ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି

ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର ନବମବାର୍ଷିକ ସାଧାରଣ ଅଧିବେଶନରେ ମୁଖ୍ୟ ଅତିଥି ଭାବେଯୋଗ ଦେଇ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ସଭାପତି ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ମଞ୍ଚର ଆଭିମୁଖ୍ୟ ଏବଂ ଲକ୍ଷ୍ୟ ସମ୍ପର୍କିତ ଆଲୋଚନାରେ ପରିବାରର ବରିଷ୍ଠମାନେ ଅଲୋଡ଼ା ଅଦରକାରୀ କିମ୍ବା ଅନ୍ୟ ଉପରେ ବୋଝ ନୁହନ୍ତି ବରଂ ସେମାନଙ୍କ ଅନୁଭୁତି, ଅଭିଜ୍ଞତା ଉତ୍ତରପିଢ଼ି ପାଇଁ ପ୍ରେରଣା ଦାୟକ ବୋଲି ମତ ରଖିଥିଲେ। ନିଃସଙ୍ଗ, ଅସହାୟଙ୍କ ସେବାଯତ୍ନ ଦେବା ସେମାନଙ୍କ ଘରକୁ ଯାଇ ଆଳାପ ଆଲୋଚନା କରି ସମୟ କଟାଇବା, ଡାକ୍ତରୀ ଚିକିତ୍ସା ଉପଲବ୍ଧ କରାଇବା, ଆମୋଦ ପ୍ରମୋଦ ପାଇଁ ବିଭିର୍ନ ସ୍ଥାନ, ବୁଲାଇନେବା ଏବଂ ସର୍ବୋପରି ଜିଲ୍ଲା ବରିଷ୍ଠ ନାଗରିକମଞ୍ଚ, ଦୁସ୍ଥ, ଅସହାୟ,ବରିଷ୍ଠ ଙ୍କର ଆଶାବାଡ଼ି ଭାବେ…

Read More

ନୟାଗଡ଼ ଜିଲ୍ଲା ମାଟି ତଳେ ମୂଲ୍ୟବାନ ଲିଥିୟମ ଧାତୁ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମାଟି ତଳେ ଲିଥିୟମ ଥିବା ନେଇ ମିଳିଛି ବଡ଼ ସଙ୍କେତ। ଭୁବନେଶ୍ବରରେ ଅନୁଷ୍ଠିତ ଜିଓଲଜିକାଲ ସର୍ଭେ ଅଫ୍ ଇଣ୍ଡିଆ- GSIର ସେଣ୍ଟ୍ରାଲ ବୋର୍ଡ ବୈଠକ ପରେ ଏମିତି ସୂଚନା ଦେଇଛନ୍ତି GSI ଉପମହାନିର୍ଦ୍ଦେଶକ ପଙ୍କଜ କୁମାର। ସେ କହିଛନ୍ତି, ପୂର୍ବଘାଟ ମୋବାଇଲ୍ ବେଲ୍ଟର ନୟାଗଡ଼ ଜିଲ୍ଲା ସମେତ ଅନ୍ୟ କିଛି ଜିଲ୍ଲାରେ ଲିଥିୟମ ଥିବା ନେଇ ସଙ୍କେତ ମିଳିଛି। ତେବେ ଏନେଇ ସର୍ବେକ୍ଷଣ ପ୍ରାଥମିକ ସ୍ତରରେ ରହିଛି। ଅଧିକ ଅନୁସନ୍ଧାନ ପରେ ଏ ସମ୍ପର୍କରେ ସ୍ପଷ୍ଟ ତଥ୍ୟ ମିଳିପାରିବ।

Read More

ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମନ ମୋହିଲା ନାଟକ “ମାଗୁଣିର ଶଗଡ଼

ନୟାଗଡ଼, (ନୟାଗଡ଼ ଦର୍ପଣ): ପଠାଣି ସାମନ୍ତ ଅଡିଟୋରିୟମଠାରେ ସିରିୟସ୍ ଜୋନ୍, ନୟାଗଡ଼ ଦ୍ବାରା ଚାଲିଥିବା ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ ବିଦ୍ଯାକନକ ସୃଜନାନୁଷ୍ଠାନର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ମାଗୁଣିର ଶଗଡ଼”।  ନାଟକ ମହୋତ୍ସବର ତୃତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନା ଓ ଅନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ ଯାମିନୀକାନ୍ତ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ରଣପୁରର ପୂର୍ବତନ ବିଧାୟକ ସତ୍ଯନାରାୟଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ପୌର ପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ ଓ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ ପ୍ରମୁଖ ଯୋଗଦେଇ ସଭାକୁ ସମୃଦ୍ଧ କରିଥିଲେ। ଏହି ଅବସରରେ ଉପସ୍ଥିତ ଅତିଥିଙ୍କ କରକମଳରେ କବି ପ୍ରଭାତ କୁମାର ମିଶ୍ରଙ୍କ କବିତା ପୁସ୍ତକ “ପ୍ରହରୀ” ର ପାଠକାର୍ପଣ ହୋଇଥିଲା। ତୃତୀୟ ସଂଧ୍ୟାରେ ମଞ୍ଚସ୍ଥ ନାଟକ “ମାଗୁଣିର ଶଗଡ଼”…

