ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଏବଂ ନୟାଗଡ଼ ସହରରେ ଆମ ପବିତ୍ର ଦେଶ ଭାରତ ବର୍ଷର ସମ୍ଭିଧାନ ପ୍ରଣେତା ଡଃ.ଭିମରାଓ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ଏଯାବତ୍ ସ୍ଥାପନା ହେଇପାରିନାହିଁ। ସେଥିପାଇଁ ସିନ୍ଦୁରିଆ ସ୍ଥିତ ଡଃ. ବି.ଆର୍ ଆମ୍ବେଦକର କ୍ଲବ ସଦସ୍ଯମାନେ ମିଳିତଭାବେ ବାବା ସାହେବ ଆମ୍ୱେଦକରଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ସର୍ବସମ୍ମତ ଭାବେ ନିଷ୍ପତି କରି ଜିଲ୍ଲପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିପାଇଁ ନୟାଗଡ଼ ସହରର ପ୍ରମୁଖ ଛକରେ ୧୦୦ ବର୍ଗ ଫୁଟ ସରକାରୀ ଜମି ଚିହ୍ନଟ କରାଯାଉ। ଅଗଷ୍ଟ ୧୫ ସ୍ବାଧିନତା ଦିବସ ଭଳି ପବିତ୍ର ତିଥିରେ ମହାମନୀଷୀ ସମ୍ଭିଧାନ ପ୍ରଣେତାଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯିବ ବୋଲି ଜିଲ୍ଲପାଳଙ୍କୁ ଅନୁରୋଧ କରିଛନ୍ତି। ସ୍ଥାନୀୟ କଂଗ୍ରେସ ନେତା ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ରଣପୁର କଂଗ୍ରେସ ନେତା ତଥା ସମାଜସେଵୀ…
Read MoreYear: 2025
କମ୍ରେଡ ଅଧିକାରୀ ବେହେରାଙ୍କ ଶ୍ରଦ୍ଧାଞ୍ଜଳି ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ଲାଠିପଡା ଜୟପ୍ରକାଶ ଯୁବସଙ୍ଘ ପରିସରରେ ଦିବଂଗତ କମ୍ୟୁନିଷ୍ଟ ନେତା ଅଧିକାରୀ ବେହେରାଙ୍କ ଦ୍ଵାଦଶାହ ଅବସରରେ ବରିଷ୍ଠ ସିପିଆଇ ଏମ୍ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଏକ ଶୋଭାଯାତ୍ରାରେ ଲାଠିପଡା ଗ୍ରାମ ପରିକ୍ରମା ପରେ ଏହି ସଭା ଅନୁଷ୍ଠିତ ହୋଇଥିଲା। ଅଧିକାରୀ ବେହେରା ଥିଲେ କୃଷକ ଶ୍ରମିକ ଶ୍ରେଣୀର ପ୍ରିୟ ସାଥୀ, ଅନ୍ୟାୟ ଓ ଶୋଷଣ ବିରୁଦ୍ଧରେ ସାଲିସହୀନ ସଂଗ୍ରାମୀ, ଲାଠିପଡା ଆଞ୍ଚଳିକ ବିକାଶର ସ୍ଵପ୍ନ ଦ୍ରଷ୍ଟା ପୁରୁଷ। ତାଙ୍କର ବିୟୋଗରେ ଅଞ୍ଚଳ ତାର ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ଶୋକ ବାର୍ତ୍ତାରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। କୈଶୋରରୁ କଟକରେ ରାଜମିସ୍ତ୍ରୀ ଭାବେ କାମକରି ମାଳତୀ ଦେବୀ, ବିଶ୍ଵନାଥ ପଣ୍ଡିତଙ୍କ ଭଳି ସଂସ୍କାରବାଦୀ ବିପ୍ଳବୀମାନଙ୍କ ସହିତ ମିଶି ସମାଜବାଦୀ ଆଦର୍ଶରେ ଅନୁପ୍ରାଣୀତ ହେବା, ଏହାପରେ ନିଜ ଜନ୍ମସ୍ଥାନ…
