ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ କଣ୍ଟିଲୋସ୍ଥିତ ନୀଳମାଧବ ପୀଠକୁ ରେଳ ସେବା ନେଇ ତାଳଚେର -ଗୋପାଳପୁର ରେଳପଥ ନିର୍ମାଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆବାହକ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ବିନାୟକ ମିଶ୍ର, ରାମେଶ୍ୱର ଶତପଥୀ, ଶନିବାର ସନ୍ଧ୍ୟାରେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ କଟକସ୍ଥିତ ପ୍ରଜାତନ୍ତ୍ର କାର୍ଯ୍ୟାଳୟରେ ସାକ୍ଷାତ ସହ ଆଲୋଚନା କରିଥିଲେ। ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଇଥିବା ପ୍ରତିଶୃତିକୁ ତ୍ୱରାନ୍ୱିତ କରିବା ଦିଗରେ ମାନ୍ୟବର ସାଂସଦ ତୁରନ୍ତ ପଦକ୍ଷେପ ନେବେ ବୋଲି କଥା ଦେଇଥିଲେ। ସୂଚନା ଯୋଗ୍ୟ ବଡମ୍ବା-ନରସିଂହପୁର, କଣ୍ଟିଲୋ, ଖଣ୍ଡପଡ଼ା, ନୟାଗଡ଼ ଦେଇ ଏକ ସ୍ୱତନ୍ତ୍ର ଲାଇନ କାଇପଦର ସହ ସଂଯୋଗ କରିବା ପାଇଁ ଡିପିଆର ପ୍ରସ୍ତୁତ ନିମନ୍ତେ ରେଳ ବିଭାଗ ତିନି କୋଟି ଟଙ୍କା ଅନୁଦାନ ଯୋଗାଇ ଦେଇଛନ୍ତି। କ୍ରିୟାନୁଷ୍ଠାନ କମିଟିର ସଭ୍ୟମାନଙ୍କୁ ଦିଲ୍ଲୀ ଆସିବା ପାଇଁ ମାନ୍ୟବର ସାଂସଦ…
Read MoreYear: 2025
ଜିଲ୍ଲାସ୍ତରୀୟ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ସ୍ତରୀୟ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ସ୍ଥିତ ଡ଼ାଇମଣ୍ଡ ଜୁବିଲି ଅଡିଟୋରିୟମ ଠାରେ ପାଳିତ ହୋଇଯାଇଛି। ଏହି ଯୋଗ ଦିବସରେ ମୁଖ୍ୟ ଅତିଥି ଭାବ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ୍ ଅଗ୍ରୱାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ,ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଯୋଗଦେଇଥିଲେ। ଏକା ସାଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧା ପ୍ରସାରଣ ସହିତ ଜୁବୁଲି ଅଡିଟୋରିୟମ ଓ କଲେଜ ଖେଳ ପଡ଼ିଆରେ ଯୋଗ ଶିକ୍ଷକ ପରମାନନ୍ଦ ପରିଡା, ସୁଶାନ୍ତ କୁମାର…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଥମେ ସୁସ୍ଥ ଶରୀର ତାପରେ ବିଦ୍ୟାଧ୍ୟୟନ। ସୁସ୍ଥ ଶରୀର ପାଇଁ ଯୋଗ ଓ ବ୍ୟାୟାମ ନିତ୍ୟାନ୍ତ ଆବଶ୍ୟକ। ସୁସ୍ଥ ଶରୀର ସୁସ୍ଥ ମନ ସୃଷ୍ଟି କରେ ଯାହା କି ବିଦ୍ୟାର୍ଥୀମାନଙ୍କ ପାଇଁ ଅତି ଜରୁରୀ। ସେଥିପାଇଁ ପ୍ରତି ବିଦ୍ୟାଳୟରେ ଶାରୀରିକ କ୍ରୀଡା ଶିକ୍ଷକ ନିଯୁକ୍ତି କରାଯାଇଛି। ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଓଡ଼ଗାଁ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କରେ ପାଳିତ ହୋଇସାରିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକଙ୍କ ନିର୍ଦେଶ କ୍ରମେ କ୍ରୀଡା ଶିକ୍ଷକ ଆଲୋକ ନାୟକ ଓ ସହଯୋଗୀ ଶିକ୍ଷକ ପ୍ରକୃତି ବନ୍ଧୁ ସନ୍ତୋଷ କୁମାର ସାହୁ ପ୍ରାୟ ଉପସ୍ଥିତ ୨୮୭ଜଣ ଛାତ୍ରଛାତ୍ରୀଙ୍କୁ ନେଇ ବିଦ୍ୟାଳୟ ପରିସରରେ ଯୋଗ ଦିବସ ପାଳନ କରାଯାଇଥିଲା। ସମସ୍ତ ପିଲାମାନଙ୍କୁ ନେଇ ପଦ୍ମାସନ, ବାଳାସନ, ନଟରାଜାସନ, ତାଡାସନ, ଚକ୍ରାସନ, ବୃକ୍ଷା ସନ, ସୁଯ୍ୟ ନମସ୍କାର,…
Read Moreସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆରେ ବିଶ୍ଵ ଯୋଗ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜୁନ୍ ୨୧ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ସଂଯୋଜନାରେ “ବିଶ୍ଵ ଯୋଗ ଦିବସ” ପାଳିତ ହୋଇଯାଇଛି। ସର୍ବ ପ୍ରଥମେ ଯୋଗର ଆବଶ୍ୟକତା ସହିତ ସୁସ୍ଥ ରହିବା ପାଇଁ ନିୟମିତ ଯୋଗ ଓ ବ୍ୟାୟାମ କରିବା ଉପରେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଛାତ୍ରଛାତ୍ରୀଙ୍କୁ ବୁଝାଇବା ପରେ ସାମୁହିକ ଯୋଗ କରାଯାଇଥିଲା। ବିଶିଷ୍ଟ ଯୋଗ ବିଶାରଦ ତଥା କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ଵପ୍ନାରାଣୀ ନନ୍ଦ ସଭିଙ୍କୁ ଯୋଗ କରାଇଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ନିଶାମଣି ମିଶ୍ର ତାଙ୍କୁ ସହାୟତା କରିଥିଲେ। ଏହି ଯୋଗ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ସଲିମ୍ ଇବ୍ରାହିମ୍, ତାଜୁଦ୍ଦିନ୍ ଖାଁ, ଜିତେନ୍ଦ୍ର କୁମାର ଗୁରୁ ସମେତ ସହକାରୀ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା ନାୟକ, ରଶ୍ମୀ ରଞ୍ଜିତା ବେହେରା, ତ୍ରିପୁରା ସେଠୀ, ସବିତା ପଟ୍ଟନାୟକ, ପ୍ରବାସିନୀ ମିଶ୍ର…
Read Moreସମର୍ପଣ ବୃଦ୍ଧାଶ୍ରମରେ ବିଶ୍ବ ଯୋଗ ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବଯୋଗ ଦିବସ ପାଳନ ହୋଇଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ ପ୍ରଫୁଲ କୁମାର ବେହେରା, ମମତା ବେହେରା ଓ ଜିନୁ ସାହୁ ଯୋଗଦେଇଥିଲା ବେଳେ ଯୋଗଗୁରୁ ଭାବେ ସମାଜସେବୀ ତଥା ଆଇନଜୀବୀ କାମାକ୍ଷା ପ୍ରସାଦ ଦାସ ଓ ସେବାବ୍ରତୀ ଆଚାର୍ଯ୍ୟା ଶୋଭାରାଣୀ ସାହୁ ସମର୍ପଣ ଅନ୍ତେବାସୀ ବରିଷ୍ଠ ନାଗରିକ ମାନଙ୍କୁ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ନିୟମିତ ଯୋଗ କରିବା ଦ୍ବାରା ମନ ପ୍ରଫୁଲ ରହିବ ଏବଂ ବହୁ ପୁରାତନ ବାତରୋଗ ସହିତ ଅନେକ ରୋଗଯନ୍ତ୍ରଣାକୁ ଦୂର କରି ପାରିବା ବୋଲି ଯୋଗଗୁରୁ ମାନେ…
