ନୟାଗଡ଼, (ନୟାଗଡ଼ ଦର୍ପଣ): ଇଟାମାଟି ଜୟ ଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଗୋପବନ୍ଧୁ ସେବା ପରିଷଦ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ତଥା ବରିଷ୍ଠ ସମାଜସେବୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯାହାକୁ ପରିଚାଳନା କରିଥିଲେ ଅନୁଷ୍ଠାନର ସମ୍ପାଦକ କ୍ରିଷ୍ଣା କୁମାର ଅଗ୍ରୱାଲ। ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଅଶୋକ କୁମାର ନାୟକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ଏହି ଶିବିରରେ ପ୍ରାୟ ୬୦ରୁ ଉର୍ଦ୍ଧ ବୃଦ୍ଧ ଓ ବୃଦ୍ଧା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଢୌକନ ପ୍ରଦାନ କରାଯିବା ସହିତ ରାମଚନ୍ଦ୍ର ସାହୁ (ଚକ୍ଷୁ ବିଶେଷଜ୍ଞ)ଙ୍କ ଦ୍ଵାରା ଚକ୍ଷୁ ପରୀକ୍ଷା କରାଯାଇ ମାଗଣାରେ ଚଷମା ଯୋଗାଇ ଦିଆଯାଇଛି । ଅଭିଜ୍ଞ…
Read MoreDay: January 27, 2025
ସମର୍ପଣ(ବୃଦ୍ଧାଶ୍ରମ)ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୬ତମ ସାଧାରଣତନ୍ତ୍ର ଦିବସ। ରଣପୁରର ମାନ୍ଯବର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଶ୍ରୀକାନ୍ତ ପଟ୍ଟନାୟକ, ରାଧେଶ୍ଯାମ ମୋହତା, ଦୁର୍ଯ୍ଯୋଧନ ସାହୁ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
Read Moreରୋଟାରୀ କ୍ଳବରେ ପାଳିତ ହେଲା ୭୬ ତମ ସାଧାରଣ ତନ୍ତ୍ର ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଳବରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। କ୍ଳବର ସଭାପତି ଶ୍ରୀକାନ୍ତ କୁମାର ଖଟେଇ ପତାକା ଉତ୍ତୋଳନ କରି ସ୍ବାଧୀନତା ସଂଗ୍ରାମୀମାନଙ୍କର ସ୍ମୃତି ଚାରଣ କରି ମହାପୁରୁଷମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଏବଂ ସମ୍ବିଧାନ ପ୍ରଣୟନ କରିବାରେ ବି.ଆର. ଆମ୍ବେଦକରଙ୍କ ଭୂମିକା ଅବିସ୍ମରଣୀୟ ବୋଲି ବକ୍ତବ୍ଯ ରଖିଥିଲେ। ସମ୍ବିଧାନ କାର୍ଯ୍ଯକାରୀ ହୋଇଥିବା ସେଇ ଦିନର କଥାକୁ ମନ ପକାଇବା ପାଇଁ ଆଜିର ଦିନଟି ବହୁ ଗୁରୁତ୍ବପୂର୍ଣ୍ଣ ବୋଲି ଆଲୋଚନା କରିବା ସହିତ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ, ଭାରତ ମାତାର ସନ୍ତାନ, ଏହା ହେଉଛି ଆମର ପରିଚୟ ବୋଲି ଅଭିଭାଷଣ ରଖିଥିଲେ। ସକାଳ ୧୧ଟା ୧୫ ମିନିଟ୍ ସମୟରେ ନୟାଗଡ଼ ମୁଖ୍ଯ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାରରେ ରୋଟାରୀ କ୍ଳବ୍ ଆନୁକୂଲ୍ୟରେ ରକ୍ତ ଦାନ ଶିବିର…
Read More