Read Moreମାଟ୍ରିକ ପରୀକ୍ଷାର A1 ପ୍ରାପ୍ତ ୪୪ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସୃଜନ ଗୃହରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ଼ ଜିଲ୍ଲାର ୪୪ ଏ ୱାନ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ। ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ମଞ୍ଚାସୀନ ରହି ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଚଳିତ ମାଟ୍ରିକ ପରୀକ୍ଷାରେ ଶତକଡ଼ା ନବେ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଶିକ୍ଷାର୍ଥମାନଙ୍କୁ ଜୀବନ ବ୍ୟାପୀ କଠିନ ପରିଶ୍ରମ କରିବା ପାଇଁ ଉପସ୍ଥିତ ଶିକ୍ଷାର୍ଥୀ, ପ୍ରଧାନ ଶିକ୍ଷକ, ଅଭିଭାବକଙ୍କୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରକୁ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର…
Read Moreନୟାଗଡ଼ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା-୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଶ୍ରୀଗୁଣ୍ଡିଚା ରଥଯାତ୍ରା-୨୦୨୫ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସନାତନ କାଲୋ ଏବଂ ଏସ.ଡି.ପି.ଓ. ଜ୍ୟୋତିରଂଜନ ସାମନ୍ତରାୟ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବୈଠକର ପ୍ରାରମ୍ଭରେ ଉପଜିଲ୍ଲାପାଳ ପ୍ରାରମ୍ଭିକ ସ୍ୱାଗତ ଭାଷଣ ରଖିଥିଲେ। ପରେ ପରେ ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ କହିଲେ ଯେ, ରଥଯାତ୍ରା ଦିନଠାରୁ ପଲିଥିନ୍ ଓ ପ୍ଲାଷ୍ଟିକର ବ୍ୟବହାର ବନ୍ଦ କରାଯିବ। ଏଥିରେ ସମସ୍ତେ ସମ୍ମତି ଜଣାଇଥିଲେ। ସେହିପରି ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଦନୁରୂପେ ତାଙ୍କ ଭାଷଣ ରଖିଥିଲେ ।…
Read Moreରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ବାଚସ୍ପତି
ରଣପୁର, (ନୟାଗଡ଼ ଦର୍ପଣ): ରଣପୁର ଅଞ୍ଚଳରେ ପ୍ରାୟ ୧୮ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲୁଅଛି। ରଣପୁର ବିଧାୟିକା ତଥା ବାଚସ୍ପତି ସୁରମା ପାଢ଼ୀ ଏହି ପ୍ରକଳ୍ପ ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଉକ୍ତ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ସମସ୍ତ ସ୍ଥାନକୁ ବୁଲି ଦେଖିଲେ। ତାଙ୍କ ସହିତ କ୍ଷୁଦ୍ର ଜଳସେଚନର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କିଭଳି ତ୍ୱରାନ୍ୱିତ ହେବ ଏବଂ ବର୍ଷା ଦିନ ପୂର୍ବରୁ କିଭଳି ଏହିସବୁ ପ୍ରକଳ୍ପ କାର୍ଯ୍ୟକୁ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ବାଉଁଶିଆ ନାଳ ଚେକ୍ ଡ୍ୟାମ୍ ଖଣ୍ଡିସି, ଘିଡିଘିଡ଼ିଆ ନାଳ ଚେକ୍ ଡ୍ୟାମ୍, ୱାଇଁଲୋ, ଗୋପାଳପୁର, ତେନ୍ତୁଳି ପୁଟ ଚେକ୍ ଡ୍ୟାମ୍ ନରସିଂହପୁର, ଭଗବତୀ ବନ୍ଧ ଚେକ୍ ଡ୍ୟାମ୍…
