ମହାଶିବରାତ୍ରି ଅବସରରେ ଶରଣକୂଳ ଲଡ଼ୁବାବା ପୀଠରେ ଜନହିତକର କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ଭାରତୀୟ ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥା ଓଡିଶା ଶାଖା, ନୟାଗଡ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ପ୍ରଧାନଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ଆନୁକୁଲ୍ୟରେ ଜାଗରଯାତ୍ରା ଉପଲକ୍ଷେ ଲଡୁବାବା ପୀଠରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଜଳଛତ୍ର ଆୟୋଜନ କରାଯାଇଥିଲା।ଏଥିରେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥାକୁ ସାଧୁବାଦ୍ ଜଣାଇ ନିଜେ ଜଳଛତ୍ର ସେବା କାର୍ଯ୍ୟରେ ସହଯୋଗ କରିଥିଲେ। ରାତ୍ରରେ ମହାଦୀପ ଉଠିବା ବେଳକୁ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡ୍ କ୍ରସ୍ ଅଧିକାରୀ ସନ୍ୟାସୀ ପ୍ରଧାନ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନୀଲ କୁମାର ଦାସ ଏବଂ କାଉନସିଲର ଗୋସ୍ୱାମୀ ଦାସ, ନିରଞ୍ଜନ ପ୍ରଧାନ, ଡକ୍ଟର ପ୍ରତାପ କୁମାର ପରିଡ଼ା ଉପସ୍ଥିତ ରହି ପ୍ରାଥମିକ ସ୍ବାସ୍ଥ୍ୟ ଚିକିତ୍ସା ଶରଣକୁଳ କର୍ମଚାରୀ ମିଳିତ ଭାବରେ…

Read More

ଜାଗରଯାତ୍ରା ଉପଲକ୍ଷେ ସାମାଜିକ ସେବା କାଯ୍ୟକ୍ରମ

ନୟାଗଡ, (ନୟାଗଡ଼ ଦର୍ପଣ): ଭାରତୀୟ ଜୁନିଅର୍ ରେଡ କ୍ରସ୍ ସଂସ୍ଥା, ଓଡିଶା ଶାଖା ନୟାଗଡ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ପ୍ରଧାନଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ଆନୁକୁଲ୍ୟରେ ଜାଗରଯାତ୍ରା ଉପଲକ୍ଷେ ଲଡୁବାବା ପୀଠ, ଶରଣକୁଳଠାରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଜଳଛତ୍ର ଆୟୋଜନ କରାଯାଇଥିଲା ।ମାନ୍ୟବର ସାଂସଦ,ପୁରୀ ଶ୍ରୀଯୁକ୍ତ ସମ୍ବିତ୍ କୁମାର ପାତ୍ର ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥାକୁ ସାଧୁବାଦ୍ ଜଣାଇ ନିଜେ ଜଳଛତ୍ର ସେବା କାର୍ଯ୍ୟରେ ସହଯୋଗ କରିଥିଲେ। ଏହାକୁ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡ୍ କ୍ରସ୍ ଅଧିକାରୀ ଶ୍ରୀଯୁକ୍ତ ସନ୍ୟାସୀ ପ୍ରଧାନ ଏବଂ କାଉନସିଲର ଶ୍ରୀଯୁକ୍ତ ଘନଶ୍ୟାମ ରାଉତ, ନିରଞ୍ଜନ ପ୍ରଧାନ, ମାନସ କୁମାର ସାହୁ,ଦାମୋଦର ସାହୁ, ଦେବରାଜ ସ୍ଵାଇଁ ଓ ପରମାନନ୍ଦ ଦଳାଇ ସାହାଯ୍ୟ ସହଯୋଗ କରିଥିଲେ।ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ଜୁନିଅରମାନେ ସେବା ପ୍ରଦାନ କରି…

Read More

ହରିପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବ୍ରହ୍ମାନନ୍ଦ ରଥ ଯୋଗଦାନ କରି ପିଲାମାନଙ୍କୁ ସମାଜ ପ୍ରତି ସେମାନଙ୍କ କର୍ତ୍ତବ୍ୟ ସମ୍ପର୍କରେ ସୁଚିନ୍ତିତ ଉପଦେଶ ଦେଇଥିଲେ। ସେହିପରି ମୁଖ୍ୟ ବକ୍ତା ଭାବେ ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ ଏବଂ ସମ୍ମାନିତ ଅତିଥି ଭାବେ ଶିକ୍ଷକ ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ, ପ୍ରଫୁଲ୍ଲ ମହାପାତ୍ର,କୃଷ୍ଣଚନ୍ଦ୍ର ପଣ୍ଡା,ସୈଫୁଦ୍ଦିନ ଅହମଦ ପ୍ରମୁଖ ଯୋଗଦାନ କରି ପିଲାମାନଙ୍କୁ ଭଲ ମଣିଷ ହୋଇ ଦେଶର ସେବା କରିବା ପାଇଁ ବିଭିନ୍ନ ଉପଦେଶ ମାଧ୍ୟମରେ ବୁଝାଇଥିଲେ।…

