ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ

ଭାପୁର,(ନୟାଗଡ଼ ଦର୍ପଣ): ଭାପୁର ବ୍ଲକ ସଦର ମହକୁମା ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ପ୍ରଧାନ ଆଚାର୍ଯ୍ୟ କାମରାଜ ବରାଡଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବିଦ୍ୟାଳୟର ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ମହାପାତ୍ର ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଭୁବନେଶ୍ୱର ର ସାଧାରଣ ସମ୍ପାଦକ ଡା. କରୁଣାକର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପବିତ୍ର କୁମାର ସୁବୁଦ୍ଧି, ସମ୍ମାନୀତ ଅତିଥି ଭାବେ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ପ୍ରଦୀପ କୁମାର ପାଇକରାୟ, ବିଦ୍ୟାଳୟର ପ୍ରତିଷ୍ଠାତା ତଥା ବରିଷ୍ଠ ବିଜ୍ଞାନ ଶିକ୍ଷକ ଚରଣ କୁମାର ସାହୁ ଉପସ୍ଥିତ ଥିଲେ। ବିଦ୍ୟାଳୟର ସଂପାଦକ ତଥା ଅଧ୍ୟାପକ ପଦ୍ମ ଚରଣ ଭୋଳ ସଂପାଦକୀୟ ବିବରଣୀ ପାଠ କରିଥିଲେ।…

Read More

ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ

ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ସାଂସ୍କୃତିକ  ପ୍ରଶିକ୍ଷଣ ଓ ସାଧନ କେନ୍ଦ୍ର ବା ସିସିଆରଟି ପକ୍ଷରୁ ଆୟୋଜିତ ଏହି ୧୦ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତର ୮ଟି ରାଜ୍ୟରୁ ୪୩ ଜଣ ଶିକ୍ଷକ ଯୋଗଦାନ କରିଥିଲେ। ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମରେ ସନ୍ନିବେଶିତ ହସ୍ତକଳା କୌଶଳ ସମ୍ପର୍କରେ ଶିକ୍ଷକ ମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଚଳିତ ମାସ ୨୦ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରକୁ କ୍ଷେତ୍ର ଅଧିକାରୀ ଦେବାନାରାୟଣ ରଜକ ଏବଂ ସହକାରୀ କ୍ଷେତ୍ର ଅଧିକାରୀ ତ୍ରିପାଳ ସିଂ ଠାକୁର ପରିଚାଳନା କରିଥିଲେ। ଓଡ଼ିଶାରୁ କେବଳ ନୟାଗଡ଼ ଜିଲ୍ଲା…

Read More

ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡା ଓ ବିଭିନ୍ନ ଶିକ୍ଷା ଭିତ୍ତିକ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଇତ୍ୟବସରରେ ପୁରସ୍କୃତ କରାଯାଇଥିଲା। ଆଜିର ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇ.ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି, ଖ୍ୟାତି ସମ୍ପନ୍ନା ଲେଖିକା ବସିରନ୍ ବିବି ମୁଖ୍ୟବକ୍ତା, ସିନ୍ଦୁରିଆ ସରପଞ୍ଚ ପ୍ରମୋଦ କୁମାର ବେହେରା, ବ୍ୟଙ୍ଗବିଦୂଷ ବ୍ରଜ ବିହାରୀ ସୁବୁଦ୍ଧି, ଆଲୁମିନି ସଭାପତି ଭଗବାନ୍ ଜେନା ଓ ସ୍କୁଲ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ପୂର୍ଣ ସଭାକାର୍ଯ୍ୟକୁ ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍ ସଂଯୋଜନା କରିଥିବା ବେଳେ…

Read More

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳିନୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ନୟାଗଡ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳିନୀ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ ଯୋଗ ଦେଇ ନୟାଗଡ ଜିଲ୍ଲାରେ ସମୁଦାୟ ୯୫୯ ଜଣ ଆଶା ୬୪ଟି ସ୍ଥିରିକୃତ କାର୍ଯ୍ୟରେ ନିୟୋଜିତ ହୋଇ କିପରି ନିଜ ଜୀବନକୁ ବିପନ୍ନକରି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି, ସେ ସମ୍ପର୍କରେ ବିଶଦ ବିବରଣୀ ପ୍ରଦାନ କରିଥିଲେ ।  ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଆଶା କର୍ମୀମାନେ ପ୍ରକୃତରେ ଗ୍ରାମ୍ୟ ଡାକ୍ତର ବୋଲି ଅଭିହିତ କରି ସ୍ୱାସ୍ଥ୍ୟ ବିଭାଗର କାମକୁ ସ୍ଵଚ୍ଛ, ସରଳ ଓ କ୍ରିୟାଶୀଳ ଭାବେ ଆଗେଇ ନେବାକୁ ପ୍ରତ୍ୟେକ ସ୍ତରରେ ପ୍ରଚେଷ୍ଟା…

Read More

ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯକ୍ରମର  ଉଦଯାପନ ଉତ୍ସବ ପାଳିତ

ଶରଣକୂଳ, (ନୟାଗଡ଼ ଦର୍ପଣ): ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୋଡିପଡା ଠାରେ ୮ଦିନ ବ୍ୟାପି ଚାଲୁଥିବା  ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯକ୍ରମ  ଆଜି ମହା ସମାରୋହରେ ସମାପନ ହୋଇଯାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଭୁବନେଶ୍ଵର ଓ ନୋଡାଲ କେନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟ ନୟାଗଡ଼ଙ୍କ ସହଯୋଗରେ ଆୟୋଜିତ ଉକ୍ତକାର୍ଯ୍ୟକ୍ରମରେ  ବିଦ୍ୟାଳୟର ୧୪୯ ଜଣ ଛାତ୍ରୀ ଅଂଶଗ୍ରହଣକରି ଆତ୍ମସୁରକ୍ଷାର ବିଭିନ୍ନ କୌଶଳ ଗୁଡିକ ବିଷୟରେ ପ୍ରଶିକ୍ଷଣ ନେଇଥିଲେ। ମହାବିଦ୍ୟାଳୟର ଅଧକ୍ଷ୍ୟା ଡକ୍ଟର.ଉଷାରଣୀ ପଟ୍ଟନାୟକ ସଭାପତିତ୍ଵ କରିଥିବାବେଳେ ମୁଖ୍ୟାତିଥି ଭାବେ ଗୋଡିପଡା ଗ୍ରାମପଞ୍ଚାଯତର ସରପଞ୍ଚ ଅନ୍ତର୍ଯ୍ୟାମି ସାହୁ ଯୋଗଦେଇ ବାଳିକାମାନେ ପ୍ରଶିକ୍ଷିତ ହେଲେ ସମଯରେ ଦେଖାଯାଉଥିବା ଅନେକ ପ୍ରକାର ବିଶୃଙ୍ଖଳାକୁ ପ୍ରତିହତ କରିବାରେ ସମର୍ଥ ହୋଇପାରିବେ। ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ପୁଲକ କୁମାର ମହାନ୍ତି, ଲକ୍ଷ୍ମୀଧର ଦାସ ଓ ବିଜ୍ଞାନଗାର ସହାୟକ ପବିତ୍ର କୁମାର ପୃଷ୍ଟି…

Read More

ପ୍ରଜାମଣ୍ଡଳ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ପ୍ରଜାମଣ୍ଡଳ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଦୀର୍ଘ ଆଠଦିନ ବ୍ୟାପୀ ଆୟୋଜିତ ହୋଇଥିବା ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ  ତଥା ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ଅଧ୍ୟାପିକା ସସ୍ମିତା ନାୟକ ଉପସ୍ଥିତ ରହି ଆତ୍ମରକ୍ଷା ପ୍ରଶିକ୍ଷଣର ଗୁରୁତ୍ଵ ବିଷୟରେ ଛାତ୍ରୀମାନଙ୍କୁ ବୁଝାଇବା ସହ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାପାଇଁ ପ୍ରବର୍ତ୍ତାଇ ଥିଲେ। ଅନୁଷ୍ଠାନର ଅଧ୍ୟକ୍ଷା ସକିଲା ଜମାଲ ଆତ୍ମରକ୍ଷା ପ୍ରଶିକ୍ଷଣର ଉପାଦେୟତା ବିଷୟରେ ଆଲୋଚନା କରି ଏହାର ସଦ୍ ବିନିଯୋଗ କରିବାପାଇଁ ଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିବା ବେଳେ ମହାବିଦ୍ୟାଳୟର ଇଂରାଜୀ ବିଭାଗର ଅଧ୍ୟାପିକା ତଥା ପ୍ରଶାସନିକ ଅଧିକାରୀ କୃଷ୍ଣାକୁମାରୀ ଦାଶ ବର୍ତ୍ତମାନ ସମୟରେ…

Read More

ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ସଦର ମହକୁମା ରେ କାର୍ଯ୍ୟରତ ୩୫ଜଣ ଖବର କାଗଜ ବିତରକମାନଙ୍କୁ ନେଇ ଖବର କାଗଜ ବିତରକ କଲ୍ୟାଣ ଟ୍ରଷ୍ଟ ନାମରେ ଏକ ସଙ୍ଘ ଗଠନ ପରେ ବୁଧବାର ଅପରାହ୍ନରେ ପୁରୁଣା ଛାତ୍ର ବାସ ରୋଡ଼ ସ୍ଥିତ ଏକ ଭଡା ଘରେ ଟ୍ରଷ୍ଟର କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘର ସଭାପତି ତଥା ଉକ୍ତ ଟ୍ରଷ୍ଟର ମୁଖ୍ୟ ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ କାର୍ଯ୍ୟାଳୟକୁ ଉଦଘାଟନ କରିବା ସଂଗେ ସଂଗେ ଖବର କାଗଜ ଏବଂ ଖବର କାଗଜ ବିତରକ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ଵ ବୋଲି କହିଥିଲେ। ଉଭୟଙ୍କ ମଧ୍ୟରେ ଉତ୍ତମ ସମନୁୟ ଏବଂ ବୁଝାମଣା ରହିଲେ ସଙ୍ଘ ଆଗକୁ ବଢିବ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାମ୍ବାଦିକ ସଙ୍ଘର କାର୍ଯ୍ୟକାରୀ ସଭାପତି, ପ୍ରଗତିବାଦୀ ଜିଲ୍ଲା ପ୍ରତିନିଧି ତଥା…

Read More

ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟ ଉଦଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜୟଦୁର୍ଗା କ୍ଳବର ୨୪ତମ ବାର୍ଷିକ ଉତ୍ସବରେ ରାଜ୍ୟସ୍ତରୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ।  ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେଡି ମୁଖପାତ୍ର ଇରାନି ରାୟ  ଟୁର୍ନାମେଣ୍ଟକୁ ଉଦଘାଟନ କରିଥିଲେ। ଉଦଯାପନୀ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହି ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ଏହି ଟୁର୍ନାମେଣ୍ଟରେ ରାଜ୍ୟସ୍ତରୀୟ ଓ ଆନ୍ତର୍ଜାତୀୟ ସ୍ତରୀୟ ଖେଳାଳିମାନେ ଯୋଗ ଦେଇଥିଲେ । ଯାହାକି ଖେଳକୁ ଆକର୍ଷଣୀୟସହ ରୋମାଞ୍ଚକର କରିଥିଲା । ଏଥିରେ ୪ଗୋଟି ଦଳ ଭାଗ ନେଇଥିଲେ । ଯଥା – କିଟ୍ କୟୁନିଭରସିଟି, ଭୁବନେଶ୍ୱର ସ୍ପ୍ରୋଟସ ହଷ୍ଟେଲ ଭୁବନେଶ୍ୱର, ପୁରୀ କ୍ଳବ୍ (ପୁରୀ), ସୂର୍ଯ୍ୟଶିଖା  ଭଦ୍ରକ। ଫାଇନାଲରେ ଭୁବନେଶ୍ୱର ସ୍ପ୍ରୋଟସ ହଷ୍ଟେଲ ଏବଂ ସୂର୍ଯ୍ୟଶିଖା ଭଦ୍ରକକୁ ହରାଇ ୨-୧ ବ୍ୟବଧାନରେ ସେଟ୍ ଜିତି ଚାମ୍ପିଅନ ହୋଇଥିଲା। ନୟାଗଡ ବ୍ଲକ…

Read More

ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାରେ ଯୋଗଦାନ କରିଥିବା ନୂତନ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଏକ୍ସ-କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିନିଧି ମାନେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଯୋଗଦାନ କରିଥିବା ଶିକ୍ଷାଧିକାରୀଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଜିଲ୍ଲା ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତିରଞ୍ଜନ ଦାଶ, ଭକ୍ତ ରଞ୍ଜନ ମିଶ୍ର, ଶେଖ ଅବଦୁଲ ଖାଲିକ,ବିଭୁତି ଭୂଷଣ ସାହୁ,ସୁରେଶ ଚନ୍ଦ୍ର ସେଠି, ଲକ୍ଷ୍ମୀଧର ସାହୁ, ସଂଗ୍ରାମ କେଶରୀ ସାହୁ, ସଲିମ ଇବ୍ରାହିମ,ଉମେଶ ସ୍ୱାଇଁ, ରବୀନ୍ଦ୍ର ସାହୁ, ଭଗବାନ ପଣ୍ଡା ପ୍ରମୁଖ ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ୱାଗତ ଜଣାଇଥିଲେ।ସୂଚନାଯୋଗ୍ୟ ଯେ ଏଠାରେ ଜିଲ୍ଲା ଶିକ୍ଷାଧିକାରୀ ଭାବେ କାର୍ଯ୍ୟ କରୁଥିବା ରାଜଶ୍ରୀ…

Read More

କବିସୂର୍ଯ୍ୟ ସଦାନନ୍ଦଙ୍କ ଜୟନ୍ତୀରେ ଶ୍ରଦ୍ଧାସୁମନ

ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୭ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ  ସାମଜସେବୀ ପ୍ରମୋଦ ପଟ୍ଟନାୟକ, ସମାଜସେବୀ ଅନାଦି ଚରଣ ମହାନ୍ତି, ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ, ବରିଷ୍ଠ ନାଗରିକ ଦୁର୍ଯ୍ୟୋଧନ ସାହୁ, ପୂର୍ଣଚନ୍ଦ୍ର ଶତପଥୀ, ପ୍ରଫୁଲ୍ଲ କୁମାର ନାୟକ, ଲକ୍ଷ୍ମୀଧର ସାହୁ, ପ୍ରଦୀପ କୁମାର ସାହୁ, ପ୍ରଶାନ୍ତ ପଟ୍ଟନାୟକ, ସୁଦର୍ଶନ ସାହୁ, ଅଶୋକ ମଲ୍ଲ, ଶରତ ନାୟକ ପ୍ରମୁଖ ଯୋଗଦାନ କରି କବିସୂର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ…

Read More