ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୭ତମ ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ପ୍ରତ୍ୟେକ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତ୍ସବ ଏକ ଜାତୀୟ ଛୁଟି ଦିବସ ନୁହେଁ ବରଂ ସମସ୍ତଙ୍କ ପାଇଁ ଏକ ଅଭୁଲା ସ୍ମୃତି ରୁପେ ମାନସ ପଟ୍ଟରେ ସାଇତା ହୋଇ ରହିବ। ନିଜେ ନିଜେ ନିରନ୍ତର ଅଧ୍ୟୟନ ସହ ବ୍ୟାୟାମ ନାଚ ଗୀତ ପ୍ରତି ସମସ୍ତେ ସମୟ ଦେବା ଉଚିତ ବୋଲି ଇଟାମାଟି ଶିକ୍ଷା ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସ୍ଥାନୀୟ ବିଧାୟକ ଡ. ଅରୁଣ କୁମାର ସାହୁ ବକ୍ତବ୍ୟ ରଖିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିମନ୍ୟୁ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅବସରପ୍ରାପ୍ତ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତି ବରିଷ୍ଠ ପ୍ରଶାସକ ନିରଞ୍ଜନ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦାନ କରି ଛାତ୍ର ଛାତ୍ରୀମାନଙ୍କୁ ଯେତେ ଭଲ ପାଠ ପଢ଼ିଲେ ବା ସଫଳତାର…

Read More

ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ତରଫରୁ ସଡ଼କ ସୁରକ୍ଷା ଉପରେ ସଚେତନତା ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନେତୃତ୍ୱରେ ଡିଆର୍‌ଡିଏ ନୟାଗଡ଼ର ସୃଜନ ସମ୍ମିଳନୀ କକ୍ଷରେ ଶତାଧିକ ଗ୍ରାମୀଣ ଆଇନ୍ ସଚେତନତା କର୍ମୀମାନଙ୍କୁ ନେଇ ସଡ଼କ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ଏହି ଶିବିରକୁ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଆଇନ୍‌ରେ ଥିବା ବିଧିବ୍ୟବସ୍ଥା ଏବଂ ନିୟମ କାନୁନ୍ ବିଷୟରେ ବୁଝାଇଥିବା ବେଳେ ସମ୍ମାନିତ ଅତିଥି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ, ଏଡିଏମ୍ ରାଜେଶ ଦାସ, ଆଡିସ୍‌ନାଲ ଏସ୍‌ପି ସୁବାଷଚନ୍ଦ୍ର ପଣ୍ଡା, ଆର୍‌ଟିଓ ପ୍ରସନ୍ନ କୁମାର ପରିଡା, ପ୍ରବକ୍ତା ଦଣ୍ଡପାଣି ସ୍ୱାଇଁ, ରମେଶ ଚନ୍ଦ୍ର…

Read More

ନୟାଗଡ ଡାକ୍ତରଖାନା ପରିସରରେ ସ୍ଥାୟୀ ପବ୍ଲିକ ପାର୍କିଂ ବ୍ୟବସ୍ଥା କରାଯାଉ: କଂଗ୍ରେସ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଗୁରୁତର ଟ୍ରାଫିକ ସମସ୍ୟା ପ୍ରତ୍ୟହ ଅନୁଭୂତ ହେଉଛି। ଡାକ୍ତରଖାନା ପରିସରରେ ବଡବଡ଼ ଅଟ୍ଟାଳିକା, ଷ୍ଟାଫ କ୍ୱାର୍ଟର ନିର୍ମାଣ ହେବା ପରେ ପବ୍ଲିକ ପାର୍କିଂ, ୧୦୮ ଆମ୍ବୁଲାନ୍ସ, ଘରୋଇ ଆମ୍ବୁଲାନ୍ସ ପାର୍କିଂ ଏପରିକି ହସ୍ପିଟାଲ ଷ୍ଟାଫମାନଙ୍କ ଗାଡି ପାର୍କିଂ ପାଇଁ ଧ୍ୟାନ ଦିଆଯାଉ ନାହିଁ ଯାହାଫଳରେ ଜବରଦସ୍ତ ପାର୍କିଂ ସମସ୍ୟା ସମାଧାନ ପାଇଁ ଏବେ ଡାକ୍ତରଖାନା ପରିସରରେ ଥିବା ପୁରୁଣା ସର୍ଜରୀ ୱାର୍ଡ ଭଙ୍ଗା ଯାଉଥିବା ଉଦ୍ଧିଷ୍ଟ ସ୍ଥାନକୁ ପବ୍ଲିକ ପାର୍କିଂ ସ୍ଥଳ ଭାବେ ବ୍ୟବହାର କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ନୟାଗଡ ବିଧାୟକ ଡ଼ ଅରୁଣ ସାହୁ, ନୟାଗଡ ଜିଲ୍ଲପାଳଙ୍କୁ ନୟାଗଡ କଂଗ୍ରେସ ନେତା ତଥା ବରିଷ୍ଟ ଆଇନଜୀବୀ ରଣଜିତ ଦାଶ ସାମାଜିକ ଗଣମାଧ୍ୟମ ସ ଯୋଗେ ପ୍ରସ୍ତାବ ଦେଇଛନ୍ତି। ପ୍ରାୟ ୧୩…

