ଗଣିଆରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ

ଗଣିଆ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିହାରବାଳା ରାଉତ, ନିରୁପମା ମହାପାତ୍ର, ବିନୋଦିନୀ ପଣ୍ଡା ଆଦି ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ ଶିକ୍ଷା ଅନୁଷ୍ଠାନ, ରାଜସୁନାଖଳାର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ରବୀନ୍ଦ୍ର ନାଥ ରାଉତରାୟଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ…

Read More

ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଗତ କାଲି ଅନୁଷ୍ଠିତ ହୋଇଥିବା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ସମସ୍ତ ୧୫ଟି କ୍ଲଷ୍ଟରର ମନୋନୀତ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରି ମୌଳିକ ସଂଖ୍ୟା ଜ୍ଞାନ ସମ୍ପର୍କିତ ଅନୁଷ୍ଠିତ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିଥିଲେ । ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦାନ କରି ଏହାକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ,…

Read More

ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର ଦ୍ଵିତୀୟ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗଦେଇ କହିଥିଲେ ଯେ ଦଶପଲ୍ଲା ବିଧାୟକଙ୍କ ପାଇଁ ଆଜି ଏହି ମହୋତ୍ସବ ଯାହା  ଦ୍ଵାରା ଭାଇ ଚାରା ସୃଷ୍ଟି ହୋଇପାରିଛି । ସମ୍ମାନିତ ଅତିଥି ଭାବେ  ନୟାଗଡ ପୌର ପରିଷଦ ଅଧ୍ୟକ୍ଷ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନୟାଗଡ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଜୋନ୍ ନଂ ୧୧ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୋନ ନଂ ୮ ନରେଶ କୁମାର ବେହେରା, ନୂଆଗାଁ ଥାନା ଅଧିକାରୀ ଶରତ କୁମାର ସେଠୀ, ପଞ୍ଚୁପାଣ୍ଡବ ମହୋତ୍ସବ ଉପ…

Read More

ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ ଉଦଘାଟିତ ହୋଇଯାଇଛି । ଅପରାହ୍ନ ୨ ଘଟିକା ସମୟରେ ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜିତ୍ ହୋଇ କଳାକାର ମାନେ ନାମ ସଙ୍କୀର୍ତ୍ତନ, ଦୁଲୁ ଦୁଲି ବାଜାରେ ପଞ୍ଚୁପାଣ୍ଡବଙ୍କ ପୀଠରୁ ବାହାରି ନୂଆଗାଁ ବିରୁପାଖେଶ୍ଵର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତିମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ। ଉଦଘାଟକ ଭାବେ ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶାର ଦକ୍ଷ ନେତା ସୁରେଶ କୁମାର ରାଉତରାୟ ମଶାଲ ଶୋଭାଯାତ୍ରାରେ ଆସି ମହୋତ୍ସବ ପଡ଼ିଆରେ ପହଞ୍ଚି ପତାକା ଉତ୍ତୋଳନ କରିବା ସହ ମହୋତ୍ସବକୁ ଉଦ୍ଘାଟନ କରିଥଲେ। ତତସହିତ ବୃତଙ୍ଗ ପ୍ରକଳ୍ପ ଏବଂ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ବିଧାୟକ…

Read More

ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ ଭୂଷଣ ମହାପାତ୍ର ଏବଂ କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡାଙ୍କ ତତ୍ୱାବଧାନରେ ପୂଜା ଓ ହୋମ କାର୍ଯ୍ୟ ସମାପନ ହୋଇଛି । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ କର୍ତ୍ତା ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଚେଷ୍ଟା ବଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ଭବନ ଉପର ମହଲାରେ ଏକ ସଭାଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତା ମିଳିଥିଲା । ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ଆଜି ବୈଦିକ ରୀତି ଅନୁସାରେ ହୋମ କାର୍ଯ୍ୟ ସମାପନ ହୋଇଛି । ଆଗାମୀ ଦିନରେ ଏହାକୁ ଉଦଘାଟନ କରାଯିବା ପାଇଁ ସ୍ଥିର ହୋଇଛି । ଆଜିର…

Read More

ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ପ୍ରତିଷ୍ଠାତାଙ୍କ ପରଲୋକ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳରେ ମଧୁସୁଦନ ମହାପାତ୍ର (ମଧୁ ଅଜା)ଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ୧୯୭୮ମସିହା ଫେବୃଆରୀ ୨ତାରିଖରେ ରାଜସୁନାଖଳା କଲେଜର ପ୍ରତିଷ୍ଠାତା ରୂପେ ପରିଚିତ ମଧୁସୁଦନ ମହାପାତ୍ରଙ୍କ ଆଜି ସକାଳ ୬.୪୫ ମିନିଟିରେ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରଲୋକ ଘଟିଛି।ସେ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ତାଙ୍କ ମୃତ୍ୟୁ ବେଳକୁ ୮୪ବର୍ଷ ବୋଲି ଜଣା ପଡିଛି । ଆଜି ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ, ପ୍ରତିଷ୍ଠାତା ମଧୁସୂଦନଙ୍କ ମୃତୁ ଖବର ଶୁଣି କଲେଜ ଅଧକ୍ଷଙ୍କ ସମେତ ଛାତ୍ରଛାତ୍ରୀ ଗଭୀର ଦୁଃଖ ପ୍ରକାଶ କରିଥିଲେ। ଖବର ପାଇ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସମେତ ସ୍ଥାନୀୟ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ, ସମିତି ସଭ୍ୟ, ବ୍ଲକ ବିଜେଡି ସଭାପତି, ରାଜ…