Read More

ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ…

Read More

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ଜିଲ୍ଲାସ୍ତରୀୟ ପାଠଚକ୍ର

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ଜିଲ୍ଲାସ୍ତରୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ:  “ବିଦ୍ୟାଳୟ ଶିକ୍ଷାର ଆତ୍ମା” ବିଷୟରେ ଚର୍ଚ୍ଚା କରାଯାଇଥିଲା। ଏହି ପାଠଚକ୍ରର ଉଦ୍ଦେଶ୍ୟ ଥିଲା ପ୍ରାଥମିକ ଶିକ୍ଷାର ଗୁଣବତ୍ତା ବୃଦ୍ଧି କରିବା, ଶିଶୁମାନଙ୍କ ଭାଷା ଏବଂ ଗଣିତ ଦକ୍ଷତା ବିକାଶ କରିବା ଏବଂ ସ୍କୁଳ ଶିକ୍ଷାର ଭିତି ସୁଦୃଢ଼ କରିବା। ଏହି ପାଠଚକ୍ରରେ ରାଜସୁନାଖଳା ମହାବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଡ଼. ଅକ୍ଷୟ କୁମାର ମହାନ୍ତି, ରାୟଗଡା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶରତ କୁମାର ସେଠ, ପିରାମଲ ଫାଉଣ୍ଡେସନର ସଦସ୍ୟ ଅମନ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ବିଜ୍ଞାନରେ ସଂଯୋଜିକା କ୍ରିଷ୍ଣା ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ…

Read More

ସୁଶାନ୍ତ ପାତ୍ରଙ୍କ ‘ମା’ ବୈଷ୍ଣୋଦେବୀ’ ଭଜନ ଲୋକାର୍ପିତ

ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ର ସ୍ବାତିଲଗ୍ନା ପ୍ରଡ଼କ୍ସନ ତରଫରୁ କବି ସୁଶାନ୍ତ ପାତ୍ରଙ୍କ ‘ମା’ ବୈଷ୍ଣୋଦେବୀ’ ଭଜନ ଲୋକାର୍ପିତ ହୋଇଯାଇଛି। ଶ୍ରୀ ପାତ୍ରଙ୍କ ଏହି ଭଜନ ଅତିଥିମାନଙ୍କ କରକମଳରେ ଶରଣକୁଳ ନିକଟରେ ବିଜେ ମା’ ବୈଷ୍ଣୋଦେବୀ ପୀଠ ପରିସରରେ ଲୋକାର୍ପିତ ହୋଇଛି। ଆୟୋଜିତ ଏହି ଭଜନ ଲୋକାର୍ପଣ ଉତ୍ସବରେ ନିଜେ କବି ସୁଶାନ୍ତ ପାତ୍ର, କବି କଲ୍ଲୋଳ ଗୋଦାବରୀ ବସନ୍ତିଆ, କବି କୁସୁମ ନିରାକାର ସ୍ଵାଇଁ, ଅଧ୍ୟାପିକା ନୀଳିମା ନନ୍ଦ, ଦେବେନ୍ଦ୍ର ପ୍ରସାଦ ପରମଗୁରୁ, ଯୋଗଗୁରୁ ବୈକୁଣ୍ଠ ନାଥ ପ୍ରଧାନ, କୁମାର ଚନ୍ଦ୍ର ମହାପାତ୍ର ପ୍ରଭୁତି ଯୋଗ ଦେଇଥିଲେ। ମା’ ବୈଷ୍ଣୋଦେବୀଙ୍କ ଅପାର କରୁଣାରୁ ଗୀତିକାରଙ୍କ ସାରସ୍ବତ ଜୀବନ ଅତି ଉଜ୍ଜ୍ଵଳମୟ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ସୁଦୂର ଜାମ୍ମୁ କାଶ୍ମୀରରୁ ନୟାଗଡ଼ର ଜାମୁକଣକୁ ମାଆଙ୍କର ଆଗମନକୁ ଲକ୍ଷ୍ୟ କରି ଲିଖିତ ଏହି ଭଜନଟିକୁ ଶ୍ରୋତାମାନେ…