Read More୯ମ ଓପନ ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ନୟାଗଡ଼କୁ ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ମେ ମାସ ୩୦ ତାରିଖ ଠାରୁ ଚଳିତ ଜୁନ୍ ମାସ ୦୧ ତାରିଖ ପର୍ଯ୍ୟନ୍ତ ୯ମ ଓପନ ଜାତୀୟ ଟାଇକୋଣ୍ଡ କିରୋଗି ଏବଂ ପୁମସାଇ ଚମ୍ପିୟାନସିପ ୨୦୨୫ କଟକର ଜବାହାରଲାଲ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ନୂଆ ରାଜବାଟି ସ୍ଥିତ ନୟାଗଡ଼ ମାର୍ଶାଲ ଆର୍ଟ ଏକାଡେମୀ ନୟାଗଡ଼ର ୩୨ ଜଣ ଖେଳାଳି ବିଭିନ୍ନ ବର୍ଗର କିରୋଗି ଏବଂ ପୁମସାଇ ଇଭେଣ୍ଟରେ ଉଭୟ ବାଳକ ଏବଂ ବାଳିକା ଭାଗ ନେଇଥିଲେ । ସେଥିମଧ୍ୟରୁ ସାଇପ୍ରିତମ ମହାରଣା, ଦିବ୍ୟାଶୁଂ ସାହୁ, ଆଦିତ୍ୟ ଷଡ଼ଙ୍ଗୀ, ରାଜ ବିନାୟକ, ରୋହନ ପଢିଆରି, ରୁପେଶ କୁମାର ପାତ୍ର, ନିର୍ଝରା ମିଶ୍ର, ଦେବାଶିଂ ବିଶ୍ବାଳ ଏବଂ ଶ୍ରୀ ଶିବାନୀ ସୁବୁଦ୍ଧି ସ୍ଵର୍ଣ୍ଣ ପଦକ ଅର୍ଜନ କରିଥିବା ବେଳେ ଭିରାଟ ପ୍ରୟାସ, ଆୟୁଷ୍ମାନ ବିହାରୀ, ସାୟାମ ସୋଭିତ ସାହୁ, ଦିବ୍ୟଜ୍ୟୋତି ସାହୁ,…
Read Moreଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ସହ ଅନ୍ୟାନ୍ୟ ଦେୟ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ର ସଫଳ ରୂପାୟନ ହୋଇପାରିଛି ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ। ଅବସର ନେଉଥିବା ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଙ୍କ ସଭାପତିତ୍ବରେ ଅବସରକାଳୀନ ବିଦାୟୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ରେ ଥିବା ବିଭିନ୍ନ ବିଦ୍ୟାଳୟର ପାଞ୍ଚ ଜଣ ଶିକ୍ଷକ ତଥା ଶିକ୍ଷା କର୍ମଚାରୀଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପଗୁଚ୍ଛ, ଉତ୍ତରୀୟ, ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବା ସହ ପୂର୍ଣ୍ଣାଙ୍ଗ ପେନସନ୍, କମ୍ୟୁଟେସନ, ଗ୍ରାଚୁଇଟି ଆଦି ପ୍ରଦାନ କରିଛନ୍ତି। ଅବସର ଗ୍ରହଣ କରିଥିବା…
Read Moreଡାକ୍ତରଙ୍କ ବିଶୃଙ୍ଖଳିତ ଆଚରଣ ଏବଂ କର୍ତ୍ତବ୍ୟରେ ଅବହେଳା ପାଇଁ ଗିରଫ କରାଯାଉ: ଜିଲ୍ଲା କଂଗ୍ରେସ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏକ ଅପ୍ରତ୍ୟାଶ୍ରିତ ଘଟଣାକ୍ରମରେ ଦାୟିତ୍ୱରେ ଥିବା ସ୍ତ୍ରୀ ରୋଗ ବିଶେଷଜ୍ଞଙ୍କ ଅବହେଳା ଜନିତ ଠିକଣା ସମୟରେ ଉପଯୁକ୍ତ ଚିକିତ୍ସା ଅଭାବରୁ ଆସନ୍ନ ପ୍ରସବା ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ଅକାଳ ମୃତ୍ୟୁ ନୟାଗଡ ମୁଖ୍ୟ ଚିକିତ୍ସାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଥିବା ପ୍ରମାଣ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିଶୃଙ୍ଖଳିତ ଆଚରଣ ଏବଂ କର୍ତ୍ତବ୍ୟରେ ଅବହେଳା ପାଇଁ ଏଭଳି ଅଭାବନୀୟ କାଣ୍ଡ ଘଟିଛି ଯାହାକି ଭାରତୀୟ ନ୍ୟାୟ ସଂହିତା ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୁଦ୍ଧରେ ହତ୍ୟା ମୋକଦ୍ଦମା ରୁଜ୍ଜୁ କରାଯାଇ ତାଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସ୍ଥାନୀୟ କଂଗ୍ରେସ ନେତା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ଜିଲ୍ଲା କଂଗ୍ରେସ ସଂଯୋଜକ ସତ୍ୟବ୍ରତ ନାୟକ ଏବଂ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ ପ୍ରମୁଖ ମିଳିତ ପ୍ରେସ ବିବୃତିରେ…
Read Moreଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା
ନୟାଗଡ଼,(ନୟାଗଡ଼ ଦର୍ପଣ): ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକ ଏବଂ ନମସ୍ୟ, ତା’ର କେବେ ଅବସର ନଥାଏ। ନୟାଗଡ଼ ବ୍ଲକ ଅନ୍ତର୍ଗତ ସାନ ପଣ୍ଡୁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବନମାଳୀ ପରିଡ଼ାଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ସାନ ପଣ୍ଡୁସର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବନିତା ନାୟକ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ, ଧନେଶ୍ୱର ସେଠି, ବ୍ଲକ ଶିକ୍ଷକ ସଂଘ ସଭାପତି ପୀତବାସ ପ୍ରଧାନ, ସମ୍ପାଦକ ସୁରେଶ ସେଠି, ସନ୍ତୋଷ ସାହୁ,ପ୍ରଫୁଲ୍ଲ ଜେନା, ଚିତ୍ତରଞ୍ଜନ ଦାଶ,ଶରତ ପାଳ, ବିଦ୍ୟାଳୟ କମିଟି ସଭାପତି ଗୋପବନ୍ଧୁ ଭୂୟାଁ ପ୍ରମୁଖ ଯୋଗଦାନ…
Read Moreରୋହିବାଙ୍କ ବିଦ୍ୟାଳୟରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ବୈଦେଶିକ ପରମ୍ପରାରୁ ବିଭିର୍ଣ୍ଣ ଚଳଚ୍ଚିତ୍ର ଓ ପରେ ସାଧାରଣ ନାଗରିକ ପାଖକୁ ମାଡି ଆସିଥିବା ଅଭ୍ୟାସଗତ କାର୍ଯ୍ୟ ହେଉଛି ତମାଖୁ। ଯାହାକି ଶରୀରପାଇଁ ଉପକାରୀ ବଦଳରେ କ୍ଷତି କରିବା, ପାରିବାରରୁ ସ୍ୱାମୀ ସ୍ତ୍ରୀ କୁ ଅଲଗା କରିବା, କମ ବୟସ ଯୁବକ ଯୁବତୀଙ୍କୁ ବିପଥଗାମୀ କରିବା ଶେଷରେ ପାରିବାରର ଆର୍ଥିକ ମାନଦଣ୍ଡ କୁ ଉଜୁଡାଇ ସର୍ବସ୍ୱାନ୍ତ କରିଦେବାରେ ସିଦ୍ଧ ହସ୍ତ ହେଉଛି ତମାଖୁ। ତଥାପି ମଣିଷ ନିଜ ଜୀବନକୁ ଛାଡି ଯମପୁରକୁ ଯାଉଛି ସିନା ଏହାକୁ ଛାଡିପାରୁନି। ଆଜି ଥିଲା ବିଶ୍ୱ ତମାଖୁ ବର୍ଜନ ଦିବସ। ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କର ସ୍କାଉଟ ଗାଇଡ ଓ ଇକୋକ୍ଳବ ଛାତ୍ର ଛାତ୍ରୀ ପାଳିଲେ ବିଶ୍ୱ ତମାଖୁ ନିରୋଧ/ବର୍ଜନ ଦିବସ। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁ ପ୍ରିୟା ବାରିକଙ୍କ ନିର୍ଦେଶ…
Read More