ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ (DYFI)ର ନୟାଗଡ଼ ଜିଲ୍ଲା ସମ୍ମିଳନୀ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ (DYFI)ର ଦଶମ ଜିଲ୍ଲା ସମ୍ମିଳନୀ ଦଶପଲ୍ଲାର ଇଲେଭେନ ଷ୍ଟାର କ୍ଳବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀର ପ୍ରାରମ୍ଭରେ ସଂଗଠନର ଜିଲ୍ଲା କମିଟି ସଭାପତି ବିରଞ୍ଚି ପ୍ରଧାନ ପତାକା ଉତ୍ତୋଳନ କଲାପରେ ସମାଜପାଇଁ ଜୀବନ ଦେଇଥିବା ସହିଦମାନଙ୍କ ଉଦ୍ଦେଶ୍ୟରେ ସହିଦ ବେଦିରେ ସମସ୍ତ ପ୍ରତିନିଧି ଓ ଅତିଥିମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ପୁଷ୍ପ ପ୍ରଦାନ କରି ସମ୍ମିଳନୀ କକ୍ଷରେ ପ୍ରବେଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାଥୀ ବିରଞ୍ଚି ପ୍ରଧାନ, ପ୍ରକାଶ ମଣ୍ଡଳ ଓ ଧିରେନ ପାତ୍ରଙ୍କୁ ନେଇ ଏକ ସଭାପତି ମଣ୍ଡଳୀ ସମ୍ମିଳନୀ ପରିଚାଳନା କରିଥିଲେ। ସମ୍ମିଳନୀକୁ ଓଡ଼ିଶା ରାଜ୍ୟ ସଭାପତି ସରୋଜ କୁମାର ନାୟକ ଉଦଘାଟନ କରି ଯୁବ ଆନ୍ଦୋଳନକୁ ଜିଲ୍ଲାରେ ଜୋରଦାର୍ କରିବାକୁ ଆହ୍ବାନ ଦେଇଥିଲେ। ଜିଲ୍ଲା ସମ୍ପାଦକ ବିପିନ୍ ବିହାରୀ ବାଜୁ ଏକ ରାଜନୈତିକ…

Read More

ଡ. ସୁରେଶ ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ଲୋକାର୍ପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଜାଜ୍ଵଲ୍ୟମାନ ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଔପନାସିକ ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ସ୍ବାଧୀନତା ଦିବସ ଅବସରରେ ଗ୍ରାମ ସଭାପତି ଭରତ ସାହୁଙ୍କ ପୌରୋହିତ୍ୟରେ ଥୁଆବାରୀ ଗ୍ରାମବାସୀମାନଙ୍କ ଦ୍ଵାରା ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ମାନଙ୍କ କରକମଳରେ ଏହି ଉପନ୍ୟାସ ପୁସ୍ତକର ଲୋକାର୍ପଣ ହୋଇ ଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ, ସମ୍ମାନିତ ଅତିଥି ରୂପେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ପାରାଢ଼ିପି ସରପଞ୍ଚ ବିଭୂତି…

Read More

ପଠାଣି ସାମନ୍ତ ଆବାସିକ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ୭୯ତମ ସ୍ବାଧୀନତା ଦିବସ ଅବସରରେ ନୟାଗଡ଼ ସହରରେ ଅବସ୍ଥିତ ପଠାଣି ସାମନ୍ତ ଉଚ୍ଚ ବିଦ୍ୟାଳୟରେ ମହାସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଭାରତୀୟ ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏଥିରେ ୧ମ ଓ ୨ୟ ବର୍ଷର ଛାତ୍ରଛାତ୍ରୀ ସହ ଅଧ୍ୟାପକଙ୍କ ଦ୍ଵାରା ମହାସମାରୋହରେ ପାଳନ କରାଯାଇଛି। ବିଦ୍ୟାଳୟର ସମ୍ପାଦିକା ତନୁଜା ମିଶ୍ର, ଅଧ୍ୟକ୍ଷ ସୌମ୍ୟରଞ୍ଜନ ପରିଡ଼ା, ନିର୍ଦ୍ଦେଶକ ଦେବାଶିଷ ମିଶ୍ର, ଅଧ୍ୟାପକ କେଦାର ଚନ୍ଦ୍ର ନାୟକ, ଦେବାଶିଷ ମିଶ୍ର, ବିପିନ ପ୍ରଧାନ, ଦିଲ୍ଲୀପ ବରାଡ ପ୍ରମୁଖ ଉପସ୍ଥିତିରେ ପତାକା ଉତ୍ତୋଳନ କରାଯାଇଥିଲା।

