟୋଜିତ ସଭାରେ ପୈାର ପରିଷଦ ଉପାଧ୍ୟକ୍ଷ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅତିଥିଭାବେ ଯୋଗ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ଅନନ୍ୟ ବୋଲି…
Read Moreନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ଉତ୍ସବ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ହରେକୃଷ୍ଣ ମୁଦୁଲି, କୃପାସିନ୍ଧୁ କରଣ, ଭଗବାନ ସାହୁ, ଉମା ଚରଣ ତ୍ରିପାଠୀ ଉପସ୍ଥିତ ଥିଲେ। ମୁଖ୍ୟଅତିଥିଭାବେ ଅବସରପ୍ରାପ୍ତ ନୟାଗଡ଼ ମଣ୍ଡଳ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ ଶିଶୁମାନଙ୍କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ଅତିଥି ଶିଶୁମାନଙ୍କୁ ଗୁରୁ ଶିଷ୍ୟ ପାଠ୍ୟକ୍ରମ ସହ ସମ୍ପର୍କକୁ ନେଇ କହିଥିଲେ ତିନିହେଁ ତ୍ରିଭୁଜର ଶୀର୍ଷ ବିନ୍ଦୁ ଅଟନ୍ତି । ଗୁରୁ ଶିଷ୍ୟ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି ଦେଶ ମାତୃକାର ମଙ୍ଗଳ କାମନା ରଖିବା ଉଚିତ୍ ବୋଲି ଆହ୍ବାନ କରିଥିଲେ। ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ରହି ଗୁରୁପୂଜନ କାର୍ଯ୍ୟକ୍ରମକୁ ମହାଆଡମ୍ବରରେ ପାଳନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ…
Read Moreନୟାଗଡ଼ ରୋଟାରୀ କ୍ଳବ୍ ପକ୍ଷରୁ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗୁରୁ ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ଗୁରୁଦିବସ ମହାସମାରୋହରେ ପାଳନ ହୋଇଯାଇଛି। ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ବେଳେ ରୋଟାରୀ କ୍ଳବ୍ ନୟାଗଡ଼ର ସଭାପତି ବସିରନ୍ ବିବି ସଭାରେ ସଭାପତିତ୍ୱ କରିଥିଲେ। ଏହି ଗୁରୁ ପୂଜନ ସମାରୋହରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ସଭାମଞ୍ଚରେ ସ୍ଥାପିତ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ପ୍ରତିଛବିରେ ପୁଷ୍ପ ମାଲ୍ୟାର୍ପଣ କରି ଧୂପଦୀପ ପ୍ରଦାନ କରିଥିଲେ।ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଏକ ନିଆରା ଢଙ୍ଗରେ ଗୁରୁ ପୂଜନ ଦେଖି ମୁଖ୍ଯ ଅତିଥି ବିମୋହିତ ହୋଇଥିଲେ। ଏବଂ ଶିଷ୍ଯମାନଙ୍କର ସଫଳତା ହେଉଛି ଗୁରୁଙ୍କ ପରିଚୟ ବୋଲି କହିଥିଲେ। ଛାତ୍ରଛାତ୍ରୀ ମାନେ ଗୋଟିଏ ଗୋଟିଏ ଥାଳିରେ…
Read Moreପିତାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରି ପ୍ରଂଶସା ସାଉଁଟିଲେ ଝିଅ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଦୀର୍ଘ ୫ବର୍ଷ ପରେ ନନ୍ଦିଘୋରରେ ଜୟ ଜଗନ୍ନାଥ ଚୁଡା ମିଲର ନବୀକରଣ ସହିତ ଆଜି ଶୁଭ ଉଦଘାଟନ ହୋଇଯାଇଛି। ୩ ଏକର ପରିମିତ ଜାଗାରେ ନିର୍ମିତ ଏହି ମିଲରେ ଦିନକୁ ୨୦୦ ବସ୍ତା ଧାନ ପେଡା ଯାଇ ଚୁଡା ଉତ୍ପାଦନ ହେବ ବୋଲି ଜଣାପଡିଛି। ପ୍ରୋପାଇଟର ଆଦ୍ୟାଶା ପ୍ରିୟଦର୍ଶିନୀଙ୍କ କରକମଳରେ ଏହା ଉଦଘାଟିତ ହୋଇଛି। ମୁଖ୍ୟ ଭାବେ ଜଗନ୍ନାଥ ସାହୁ ସମସ୍ତକାର୍ଯ୍ୟ ପରିଚାଳନା କରିଥିଲେ। ସୂଚନାଯୋଗ୍ୟ, ଏହି ମିଲର ମାଲିକ ୨୦୨୦ ମସିହା ଜାନୁଆରୀ ମାସରେ କାର୍ ଦୁର୍ଘଟଣାରେ ସ୍ତ୍ରୀ ଓ ପୁଅ ସହିତ ପ୍ରାଣହରାଇ ଥିଲେ। ତାଙ୍କର ଯିବିତ ଏକମାତ୍ର ଝିଅ ଆଦ୍ୟାଶା ଆଜି ନିଜ ମିଲ ଚଳାଇବାକୁ ସାହସ କରିଛନ୍ତି। ବାପାଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିଥିବାରୁ ଏଥିପାଇଁ ଝିଅ ଅଦ୍ୟାଶାଙ୍କୁ ସବୁମହଲରୁ ପ୍ରସଂଶାର ସୁଅ ଛୁଟିଛି। ନୂତନ ବ୍ୟବସାୟକୁ…
Read Moreଏକ ଦିବସୀୟ ଜିଲ୍ଲାସ୍ତରୀୟ ନବ ଭାରତ ସ୍ୱାକ୍ଷରତା କାର୍ଯ୍ୟକ୍ରମ(ଉଲ୍ଲାସ) ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଏକ ଦିବସୀୟ ଜିଲ୍ଲାସ୍ତରୀୟ ନବ ଭାରତ ସ୍ୱାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ନୟାଗଡ଼ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ପରିଦର୍ଶନ କରି ନବ ଭାରତ ସାକ୍ଷରତା ଅଭିଯାନ କାର୍ଯକ୍ରମରେ ନିଜକୁ ସାମିଲ୍ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନବଭାରତ ସାକ୍ଷରତା କାର୍ଯ୍ୟକ୍ରମରେ ସୁଚାର ରୂପେ କାର୍ଯ୍ୟ କରିବା ସହ ସଫଳ ରୂପାୟନ ପାଇଁ ହିତ ଉପଦେଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ୮ଗୋଟି ବ୍ଲକରୁ ମୋଟ ଅଠ ଚାଳିଶି ଜଣ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା। ପ୍ରତି ବ୍ଲକରୁ ପ୍ରାଇମେରୀ ବିଦ୍ୟାଳୟରୁ ତିନି ଜଣ ଓ ସେକେଣ୍ଡାରୀ ବିଦ୍ୟାଳୟରୁ ତିନି ଜଣ ଲେଖାଏଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ମାଷ୍ଟର ଟ୍ରେନର ଭାବେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମାଷ୍ଟର ଟ୍ରେନରମାନେ…
Read Moreନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନର ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନର ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ଆସନ୍ତା ତିନି ବର୍ଷ ଅର୍ଥାତ ୨୦୨୫-୨୮ ବର୍ଷ ପାଇଁ ସଭାପତି ଭାବେ ପ୍ରହଲ୍ଲାଦ ସାହୁ ଓ ସମ୍ପାଦକ ଭାବେ ସନ୍ତୋଷ କୁମାର ନାୟକ ତୃତୀୟ ଥର ପାଇଁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ସଂଘ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ (UCDA)ସହିତ ଅନୁବନ୍ଧିତ ଜିଲ୍ଲା ସଂଘର କାର୍ଯ୍ୟକାରିଣୀ ସଭ୍ୟମାନଙ୍କୁ ନେଇ ଔଷଧ ବ୍ୟବସାୟୀ ସଙ୍ଘର ଏହି ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ରାଜ୍ୟର ପୂର୍ବତନ ସାଧାରଣ ସମ୍ପାଦକ ତଥା ଖୋର୍ଦ୍ଧା ଜିଲ୍ଲା ସମ୍ପାଦକ ପ୍ରଶାନ୍ତ କୁମାର ଜେନା ଓ ସାଙ୍ଗଠନିକ ସମ୍ପାଦକ ସଞ୍ଜୟ କୁମାର ମହାନ୍ତି ଓ ଜୟ ପ୍ରକାଶ ପରିଡା ଯୋଗଦେଇ ନିର୍ବାଚନ ପ୍ରକ୍ରିୟା ପରିଚାଳନା କରିଥିଲେ। ପରିଶେଷରେ କୋଷାଧକ୍ଷ ଭାବେ…
Read More