ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କନ୍ୟା ସନ୍ତାନ ମାନେ ଉପଯୁକ୍ତ ଶିକ୍ଷା ପାଇଲେ ସମାଜର ଉନ୍ନତି ଘଟିବ ବୋଲି ମତବ୍ୟକ୍ତ କରିଥିଲେ। କନ୍ୟା ସନ୍ତାନ ମାନଙ୍କୁ ଠିକ ଭାବରେ ଲାଳନ ପାଳନ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି ସମସ୍ତେ ଯତ୍ନବାନ ହେବା ଆବଶ୍ୟକ ବୋଲି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପାଣ୍ଡେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ତଥା ଶିକ୍ଷା ଷ୍ଟାଣ୍ଡିଙ୍ଗ କମିଟି ସଦସ୍ୟା ସଂଯୁକ୍ତା ପଢ଼ିଆରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଜୟଶ୍ରୀ ପ୍ରଧାନ, ଶିଶୁ ସୁରକ୍ଷା ଆଇନ ପରାମର୍ଶଦାତା…

Read More

ନୟାଗଡ ମେଡିକାଲ କଲେଜ ସ୍ଥାପନା ପ୍ରସଙ୍ଗ

ଜିଲ୍ଲାବାସୀଙ୍କୁ ଡବଲ ଇଞ୍ଜିନ ସରକାର ଲଲିପପ ଧରେଇଲେ ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ବିଧାନସଭାରେ ବଜେଟ ଉପସ୍ଥାପନ ପରିପ୍ରେକ୍ଷୀରେ ମୋହନ ସରକାରଭଦ୍ରକ ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନା ପାଇଁ ମୋହର ମାରି ପ୍ରଶାସନିକ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଭଦ୍ରକ ଜିଲ୍ଲା ଏବଂ ନୟାଗଡ ଜିଲ୍ଲା ଭୌଗଳିକ ଏବଂ ଜନସଂଖ୍ୟା ଦୃଷ୍ଟିରୁ ସମାନ। ଏକଦିନରେ ଜିଲ୍ଲାର ମାନ୍ୟତା ପାଇଥିଲା। ତେବେ ଉଭୟ ଜିଲ୍ଲାର ଜନସାଧାରଣ ମେଡିକାଲ କଲେଜ ପାଇଁ ବାରମ୍ବାର ଦାବୀ ଉଠାଉ ଥିଲେ। କିନ୍ତୁ ବିଜେପି ସରକାର ପାତରଅନ୍ତର ନୀତି ଆପଣାଇ ନୟାଗଡ ଜିଲ୍ଲା ବାସୀଙ୍କୁ ଭଣ୍ଡେଇ ଦେଇଛନ୍ତି ବୋଲି ନୟାଗଡ ବିଧାନସଭା କଂଗ୍ରେସ ପ୍ରାର୍ଥୀ ବରିଷ୍ଠ ଆଇନଜୀବୀ ରଣଜିତ ଦାଶ ଟୁଇଟ କରି ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି। ଯେତେବେଳେ ବିଧାନସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭଦ୍ରକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ…

Read More