ନୟାଗଡ଼,(ନୟାଗଡ଼ ଦର୍ପଣ): ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ଆଜି ନୟାଗଡ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ସାମ୍ବାଦିକ ସୁରକ୍ଷା ଆଇନ, ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ ପେନସନ ଲାଗୁ କରିବା, ସ୍ୱାସ୍ଥ୍ୟ ବୀମାକୁ ୧୦ଲକ୍ଷ ଟଙ୍କାକୁ ବୁଦ୍ଧି ସହ ଏଥିରେ ପିତାମାତା ଏବଂ ୨୫ବର୍ଷରୁ ଉର୍ଦ୍ଧ ନିର୍ଭରଶୀଳ ସନ୍ତାନସନ୍ତତିଙ୍କୁ ସାମିଲ କରିବା ନେଇ ଦାବି କରାଯାଇଛି । ଦେଶର ୧୮ଟି ରାଜ୍ଯରେ ସାମ୍ବାଦିକ ପେନସନ୍ ଯୋଜନାରେ ୧୫ହଜାରଟଙ୍କା ଦିଆଯାଉଥିବାବେଳେ ଓଡିଶାରେ ଏହାକୁ ତୁରନ୍ତ ଲାଗୁ କରିବା ପାଇଁ ଦାବି କରାଯାଇଛି । ଆୟୁଷ୍ମାନ ଯୋଜନାରେ ସାମିଲ ହିତାଧିକାରୀଙ୍କୁ ଗୋପବନ୍ଧୁ ସ୍ବାସ୍ଥ୍ଯ ବୀମା ଯୋଜନାରୁ ବାଦ୍ ଦିଆଯିବା ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରାଯାଇଛି । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଜନଶୁଣାଣି…
Read More