Read More

କିଟ୍ ଘଟଣା ଉପରେ ସି. ପି.ଆଇ.(ଏମ୍)ର ଦାବିପତ୍ର

ନୟାଗଡ଼, (ନୟାଗଡ଼ ଦର୍ପଣ): କିଟରେ ଘଟିଥିବା ବର୍ବରୋଚିତ କାଣ୍ଡକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ସି.ପି.ଆଇ.(ଏମ୍) ନୟାଗଡ଼ ଜିଲ୍ଲା କମିଟି। କିଟ୍ ପରିସରରେ ନେପାଳୀ ଛାତ୍ର ମାନଙ୍କ ଉପରେ ଘଟିଥିବା ଅତ୍ୟାଚାର, ଛାତ୍ରୀର ଦୟନୀୟ ମୃତ୍ୟୁ ଉପରେ ହାଇକୋର୍ଟର ବିଚାରପତିଙ୍କ ଦ୍ଵାରା ବିଚାର ବିଭାଗୀୟ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ବିଧାନ କରିବା, ନେପାଳୀ ଛାତ୍ରମାନଙ୍କ ପ୍ରତି ଆଚରଣର ଏବଂ କିଟ୍ ମ୍ୟାନେଜମେଣ୍ଟର କାର୍ଯ୍ୟକଳାପକୁ ତଦନ୍ତ ପରିସରଭୁକ୍ତ କରିବା, କ୍ୟାମ୍ପସରେ ଶାନ୍ତି ଫେରାଇ ଆଣିବାକୁ ପଦକ୍ଷେପ ନେବା ପ୍ରଭୃତି ଦାବି ସମ୍ବଳିତ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ଏହି ପ୍ରତିବାଦରେ ପାର୍ଟିର ବରିଷ୍ଠ ନେତୃତ୍ଵ ବିଶ୍ଵନାଥ ମହାପାତ୍ର, ସରୋଜ ନାୟକ, ପବିତ୍ର ଇନ୍ଦ୍ରଜିତ, ଜ୍ୟୋତିପ୍ରଭା ଜେନା, କୁଳମଣି ପୃଷ୍ଟି, ନିରଞ୍ଜନ ସାହୁ, ଅଧିକାରୀ…

Read More

ଧୂମଧାମରେ ପାଳିତ ହୋଇଯାଇଛି ଲଡ଼ୁକେଶ ମହାଦେବଙ୍କ କଳସ ଯାତ୍ରା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜ଼ିଲ୍ଲା ମାଛିପଡା ପଂଚାୟତର ରଘୁନାଥପୁରରେ ପାଳିତ ହୋଇଯାଇଛି ଲଢୁକେଶ ମହାଦେବଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ପ୍ରଥମ ଦିନ ଅଙ୍କୁରାରୋପଣ କାର୍ଯ୍ୟକ୍ରମରେ ଗ୍ରାମର ଶତାଧିକ ପୁରୁଷ ଓ ମହିଳାମାନେ ଗ୍ରାମ ନଈରୁ କଳସ ଯାତ୍ରା କରି ଗ୍ରାମ ପରିକ୍ରମା କରିବାପରେ ମନ୍ଦିରରେ ଆସି ପହଞ୍ଚିଥିଲେ। ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଅଙ୍କୁରାରୋପଣ, ସୂର୍ଯ୍ୟପୂଜା, ସମସ୍ତ ଦେବାଦେବୀଙ୍କୁ ବେଦ ଧୂନିରେ ଆମନ୍ତ୍ରଣ କରାଯାଇଥିଲା। ପରେ କଳସ ଯାତ୍ରାରେ ସାମିଲ ଥିବା ସମସ୍ତ ବ୍ରତଧାରୀମାନେ ପଣା ସେବନ କରିବା ସାଙ୍ଗକୁ ପ୍ରସାଦ ସେବନ କରିଥିଲେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ କବି ସମ୍ମିଳନୀ ହୋଇଥିଲା।  ୪ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ବେଳେ ମହାଶିବରାତ୍ରିଦିନ ଲଡ଼ୁକେଶ ମହାଦେବଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ କରାଯିବବୋଲି ଗ୍ରାମ୍ୟ କମିଟି ପକ୍ଷରୁ ସୂଚନା ଦିଆଯାଇଛି।