Read Moreନୟାଗଡ଼ରେ RAMP ଅନ୍ତର୍ଗତ ଗୁଣବତ୍ତା ପ୍ରମାଣପତ୍ର ଉପରେ ବିକ୍ରେତା ସଂଗ୍ରହ ଅଭିଯାନ କର୍ମଶାଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଗୁଣାତ୍ମକ ପ୍ରମାଣପତ୍ର ଉପରେ ବିକ୍ରେତା ସଂଗ୍ରହ ଅଭିଯାନକୁ ସଫଳତାର ସହ ସମାପ୍ତ କରିଛି । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ MSME ପ୍ରଦର୍ଶନ ବୃଦ୍ଧି ଏବଂ ତ୍ୱରାନ୍ୱିତ କରିବା (RAMP)ପଦକ୍ଷେପର ଏକ ଅଂଶ ଯାହାର ଲକ୍ଷ୍ୟ ISO,LEAN ଏବଂ ZED ଭଳି ଗୁଣାତ୍ମକ ପ୍ରମାଣପତ୍ର ଉପରେ ଧ୍ୟାନ ଦେଇ ରାଜ୍ୟସାରା MSME ଗୁଡ଼ିକର କ୍ଷମତା ଏବଂ ପ୍ରତିଯୋଗିତାମୂଳକତାକୁ ବୃଦ୍ଧି କରିବା । କର୍ମଶାଳାରେ ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ କହିଲେ ଯେ, MSME ଗୁଡ଼ିକର ପ୍ରତିଯୋଗିତା ମୂଳକ ଏବଂ ଦକ୍ଷତାକୁ ଚଳାଇବାରେ ଗୁଣାତ୍ମକ ପ୍ରମାଣପତ୍ରର ଗୁରୁତ୍ୱ ରହିଛି । ଭାରତୀୟ ଗୁଣାତ୍ମକ ପରିଷଦ ଏବଂ ଜାତୀୟ ଉତ୍ପାଦକତା ପରିଷଦର ବିଶେଷଜ୍ଞ ବକ୍ତାମାନେ ପ୍ରମାଣପତ୍ର ପ୍ରକ୍ରିୟା ଉପରେ ମୂଲ୍ୟବାନ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ସେମାନେ ବ୍ୟବସାୟିକ…
Read Moreଆସନ୍ତା ୨୫ତାରିଖରେ ସାମ୍ବାଦିକ ଭବନରେ ରକ୍ତଦାନ ଶିବିର
ନୟାଗଡ଼, (ନୟାଗଡ଼ ଦର୍ପଣ) : ନୟାଗଡ଼ ସାମ୍ବାଦିକ ଭବନରେ ଆସନ୍ତା ୨୫ ତାରିଖ ବୁଧବାର ଦିନ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି । ଏନେଇ ସାମ୍ବାଦିକ ଭବନ ପରିସରରେ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ନୟାଗଡ଼ ରକ୍ତ ଭଣ୍ଡାରରେ ଲାଗି ରହିଥିବା ରକ୍ତ ସମସ୍ୟାକୁ ସାମୟିକ ଦୂର କରିବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପକ୍ଷରୁ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ନୟାଗଡ଼ ରୋଟାରୀ କ୍ଲବ ସହବନ୍ଧିତ ଭାବେ କାର୍ଯ୍ୟ କରିବ । ନୟାଗଡ଼ ସହରରେ ସ୍ୱେଚ୍ଛାସେବୀ, ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ, ସରକାରୀ କର୍ମଚାରୀ ଓ ବୁଦ୍ଧିଜୀବୀ ଏହି ରକ୍ତଦାନ ଶିବିରରେ ସାମିଲ ହେବାକୁ ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ ଖଟେଇ ଆହ୍ୱାନ ଦେଇଛନ୍ତି । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର…
Read Moreଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦ ସୃଜନ ସମ୍ମଳନୀ କକ୍ଷରେ ମାନ୍ୟବର ସାଂସଦ କଟକ ଡଃ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବାଚସ୍ପତିଙ୍କ ରଣପୁର ନିର୍ବାଚନ ମଣ୍ଡଳୀର ପ୍ରତିନିଧି ଇଂ. ଅଭିଷେକ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱାଗତ ଭାଷଣ ରଖିଥିଲେ । ଏହାପରେ ମାନ୍ୟବର ସାଂସଦ ତାଙ୍କ ଅଭିବ୍ୟକ୍ତି ରଖିଥିଲେ । ସେ କହିଲେ ଯେ, ‘ବେଟି ବଚାଓ ଓ ବେଟି ପଢ଼ାଓ’ ସଫଳତାର ସହିତ ଭାରତ ବର୍ଷର ଅନେକ ଯାଗାରେ ଚାଲିଛି । ଆମ ନୟାଗଡ଼ ଜିଲ୍ଲା ପୂର୍ବ ତୁଳନାରେ…
