ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ଅବସରରେ ନୟାଗଡ଼ ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ ତରଫରୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଅଛି। ୧୯୮୪ ମସିହା ଜାନୁୟାରୀ ୧୨ ତାରିଖରୁ ମହାନ୍ ଆଧ୍ୟାତ୍ମିକ ସନ୍ନ୍ୟାସୀ, ଦାର୍ଶନିକ, ବିଚାରକ, ସଂସ୍କାରକ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମଜୟନ୍ତୀକୁ ଜାତୀୟ ଯୁବ ଦିବସ ଭାବେ ମଧ୍ୟ ସମଗ୍ର ଭାରତ ବର୍ଷରେ ପାଳନ କରାଯାଉଅଛି। ବିବେକାନନ୍ଦ ଥିଲେ ଯୁବକମାନଙ୍କ ପାଇଁ ପ୍ରେରଣାର ସ୍ରୋତ। ରାଷ୍ଟ୍ର ଓ ସମାଜ ନିର୍ମାଣରେ ଯୁବକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ତାଙ୍କର ଆହ୍ୱାନ ଯୁଗେ ଯୁଗେ ଯୁବ ସମାଜକୁ ପ୍ରେରିତ କରୁଥିବ ବୋଲି ଆଜି ଶ୍ରଦ୍ଧାଞ୍ଜଳି ସଭାରେ ବିଭନ୍ନ ବ୍ୟକ୍ତି ବିଶେଷ ମତବ୍ୟକ୍ତ କରିଥିଲେ। ଗୋଦାବରୀ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୂଜ୍ୟପୂଜା ଅନୁଷ୍ଠାନର ଉପସଭାପତି ରାମକୃଷ୍ଣ ରଥ, ସଂପାଦକ ଶରତ…
Read MoreMonth: January 2025
ରଘୁବରଙ୍କୁ କାହିଁକି ତଣ୍ଟିଆ ମାରିଲା ବିଜେପି ସାମ୍ବାଦିକ ସମ୍ମିଳନୀରେ ପଚାରିଲେ ଅରୁଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ ତାଙ୍କ ଚର୍ଚ୍ଚା ଏବେ କମିନି । ସେ କହିଛନ୍ତି ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି । ଏହାକୁ ନେଇ ରାଜନୈତିକ ସ୍ତରରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିଜେପି ରଘୁବର ଜଣେ ଲୋକପ୍ରିୟ ରାଜ୍ୟପାଳ ବୋଲି ପ୍ରକାଶ କରିଛି । ଏହାର ଜବାବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବିରୋଧୀଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି । ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଡ. ସାହୁ ରଘୁବର ରାଜ୍ୟପାଳ ବିଜେପିର ଏଜେଣ୍ଟ ଥିଲେ ବୋଲି କହିଛନ୍ତି ।…
Read Moreସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ୩ କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ସେଵା ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଭାପୁର ବ୍ଲକ…
Read Moreନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ଷ୍ଟେସନ ସଫେଇ
ନୟାଗଡ଼,(ନୟାଗଡ଼ ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯାଇଛି । ରେଳ ଷ୍ଟେସନ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ପରିଷ୍କାର କରାଯାଇଥିଲା । ସେହିପରି ଷ୍ଟେସନ ପରିସର ଏବଂ ଏହାର ଆଖପାଖରେ ଉଠିଥିବା ଅନାବନା ଗଛ,ଘାସ ଇତ୍ୟାଦିକୁ କଟାଯାଇ ଥିବା ବେଳେ ଷ୍ଟେସନ ମଧ୍ୟରେ ଥିବା ପିଇବା ପାଣି ଟ୍ୟାପ ନିକଟରେ ନିଷ୍କାସିତ ହୋଇ ନପାରି ଜମା ହୋଇ ରହୁଥିବା ଆବର୍ଜନା ପାଣିକୁ ନିଷ୍କାସିତ କରାଯାଇଥିଲା । ନୟାଗଡ଼ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ଉପ ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି…
Read Moreନୟାଗଡ଼ରେ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଅନୁଷ୍ଠିତ ହେବ। ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି…
Read Moreଚିନ୍ମୟ ମିଶନ ପକ୍ଷରୁ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଶାଖା ପକ୍ଷରୁ ଆଜି ପୂର୍ବାହ୍ନରେ ଗୀତା ଆବୃତ୍ତି ପ୍ରତିଯୋଗିତା ପିଟିଏସ ରୋଡ଼ରେ ଥିବା ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼ରେ ଥିବା ବିଭିନ୍ନ ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ,ତିରୁପତି ବିଶ୍ୱ ବିଦ୍ୟାଳୟ କୁଳପତି ସତ୍ୟନାରାୟଣ ଆଚାର୍ଯ୍ୟ, ଚିନ୍ମୟ ମିଶନ ଭୁବନେଶ୍ୱରର ଅଧ୍ୟକ୍ଷ ସ୍ୱାମୀ ଚିତଘନାନନ୍ଦ ସରସ୍ବତୀ ପ୍ରମୁଖ ଯୋଗଦାନ କରି ଆଜିକାଲି ଦୁନିଆରେ ଗୀତାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଚିନ୍ମୟ ମିଶନ ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଘନଶ୍ୟାମ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ…
