ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ପ୍ରତ୍ୟକ ଦିନ ହସ୍ତାକ୍ଷର ଲେଖନ୍ତୁ : ଐତିହାସିକ ସତ୍ୟବାଦୀ ବଳିଆରସିଂହ ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ଦିନ ଉତ୍ସାହମୟ ଭାବରେ ପାଳନ କରାଯାଇଥିଲା।  ଏହି ଉପଲକ୍ଷେ ବିଦ୍ୟାଳୟ ପରିସରକୁ ସାଜସଜ୍ଜା ହୋଇଥିଲା ଏବଂ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ଉପସ୍ଥିତ ଥିଲେ। ସ୍ୱତନ୍ତ୍ର ଅତିଥି ଭାବେ ସରପଞ୍ଚ ବ୍ରଜମୋହନ ରାଉତରାୟ, ମୁଖ୍ୟ ବକ୍ତା ଭାବେ ଐତିହାସିକ ସତ୍ୟବାଦୀ ବଳିଆରସିଂହ, ସମ୍ମାନିତ ଅତିଥି ଭାବେ ଖଇରପଲ୍ଲୀ କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଲିପି ବେହେରା ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିବାକର ପରିଡା ପ୍ରମୁଖ ଯୋଗ…

Read More

ପିଲାଙ୍କ ମନରେ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ପିଲାଙ୍କ ମନରେ ଭରିଥାଏ ଉତ୍ସାହ । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆୟୋଜିତ ବାର୍ଷିକୋତ୍ସବ ସଭାରେ ମୁଖ୍ୟଅତିଥି ଭାବେ ଇଟାମାଟି ସରପଞ୍ଚ ସ୍ଵପ୍ନେଶ୍ଵର ସେଠୀ ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ରଙ୍ଗନାଥ ବେହେରା, ରମେଶ ଚନ୍ଦ୍ର…

Read More

ଲୋକ ନୋଡ଼ାଲ ବିଦ୍ୟାପୀଠରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଶରଣକୁଳ,(ନୟାଗଡ଼ ଦର୍ପଣ)ଶରଣକୁଳ ନିକଟବର୍ତ୍ତୀ ପଞ୍ଚିରିଡ଼ା ମାନପୁରସ୍ଥ ଲୋକ ନୋଡ଼ାଲ ବିଦ୍ୟାପୀଠର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟର ପରିସରରେ ଗୁରୁବାରରେ ମହା ସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଅତିଥି ମାନଙ୍କର କରକମଳରେ କବି ସୁରେଶ ବରାଡ଼ଙ୍କ ‘ତୁଳସୀ ଦୁଇପତ୍ରରୁ ବାସେ’ ଶିଶୁ ସାହିତ୍ୟ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଦ୍ଵୈତ ନାରାୟଣ ରଣସିଂହଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଶିକ୍ଷା, ସାହିତ୍ୟ ଓ ସଂସ୍କୃତି ଗବେଷକ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ. ଗୋବିନ୍ଦ ଚନ୍ଦ୍ର ଦାଶ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ “ଶିକ୍ଷା ଶିଶୁର ଚାରିତ୍ରିକ ଶୃଙ୍ଖଳା, ଶୈକ୍ଷିକ ତଥା ବୌଦ୍ଧିକ ବିକାଶର ଚାବିକାଠି, ଶିକ୍ଷା ବିନା ରାଜ୍ୟ ତଥା ଦେଶର ପ୍ରଗତି ଅସମ୍ଭବ’, ବୋଲି ମତବ୍ୟକ୍ତ କରିଥିଲେ।…

Read More