Read Moreଓଡ଼ଗାଁ ବ୍ଲକ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର
ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଅଧ୍ୟୟନ ବିଭାଗ ଓଡ଼ିଶା ଭୁବନେଶ୍ୱର ଓ ନୟାଗଡ଼ ଜିଲ୍ଲା ଜଙ୍ଗଲ ପରିବେଶ ବିଭାଗ ତରଫରୁ ୨୦୨୪-୨୫ ବର୍ଷ ପାଇଁ ଓଡ଼ଗାଁ ବ୍ଲକରୁ ପନ୍ତିଖାରୀ ପଞ୍ଚାୟତ ଅନ୍ତର୍ଗତ ପନ୍ତିଖାରୀ ଶାସନ ନିବାସୀ ସନ୍ତୋଷ କୁମାର ସାହୁ ପ୍ରକୃତି ବନ୍ଧୁ ପୁରସ୍କାର ପାଇଛନ୍ତି। ସେ ରୋହିବାଙ୍କ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କର ଜଣେ ସରକାରୀ ଶିକ୍ଷକ ଅଟନ୍ତି। ସେ ୨୦୦୬ ମସିହାରୁ ଶିକ୍ଷକତା କରି ୨୦୦୭ ମସିହାରେ ପରିବେଶ ସଚେତନତା ସମ୍ବନ୍ଧିତ କେଳା କେଳୁଣୀ ଗୀତ ନାଚ ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଶାବାରୀର ନିଜ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦେଇ ବିଜ୍ଞାନ ମେଳାରେ ସମଗ୍ର ଓଡଗାଁ ବ୍ଲକରେ ପରିଚିତ ହୋଇଥିଲେ। ତାପରେ ଇକୋକ୍ଳବ ଶିକ୍ଷକ ହିସାବରେ ବର୍ତ୍ତମାନ ଶିକ୍ଷକତା କରୁଥିବା ରୋହିବାଙ୍କ ଉଚ୍ଚ ବିଦ୍ୟାଳୟକୁ…
Read Moreଭିଜନ ଓଡ଼ିଶା ଏବଂ ବିକଶିତ ଭାରତ ପ୍ରତିଯୋଗିତାରେ ପିଲାମାନଙ୍କୁ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା
ନୟାଗଡ଼,(ନୟାଗଡ଼ ଦର୍ପଣ): ସମଗ୍ର ଶିକ୍ଷା, ନୟାଗଡ଼ ପକ୍ଷରୁ ଆୟୋଜିତ ଭିଜନ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ସମ୍ପର୍କିତ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ତଥା ପ୍ରକଳ୍ପ ସଂଯୋଜକ ଚିତ୍ତରଞ୍ଜନ ପାଣ୍ଡେଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ରବନ୍ଧ ଏବଂ ଚିତ୍ରକଳା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୧୧ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ ସହିତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ସଂଯୋଜିକା ଶୁଭସ୍ମିତା ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ଗୀତାଞ୍ଜଳି ସାହୁ,ବନଲତା ବେହେରା ଏବଂ ସନ୍ଧ୍ୟାରାଣୀ ରାଉତ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଆଗାମୀ ଦିନରେ ରାଜ୍ୟ ତଥା ଦେଶର ବିକାଶରେ ସହାୟକ ହୋଇ ଏକ ଉତ୍ତମ ନାଗରିକ ଭାବେ ନିଜକୁ ଗଢ଼ି ତୋଳିବାକୁ…
Read More