ମଧ୍ୟାହ୍ନ ଭୋଜନ ପାଚିକା ସଂଘର ବିକ୍ଷୋଭ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ସିଆଇଟିୟୁ ଦ୍ଵାରା ପରିଚାଳିତ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା/ସହାୟିକା ସଂଘର ବିକ୍ଷୋଭ। ଆଜି ଦଶପଲ୍ଲା ମଣ୍ଡଳ ଶିକ୍ଷା ଅଧିଆରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୧୨ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଅଛି। ବିକ୍ଷୋଭ ପୂର୍ବରୁ ଦଶପଲ୍ଲାର ଶିକ୍ଷକ ଭବନ ପରିସରରେ ଏକ ସାଧାରଣ ସଭା ସଭାପତି ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ପାଚିକାମାନଙ୍କର ବହୁବିଧ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଏହିସଭାରେ ସଂଘର ନୟାଗଡ଼ ଜିଲ୍ଲା ସମ୍ପାଦିକା ଜୟନ୍ତୀ ଦାସ, ସିଆଇଟିୟୁ ଜିଲ୍ଲା ଆବାହକ କମ୍ରେଡ୍ ବିଶ୍ଵନାଥ ମହାପାତ୍ର କୃଷକ ନେତା ବ୍ରଜବନ୍ଧୁ ପ୍ରଧାନ, ଯୁବନେତା ସୁଶାନ୍ତ ନାୟକ ଓ ସିପିଆଇ(ଏମ) ଦଶପଲ୍ଲା ଲୋକାଲ କମିଟି ସମ୍ପାଦକ ବିପିନ ବିହାରୀ ବାଜୁ ପ୍ରମୁଖ ଆଲୋଚନା କରିଥିଲେ। ଏହି ସଭାପରେ…

Read More

ଶ୍ରୀ ସୃଜନ ପକ୍ଷରୁ ଶ୍ରୀରାମ ନବମୀରେ ଭଜନ ସନ୍ଧ୍ୟା

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ଶ୍ରୀ ସୃଜନ ପକ୍ଷରୁ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଗୁଣ୍ଡିଚା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସଭାପତି  ଡ.ବିଜୟ କୁମାର ଚୋୖଧୁରୀ ଏବଂ ସମ୍ପାଦିକା -କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ଭଜନ ସମାରୋହ କାର୍ଯ୍ୟକ୍ରମରେ ଶ୍ରୀ ସୃଜନର ଛାତ୍ରଛାତ୍ରୀ ତଥା କଣ୍ଠଶିଳ୍ପୀ  କାଦମ୍ବିନୀ ମହାପାତ୍ର, ଝୁମୁରି ସାହୁ, ମଧୁସ୍ମିତା ବେହେରା, ଶୁଭଶ୍ରୀ ମହାପାତ୍ର, ସାଇ  ଅମ୍ରିତ୍ ସାହୁ , ଆରାଧ୍ୟା, ତିତିକ୍ଷା ପରିଡ଼ା, ସାଇ କ୍ରିଷ୍ଣା ମଣ୍ଡଳ , ଅନନ୍ୟା ମାଧୁରୀ ଦାସ ପ୍ରମୁଖ ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଦସ୍ୟ ପ୍ରମୋଦ ପଟ୍ଟନାୟକ, ଲକ୍ଷ୍ମୀଧର ମହାପାତ୍ର, ମନୋଜ କୁମାର ମିଶ୍ର, ଲକ୍ଷ୍ମୀଧର ସାହୁ, ଲଳିତ ପରିଡ଼ା, ଆନନ୍ଦ ଦାସ, ଦିଲ୍ଲିପ…

Read More

‘ସୋହମ୍’ ସଙ୍ଗଠନ ସଦସ୍ୟଙ୍କ ସ୍ମୃତିରେ ରକ୍ତଦାନ ଶିବିର ଆୟୋଜନ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ୍” ତରଫରୁ ଏହାର ସଦସ୍ୟ ତଥା ଶିକ୍ଷକ ସ୍ବର୍ଗତ ରମେଶ କୁମାର ବେହେରାଙ୍କ ସ୍ମୃତିରେ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀରେ ତାରିଣୀ ନଗରସ୍ଥିତ କାର୍ଯ୍ୟାଳୟ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ବେହେରା ଦୀର୍ଘ ପାଞ୍ଚ ବର୍ଷ ରକ୍ତ କର୍କଟ ରୋଗରେ ଜୀବନ ସହିତ ସଂଗ୍ରାମ କରି ୨୦୨୪ ମସିହା ଅପ୍ରେଲ ୦୭ତାରିଖରେ ମୃତ୍ୟୁ ବରଣ କରିଥିଲେ। ସଙ୍ଗଠନର ଉପସଭାପତି ତଥା ପରିବେଶବିତ ଅନାଦି ଚରଣ ମହାନ୍ତି ଓ ଡାକ୍ତର ସୌମେନ୍ଦ୍ର ସାହୁ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ଶିବିରକୁ ଉଦଘାଟନ  କରିଥିଲେ। ଶିବିରରେ ମୋଟ ୧୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ “ସୋହମ୍” ସଙ୍ଗଠନର ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲା ରେଡକ୍ରସ୍ ରକ୍ତ…

Read More

ନୟାଗଡ଼ରେ ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଖେଳ ପଡିଆରେ ଫାଓ, କଟକ, ଜିଲ୍ଲା କ୍ରୀଡା ବିଭାଗ ଏବଂ ଜିଲ୍ଲା ଅଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଚମ୍ପିୟାନସିପ ସୋମବାର ସକାଳ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇ ଯାଇଛି। ପ୍ରଥମ ମ୍ୟାଚଟି ମର୍ଣ୍ଣିଙ୍ଗ ସ୍ପୋର୍ଟ୍ସ କ୍ଲବ ନୟାଗଡ଼ ଏବଂ ପୋଲ ଷ୍ଟାରସ ସ୍ପୋର୍ଟ୍ସ ରାଜପଟଣା ମଧ୍ୟରେ ଖେଳାଯାଇ ଉଭୟ ପରସ୍ପରକୁ ଗୋଟିଏ ଲେଖାଏଁ ଗୋଲ ଦେବାରୁ ଖେଳ ଅମୀମାଂଶିତ ରହିଥିଲା। ସେହିପରି ଅପରାହ୍ନରେ ଖେଳା ଯାଇଥିବା ଦ୍ଵିତୀୟ ମ୍ୟାଚକୁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଉଦ୍ଘାଟନ କରିଥିବା ବେଳେ ଦ୍ଵିତୀୟ ମ୍ୟାଚ ଟି ୟୁଥ ସ୍ପୋର୍ଟ୍ସ କ୍ଲବ ବାଇଗୁଣିଆ ଏବଂ ମଧୁକେଶ ଅଥଲେଟିକ କ୍ଲବ…

Read More