ବିଶ୍ୱ ହାସ୍ୟ ଦିବସ: ଜ୍ଞାନ ହୋତା ପାଇଲେ ଚଳିତବର୍ଷ ଉତ୍କଳ ଘଣ୍ଟ ହାସ୍ୟରସିକ ଉପାୟନ

ନୟାଗଡ଼,(ନୟାଗଡ଼ ଦର୍ପଣ) :ମଇ ମାସର ପ୍ରଥମ ରବିବାରକୁ ବିଶ୍ୱ ହାସ୍ୟ ଦିବସ ରୂପେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ବିଶ୍ବ ହାସ୍ୟ ଦିବସ ବେଶ ଧୁମଧାମରେ ପାଳିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଜଗନ୍ନାଥ ମନ୍ଦିର ସାମନା ଯଦୁମଣି ମଣ୍ଡପଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ଏବଂ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ବୋଲଗଡ଼ ଏକ୍ସପ୍ରେସ ବ୍ରଜ ସୁବୁଦ୍ଧି,ଡ.କୁଳାଙ୍ଗାର, ଶ୍ରୀଯୁକ୍ତ ସତ୍ୟାନାଶ, ଡ. ରମାକାନ୍ତ ମହାପାତ୍ର,ରବୀନ୍ଦ୍ର ରାଉତ, ମିଷ୍ଟର କାଳିଆ,ଆର୍ତ୍ତତ୍ରାଣ,ବାଳକୃଷ୍ଣ,…

Read More