Read More

ବିଜେପି ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୁଣ୍ୟତିଥି ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଅନ୍ତର୍ଗତ ବାଉଁଶିଆପଡା – ଇଟାମାଟି ମଣ୍ଡଳରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୁଣ୍ୟତିଥିକୁ ପାଳନ କରାଯାଇଛି। ଏଥିରେ ମଣ୍ଡଳରୁ ୫୦୦ରୁ ଉର୍ଦ୍ଧ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ପଣ୍ଡିତ ଜିଙ୍କ ତ୍ୟାଗ ପୂର୍ଣ୍ଣ ଜୀବନୀ ତଥା ବଳିଦାନ ସମ୍ଵନ୍ଧରେ ସ୍ମୁତି ଚାରଣ କରିବା ସହିତ ପ୍ରତିଜ୍ଞା କରିଥିଲେ କି ତାଙ୍କ ବଳିଦାନଙ୍କୁ ନିରର୍ଥକ ଯିବାକୁ ଦେବୁନି ତାଙ୍କ ଏକାନ୍ତ ମାନବ ବାଦ୍ କଥାକୁ ଚରିତାର୍ଥ କରିବୁ। ଏହି କାର୍ଯ୍ୟକ୍ରମର ନେତୃତ୍ଵ ନେଉଥିବା ସନ୍ତୋଷ କୁମାର ପ୍ରଧାନଙ୍କ ଭାଷଣରେ ଅଭିଭୂତ ହୋଇ ମା’ମାନେ ହୁଳହୁଳି ତଥା ଭାଇମାନଙ୍କ ହରିବୋଲରେ ଗ୍ରାମ ପ୍ରକମ୍ପିତ ହୋଇଥିଲା।ଆସନ୍ତା ଦିନରେ ପଞ୍ଚାୟତରେ ସମସ୍ତ ପଦବୀରେ ବିଜେପି ପ୍ରାଥୀଙ୍କୁ ବିଜୟୀ କରି ଦିନ୍ ଦୟାଲଙ୍କ ଅଧୁରା ସ୍ବପ୍ନକୁ ସାକାର କରିବାକୁ ମତ ପ୍ରକାଶ ପାଇଥିଲା। ମଞ୍ଚରେ ଜିଲ୍ଲା ସାଧାରଣ ସମ୍ପାଦକ ରଞ୍ଜନ ପଣ୍ଡା…

Read More

ଗଣିଆରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ

ଗଣିଆ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିହାରବାଳା ରାଉତ, ନିରୁପମା ମହାପାତ୍ର, ବିନୋଦିନୀ ପଣ୍ଡା ଆଦି ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ ଶିକ୍ଷା ଅନୁଷ୍ଠାନ, ରାଜସୁନାଖଳାର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ରବୀନ୍ଦ୍ର ନାଥ ରାଉତରାୟଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ…

Read More

ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଗତ କାଲି ଅନୁଷ୍ଠିତ ହୋଇଥିବା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ସମସ୍ତ ୧୫ଟି କ୍ଲଷ୍ଟରର ମନୋନୀତ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରି ମୌଳିକ ସଂଖ୍ୟା ଜ୍ଞାନ ସମ୍ପର୍କିତ ଅନୁଷ୍ଠିତ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିଥିଲେ । ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦାନ କରି ଏହାକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ,…