Read Moreରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତା-୨୦୨୫ରେ ଶ୍ରେଷ୍ଠ ୫ରେ ନୟାଗଡ଼ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ ମିଶ୍ର କୃତିତ୍ୱ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ୩୦ଟି ଜିଲାରୁ ୩୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସଂସଦୀୟ ବ୍ୟାପାର ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଥିବା ରାଜ୍ୟ କୃଷି ଭବନ ପରିସରରେ ଅନୁଷ୍ଠିତ ଏକ ଛାୟା ପାର୍ଲିଆମେଣ୍ଟ ଅଧିବେଶନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲାରୁ ପ୍ରତିନିଧିତ୍ୱ କରୁଥିବା ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୂମିକାରେ ନିଖୁଣ ଅଭିନୟ କରି ଅତିଥି ମାନଙ୍କ ଠାରୁ ପୁରସ୍କୃତ ହୋଇଥିଲେ। ତାଙ୍କର ଏହି ଚମତ୍କାର ଅଭିନୟ ପାଇଁ ସମଗ୍ର ରାଜ୍ୟରେ ଶ୍ରେଷ୍ଠ ୫ଜଣଙ୍କ ମଧ୍ୟରେ ରହି…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ବିଂଶତମ ବାର୍ଷିକ ଉତ୍ସବ ଉପଲକ୍ଷେ ରକ୍ତଦାନ ଶିବିର ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୧୦ଟା ସମୟରେ ଆୟୋଜିତ ରକ୍ତଦାନ ଶିବିରକୁ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ଉଦଘାଟନ କରିଥିଲେ।ରକ୍ତଦାନ ଶିବିରରେ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଅପରାହ୍ନ ୦୧ଟା ସମୟରେ ବିଦ୍ଯାଳୟର ଉପଦେଷ୍ଟା ହରିହର ପାତ୍ରଙ୍କ ଅଧ୍ଯକ୍ଷତାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା ଉପରେ ବକ୍ତବ୍ଯ ଦେଇ ଅଭିଭାବକ ମାନେ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ…
Read Moreପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ପାଇଁ ପ୍ରସ୍ତୁତି ବୈଠକ
ନୂଆଗାଁ, (ନୟାଗଡ଼ ଦର୍ପଣ): ଚଳିତ ବର୍ଷ ୨୦୨୫ ଫେବୃଆରୀ ୨ ରୁ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ନୂଆଗାଁ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ପାଇଁ ନୂଆଗାଁ ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସଦଭାବନା ଗୃହରେ ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକରେ ୧୮ତାରିଖ ପୂର୍ବରୁ ସ୍ମରଣିକାରେ ପ୍ରକାଶ ପାଇବାକୁ ଥିବା ଲେଖା ଯାହାକି ନିଜ ବ୍ଲକ୍ ଉପରେ ଆଧାରିତ ହୋଇଥିବ ଏବଂ ଅଡିସନ୍ ମାଧ୍ୟମରେ କଳାକାର ଚୟନ ଉପରେ ଗୁରୁତ୍ୱାରୋପ କରଯାଇଥିଲା। ଅଧିକରୁ ଅଧିକ ଷ୍ଟଲ୍ ମହୋତ୍ସବରେ ପଡ଼ିବା ପାଇଁ ଓ ଏଲଏମ ବିଭାଗ ଏବଂ ଶାନ୍ତି ଶୃଙ୍ଖଳା ପାଇଁ ତହସିଲଦାର ଏବଂ ପୁଲିସ ବିଭାଗକୁ ଦାୟିତ୍ଵ ଦିଆଯାଇଥିଲା। ଶତାୟୁ ବ୍ୟକ୍ତିମାନଙ୍କୁ…
Read Moreନୂଆବର୍ଷ କୃଷକ-ସଙ୍ଗ୍ରାମର ବର୍ଷ ହେବ: ସି.ପି.ଆଇ.(ଏମ୍)
ନୟାଗଡ଼, (ନୟାଗଡ଼ ଦର୍ପଣ): ଅଦିନିଆ ବର୍ଷା ଚାଷୀ ଫସଲକୁ ଧୋଇଦେଇଛି। ଶାଗମାଛ ଦରରେ ଚାଷୀ ଅଭାବୀ ବିକ୍ରି କରୁଛି। ଜଳସେଚନ, ଜଳନିୟନ୍ତ୍ରଣ ଯୋଜନାର ନାଁ ଗନ୍ଧ ନାହିଁ। କେନ୍ଦ୍ର ଓ ରାଜ୍ୟ ଡବଲ ଇଞ୍ଜିନ ସରକାର କୃଷି ବ୍ୟବସ୍ଥାକୁ ଘରୋଇ କମ୍ପାନୀକୁ ଟେକିଦେବା ପାଇଁ ଅଣ୍ଟା ଭିଡିଛନ୍ତି। ଏଭଳି ସଙ୍ଗୀନ ଅବସ୍ଥାରେ ବ୍ୟାପକ ପ୍ରଭାବଶାଳୀ କୃଷକ ଆନ୍ଦୋଳନ ଗଢି ତୋଳିବାର ଆବଶ୍ୟକତା ରହିଛି ବୋଲି ସି.ପି.ଆଇ.(ଏମ୍)ର ରାଜ୍ୟ ସଂପାଦକ କମ୍ରେଡ ସୁରେଶ ପାଣିଗ୍ରାହୀ ନୟାଗଡ଼ ଜିଲ୍ଲା କମଟି ବୈଠକରେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି। ପାର୍ଟିର ବରିଷ୍ଠ ନେତା ଶରତଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ନୟାଗଡ ଠାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ସଂପାଦକ ହରିଶ୍ଚନ୍ଦ୍ର ମିଶ୍ର ଗତ ଅଦିନିଆ ବର୍ଷାରେ ଜିଲ୍ଲାର ନଷ୍ଟ ଫସଲର ଏକ ମୋଟାମୋଟି ଚିତ୍ର ଉପସ୍ଥାପନ କଲାପରେ କୃଷି ଆନ୍ଦୋଳନକୁ ଅଗ୍ରାଧିକାର ଦେଇ ସଂଗଠିତ…
Read More