ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ବ୍ଳକ୍ ଇଟାମାଟି ସ୍ଥିତ ଜୟଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଦୈନିକ ଖବରକାଗଜ ‘ଦର୍ଶନ’ର ୨୨ବର୍ଷ ପୂର୍ତ୍ତି ଉପଲକ୍ଷେ ନୟାଗଡ଼ ଜିଲ୍ଲା ଶାଖାର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଜିଲ୍ଲା ପ୍ରତିନିଧି ଜନ୍ମେଜୟ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ସମାଜର ଉନ୍ନତି, ପ୍ରଗତି, ବିକାଶ କ୍ଷେତ୍ରରେ ସାମ୍ବାଦିକଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହ ସମାଜ ଗଠନରେ ନାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ତାଙ୍କ ଅଭିଭାଷଣରେ ଉପସ୍ଥାପନ କରି ସାମ୍ବାଦିକମାନେ ତାଙ୍କ କଲମ ମୁନରେ ନୂଆ ନୂଆ ଇତିହାସ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇ ‘ଦର୍ଶନ’ ଖବରକାଗଜର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ଦର୍ଶନ ସମ୍ପାଦକ ଇଂ ବିଭୂତି ଭୂଷଣ…
Read MoreYear: 2025
ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବେ ପରିଚିତ। କେବଳ ଉପନ୍ୟାସ ବା ଗଳ୍ପ ନୁହେଁ କବିତା, ଅନୁବାଦ ସାହିତ୍ୟ, ଭ୍ରମଣ କାହାଣୀ ସହ ପତ୍ର ପତ୍ରିକା ସମ୍ପାଦନା କ୍ଷେତ୍ରରେ ଫକୀର ମୋହନଙ୍କ ଅବଦାନ ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି। ତତସହିତ ଭାଷା ସାହିତ୍ୟ ଆନ୍ଦୋଳନର ସେ ଥିଲେ ଯଥାର୍ଥ ସେନାପତି। ୧୮୬୮ ମସିହାରେ ନିଜସ୍ୱ ପ୍ରଚେଷ୍ଟାବଳରେ ବାଲେଶ୍ୱରଠାରେ ଓଡ଼ିଶାର ଦ୍ୱିତୀୟ ଛାପାଖାନା ଉତ୍କଳ ପ୍ରେସ ପ୍ରତିଷ୍ଠା କରିଥିଲେ। ନିଜର କାଳଜୟୀ ଲେଖାପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଫକୀର ମୋହନଙ୍କ ଜୟନ୍ତୀ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ର ମିଳିତ ସହଯୋଗରେ ଆଜି ସ୍ଥାନୀୟ ନୀଳମାଧବ…
Read Moreସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବାଉତ୍ସବ ସମିତି ପକ୍ଷରୁ ପୁରୁଣା ସହର ଠାରେ ଆୟୋଜିତ ଯୁବ ଉତ୍ସବ କାର୍ଯ୍ୟକ୍ରମ ରବିବାର ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି l ରବିବାର ନୟାଗଡ଼ ପୁରୁଣା ସହର ସ୍ଥିତ ଯଦୁମଣି ନାଟ୍ୟ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଯୋଗଦେଇଥିବା ବେଳେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ। ପରେ ପରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହାଭାଗୀତରେ ଇଣ୍ଡିଆନ ଡ୍ୟାନ୍ସ ଏକାଡେମୀ, ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟାମନ୍ଦିର, ବ୍ରହ୍ମପୁର କଳା ପରିଷଦ, ଢେଙ୍କାନାଳ ପାଇକ ଆଖଡ଼ା…