Read More

ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର ଦ୍ଵିତୀୟ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗଦେଇ କହିଥିଲେ ଯେ ଦଶପଲ୍ଲା ବିଧାୟକଙ୍କ ପାଇଁ ଆଜି ଏହି ମହୋତ୍ସବ ଯାହା  ଦ୍ଵାରା ଭାଇ ଚାରା ସୃଷ୍ଟି ହୋଇପାରିଛି । ସମ୍ମାନିତ ଅତିଥି ଭାବେ  ନୟାଗଡ ପୌର ପରିଷଦ ଅଧ୍ୟକ୍ଷ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନୟାଗଡ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଜୋନ୍ ନଂ ୧୧ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୋନ ନଂ ୮ ନରେଶ କୁମାର ବେହେରା, ନୂଆଗାଁ ଥାନା ଅଧିକାରୀ ଶରତ କୁମାର ସେଠୀ, ପଞ୍ଚୁପାଣ୍ଡବ ମହୋତ୍ସବ ଉପ…

Read More

ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ ଉଦଘାଟିତ ହୋଇଯାଇଛି । ଅପରାହ୍ନ ୨ ଘଟିକା ସମୟରେ ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜିତ୍ ହୋଇ କଳାକାର ମାନେ ନାମ ସଙ୍କୀର୍ତ୍ତନ, ଦୁଲୁ ଦୁଲି ବାଜାରେ ପଞ୍ଚୁପାଣ୍ଡବଙ୍କ ପୀଠରୁ ବାହାରି ନୂଆଗାଁ ବିରୁପାଖେଶ୍ଵର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତିମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ। ଉଦଘାଟକ ଭାବେ ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶାର ଦକ୍ଷ ନେତା ସୁରେଶ କୁମାର ରାଉତରାୟ ମଶାଲ ଶୋଭାଯାତ୍ରାରେ ଆସି ମହୋତ୍ସବ ପଡ଼ିଆରେ ପହଞ୍ଚି ପତାକା ଉତ୍ତୋଳନ କରିବା ସହ ମହୋତ୍ସବକୁ ଉଦ୍ଘାଟନ କରିଥଲେ। ତତସହିତ ବୃତଙ୍ଗ ପ୍ରକଳ୍ପ ଏବଂ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ବିଧାୟକ…

Read More

ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ ଭୂଷଣ ମହାପାତ୍ର ଏବଂ କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡାଙ୍କ ତତ୍ୱାବଧାନରେ ପୂଜା ଓ ହୋମ କାର୍ଯ୍ୟ ସମାପନ ହୋଇଛି । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ କର୍ତ୍ତା ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଚେଷ୍ଟା ବଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ଭବନ ଉପର ମହଲାରେ ଏକ ସଭାଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତା ମିଳିଥିଲା । ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ଆଜି ବୈଦିକ ରୀତି ଅନୁସାରେ ହୋମ କାର୍ଯ୍ୟ ସମାପନ ହୋଇଛି । ଆଗାମୀ ଦିନରେ ଏହାକୁ ଉଦଘାଟନ କରାଯିବା ପାଇଁ ସ୍ଥିର ହୋଇଛି । ଆଜିର…

Read More

ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ପ୍ରତିଷ୍ଠାତାଙ୍କ ପରଲୋକ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳରେ ମଧୁସୁଦନ ମହାପାତ୍ର (ମଧୁ ଅଜା)ଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ୧୯୭୮ମସିହା ଫେବୃଆରୀ ୨ତାରିଖରେ ରାଜସୁନାଖଳା କଲେଜର ପ୍ରତିଷ୍ଠାତା ରୂପେ ପରିଚିତ ମଧୁସୁଦନ ମହାପାତ୍ରଙ୍କ ଆଜି ସକାଳ ୬.୪୫ ମିନିଟିରେ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରଲୋକ ଘଟିଛି।ସେ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ତାଙ୍କ ମୃତ୍ୟୁ ବେଳକୁ ୮୪ବର୍ଷ ବୋଲି ଜଣା ପଡିଛି । ଆଜି ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ, ପ୍ରତିଷ୍ଠାତା ମଧୁସୂଦନଙ୍କ ମୃତୁ ଖବର ଶୁଣି କଲେଜ ଅଧକ୍ଷଙ୍କ ସମେତ ଛାତ୍ରଛାତ୍ରୀ ଗଭୀର ଦୁଃଖ ପ୍ରକାଶ କରିଥିଲେ। ଖବର ପାଇ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସମେତ ସ୍ଥାନୀୟ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ, ସମିତି ସଭ୍ୟ, ବ୍ଲକ ବିଜେଡି ସଭାପତି, ରାଜ…

Read More