Read More

ନାଟ୍ୟଧାରା’ ପକ୍ଷରୁ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା  ମାର୍ଚ୍ଚ ୧ତାରିଖ ଠାରୁ ୭ ତାରିଖ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବ । ନୟାଗଡ଼ ଜିଲ୍ଲାର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି ନାଟ୍ୟ ମହୋତ୍ସବରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ନାଟ୍ୟନୁଷ୍ଠାନ ମାନଙ୍କ ଦ୍ୱାରା ନାଟକ ପରିବେଷଣ ହେବ। ନାଟ୍ୟଧାରା ପକ୍ଷରୁ ଏ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶୁଭମ ପାର୍କ ଠାରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ନୟାଗଡ଼ର ଚମତ୍କାର ନାଟ୍ୟାନୁଷ୍ଠାନ, ଭୁବନେଶ୍ୱରର ବିଦ୍ୟାକନକ ସୃଜାନୁଷ୍ଠାନ ଏବଂ ପଞ୍ଚାଧ୍ୱନି, ଦେବଗଡ଼ର ଜାଗରଣ ଆର୍ଟ ଇଣ୍ଟରନ୍ୟାସନାଲ, ସମ୍ବଲପୁରର ଅଦୃଶ୍ୟ ନାଟ୍ୟାଶ୍ରମ, ରାଉରକେଲାର ସ୍ବସ୍ତି ଝଙ୍କାର ଏବଂ ଭୁବନେଶ୍ୱରର ମ୍ୟାଜିକ ଥିଏଟର ପ୍ରମୁଖ…

Read More

ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ

ଭାପୁର,(ନୟାଗଡ଼ ଦର୍ପଣ): ଭାପୁର ବ୍ଲକ ସଦର ମହକୁମା ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ପ୍ରଧାନ ଆଚାର୍ଯ୍ୟ କାମରାଜ ବରାଡଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବିଦ୍ୟାଳୟର ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ମହାପାତ୍ର ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଭୁବନେଶ୍ୱର ର ସାଧାରଣ ସମ୍ପାଦକ ଡା. କରୁଣାକର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପବିତ୍ର କୁମାର ସୁବୁଦ୍ଧି, ସମ୍ମାନୀତ ଅତିଥି ଭାବେ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ପ୍ରଦୀପ କୁମାର ପାଇକରାୟ, ବିଦ୍ୟାଳୟର ପ୍ରତିଷ୍ଠାତା ତଥା ବରିଷ୍ଠ ବିଜ୍ଞାନ ଶିକ୍ଷକ ଚରଣ କୁମାର ସାହୁ ଉପସ୍ଥିତ ଥିଲେ। ବିଦ୍ୟାଳୟର ସଂପାଦକ ତଥା ଅଧ୍ୟାପକ ପଦ୍ମ ଚରଣ ଭୋଳ ସଂପାଦକୀୟ ବିବରଣୀ ପାଠ କରିଥିଲେ।…

Read More

ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ

ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ସାଂସ୍କୃତିକ  ପ୍ରଶିକ୍ଷଣ ଓ ସାଧନ କେନ୍ଦ୍ର ବା ସିସିଆରଟି ପକ୍ଷରୁ ଆୟୋଜିତ ଏହି ୧୦ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତର ୮ଟି ରାଜ୍ୟରୁ ୪୩ ଜଣ ଶିକ୍ଷକ ଯୋଗଦାନ କରିଥିଲେ। ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମରେ ସନ୍ନିବେଶିତ ହସ୍ତକଳା କୌଶଳ ସମ୍ପର୍କରେ ଶିକ୍ଷକ ମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଚଳିତ ମାସ ୨୦ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରକୁ କ୍ଷେତ୍ର ଅଧିକାରୀ ଦେବାନାରାୟଣ ରଜକ ଏବଂ ସହକାରୀ କ୍ଷେତ୍ର ଅଧିକାରୀ ତ୍ରିପାଳ ସିଂ ଠାକୁର ପରିଚାଳନା କରିଥିଲେ। ଓଡ଼ିଶାରୁ କେବଳ ନୟାଗଡ଼ ଜିଲ୍ଲା…

Read More

ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡା ଓ ବିଭିନ୍ନ ଶିକ୍ଷା ଭିତ୍ତିକ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଇତ୍ୟବସରରେ ପୁରସ୍କୃତ କରାଯାଇଥିଲା। ଆଜିର ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇ.ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି, ଖ୍ୟାତି ସମ୍ପନ୍ନା ଲେଖିକା ବସିରନ୍ ବିବି ମୁଖ୍ୟବକ୍ତା, ସିନ୍ଦୁରିଆ ସରପଞ୍ଚ ପ୍ରମୋଦ କୁମାର ବେହେରା, ବ୍ୟଙ୍ଗବିଦୂଷ ବ୍ରଜ ବିହାରୀ ସୁବୁଦ୍ଧି, ଆଲୁମିନି ସଭାପତି ଭଗବାନ୍ ଜେନା ଓ ସ୍କୁଲ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ପୂର୍ଣ ସଭାକାର୍ଯ୍ୟକୁ ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍ ସଂଯୋଜନା କରିଥିବା ବେଳେ…

Read More