Read Moreନୀଳମାଧବଙ୍କ କ୍ଷେତ୍ରରେ ଅନନ୍ୟ ଧନୁମୁଁଆ
କଣ୍ଟିଲୋ, (ନୟାଗଡ଼ ଦର୍ପଣ): କଣ୍ଟିଲୋ ନୀଳମାଧବଙ୍କ କ୍ଷେତ୍ରରେ ବାରମାସରେ ତେର ପର୍ବ ପାଳିତ ହୋଇଥାଏ ସେଥିମଧ୍ୟରୁ ଧନୁସଂକ୍ରାନ୍ତି ଏବଂ ମକର ସଂକ୍ରାନ୍ତି ପର୍ବ ଅନ୍ୟତମ। କଣ୍ଟିଲୋ ପ୍ରସିଦ୍ଧ ଧନୁମୁଁଆ ପ୍ରାୟ ଅନ୍ୟ କୌଣସି ସ୍ଥାନରେ ଦେଖିବାକୁ ମିଳେନାହିଁ। ପ୍ରଭୂ ଶ୍ରୀ ନୀଳମାଧବଙ୍କୁ ଧନୁ ସଂକ୍ରାନ୍ତିରେ ଏହି ମୁଁଆ ମଧୁବଶ୍ୟ ସମାଜର ଗୁଡ଼ିଆ ଭାଇମାନଙ୍କର କୁଳ ବେଉଷା ଅଟେ। ଶୁଦ୍ଧପୂତ ରୂପେ ଧାନ ବମ୍ଫାଇ, ଲିଆଭାଜି, ସେହି ଲିଆକୁ ବଚ୍ଛାବଚ୍ଛି ଟଙ୍ଗା ସାହାଯ୍ୟରେ କରାଯାଇଥାଏ ଯେପରି ଲିଆରେ ଖଇ ରହିବ ନାହିଁ ତତ୍ପରେ ସେହି ଲିଆକୁ ଗୁଡ଼ପାଗ କରି ମୁଁଆ ତିଆରି କରାଯାଏ। ସେହି ଲିଆପାଗ ସମୟରେ ନଡ଼ିଆ ପାତି, ଜୁଆଣି, ଗୋଲମରିଚ, ବାଦାମ ମଞ୍ଜି ବିଭିନ୍ନ ପ୍ରକାରର ମସଲା ପ୍ରସ୍ତୁତିରେ ବ୍ୟବହାର ହୋଇଥାଏ ଏବଂ ସର୍ବଶେଷରେ ଚିନି ଶିରା ପାଗ କରି ଢଳାଜାଇଥାଏ ଯଦ୍ବାରା ରାଜ୍ୟର କୋଣ…
Read Moreନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ବିଶାଳ ଶୋଭାଯାତ୍ରା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୩ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ, ପୂଜ୍ଯପୂଜା କମିଟି, ରୋଟାରୀ କ୍ଲବ, ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ଆଦି ଅନେକ ସାମାଜିକ ଅନୁଷ୍ଠାନ ଯୋଗଦେଇଥିଲେ। ସକାଳ ୧୧ଟାରେ ହାଉସିଂ…
Read Moreସି.ପି.ଆଇ.(ଏମ୍)ର ବରିଷ୍ଠ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶାର କୃଷକ ଆନ୍ଦୋଳନର ପ୍ରବୀଣ ନେତା ତଥା ସି.ପି.ଆଇ.(ଏମ୍) ଓଡ଼ିଶା ରାଜ୍ୟ କମିଟିର ବରିଷ୍ଠ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ନୟାଗଡ଼ରେ ସାଥୀ ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୋକସଭା ପୂର୍ବକ ଗଭୀର ଶୋକ ବ୍ୟକ୍ତ କରାଯାଇଛି। ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଓଡିଶା ତଥା କୃଷକ ସମାଜ ତା’ର ଜଣେ ଅଦ୍ୱିତୀୟ ଜନନେତାଙ୍କୁ ହରାଇଲା ବୋଲି ଶୋକବାର୍ତ୍ତାରେ କୁହାଯାଇଛି। ନୟାଗଡ଼ର ଆଖୁଚାଷୀଙ୍କ ଆନ୍ଦୋଳନ, ରଣପୁରର କାଜୁ ଆନ୍ଦୋଳନ, ଭାପୁରର ଜମି ସୁରକ୍ଷା ଆନ୍ଦୋଳନ, ଦଶପଲ୍ଲାର ଆଦିବାସୀ ଆନ୍ଦୋଳନରେ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ଅବଦାନ ଅବିସ୍ମରଣୀୟ ବୋଲି ନେତାମାନେ ପ୍ରକାଶ କରିଥିଲେ। ପାର୍ଟିର ପୂର୍ବତନ ଲୋକାଲ କମିଟି ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ, ବର୍ତ୍ତମାନର ସଂପାଦକ କୁଳମଣି ପୃଷ୍ଟି, ଯୁବନେତା ବିଭୁତି ପଟ୍ଟନାୟକ, ସନ୍ତୋଷ ବେହେରା ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ !
Read Moreଜାତୀୟ ଯୁବ ଦିବସରେ ସମ୍ମାନିତ ହେଲେ କବି ଓ ଆଦର୍ଶ ଶିକ୍ଷକ
ନୟାଗଡ଼, (ନୟାଗଡ଼ ଦର୍ପଣ): ବ୍ରହ୍ମପୁରରେ ଚାଲିଥିବା ବିବେକାନନ୍ଦ ସାଂକୃତିକ ମେଳା-୨୦୨୫ ଆନୁକୂଲ୍ୟରେ ଜାନୁୟାରୀ ୧୧,୧୨ ଓ ୧୩ତାରିଖ ତିନିଦିନ ଧରି ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦ୍ୱିତୀୟ ଦିବସରେ ନୟାଗଡ଼ ଜିଲ୍ଲାର ଦୁଇଜଣ ଯୁବ ପ୍ରତିଭା ମିହିର ରଞ୍ଜନ ତ୍ରିପାଠୀ ଏବଂ ତାଙ୍କ ସହଧର୍ମିଣୀଙ୍କୁ ପୁଷ୍ପଗୁଛ ସହ “ସାହିତ୍ୟ ମିତ୍ର” ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେହି ଦୁଇଜଣ ଯୁବ ପ୍ରତିଭା ହେଲେ ଯଥା; ଆଦର୍ଶ ଶିକ୍ଷକ, ଯୁବକବି, ତଥା ନୟାଗଡ଼ ଜିଲ୍ଲାର ସାହିତ୍ୟ ସୃଜନୀର(ଏସ.ଆର.ଜି) ଡକ୍ଟର ପ୍ରତାପ କୁମାର ପରିଡ଼ା ଓ ଶିକ୍ଷକ, ଯୁବକବି ତଥା ନୟାଗଡ଼ ବ୍ଲକର ସାହିତ୍ୟ ସୃଜନୀର (ମାଷ୍ଟର ଟ୍ରେନର) ଡକ୍ଟର ଶିଶିର ନାୟକ। ଏହି ଜାତୀୟ ଯୁବ ଦିବସରେ ସାହିତ୍ୟ ମିତ୍ର ହୋଇ ବିବେକାନନ୍ଦଙ୍କ ପରି ସାହିତ୍ୟକୁ ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଚେଷ୍ଟିତ ଥିବାରୁ ମଞ୍ଚରେ ଉପସ୍ଥିତ ଥିବା ଆୟୋଜକ…
Read Moreନୟାଗଡ଼ରେ ସ୍ବାମୀ ବିବେକାନନ୍ଦଙ୍କ ୧୬୨ତମ ଜୟନ୍ତୀ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ଅବସରରେ ନୟାଗଡ଼ ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ ତରଫରୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଅଛି। ୧୯୮୪ ମସିହା ଜାନୁୟାରୀ ୧୨ ତାରିଖରୁ ମହାନ୍ ଆଧ୍ୟାତ୍ମିକ ସନ୍ନ୍ୟାସୀ, ଦାର୍ଶନିକ, ବିଚାରକ, ସଂସ୍କାରକ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମଜୟନ୍ତୀକୁ ଜାତୀୟ ଯୁବ ଦିବସ ଭାବେ ମଧ୍ୟ ସମଗ୍ର ଭାରତ ବର୍ଷରେ ପାଳନ କରାଯାଉଅଛି। ବିବେକାନନ୍ଦ ଥିଲେ ଯୁବକମାନଙ୍କ ପାଇଁ ପ୍ରେରଣାର ସ୍ରୋତ। ରାଷ୍ଟ୍ର ଓ ସମାଜ ନିର୍ମାଣରେ ଯୁବକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ତାଙ୍କର ଆହ୍ୱାନ ଯୁଗେ ଯୁଗେ ଯୁବ ସମାଜକୁ ପ୍ରେରିତ କରୁଥିବ ବୋଲି ଆଜି ଶ୍ରଦ୍ଧାଞ୍ଜଳି ସଭାରେ ବିଭନ୍ନ ବ୍ୟକ୍ତି ବିଶେଷ ମତବ୍ୟକ୍ତ କରିଥିଲେ। ଗୋଦାବରୀ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୂଜ୍ୟପୂଜା ଅନୁଷ୍ଠାନର ଉପସଭାପତି ରାମକୃଷ୍ଣ ରଥ, ସଂପାଦକ ଶରତ…
Read Moreରଘୁବରଙ୍କୁ କାହିଁକି ତଣ୍ଟିଆ ମାରିଲା ବିଜେପି ସାମ୍ବାଦିକ ସମ୍ମିଳନୀରେ ପଚାରିଲେ ଅରୁଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ ତାଙ୍କ ଚର୍ଚ୍ଚା ଏବେ କମିନି । ସେ କହିଛନ୍ତି ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି । ଏହାକୁ ନେଇ ରାଜନୈତିକ ସ୍ତରରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିଜେପି ରଘୁବର ଜଣେ ଲୋକପ୍ରିୟ ରାଜ୍ୟପାଳ ବୋଲି ପ୍ରକାଶ କରିଛି । ଏହାର ଜବାବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବିରୋଧୀଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି । ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଡ. ସାହୁ ରଘୁବର ରାଜ୍ୟପାଳ ବିଜେପିର ଏଜେଣ୍ଟ ଥିଲେ ବୋଲି କହିଛନ୍ତି ।…
Read Moreସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ୩ କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ସେଵା ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଭାପୁର ବ୍ଲକ…
Read More