ନୟାଗଡ଼, (ନୟାଗଡ଼ ଦର୍ପଣ): ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର ହୋଇ ଉଡୁଛି ତ୍ରିରଙ୍ଗା। ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରେ ପାଳିତ ହୋଇଥିବା ସାଧାରଣତନ୍ତ୍ର ଦିବସରେ ମୁଖ୍ଯ ଅତିଥି ଭାବେ ରଣପୁରର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ତାପରେ ବିଦ୍ଯାଳୟ ପଡିଆରେ ସମ୍ମିଳିତ ଛାତ୍ରଛାତ୍ରୀ ଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରି ସାଧାରଣତନ୍ତ୍ର ଦିବସର ମହାନତା ବିଷୟରେ ଆଲୋକପାତ କରିଥିଲେ । ଆଜିର ଛାତ୍ର କାଲିର ନାଗରିକ। ତେଣୁ ଭଲ ପାଠ ପଢିବା ସହିତ ଭଲ ମଣିଷ ହେବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। …
Read MoreYear: 2025
ପଠାଣି ସାମନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ୭୬ତମ ସାଧାରଣତନ୍ତ୍ର ଦିବସର ଐତିହାସିକ ପରମ୍ପରାକୁ ସ୍ମରଣ କରି ପଠାଣି ସାମନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଆବାସିକ) ନୟାଗଡ଼ ଅନୁଷ୍ଠାନର ପରିସର ମଧ୍ୟରେ ମହାସମାରୋହରେ ପାଳନ କରାଯାଇଛି। ବିଦ୍ୟାଳୟ ର ସମ୍ପାଦିକା ମିସ୍ ତନୁଜା ମିଶ୍ର “ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପରିଡ଼ା, ନିର୍ଦ୍ଦେଶକ ଦେବାଶିଷ ମିଶ୍ର, ଅଧ୍ୟାପକ ଗଣ ଯଥା ମନୋଜ କୁମାର ମହାପାତ୍ର, ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ବିପିନ ପ୍ରଧାନ, ଦେବାଶିଷ ମିଶ୍ର, କେଦାର ଚନ୍ଦ୍ର ନାୟକ, ଦିଲ୍ଲୀପ କୁମାର ଵରାଡ, ସହକର୍ମ ଚାରି ଗ୍ୟାନରନ୍ଜନ ମହାପାତ୍ର, ରବିନ୍ଦ୍ର ସାଥୁଆ, ରବିନ୍ଦ୍ର ସେଠୀ,ସତ୍ୟଭାମା ପୃଷ୍ଟି, ସୁଭାଶିଷ ମହାନ୍ତି, ଏବଂ ପ୍ରଥମ ଓ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଉପସ୍ଥିତିରେ ଅଧ୍ୟକ୍ଷ ସୈ!ମ୍ୟରଞ୍ଜନ ପରିଡ଼ା ପତାକା ଉତ୍ତୋଳନ କରିବା ସହିତ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ। ଅନ୍ୟାନ୍ୟ ଅଧ୍ୟାପକମାନେ ବକ୍ତବ୍ୟ ମାଧ୍ୟମରେ…
Read Moreସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଭେଟେରାନ ଶରତ କୁମାର ସାହୁ ସୋସାଇଟି ଅଧ୍ୟକ୍ଷ ଗୋଦାବରୀଶ ସାହୁଙ୍କୁ ଆମନ୍ତ୍ରିତ କରି ପତକା ଉନ୍ମୋଚନ କରାଇଥିଲେ। ଏହି ରାଷ୍ଟ୍ରୀୟ ପର୍ବରେ ନୟାଗଡ଼ର ବିଶିଷ୍ଟ ସମାଜସେବୀ ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ଦଣ୍ଡପାଣି ନାୟକ, ଭଗବତୀ ଚରଣ ପଟ୍ଟନାୟକ ଓ ନିରଂଜନ ମିଶ୍ରଙ୍କୁ ମାନପତ୍ର ସହିତ ସମ୍ମାନିତ କରାଯାଇଥିଲା। ନୟାଗଡ଼ର ପୂଜ୍ୟ ପୁଜା କମିଟିର ସଭାପତି ପ୍ରଶନ୍ନ କୁମାର ବସନ୍ତିଆ ଓ ଶିବ ଶକ୍ତି ଯୋଗ କେନ୍ଦ୍ରର ଆବାହକ ଧର୍ମେନ୍ଦ୍ର କୁମାର ସାହୁଙ୍କୁ ସମ୍ମାନିତ କରାଯାଇଥିଲା। ଧିରେନ୍ଦ୍ର କୁମାର ପଟ୍ଟନାୟକଙ୍କ ସହଯୋଗରେ ଏହି ପର୍ବରେ ସିଭିଲ ସୋସାଇଟି, ପୂଜ୍ୟପୁଜା କମିଟି ଓ ଶିବଶକ୍ତି ଯୋଗ କେନ୍ଦ୍ରର ବହୁ ସଦସ୍ୟ ଯୋଗଦାନ କରିଥିଲେ।
Read Moreନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଘର ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ପତାକା ଉତୋଳନ କରି ସ୍ୱାଧୀନତା, ସମାନତା ଓ ସମୃଦ୍ଧିର ସହ ଦେଶକୁ ବିଶ୍ୱର ସର୍ବୋତମ ଦେଶ କରି ଗଢିତୋଳିବା ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ। ଜିଲ୍ଲା ସାମ୍ବାଦିକ ସଙ୍ଘର ଶୁଭେଛୁଙ୍କ ସମେତ ସାମ୍ବାଦିକ ପ୍ରଦୀପ୍ତ କୁମାର ରଥ, ନିଶିକାନ୍ତ ରଥ, ଲୋକନାଥ ମିଶ୍ର, ପୁରୁଷୋତମ ମହାପାତ୍ର, ଜୟନ୍ଦ୍ର କୁମାର ବେହେରା, ଚିତ୍ତରଞ୍ଜନ ପାଶା, ଗୋକୁଳ କୁମାର ଷଡ଼ଙ୍ଗୀ, ପ୍ରମୋଦ କୁମାର ନନ୍ଦ, ଜିତୁନ କୁମାର ମହାପାତ୍ର, ବିକ୍ରମ କୁମାର ସ୍ୱାଇଁ, ରଞ୍ଜନ ବେହେରା, ବିଭୁତି ଭୁଷଣ ପଟ୍ଟନାୟକ ପ୍ରମୁଖ ଉତ୍ସବରେ…
Read Moreରାମଚନ୍ଦ୍ର ଉଚ୍ଚବିଦ୍ୟାଳୟରେ ଅନ୍ନପୂର୍ଣ୍ଣା -୧ ଖାଦ୍ୟ ପ୍ରଦର୍ଶନୀ ଅନୁଷ୍ଠିତ।
ନୟାଗଡ଼, (ନୟାଗଡ଼ ଦର୍ପଣ): ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବାର୍ଷିକ ଖାଦ୍ୟ ପ୍ରଦର୍ଶନୀ “ଅନ୍ନପୂର୍ଣ୍ଣ।- ୧” ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଦର୍ଶନୀକୁ ଶିଶୁ କବି କାଶୀନାଥ ଦାସ(ମୋ ସ୍କୁଲ ସଭାପତି ତଥା ଶିଶୁ କବି)ଙ୍କ ଦ୍ୱାରା ଉଦଘାଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶ୍ରୀ ରାକେଶ କୁମାର ସାହୁ, (ଧନ୍ଦାମୂଳକ ଶିକ୍ଷକ KC ବିଦ୍ୟାପୀଠ, ଗଣିଆ, ଆଲୋକ କୁମାର ପଗଡ଼ ପ୍ରମୁଖ ବିଚାରପତି ଭବରେ ପିଲାମାନଙ୍କୁ ମୂଲ୍ୟାଙ୍କନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ ୧୯ ଟି ଷ୍ଟଲ୍ ରେ ଖାଦ୍ୟ ପ୍ରଦର୍ଶିତ ହୋଇଥିଲା। ପିଲାମାନେ ସୁସ୍ଵାଦୁ ଓ ସ୍ୱାସ୍ଥ୍ୟକର ଖାଦ୍ୟ ପରିବେଷଣ କରିଥିଲେ। ପରିଶେଷରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ସହିତ ମାନପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ଧନ୍ଦାମୂଳକ ପ୍ରଶିକ୍ଷକ ଶ୍ରୀ ବିଶ୍ଵମ୍ବର ପ୍ରଧାନ (ପର୍ଯ୍ୟଟନ ଓ ଆତିଥ୍ଯ) ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇ…
