ଯୁବ ସାମ୍ବାଦିକ ପ୍ରିୟବ୍ରତ ଆଚାର୍ଯ୍ୟଙ୍କ ସହାୟତାରେ ମିଳିଲା ତୃତୀୟ ମୃତକଙ୍କ ପରିଚୟ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଟାକରା ନିକଟସ୍ଥ ଅସନିବେରେଣା ରାସ୍ତାରେ ଶନିବାର ଦିନ ହୋଇଥିବା ସଡ଼କ ଦୃଘଟଣାରେ ୩ଜଣ ପ୍ରାଣ ହରାଇଥିବା ବେଳେ ୨ଜଣ ଗୁରୁତର ଆହତଙ୍କୁ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ମୃତକ ୩ଜଣ ମଧ୍ୟରୁ ୨ମୃତକଙ୍କ ପରିଚୟ ମିଳିପାରିଥିବା ବେଳେ ୨୪ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ତୃତୀୟ ଲୋକର ପରିଚୟ ମିଳିପାରିନଥିଲା। କିନ୍ତୁ ଆଜି ସନ୍ଧ୍ୟାରେ ଦଶପଲ୍ଲା କଳିଙ୍ଗଟିଭି ପ୍ରତିନିଧି ପ୍ରିୟବ୍ରତ ଆଚାର୍ଯ୍ୟ ତୃତୀୟ ଲୋକର ପରିଚୟ ପାଇ ଦଶପଲ୍ଲା ଥାନାକୁ ଅବଗତ କରାଇବା ସହ ବିଭିନ୍ନ ଅନୁଷ୍ଠାନ ମାଧ୍ୟମରେ ମୃତକଙ୍କ ପରିବାରକୁ ଏ ସମ୍ପର୍କରେ ଜଣାଇଥିଲେ। ତୃତୀୟ ମୃତକ ଜଣକ ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦର ମୋଚିସାହି ଅଂଚଳର ଅଜୟ ମେହେର ବୋଲି ଜଣାପଡ଼ିଛି।ସୂଚନାଥାଉକି ଶନିବାର ସନ୍ଧ୍ୟାରେ ଟାକରା ଠାରେ ୨ଟି ଟ୍ରକ ମୁଁହାମୁଁହି ଧକ୍କା ହେବା ଫଳରେ ୩ଜଣକ…

Read More

ବଞ୍ଚିବାର ରାହା- ଜଙ୍ଗଲ ହିଁ ସାହା, ପରିବେଶ ଓ ବନପ୍ରେମୀ  ରାଜ କୁମାର

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଜଙ୍ଗଲ ଓ ପ୍ରାକୃତିକ ସମ୍ପଦର ଦୃତ ଅବକ୍ଷୟ ଓ କଳ କାରଖାନା ବୃଦ୍ଧି ଯୋଗୁଁ ସମାଜ, ସଭ୍ୟତା ଓ ପରିବେଶ ପ୍ରଦୂଷଣ ହେବା ସହିତ ଜଳବାୟୁରେ ବ୍ୟାପକ ପରିବର୍ତ୍ତନ ଘଟିଛି । ଏହା ପ୍ରାଣୀ ଜଗତ ପାଇଁ ସାଙ୍ଘାତିକ ସମସ୍ୟା ଭାବେ ଠିଆ ହେଇଛି । ପ୍ରତିଦିନ ବହୁ ମାତ୍ରାରେ ଜଙ୍ଗଲ ନଷ୍ଟ ହେବା ଯୋଗୁଁ ଜୈବ ବିବିଧତା ଧ୍ବଂସ ହେବା ସହିତ କେତେକ ବିରଳ ପ୍ରଜାତିର ବନ୍ୟ ଜନ୍ତୁ , ପଶୁପକ୍ଷୀ ଲୋପ ପାଇ ଗଲେଣି । ମାନବ ସଭ୍ୟତା ବର୍ତ୍ତମାନ  ଦୁର୍ଦ୍ଦିନ ଓ ଘଡି ସନ୍ଧି ମୁହୂର୍ତ୍ତରେ ପହଞ୍ଚିଛି । ବାୟୁ ପ୍ରଦୂଷଣ, ଜଳ ପ୍ରଦୂଷଣ ଚଢ଼ିବା ସହିତ ଜଙ୍ଗଲ ବାସୀଙ୍କ ଜୀବନ ଜୀବିକାର ମୂଳଉତ୍ସ  ,ଗ୍ରାମ୍ୟ ଜଙ୍ଗଲ  ଶ୍ରୀହୀନ ହେଇ ଗଲାଣି । ଜଙ୍ଗଲ ଉପରେ ନିର୍ଭର କରୁଥିବା…

Read More

ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ହେଲେ ଶିକ୍ଷକ ପ୍ରତାପ କୁମାର ପରିଡ଼ା

ନୟାଗଡ଼, (ନୟାଗଡ଼ ଦର୍ପଣ):  ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନେସନାଲ କନଫରେନ୍ସ -୨୦୨୫ ପ୍ରତିଭା ସମ୍ମାନ ଓ ସାରସ୍ବତ ସମ୍ମାନ ସମାରୋହ ଉତ୍ସବ ପୁରୀ ସଂସ୍କୃତି  ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ, ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସାହିତ୍ୟ ସାରଥୀ ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା କରାଯାଇଥିଲା ତତ୍ ସହ ଆଦର୍ଶ ଶିକ୍ଷକ ଓ ଯୁବ ଲେଖକ କବି ଭାବରେ ବେଶ୍ ଜଣଶୁଣା ବୋଲି ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ଉପସ୍ଥାପନା କରିଥଲେ। ମୁଖ୍ୟ ଅତିଥି ହରିହର କାନୁନଗୋ ତିରୁପତି ବିଶ୍ବ ବିଦ୍ୟାଳୟ କୁଳପତି ଓ ଶଶଧର ପଣ୍ଡା…

Read More