Read More

ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ

ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡ଼. ଅରୁଣ କୁମାର ସାହୁ, ବିଧାୟକ ନୟାଗଡ଼, ସମ୍ମାନିତ ଅତିଥି ଭାବେ ଇଂ . ଦେବାଶିଷ ପଟ୍ଟନାୟକ ଅଧ୍ୟକ୍ଷ ଜିଲ୍ଲା ପରିଷଦ ନୟାଗଡ଼, ନିରାକାର ଦାସ ବରିଷ୍ଠ କବି ଓ ଶତ୍ରୁଜିତ୍ ବରିଷ୍ଠ ସ୍ତମ୍ବକାର ଓ ଡ. ଗୀତାଶ୍ରୀ ପ୍ରିୟମ୍ବଦା ଯୋଗ ଦେଇଥିଲେ। ଅତିଥିମାନେ ସେମାନଙ୍କ ବକ୍ତବ୍ୟ ରେ ପ୍ରକାଶ କରିଥିଲେ ଯେ ସାହିତ୍ୟ କୁ ଅନୁଭବ କରିବାକୁ ହେଲେ ଗୋଟିଏ ଦରଦୀ ହୃଦୟ ଦରକାର ଏବଂ ପତ୍ର ପତ୍ରିକାର ଉନ୍ନତି ପାଇଁ ଏକ ସାରସ୍ଵତ ଆନ୍ଦୋଳନ ର ଆବଶ୍ୟକତା ରହିଛି   ଏହି ଅବସରରେ ଏକ ରାଜ୍ୟସ୍ତରୀୟ କବିତା…

Read More

ଶେଖ୍ ତୌଫିକ୍ ଅଲ୍ଲୀ ଜିତିଲେ ଷ୍ଟାର ଅଫ୍ ନୟାଗଡ଼ ସିଜନ୍ ଓ୍ବାନ ର ଟାଇଟଲ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ସଂଗୀତ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ। ସତ୍ୟମ କମ୍ପ୍ୟୁଟର ଦ୍ବାରା ପ୍ରଯୋଜିତ ଆଜିର ଫାଇନାଲ‌ ପ୍ରତିଯୋଗିତାରେ ୧୦ଜଣ ପ୍ରତିଭାବାନ ପ୍ରତିଯୋଗୀ ସଂଗୀତ ପରିବେଷଣ କରିଥିଲେ ଇପ୍ସିତା ପ୍ରିୟଦର୍ଶିନୀ, ଶେଖ୍ ତୌଫିକ ଅଲ୍ଲୀ, ଲକ୍ଷ୍ମୀପ୍ରିୟା ନାୟକ, ଅମ୍ରିତା ରଥ, ଆଶୁତୋଷ ବେହେରା, ଜଗନ ବେହେରା, ମିଲନ କୁମାର ସ୍ବାଇଁ, ଶୁଭସ୍ମିତା ବେହେରା, ଲିପ୍ସା ରାଣୀ ପଣ୍ଡା, ଓ ଦିବ୍ୟାଶା ପ୍ରିୟଦର୍ଶିନୀ ।  ଫାଇନାଲରେ ବିଚାରକ ଭାବେ ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ପୁରସ୍କାର ପ୍ରାପ୍ତ ବରିଷ୍ଠ କଣ୍ଠଶିଳ୍ପୀ ନବକିଶୋର ମିଶ୍ର ଏବଂ ବରିଷ୍ଠ କଣ୍ଠଶିଳ୍ପୀ ଜଗଦୀଶ ପ୍ରସାଦ ରଥ ଯୋଗଦେଇଥିଲେ। ପ୍ରତ୍ୟେକ ପ୍ରତିଯୋଗୀ ଦୁଇଟି ଲେଖାଏଁ ଗୀତ ଗାଇଥିଲେ। ଶେଖ୍ ତୌଫିକ୍ ଅଲ୍ଲୀ ଏହି ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଯୁଗ୍ମ ଦ୍ବିତୀୟ…