Read Moreସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ ଓ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏନେଇ ଆଜି ସାମ୍ବାଦିକ ଭବନ ପରିସରରେ ଆଲୋଚନା କରାଯାଇ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଓ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ୭ ଦିନ ମଧ୍ୟରେ ଜବରଦଖଲ ମୁକ୍ତ କରାଯିବାକୁ ଦାବି କରାଯାଇଛି । ନୟାଗଡ଼ ସହରର ବିଭିନ୍ନ ରାସ୍ତା ପାଶ୍ୱର୍କୁ ଜବରଦଖଲ କରି ଉଠା ବ୍ୟବସାୟୀ, ପରିବା ଦୋକାନ, ଜଳଖିଆ ଦୋକାନ ଖୋଲ ଯାଉଛି । ଫଳରେ ରାସ୍ତା ପାଶ୍ୱର୍ରେ ଯାନବାହନ ରଖିବା ପାଇଁ ସମସ୍ୟା ସୃଷ୍ଟି ହେଉଛି । ରାସ୍ତା ଉପରେ ଯାନ ବାହାନ ରଖାଯିବା ଦ୍ୱାରା ଟ୍ରାଫିକ ସମସ୍ୟା ଉପୁଜୁଛି । ତୁରନ୍ତ ନୟାଗଡ଼ ସହର…
Read Moreବରିଷ୍ଠଙ୍କ ଆଶ୍ରିବାଦ ଯୁବ ପିଢ଼ିଙ୍କ ପାଇଁ ବର ଦାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ବରିଷ୍ଠ ନାଗରିକ ସମାଜର ପଥ ପ୍ରଦର୍ଶକ ସେମାନଙ୍କ ନିଷ୍ଠା, ତ୍ୟାଗର ତୁଳନା ନାହିଁ, ବରିଷ୍ଠଙ୍କ ଉପସ୍ଥିତି ପରିବାର ଭିତରେ ଶୃଙ୍ଖଳା ରକ୍ଷା କରିଥାଏ। ବାପା, ବୋଉ ଜେଜେବାପା, ଜେଜେ ମା ଭଳି ବରିଷ୍ଠ ମାନଙ୍କ ଆଶ୍ରିବାଦ, ପୁଅ, ଝିଅ ଏବଂ ଯୁବ ପିଢ଼ିମାନଙ୍କ ପାଇଁ ବର ଦାନ ସଦୃଶ। ସେମାନଙ୍କ ପ୍ରେରଣା ନୀତି ଆଦର୍ଶ ସନ୍ତାନଙ୍କ ପାଇଁ ମଙ୍ଗଳ ମୟ ହୋଇଥାଏ। ଖଣ୍ଡପଡ଼ା ବ୍ଲକ ବନମାଳିପୁର ଆଞ୍ଚଳିକ ବରିଷ୍ଠ ନାଗରିକ ଫୋରମ ଉଦଘାଟନ ଉତ୍ସବରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଭାପୁର ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ପ୍ରଭାକର ସାହୁ, ଖଣ୍ଡପଡା ଏସଡିପିଓ ବିମଳ କୁମାର ବାରିକ, ଫତେଗଡ଼ ଥାନା ଅଧିକାରୀ ପଞ୍ଚାନନ ପରିଡା, ପଞ୍ଚାୟତ ସମିତି ଅଧକ୍ଷା…
Read Moreଜିଲ୍ଲା ଏ.ଡି.ଇ.ଓ ସଂଘର ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଅନ୍ତର୍ଗତ ଓଡଗାଁ ବ୍ଲକ ଦୁତିକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏ.ଡି.ଇ.ଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ନୟାଗଡ ଜିଲ୍ଲା ଏ.ଡି.ଇ.ଓ ସଂଘର ଜିଲ୍ଲା ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଊତ୍ସବରେ ରାଜ୍ୟ ସ୍ତରୀୟ କର୍ମକର୍ତାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘର ସଂଗଠନକୁ ସୁଦୃଢ କରିବା ସହିତ ଆଗାମୀ ଦିନରେ ପ୍ରତ୍ୟକ ବର୍ଷ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀରେ ଦେଶ ପ୍ରେମ ଦିବସକୁ ସଂଘ ସାଙ୍ଗ ପ୍ରେମୀ ଦିବସରେ ପାଳନ କରିବା ପାଇଁ ଜିଲ୍ଲା ସଂଘର ମୁଖ୍ୟ ଉପଦେଷ୍ଟା ବଦଳ ଷଡ଼ଙ୍ଗୀ ପ୍ରସ୍ତାବ ରଖିଥିଲେ। ଏଥିସହିତ ନୟାଗଡ ଜିଲ୍ଲାର ୮ଗୋଟି ବ୍ଲକର ସଭାପତି, ସମ୍ପାଦକ, ଜିଲ୍ଲା କୋର କମିଟିର ସଦସ୍ୟମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ୍ୟ ସଭାପତି ତଥା ମୁଖ୍ୟ ଅତିଥି ପ୍ରଭାତ କୁମାର…
Read Moreଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସରେ ବାହାଡ଼ା ଝୋଲା ଉଚ୍ଚ ବିଦ୍ୟାଳୟର ଦୁଇ କୃତୀ ଛାତ୍ରଙ୍କ କମାଲ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ଓଡ଼ଗାଁ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ବାରା ତା ୨୨.୦୧.୨୦୨୫ ରିଖ ଠାରୁ ୨୪.୦୧.୨୦୨୫ରିଖ ଆୟୋଜିତ ତିନି ଦିନିଆ ଷ୍ଟଡି କ୍ୟାମ୍ପରେ ସରକାରୀ ଉଚ୍ଚ ବିଦ୍ୟାଳୟ ବାହାଡ଼ାଝୋଲାର ନବମ ଶ୍ରେଣୀର ଦୁଇ ଛାତ୍ର ଶୁଭମ ମହାପାତ୍ର ଓ ବଦ୍ରି ନାରାୟଣ ସାହୁ କୃତିତ୍ୱ ହାସଲ କରିଛନ୍ତି । ଜିଲ୍ଲାରେ ଓଡ଼ିଆ ଏକ୍ସଟେମ୍ପୋରରେ ଶୁଭମ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଏବଂ ଇଂଲିଶ ଏକ୍ସଟେମ୍ପୋରରେ ବଦ୍ରି ନାରାୟଣ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ଉଦଯାପନୀ ସଭାରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ରାୟଗଡ଼ା ଜିଲ୍ଲା ଶିକ୍ଷାଧିକାରୀ ବସନ୍ତ କୁମାର ନାୟକ, ବ୍ଲକ୍ ଶିକ୍ଷଧିକାରୀ ଗୀତଞ୍ଜଳି ସାହୁ, ଆଇପି ଅନିଲ କୁମାର ଦାସ, ଜେ ଆରସି ଓ ସନ୍ୟାସୀ ପ୍ରଧାନ, ରଘୁନାଥ ବିଦ୍ୟାପୀଠର…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳନ ହୋଇଯାଇଛି ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ । ଶିକ୍ଷାକେନ୍ଦ୍ରର ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବ୍ଳକ୍ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଯୋଗଦେଇ ଥିଲା ବେଳେ ସମ୍ମାନିତ ଅତିଥି ଭାବେ ସାମାଜିକ ଅନୁଷ୍ଠାନ ନିସ୍ବାର୍ଥର ସଂପାଦକ ତଥା ବରିଷ୍ଠ ସମାଜସେବୀ ଅରୁଣ କୁମାର ମହାନ୍ତି ଓ ମୁଥାଗାଡିଆ ଗ୍ରାମ ପଞ୍ଚାୟତ ସରପଂଚ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ବିଦ୍ଯାଳୟ ପ୍ରାଙ୍ଗଣରେ ସ୍ଥାପିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଧୂପ ଓ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଗୁରୁଜୀ ଗୁରୁମା ଓ ଅତିଥିମାନେ ଦୁଇ ମହାପୁରୁଷଙ୍କ ସ୍ମୃତି ଚାରଣ କରିଥିଲେ।…
Read More