ନୟାଗଡ଼/ଖଣ୍ଡପଡ଼ା, (ନୟାଗଡ଼ ଦର୍ପଣ): ଜାତୀୟ ପତାକାକୁ ରାସ୍ତା କଡରେ ଫୋପାଡିବା ଭଳି ସମ୍ବେଦନଶୀଳ ପ୍ରସଙ୍ଗକୁ ଗୁରୁତ୍ୱର ସହ ନେଇଛି ଜିଲ୍ଲା କଂଗ୍ରେସ। ଖଣ୍ଡପଡାରେ ଅପରେସନ ସିନ୍ଦୁର ଶୋଭାଯାତ୍ରାରେ ସ୍ଥାନୀୟ ବିଧାୟକ, ଏନଏସି ଅଧ୍ୟକ୍ଷା ଏବଂ ସରକାରୀ ପଦାଧିକାରୀ ହାତରେ ଜାତୀୟ ପତାକା ଧରି ଦେଶଭକ୍ତି ନିଦର୍ଶନ ଦେଖାଇଥିଲେ। କିନ୍ତୁ ଶୋଭାଯାତ୍ରା ପରେ ଜାତୀୟ ପତାକାକୁ କଲ୍ୟାଣମଣ୍ଡପ ପଛ ପାଖ ଅଳିଆ ଗଦାରେ ଫୋପାଡ଼ିଦେବା କେତେଦୂର ଠିକ। ଏଭଳି ସଂଗୀନ ଅପରାଧରେ ଜଡିତ ଥିବା ରାଜନେତା, ସରକାରୀ ବାବୁମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଆଜି ନୟାଗଡର କଂଗ୍ରେସ ନେତା ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ପୂର୍ବତନ ଜିଲ୍ଲା ଯୁବ କଂଗ୍ରେସ ସଭାପତି ପୀତବାସ ଖୁଣ୍ଟିଆ, ଦଳିତ ନେତା ମନୋଜ ନାଏକ ଏବଂ ସନ୍ତୋଷ ନାଏକ ପ୍ରମୁଖ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କୁ…
Read MoreDay: June 10, 2025
ନୟାଗଡ଼ର ‘ମା ଫାଉଣ୍ଡେସନ’କୁ ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମା’ଫାଉଣ୍ଡେସନକୁ ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ପରିବେଶ ସୁରକ୍ଷା ପାଇଁ ମା ଫାଉଣ୍ଡେସନ ନୟାଗଡ଼ ସହର ତଥା ନୟାଗଡ଼ ବ୍ଲକ ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, କ୍ଲବ, ସହି, ପଥପାର୍ଶ୍ଵ, ଧାର୍ମିକସ୍ଥଳ ଓ ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମଧ୍ୟରେ ପରିବେଶ ସୁରକ୍ଷା ଉପରେ ସଚେତନତା କରାଇବା ସହ ଚାରା ରୋପଣ, ବଣ୍ଟନ ଆଦି ବିଭିନ୍ନ ଉଲେଖନୀୟ କର୍ଯ୍ୟ ପାଇଁ ଏହି ପୁରସ୍କାର ଗତ ୫ ତାରିଖରେ ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପାରିବର୍ତ୍ତନ ବିଭାଗ ଭୁବନେଶ୍ୱରସ୍ଥ କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ-୨୦୨୫ ଅବସରରେ ଆୟୋଜିନ ପ୍ରକୃତି ମିତ୍ର ପୁରସ୍କାର ବିତରଣ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…
Read Moreପୋଲିସର ନିଷ୍କ୍ରିୟତା ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ନୀରବ ପ୍ରତିବାଦ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରମାନେ ଅଭିନବ ଉପାୟରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସ୍ତ୍ରୀ ଓ ପ୍ରସୂତି ବିଭାଗ ଡା. ରବୀନ୍ଦ୍ର ନାଥ ସାହୁଙ୍କୁ ଡ୍ୟୁଟି ସମୟରେ ଆକ୍ରମଣ ହୋଇଥଲା। ଯଦି ଓ ପ୍ରସୂତି ମହିଳାଙ୍କ ମୃତ୍ୟୁ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି କିନ୍ତୁ ଜଣେ ଡାକ୍ତର ଡ୍ୟୁଟିରେ ଥିବାବେଳେ ତାଙ୍କୁ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କୁ ପୋଲିସ ଆଜି ପର୍ଯ୍ୟନ୍ତ ଗିରଫ କଲାନାହିଁ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଆନ୍ଦୋଳନ ରତ ଡାକ୍ତର। ପୋଲିସର ଏ ଟାଳଟୁଳ ନୀତି ଅବଲମ୍ବନ ପାଇଁ ଆଜି ମୁଖ୍ୟ ଚିକିତ୍ସାଳୟରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କରିଥିଲେ ସମସ୍ତ ଡାକ୍ତର। ସମ୍ପୃକ୍ତ ଡାକ୍ତରଙ୍କ ନିଲମ୍ବନ ପ୍ରତ୍ୟାହାର କରି ଏକ ନିରପେକ୍ଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯାଉ। ସେଥି ପାଇଁ ଆଜି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ପରିସରରେ ଜିଲ୍ଲା ସଭାପତି…
Read More