ଗୋଲେଇ ଛକରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ, ବିଜେପି ସରକାର ବିରୁଦ୍ଧରେ ନାରାବାଜି

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାରକୁ ଦାୟୀ କରିଛି ନୟାଗଡ଼ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ଆଜି ଦଳ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସରକାର ବିରୁଦ୍ଧରେ ନାରାବାଜି କରାଯାଇଛି । ରାଜ୍ୟରେ ଛାତ୍ର ଓ ନାରୀ ଅସୁରକ୍ଷିତ । ଦିନକୁ ଦିନ ଛାତ୍ରୀ ଓ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଉଛି । ଯାହାକୁ ନେଇ ନୟାଗଡ଼ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରରୁ ଏକ ଶୋଭାଯାତ୍ରା ବାହାରି ନୟାଗଡ଼ ଟାଉନଥାନାଠାରେ ନୟାଗଡ଼ ଏସ୍‌ଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟ ଓ ଥାନା ଅଧିକାରୀ ବିଜୟା ସାହୁଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଠାରୁ…

Read More

ଶ୍ରୀରାମ ଫାଉଣ୍ଡେସନ ଓଡିଶା ସହଯୋଗରେ ଛାତ୍ର ପଢିଲେ ପାଠ

ଭାପୁର, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଭାପୁର ବ୍ଲକ ନିମାଣୀ ଗ୍ରାମରେ ଆଇ ଘରେ ବାର ବର୍ଷ ରହି ବିଦ୍ୟାଳୟ ବାରଣ୍ଡା ମାଡି ନଥିବା ପିଲାର ମାର୍ଗଦର୍ଶକ ସାଜିଲା ଶ୍ରୀରାମ ଫାଉଣ୍ଡେସନ ଓଡିଶା। ସୂଚନାଯୋଗ୍ୟ, ବୋଲଗଡ ନିର୍ବାଚନ ମଣ୍ଡଳୀ ସମ୍ପୁର ଗ୍ରାମର ବାଦଲ ନାୟକ(୧୨) ତାଙ୍କ ମା’ଙ୍କ ସହ ଆଉ ଦୁଇ ଜଣ ଭାଇ ଭଉଣୀ ଅଜା ଘର ନିମାଣୀ ଗ୍ରାମରେ ଆଇ କେଳୁଣୀ ନାୟକଙ୍କ ପାଖରେ ରହି ଆସୁଥିଲା। ବିଧବା ଆଇ ଦୁଃଖର ପାହାଡ଼ ମୁଣ୍ଡରେ ଧରି ଚାଲୁଥିବା ବେଳେ ବିକଳାଙ୍ଗ ଝିଅର ଛୁଆମାନଙ୍କର ଭରଣ ପୋଷଣ ମଧ୍ୟ କରୁଥିଲା। ବହୁ ବାର ଗ୍ରାମରେ ଥିବା ବିଦ୍ୟାଳୟରେ ନାତିର ନାମ ଲେଖାଇବା ପାଇଁ  ଘୁରି ବୁଲିଲେ ବି କୌଣସି ସୁଫଳ ମିଳି ନଥିଲା। ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଖୋର୍ଦ୍ଧାରୁ ଆସୁଥିବା ଡାକ୍ତର ଆଶୁତୋଷ ମିଶ୍ର ଏହି…

Read More

ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ

ନୟାଗଡ଼, (ନୟାଗଡ଼ ଦର୍ପଣ): ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ ବାଚସ୍ପତିଙ୍କ ବାସଭବନରେ ସାକ୍ଷାତ କରି ଓଡ଼ିଶାର ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ଆଲୋଚ଼ନା କରିବା ସହ ଅଧିକ ପୋଷ୍ଟ ଓ ସ୍ଥାୟୀ ନିଯୁକ୍ତି ନିମନ୍ତେ ବିଶଦ ଆଲୋଚନା କରିଥିଲେ। ସୂଚନାଥାଉକି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତ୍ୟେକ କ୍ଲଷ୍ଟରରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବେ, ୨୦୨୫-୨୦୨୭ ଶିକ୍ଷାବର୍ଷ ମଧ୍ୟରେ ୪୧୬୦ ପୋଷ୍ଟ ନିଯୁକ୍ତି ଦିଆଯିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ସାରଣୀ ଅନୁସାରେ ଓଡିଶାକୁ ପ୍ରାରମ୍ଭିକ ସ୍ତରରେ…

