ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଠାରେ ଆସନ୍ତା ୨୫ତାରିଖ ଅର୍ଥାତ ବୁଧବାର ଦିନ ଦଶପଲ୍ଲା ବ୍ଲକର ଟାକରା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବାଉତ୍ସବ – ୨୦୨୫ ଆୟୋଜନ କରାଯିବାକୁ ନିଷ୍ପତି ନିଆଯାଇଛି। ଏଥିରେ ସକାଳ ସମୟରେ ମଶାଲ ଶୋଭାଯାତ୍ରା ପରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅପରାହ୍ନରେ ସେବା ଉତ୍ସବ – ୨୦୨୫ ଯେଉଁଥିରେ ଅଂଚଳର ଗରିବ, ଅସହାୟ, ଭିନ୍ନକ୍ଷମ, ବୃଦ୍ଧ ବୃଦ୍ଧାଙ୍କୁ ଶୁଖିଲାଖାଦ୍ୟ, ବସ୍ତ୍ର, ଛତା, କମ୍ବଳ, ଚପଲ ଭଳି ନିତ୍ୟ ବ୍ୟବହାର ସାମଗ୍ରୀ ବଣ୍ଟନ କରାଯିବ। ତତସହିତ କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟରେ କଳାକୃତି ସହିତ ଜଡ଼ିତ ଥିବା ସ୍ଥାନୀୟ ଅଂଚଳର ଯୁବଗୋଷ୍ଠୀ ଓ କୁନିକୁନି ଛୋଟ ପିଲାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଥିବା ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର ସମ୍ପାଦକ ନିହାର…
Read MoreDay: June 23, 2025
ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କ ‘ଅଲଭ୍ୟ’ ପୁସ୍ତକ ଉନ୍ମୋଚିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜ୍ଞାନ ପ୍ରକାଶର ନବମ ବାର୍ଷିକ ଉତ୍ସବ ଓ ନେସନାଲ୍ କନଫରେନ୍ସ-୨୦୨୫ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ, ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର ପ୍ରଥମ କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି । ସମ୍ବର୍ଦ୍ଧନା ପର୍ବରେ ପ୍ରତାପ କୁମାର ପରିଡ଼ାଙ୍କୁ ଶିକ୍ଷା ଓ ସାହିତ୍ୟ ସମ୍ମାନ-୨୦୨୫ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ବ୍ୟଙ୍ଗକବି ଜ୍ଞାନ ହୋତା ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ପ୍ରଫେସର ଲକ୍ଷ୍ମୀଧର ବେହେରା, କୋଠଘର ପ୍ରତିଷ୍ଠାତା ସମ୍ପାଦିକା ଅମ୍ବିକା ସ୍ବାଇଁ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ। ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ସମ୍ପାଦକ ଜ୍ଞାନଚାନ୍ଦ ଶତପଥୀ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।
Read More