ନୟାଗଡ଼, (ନୟାଗଡ଼ ଦର୍ପଣ): ପାଖେଇ ଆସୁଛି ଗ୍ରୀଷ୍ମ ଋତୁ। ଜଙ୍ଗଲ ନିଆଁ ରୋକିବା ପାଇଁ ଅରୋମୀରା ଟ୍ରଷ୍ଟ ପ୍ରତିଷ୍ଠାତା ସୁକାନ୍ତ ଚୌଧୁରୀଙ୍କ ଭିନ୍ନ ପ୍ରୟାସ। ଗ୍ରୀଷ୍ମ ଋତୁରେ ବାୟୁ ମଣ୍ଡଳର ଉଷ୍ମତା ସହିତ ଜଙ୍ଗଲ ନିଆଁ ଜନ ଜୀବନକୁ ଅସ୍ତ ବ୍ୟସ୍ତ କରି ଦେଇଥାଏ। ଏହି ନିଆଁ ଜଙ୍ଗଲ, ପଶୁ ପକ୍ଷୀଙ୍କ ଅକାଳ ମୃତ୍ୟୁ ଆଣିବା ସହିତ ଉପକାରୀ ଉଭିଦମାନଙ୍କୁ ପୋଡ଼ି ଜାଳି ନଷ୍ଟ କରିବା ସହ ଜୈବ ଭାରସାମ୍ୟ ନଷ୍ଟ କରି ଦେଇଥାଏ।ଚଳିତ ବର୍ଷ ଅଧିକ ଉତ୍ତାପ ବୃଦ୍ଧିର ପୂର୍ବାନୁମାନକୁ ଆଖି ଆଗରେ ରଖି ଆଗୁଆ ପଦକ୍ଷେପ ସ୍ୱରୂପ ପୂର୍ବ ବର୍ଷମାନଙ୍କ ପରି ଓଡଗାଁ ବ୍ଲକ୍ କୁରାଳସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅରୋମୀରା ଟ୍ରଷ୍ଟ ତରଫରୁ ସମ୍ପୂର୍ଣ୍ଣ ମାନବ କୃତ ଜଙ୍ଗଲ ନିଆଁକୁ ରୋକିବା ଲାଗି ଗାଁ କୁ ଗାଁ ବୁଲି ଲୋକମାନଙ୍କୁ ସଚେତନ କରୁଛନ୍ତି…
Read MoreDay: February 22, 2025
ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି । ମୁଖ୍ୟଅତିଥି ରୂପେ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଶିକ୍ଷା ବିଭାଗୀୟ ମୁଖ୍ୟ କୃପାସିନ୍ଧୁ କରନ୍ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। ପ୍ରଧାନଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥିଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯକ୍ରମ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁଙ୍କ ଶାରୀରିକ ଓ ମାନସିକ ଆବଶ୍ୟକତା ଓ ପରିବାରରେ ଆହାର ଓ ବିହାର ବ୍ୟବସ୍ଥା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।ଅନୁଷ୍ଠାନର ସଭାପତି କେଶବ ଚନ୍ଦ୍ର ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯକ୍ରମଟି ବିଦ୍ୟାଳୟର ସମ୍ପାଦକ ଭାସ୍କର ଚନ୍ଦ୍ର ସାହୁ, ସମସ୍ତ ଗୁରୁଜୀ ଗୁରୂମା ଓ ପରିଚାଳନା ସମିତି ଓ…
Read Moreଜିଲ୍ଳା ଆଇନ୍ସେବା ପ୍ରାଧିକରଣ ତରଫରୁ ପରିବେଶ ସ୍ୱଚ୍ଛତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଜିଲ୍ଲା ଗ୍ରାମୀଣ ଆଇନ ସଚେତନତା କର୍ମୀମାନଙ୍କୁ ନେଇ ନୟାଗଡ଼ ଖେଳପଡ଼ିଆ ଠାରେ ପରିବେଶର ସୁରକ୍ଷା ପାଇଁ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଖେଳପଡ଼ିଆ ପରିସରରେ ପାଣିବୋତଲ, ଜରି, ଗଛର ଡାଳପତ୍ର ପଡ଼ି ପଡ଼ିଆଟି ଅପରସ୍କାର ହୋଇ ପଡ଼ିଥିଲା। ଏହି ପଡ଼ିଆରେ ଖେଳପ୍ରେମୀମାନେ ପ୍ରତିଦିନ ଖେଳକୁଦ କରିଥାନ୍ତି। ନୟାଗଡ଼ର ସଚେତନ ବୁଦ୍ଧିଜୀବୀମାନେ ମଧ୍ୟ ପ୍ରାତଃ ଭ୍ରମଣ କରି ନିଜର ସ୍ୱାସ୍ଥ୍ୟ ପ୍ରତି ସଜାଗ ହୋଇଥାନ୍ତି। କିନ୍ତୁ ଦୁଃଖର ବିଷୟ ଅସଚେତନତା ଜନସାଧାରଣ ପଡ଼ିଆରେ ଅପରିସ୍କାର କରି ପଡ଼ିଆଟିକୁ ଦୂଷିତ କରିଛନ୍ତି।ଏସବୁକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବଙ୍କ ନିର୍ଦ୍ଦେଶ ଜିଲ୍ଲା ଆଇନ ସଚେତନତା କର୍ମୀମାନେ ହାତରେ ଝାଡ଼ୁଧରି ପଡ଼ିଆଟିକୁ ପରିସ୍କାର କରିଛନ୍ତି। ଜିଲ୍ଲା ଆଇନସେବା ପ୍ରାଧିକରଣର ଏପରି କାର୍ଯ୍ୟକୁ…
Read Moreବିଶ୍ଵ ମାତୃଭାଷା ଦିବସ ଅବସରରେ ବହୁଭାଷୀ କବିତା ଓ ସଙ୍ଗୀତ ଆସର ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଫେବୃଆରୀ ୨୧ ହେଉଛି ବିଶ୍ଵ ମାତୃଭାଷା ଦିବସ। ଏହି ଅବସରରେ ନୟାଗଡ଼ ଜିଲ୍ଲା ଲେଖକ ପରିଷଦ,ମା’ ଫାଉଣ୍ଡେସନ ସାମାଜିକ ଅନୁଷ୍ଠାନ,ପରମ୍ପରା ସାହିତ୍ୟ ସଂସଦ, କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ, ନାଟ୍ୟଧାରା, ମୈତ୍ରୀ ଯୁବ ସଂସଦ, ଆର୍ଟ ପଏଣ୍ଟ ଓ ସୁଧା ସାଂସ୍କୃତିକ ପରିଷଦର ମିଳିତ ଆୟୋଜନରେ ମୁକ୍ତାକାଶ ବହୁଭାଷୀ କବିତା ଓ ସଙ୍ଗୀତ ଆସର ସ୍ଥାନୀୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଲେଖକ ପରିଷଦର ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ବରିଷ୍ଠ କବି ଏମ. ଔରଙ୍ଗଜେବ, ବିଶିଷ୍ଟ ସାହିତ୍ୟନୁରାଗୀ ଉପେନ୍ଦ୍ର ତ୍ରିପାଠୀ, କବି ନିର୍ମଳ ଚନ୍ଦ୍ର ଶୂରଦେଓ, ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଦିବସର ମହତ୍ୱ ଉପରେ ଆଲୋକପାତ କରିଥିଲେ। କବି ତଥା ଅଧ୍ୟାପକ…
Read More