Read More

ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର କଳାକାରମାନଙ୍କ ଦ୍ବାରା ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!! “। ନୟାଗଡ଼ର ଅନନ୍ଯ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ନାଟକ ମହୋତ୍ସବର ଦ୍ବିତୀୟ ସଂଧ୍ୟାରେ କବି ଗୋପୀନାଥ ସେଠୀଙ୍କ ସଂଯୋଜନାରେ ଆୟୋଜିତ ସଭାରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ। ଅନୁଷ୍ଠାନର ସଭାପତି କିଷାନ କୁମାର ଦାସ, ନାଟ୍ୟଭୂଷଣ ଡ ବିଜୟ ଚୌଧୁରୀ ଓ ନାଟ୍ୟକାର ବିଶ୍ବନାଥ ମହାପାତ୍ର ପ୍ରମୁଖ ପ୍ରଦୀପ ପ୍ରଜ୍ଜଳନ କରି ନାଟକର ଶୁଭାରମ୍ଭ କରିଥିଲେ। ବିଧାୟକ ଡ ଅରୁଣ କୁମାର ସାହୁ ନାଟକ ଜୀବନକୁ ବୋଧ ଦିଏ ବୋଲି ମତ ପ୍ରକାଶ କରିଥିଲେ। ଦ୍ବିତୀୟ ସଂଧ୍ୟାରେ ମଞ୍ଚସ୍ଥ ନାଟକ ଏବଂ…

Read More

ରେଳ ପ୍ଲାଟଫର୍ମରେ ଗଭୀର ଗର୍ତ୍ତ, ବିଭାଗ ନିରବଦ୍ରଷ୍ଟା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଟାଉନ ରେଳ ପ୍ଲାଟଫର୍ମର ପୂର୍ବ ପାର୍ଶ୍ଵରେ ମାଟି ଦବିଯାଇ ଗଭୀର ଗର୍ତ୍ତ ସୃଷ୍ଟି ହୋଇଛି। ଏହା ଫଳରେ ରେଳଯାତ୍ରୀ ମାନେ ଦୈନିକ ଛୋଟମୋଟ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ଗତ ଏକ ମାସରୁ ଉର୍ଦ୍ଧ୍ୱ ସମୟ ତଳୁ ଏହି ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ରେଳ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ। କେବଳ ନାମକୁ ମାତ୍ର ଏହି ଗର୍ତ୍ତ ଚାରିପାଖରେ ବାଲି ବସ୍ତା ରଖାଯାଇ ଏହାକୁ ଘେରାବନ୍ଦୀ କରି ରଖାଯାଇଛି। ତେବେ ରାତ୍ର ସମୟରେ ଟ୍ରେନରେ ଫେରୁଥିବା ଯାତ୍ରୀମାନଙ୍କୁ ଏହା ଦେଖା ଯାଉନଥିବାରୁ ଏହା ମଧ୍ୟରେ ପଡ଼ି ଅନେକ ଆଘାତପ୍ରାପ୍ତ ହେଉଥିବା ଜଣା ପଡିଛି।  ଏ ବିଷୟରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଷ୍ଟେସନ ପରିଚାଳକ ପ୍ରଦୀପ୍ତ କୁମାର ବରାଡ଼ଙ୍କୁ ଅଭିଯୋଗ କରାଯାଇଥିବା ବେଳେ…

