ହରିପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବ୍ରହ୍ମାନନ୍ଦ ରଥ ଯୋଗଦାନ କରି ପିଲାମାନଙ୍କୁ ସମାଜ ପ୍ରତି ସେମାନଙ୍କ କର୍ତ୍ତବ୍ୟ ସମ୍ପର୍କରେ ସୁଚିନ୍ତିତ ଉପଦେଶ ଦେଇଥିଲେ। ସେହିପରି ମୁଖ୍ୟ ବକ୍ତା ଭାବେ ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ ଏବଂ ସମ୍ମାନିତ ଅତିଥି ଭାବେ ଶିକ୍ଷକ ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ, ପ୍ରଫୁଲ୍ଲ ମହାପାତ୍ର,କୃଷ୍ଣଚନ୍ଦ୍ର ପଣ୍ଡା,ସୈଫୁଦ୍ଦିନ ଅହମଦ ପ୍ରମୁଖ ଯୋଗଦାନ କରି ପିଲାମାନଙ୍କୁ ଭଲ ମଣିଷ ହୋଇ ଦେଶର ସେବା କରିବା ପାଇଁ ବିଭିନ୍ନ ଉପଦେଶ ମାଧ୍ୟମରେ ବୁଝାଇଥିଲେ।…

Read More

ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ…

Read More