ସମଗ୍ର ରାଜ୍ୟରେ ବିତର୍କର ବିଜେତା ହେଲେ ବିଶ୍ୱବିଜିତା

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ବକୃତା ପ୍ରତିଯୋଗିତାରେ ନୟାଗଡ଼ ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ବକୃତା ପ୍ରତିଯୋଗିତାରେ ଭାଗନେଇଥିଲେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱବିଜିତା ମହାନ୍ତି । ସମସ୍ତ ଜିଲ୍ଲାରୁ ପ୍ରଥମ ସ୍ଥାନ ଅଧିକାର କରି ଆସିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ବକୃତା ବିଜେତା ହେଲେ ବିଶ୍ୱବିଜିତା। ପୂର୍ବରୁ ନୟାଗଡ଼ର ପ୍ରତିଭା ଏହି କୁନି ଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣକରି ଉତ୍କଳଜ୍ୟୋତି ସମ୍ମାନର ଅଧିକାରୀ ହୋଇଥିବା ସାଙ୍ଗକୁ ବିଜ୍ଞାନ ମେଳାରେ ପ୍ରଥମ ସ୍ଥାନ ଅଧିକାର କରି ନୟାଗଡ଼ ଜିଲ୍ଲାକୁ ଗୌରବାନ୍ୱିତ କରିଛନ୍ତି। ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ସହିତ, ଗୀତାଶ୍ଳୋକ ଆବୃତ୍ତି ଓ କୁଇଜ଼ ପ୍ରତିଯୋଗିତାରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରି ନୟାଗଡ଼ ଜିଲ୍ଲାର ସୁନାମ ଅକ୍ଷୁର୍ଣ…

Read More

ଉତ୍ସର୍ଗ ଫାଉଣ୍ଡେସନ ଓ ଆମ ଓଡିଶା ପକ୍ଷରୁ ରକ୍ତଦାନ ଶିବିର

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ରକ୍ତଦାନ ମହାପୁଣ୍ୟ ଓ ରକ୍ତଦାନ ଜୀବନ ଦାନ। ଆଜିର ଦିନରେ ସମଗ୍ର ଓଡ଼ିଶାରେ  ରକ୍ତ ହୀନତା ଜନିତ ରୋଗୀ, ମାତୃତ୍ଵ ଲାଭ କରୁଥିବା ମହିଳା, ଜୀବନର ଅପରାହ୍ନରେ ଉପନୀତ ବ୍ୟକ୍ତି, ସିକଲିନ୍ ପୀଡିତ ରୋଗୀ, ଦୁରାରୋଗ୍ୟ ବ୍ୟାଧିରେ ପୀଡିତ ରୋଗୀ  ଓ ଅପ୍ରତ୍ୟାଶିତ ଦୁର୍ଘଟଣାର ଶିକାର ହେଉଥ‌ିବା ବ୍ୟକ୍ତିମାନଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବା ବେଳେ ସଠିକ୍ ସମୟରେ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ରହୁଛି । ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପୂରଣକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ଅଗ୍ରଣୀ ସେବା ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ଓ ଆମ ଓଡିଶା ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।  ମଣୀନାଗ ବହୁମୁଖୀ ଜୁନିୟର ମହାବିଦ୍ୟାଳୟ ଟାକରା ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ସମୁଦାୟ ୨୨ୟୁନିଟ…

Read More

ନୟାଗଡ଼ କ୍ଳବ୍ ତରଫରୁ ରାସ୍ତା ପାର୍ଶ୍ୱରେ ଲିମ୍ବ ଓ ମହାଲିମ୍ବ ବୃକ୍ଷ ରୋପଣ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିକଟ ଲେଖନପୁର ସ୍ଥିତ ନୟାଗଡ଼ କ୍ଳବ୍ ପରିସରକୁ ଲାଗି ଯାଇଥିବା ରାସ୍ତାର ଦକ୍ଷିଣ ପାର୍ଶ୍ୱରେ କ୍ଳବ୍ ତରଫରୁ ବହୁ ଔଷଧୀୟ ଗୁଣର ଅଧିକାରୀ ଲିମ୍ବ ଓ ମହାଲିମ୍ବ ଗଛ ରୋପଣ କରାଯାଇଛି। ଏହି ଗଛ ଗୁଡିକ ପରିବେଶକୁ ଶୁଦ୍ଧ କରିବା ସହିତ ବହୁ ରୋଗ ଜୀବାଣୁକୁ ନଷ୍ଟ କରିଥାଏ। କାଛୁକୁଣ୍ଡିଆ ଠାରୁ ଆରମ୍ଭ କରି ବିଭିନ୍ନ ଚର୍ମ ରୋଗ ପାଇଁ ଏହି ଗଛର ଉପକାରିତାକୁ ଦୃଷ୍ଟିରେ ରଖି କ୍ଳବ୍ ତରଫରୁ ଏହି ଗଛ ଗୁଡିକୁ ରୋପଣ କରାଯାଉଥିବା ବିଷୟରେ କ୍ଳବ୍ ସଂପାଦକ ଶ୍ରୀଧର ସାହୁ ମତବ୍ୟକ୍ତ କରିଛନ୍ତି। ସଂପାଦକ ଶ୍ରୀଯୁକ୍ତ ସାହୁଙ୍କ ସଂଯୋଜନାରେ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ କ୍ଳବ୍ ସଭାପତି ପ୍ରାଧ୍ୟାପକ ଅଶୋକ କୁମାର ନାୟକ, ଉପସଭାପତି ଶରତଚନ୍ଦ୍ର ଆଚାର୍ଯ୍ୟ, ଯୁଗ୍ମ ସଂପାଦକ ପ୍ରକାଶ ଚନ୍ଦ୍ର ଷଡଙ୍ଗୀ, ବରିଷ୍ଠ ସଦସ୍ଯ…

Read More