Read More

ପତ୍ନୀ ହତ୍ୟାକାରୀ ସ୍ବାମୀଙ୍କୁ ମୃତ୍ୟୁ ପର୍ଯ୍ୟନ୍ତ ସଶ୍ରମ କାରାଦଣ୍ଡ

ଶରଣକୁଳ, (ନୟାଗଡ଼ ଦର୍ପଣ): ଶରଣକୁଳ ଥାନା ଅନ୍ତର୍ଗତ ପାଣିଭଣ୍ଡାର ଗ୍ରାମର ଶ୍ୟାମସୁନ୍ଦର ସ୍ୱାଇଁ ଶରଣକୁଳ ଥାନାରେ ଏକ ଲିଖିତ ଏତଲା  ଅନିଲ କୁମାର ଜେନା, ଅନିଲଙ୍କ ମାମୁଁ ଝୋଟ ଓ ମାଆଙ୍କ ବିରୋଧରେ ତାଙ୍କ କନ୍ୟା ସୁଭଦାକୁ ହତ୍ୟା କରିଥିବା  ଅଭିଯୋଗ କରି  ଉଲ୍ଲେଖ କରିଥିଲେ କି, ତାଙ୍କ  କନ୍ୟା ଶୁଭଦା ସ୍ୱାଇଁ ଙ୍କୁ ଅଭିଯୁକ୍ତ ଅନିଲ କୁମାର ଜେନା ଯିଏ କି କନ୍ଧମାଳ ଜିଲ୍ଲା ରେ ଥିବା ୮ମ ବାଟାଲିୟନ ରେ ହାବିଲଦାର ପଦବୀ ରେ କାର୍ଯ୍ୟ କରୁଥିଲେ ତାଙ୍କ ସହିତ ହିନ୍ଦୁ ବୈଦିକ ରୀତିରେ ବିବାହ ଦେଇଥିଲେ । ବିବାହ ର ୨/୩ ମାସପରେ ସୁଭଦା ଜାଣିବାକୁ ପାଇଲେ ଯେ ଅଭିଯୁକ୍ତ ଅନିଲ ଅନ୍ୟ ଏକ ଝିଅ ସହିତ ପ୍ରେମ ସମ୍ପର୍କ ରଖିଛନ୍ତି ତେଣୁ ସେ ବିରୋଧ କରିବାରେ ଅନିଲ ତାଙ୍କ ମାମୁଁ ଓ…

Read More

ମହାବିଦ୍ୟାଳୟର କନିଷ୍ଠ କିରାଣୀଙ୍କ ବିୟୋଗରେ ଶୋକସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ଶ୍ରୀ ଶ୍ରୀ ରଘୁନାଥ ଜୀଉ ସ୍ନାତକ ମହାବିଦ୍ୟାଳୟର  କାଯ୍ୟରତ କନିଷ୍ଠ କିରାଣୀ ଲଷ୍ମୀଧର ସାହୁଙ୍କ ଅକାଳ ବିୟୋଗ ହୋଇଯାଇଛି। ଏଥି ନିମନ୍ତେ ମହାବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, କର୍ମଚାରୀଙ୍କୁ ନେଇ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଏହା ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲଷ୍ମୀକାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସଲୀଳା ସେଠୀ, ବରିଷ୍ଠ ଅଧ୍ୟାପକ ଅଖିଳ କୁମାର ହୋତା, ଅଶୋକ କୁମାର ମିଶ୍ର ଏବଂ ଅନ୍ୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଯୋଗଦାନ କରିଥିଲେ। ଏଥିରେ ସମସ୍ତେ ତାଙ୍କର ୩୨ବର୍ଷ ଚାକିରୀ ଜୀବନର ସ୍ମୃତିଚାରଣ କରିବା ସହିତ ତାଙ୍କ ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

Read More

ନୟାଗଡ଼ରେ ଉଦ୍ଘାଟିତ ହେଲା ସିରିୟସ୍ ଜୋନ୍ ର ନାଟକ ମହୋତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଆରମ୍ଭ ହେଲା ନାଟକ ମହୋତ୍ସବ। ନୟାଗଡ଼ର ଅନନ୍ଯ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ନାଟକ ମହୋତ୍ସବର ଉଦ୍ଘାଟନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଗାଳ୍ପିକ ଇଁ ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି, ନାଟକ  ସମାଜକୁ ସଠିକ୍ ଦିଗଦର୍ଶନ ଦେବାରେ ସହାୟକ ହୁଏ ବୋଲି ମତ ରଖିଥିଲେ। ଏହି ଅବସରରେ ବହୁ ଚର୍ଚ୍ଚିତ ନାଟକ ବାଞ୍ଝ ମଞ୍ଚସ୍ଥ ହୋଇଥିଲା। ଇଂ ଅଜୟ ମହାପାତ୍ରଙ୍କ ଲିଖିତ ଏହି ଗପକୁ ନାଟ୍ଯରୂପ ଦେଇଥିଲେ କୈଳାସ ଚନ୍ଦ୍ର ଓଝା ଓ ନିର୍ଦ୍ଦେଶନା ଦେଇଥିଲେ ଶ୍ରୀଯୁକ୍ତ ଯାମିନୀକାନ୍ତ ମିଶ୍ର। ସାମାଜିକ ରୀତିନୀତି ବ୍ଯବସ୍ଥା, ବିଚାରବୋଧ ଆଧାରିତ ଏହି ସଂସ୍ଥାରଧର୍ମୀ ନାଟକ ବାଞ୍ଝର ସହ ନିର୍ଦେଶନା ଦାୟିତ୍ବରେ ଶ୍ରୀଯୁକ୍ତ ପ୍ରଶାନ୍ତ…

Read More