Read More

ପାଣିପୋଇଲା ଶିଶୁମନ୍ଦିରରେ ବିଜ୍ଞାନମେଳା ଓ କଣ୍ଢେଇମେଳା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ପାଣିପୋଇଲା ଶିଶୁମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଓ ପୂର୍ବପ୍ରାଥମିକ ବିଭାଗର ଶିଶୁମାନଙ୍କର କଣ୍ଢେଇମେଳା ଅନୁଷ୍ଠିତ ହୋଇଯାଇଅଛି। ଏହି ମେଳାର ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାଧାମୋହନ ପତି, ସମ୍ମାନୀତ ଅତିଥି ଭାବେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ କ୍ରିଦାଶପୁରର ବିଜ୍ଞାନ ଶିକ୍ଷକ ଲକ୍ଷ୍ମୀଧର ମହାପାତ୍ର ଯୋଗଦେଇ  ଶିଶୁମାନେ ବିଜ୍ଞାନ ଅନୁସନ୍ଧିଛୁ ହେଲେ ଭବିଷ୍ୟତର ସୁନାଗରିକ ହୋଇପାରିବେ ବୋଲି ଅଭିଭାଷଣ ରଖିଥିଲେ। ବିଦ୍ୟାଳୟର ସମ୍ପାଦକ ମନୋରଞ୍ଜନ ପଣ୍ଡା ଉତ୍ସବ ଓ ପ୍ରତିଯୋଗିତାଦ୍ୱାରା ଶିଶୁଙ୍କ ମନ ପ୍ରଫୁଲ୍ଲିତ ହେବା ସହିତ ପୂର୍ଣ୍ଣାଙ୍ଗ ବିକଶିତ ହେବାରେ ସହାୟକ ବୋଲି ମତବ୍ୟକ୍ତ କରିବା ସହିତ ସମସ୍ତ ପ୍ରତିଭାଗୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ଶିଶୁମାନଙ୍କୁ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରାଇବା ପାଇଁ ଶ୍ରମ, ସମୟ ଦେଇ ସହାୟତା କରିଥିବା ସମସ୍ତ ପିତା, ମାତା,…

Read More

୭୯ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଅପରାହ୍ନ ୪ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଅଧ୍ୟକ୍ଷତା କରି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସକୁ ସରସ ସୁନ୍ଦର ଭାବେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ଯୋଗଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରାରମ୍ଭିକ ସ୍ୱାଗତ ଭାଷଣ ରଖିଥିଲେ । ପୂର୍ବବର୍ଷ ପ୍ରସ୍ତୁତି ବୈଠକ ଅନୁଯାୟୀ ଏବଂ ବୈଠକର ନିଷ୍ପତି ଅନୁଯାୟୀ ଅଗଷ୍ଟ ୧୫ଦିନ ଜିଲ୍ଲାସ୍ତରୀୟ ପତାକା ଉତୋଳନ ପୂର୍ବାହ୍ନ…

Read More

ରୋଟାରୀ କ୍ଲବ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): କର୍ମବୀର ଗୌରୀ ଶଙ୍କର ରାୟ ଓ ବିଚିତ୍ରାନନ୍ଦ ଦାସଙ୍କର ପ୍ରଚେଷ୍ଟାରେ ୧୮୬୬ ମସିଆ ଅଗଷ୍ଟ ୪ରେ ପ୍ରଥମ ଖବର କାଗଜ ଉତ୍କଳ ଦୀପିକା ପ୍ରକାଶ ପାଇଥିଲା। ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ଖବର କାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା।ଯାହାକି ପରବର୍ତ୍ତୀ ସମୟରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ସହାୟକ ହୋଇଥିଲା। ସେହି ଦିବସଟିକୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବରେ ସାରା ଓଡ଼ିଶାରେ ମହାଆଡ଼ମ୍ବରରେ ପାଳନ କରାଯାଉଛି। ନୟାଗଡ ରୋଟାରୀ କ୍ଲବ ଦ୍ୱାରା ଆୟୋଜିତ ଏହି ଓଡ଼ିଆ ସାମ୍ବାଦିକତା ଦିବସରେ ନୟାଗଡ଼ ଜିଲ୍ଲାର ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କ୍ଲବ ସଭାପତି ବସିରନ ବିବିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥିଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟବକ୍ତା ନୟାଗଡ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ,…

