ରାସ୍ତାରେ ବସି ସରକାରଙ୍କୁ ଚେତାଇଲେ ଛାତ୍ରଛାତ୍ରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ତୀବ୍ରତର ହୋଇଛି । ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ଅନୁଷ୍ଠିତ ହୋଇଛି । ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହୋଇଛି । ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ସାମିଲ ହୋଇ ପ୍ରତିବାଦ କରିଛନ୍ତି । ଛାତ୍ରଛାତ୍ରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି…

Read More

ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସେବା ଉତ୍ସବ ଆୟୋଜିତ

ଦଶପଲ୍ଲା, (ନୟାଗଡ଼ ଦର୍ପଣ) : ଆଜି ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଗ୍ରାମ ଠାରେ ଥିବା ବାବା ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଦଶପଲ୍ଲା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବା ଉତ୍ସବ – ୨୦୨୫ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସକାଳ ୮ ଘଟିକାରେ ଏକ ମଶାଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିବା ବେଳେ ମଧ୍ୟାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା। ମଶାଲ ଶୋଭାଯାତ୍ରାରେ ଅତିଥି ଭାବରେ ଟାକରା ଗ୍ରାମ ପଂଚାୟତ ସରପଞ୍ଚ ମଦନ କୁମାର ଯାନୀ ଯୋଗ ଦେଇଥିବା ବେଳେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଟାକରା ବନପାଳ ରାକେଶ କୁମାର ସାହୁ, ବନରକ୍ଷୀ ଅଜୟ କୁମାର ସାହୁ ଯୋଗଦେଇଥିଲେ। ଅପରାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର ମୁଖ୍ୟ ଉତ୍ସବ ସେବାଉତ୍ସବ – ୨୦୨୫ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଯେଉଁଥିରେ ୧…

Read More

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ । ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ଏବଂ ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂ ଯୋଗ ଦେଇଥିଲେ। ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡା, ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର…

Read More