Read More

ନୟାଗଡ଼ ଜିଲା ସାମ୍ବାଦିକ ସଂଘର ସାଧାରଣ ଅଧିବେଶନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପାଣିପୋଇଲା ନିକଟସ୍ଥ ବୁଢ଼ୀଝରି ଶାଳବଣିରେ ନୟାଗଡ଼ ଜିଲା ସାମ୍ବାଦିକ ସଂଘର ସାଧାରଣ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଛି। ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ବରିଷ୍ଠ ଜିଲା ପରିଷଦ ସଭ୍ୟ ତଥା ସାମ୍ବାଦିକ ରାମେଶ୍ବର ଶତପଥୀ, କାର୍ଯ୍ୟକାରୀ ସଭାପତି ପୁରୁଷୋତ୍ତମ ମହାପାତ୍ର, ବରିଷ୍ଠ ସାମ୍ବାଦିକ ଆଦର୍ଶ ପଟ୍ଟନାୟକ, ନିଶିକାନ୍ତ ରଥ, ପ୍ରଭାକର ଶିରୋମଣୀ, ସାମ୍ବାଦିକ ସୁବାସ ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ଆଗାମୀ ଏପ୍ରିଲ ମାସରେ ତିନିଦିନ ଧରି ସଂଘ ତାର ୨୫ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ପାଳନ କରିବ ବୋଲି ନିଷ୍ପତି ନିଆଯାଇଛି। ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚନ କରାଯିବା ଲାଗି ମତ ପ୍ରକାଶ ପାଇଥିଲା। ଜୟନ୍ତୀ ପାଳନ ଲାଗି ସଂଘର କର୍ମକର୍ତ୍ତାମାନେ ନିଜର ମତ ଉପସ୍ଥାପନା କରିଥିଲେ। ଏଥିସହ ଏକ କମିଟି ଗଠନ କରାଯାଇ…

Read More

ଜଙ୍ଗଲ ନିଆଁ ରୋକିବା ପାଇଁ ଅରୋମୀରା ଟ୍ରଷ୍ଟ ପ୍ରତିଷ୍ଠାତାଙ୍କ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ପାଖେଇ ଆସୁଛି ଗ୍ରୀଷ୍ମ ଋତୁ। ଜଙ୍ଗଲ ନିଆଁ ରୋକିବା ପାଇଁ ଅରୋମୀରା ଟ୍ରଷ୍ଟ ପ୍ରତିଷ୍ଠାତା ସୁକାନ୍ତ ଚୌଧୁରୀଙ୍କ ଭିନ୍ନ ପ୍ରୟାସ। ଗ୍ରୀଷ୍ମ ଋତୁରେ ବାୟୁ ମଣ୍ଡଳର ଉଷ୍ମତା ସହିତ ଜଙ୍ଗଲ ନିଆଁ ଜନ ଜୀବନକୁ ଅସ୍ତ ବ୍ୟସ୍ତ କରି ଦେଇଥାଏ। ଏହି ନିଆଁ ଜଙ୍ଗଲ, ପଶୁ ପକ୍ଷୀଙ୍କ ଅକାଳ ମୃତ୍ୟୁ ଆଣିବା ସହିତ ଉପକାରୀ ଉଭିଦମାନଙ୍କୁ ପୋଡ଼ି ଜାଳି ନଷ୍ଟ କରିବା ସହ ଜୈବ ଭାରସାମ୍ୟ ନଷ୍ଟ କରି ଦେଇଥାଏ।ଚଳିତ ବର୍ଷ ଅଧିକ ଉତ୍ତାପ ବୃଦ୍ଧିର ପୂର୍ବାନୁମାନକୁ ଆଖି ଆଗରେ ରଖି ଆଗୁଆ ପଦକ୍ଷେପ ସ୍ୱରୂପ ପୂର୍ବ ବର୍ଷମାନଙ୍କ ପରି ଓଡଗାଁ ବ୍ଲକ୍ କୁରାଳସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅରୋମୀରା ଟ୍ରଷ୍ଟ ତରଫରୁ ସମ୍ପୂର୍ଣ୍ଣ ମାନବ କୃତ ଜଙ୍ଗଲ ନିଆଁକୁ ରୋକିବା ଲାଗି ଗାଁ କୁ ଗାଁ ବୁଲି ଲୋକମାନଙ୍କୁ  ସଚେତନ କରୁଛନ୍ତି…

Read More