Read More

ମାଳିସାହି ସରସ୍ବତୀ ଶିଶୁମନ୍ଦିରରେ ବିଜ୍ଞାନମେଳା ଓ କଣ୍ଢେଇମେଳା ଅନୁଷ୍ଠିତ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ମାଳିସାହି ସରସ୍ବତୀ ଶିଶୁଵିଦ୍ୟାମନ୍ଦିର ପରିସରରେ ଶିଶୁମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ରୁଚିସୃଷ୍ଟି କରାଇବା ପାଇଁ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଏବଂ ଅରୁଣ ଓ ଉଦୟ ଶ୍ରେଣୀ ଶିଶୁମାନଙ୍କ ପାଇଁ କଣ୍ଢେଇମେଳା ଅନୁଷ୍ଠିତ ହୋଇଯାଇଅଛି। ବିଜ୍ଞାନମେଳାରେ ୩୦ଜଣ କୁନି ବୈଜ୍ଞାନିକ ସେମାନଙ୍କର ପ୍ରକଳ୍ପ ପ୍ରଦର୍ଶନ କରିଥିବା ଜଣାଯାଇଛି, ସେହିପରି କଣ୍ଢେଇମେଳାରେ ୨୫ଜଣ କୁନିକୁନି ଶିଶୁ ବିଭିନ୍ନ ରଙ୍ଗ ବେରଙ୍ଗର ସୁସଜ୍ଜିତ କଣ୍ଢେଇ ପ୍ରଦର୍ଶନ କରିଛନ୍ତି।ପ୍ରତିଯୋଗିତାର ବିଚାରକଭାବେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ, କ୍ରିଦାଶପୁରର ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର କୁଣ୍ଡ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାଧାମୋହନ ପତି ଓ ମୁରଲୀଧର ମହାରଣା ଯୋଗଦେଇ ପ୍ରକଳ୍ପଗୁଡିକ ମୂଲ୍ୟାଙ୍କନ କରିବା ସହିତ କୁନି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଛନ୍ତି। ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ମନୋରଞ୍ଜନ ପଣ୍ଡା ସମସ୍ତ ଶିଶୁଙ୍କ ମନରେ ବୈଜ୍ଞାନିକ ଭାବନା ସୃଷ୍ଟି ହୋଇ ସମୃଦ୍ଧ ଦେଶ…

Read More

ନୟାଗଡ଼ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ୨୦ତମ ପି.ଏମ. କିଷାନ୍ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ୨୦ତମ ପ୍ରଧାନମନ୍ତ୍ରୀ କିଷାନ୍ ଯୋଜନାର ସିଧା ପ୍ରସାରଣ କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ପାଣିପୋଇଲା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀ, ଉତ୍ତରପ୍ରଦେଶ ଠାରେ ଅନୁଷ୍ଠିତ ହୋଇଥିବା ସିଧା ପ୍ରସାରଣ ମାଧ୍ୟମରେ ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ଗୋକୁଳାନନ୍ଦ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ ଓ କୃଷି ବିଭାଗ, ନୟାଗଡ଼ର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଜିଲ୍ଲାର ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ଚାଷୀ ଭାଇ ଓ ଭଉଣୀମାନେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ…

Read More

ଅନଲାଇନ ଉପସ୍ଥାନ ବ୍ୟବସ୍ଥା  ବିରୋଧରେ ବିଶାଳ ରାଲି, ବିଇଓ ଅଫିସ ଘେରାଉ ଏବଂ ପ୍ରତିବାଦ ସଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ବ୍ଲକ ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ଆଜି ମଧ୍ୟାହ୍ନରେ ନୟାଗଡ଼ ବ୍ଲକରେ କାର୍ଯ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ବିଶାଳ ରାଲି ସ୍ଥାନୀୟ ସମଗ୍ର ଶିକ୍ଷା କାର୍ଯାଳୟରୁ ବାହାରି ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି କାର୍ଯ୍ୟାଳୟକୁ ଘେରାଉ କରାଯାଇଥିଲା।  ଏଠାରେ ମାଧ୍ୟମିକ ଶିକ୍ଷକ ସଂଘ ରାଜ୍ୟ ସମ୍ପାଦକ ମାଣିକେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ପ୍ରତିବାଦ ସଭାରେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ପୂର୍ବତନ ସାଧାରଣ ସମ୍ପାଦକ ତଥା ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ, ବ୍ଲକ ଓଷ୍ଠା ସଂଘ ସଭାପତି ଅଭିମନ୍ୟୁ ମହାନ୍ତି,…

Read More

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

ରଣପୁର,(ନୟାଗଡ଼ ଦର୍ପଣ): ଗଣଶିକ୍ଷା ବିଭାଗ ଓଡ଼ିଶା ର ନିର୍ଦ୍ଦେଶ ଅନୁଯାୟୀ ଆଜି ସାରା ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ହଂସରା ପ୍ରାଥମିକ ବିଦ୍ୟାଳୟରେ ଏହି ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକ ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ନେତୃତ୍ୱରେ ଓ ହଂସରା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇ ଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ବୈଠକର ଶୁଭାରମ୍ଭ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଧୂପ-ଦୀପ ଦେଇ ହୋଇଥିଲା। ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳାଦ୍ରି…

Read More