Read More

୭୯ତମ ସ୍ୱାଧୀନତା ଦିବସରେ ସାଇ ସିଦ୍ଧି ଫାଉଣ୍ଡେସନ ତରଫରୁ ଶିକ୍ଷଣ ସାମଗ୍ରୀ ଓ  ଖାଦ୍ୟ ବଣ୍ଟନ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ୭୯ତମ ସ୍ବାଧିନତା ଦିବସ ଅବସରରେ ସାଇ ସିଦ୍ଧି ଫାଉଣ୍ଡେସନ ତରଫରୁ ନୟାଗଡ଼ ନୂତନ ବସ ଷ୍ଟାଣ୍ଡ ନିକଟରେ ଥିବା “ସେବା” ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନଙ୍କ ସ୍ଵତନ୍ତ୍ର ବିଦ୍ୟାଳୟ ଠାରେ କାର୍ଯକ୍ରମ କରାଯାଇଥିଲା। ଅସହାୟଙ୍କର ପ୍ରତିଟି ସେବାରେ ସମର୍ପିତ ସହ ଏକାଠି ହୋଇ ନିରୀହ ଶିଶୁଙ୍କ ମୁହେଁ ହସ ଫୁଟାଇବା ସାଇ ସିଦ୍ଧି ଫାଉଣ୍ଡେସନ ପରିବାରର ନିଆରା ପ୍ରୟାସରେ “ସେବା” ସ୍ଵତନ୍ତ୍ର ବିଦ୍ୟାଳୟ ଠାରେ ସମସ୍ତ ଭିନ୍ନକ୍ଷମ ପିଲାମାନଙ୍କ ସହ ସମୟ କାଟିବା ସହ ଶିକ୍ଷଣ ସାମଗ୍ରୀ ଓ ଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଫାଉଣ୍ଡେସନ ଅଧକ୍ଷ ସାଇ ଶୁଭମ, ଶଙ୍କର୍ଷଣ ବେହେରା, ଶୁଭାଶିଷ ନାୟକ, ଆଲୋକ କୁମାର ଦାସ, ବିକାଶ ଦାସ, ରାଜେଶ ସାହୁ, ସାଇ ସ୍ବରାଜ, ତାପସ କୁମାର ସାହୁ, ଓମ, ବିକାଶ, ସଂକେତ, ସୁମିତ୍ ପ୍ରମୁଖ ସହଯୋଗ କରିଥିଲେ। ସ୍ଵତନ୍ତ୍ର…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ୭୯ ତମ ସ୍ବାଧିନତା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ୭୯ତମ ସ୍ବାଧିନତା ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର ହୋଇ ଉଡୁଛି ତ୍ରିରଙ୍ଗା। ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇଥିବା ସ୍ବାଧିନତା ଦିବସରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ବରିଷ୍ଠ ବିଚାରପତି ଅଞ୍ଜଳୀ ମଛଖଣ୍ଡ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ତାପରେ ବିଦ୍ଯାଳୟ ପଡିଆରେ ସମ୍ମିଳିତ ଛାତ୍ରଛାତ୍ରୀଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରି ସ୍ବାଧିନତା ଦିବସର ମହାନତା ବିଷୟରେ ଆଲୋକପାତ କରିଥିଲେ । ଆଜିର ଛାତ୍ର କାଲିର ନାଗରିକ। ତେଣୁ ଭଲ ପାଠ ପଢିବା ସହିତ ଭଲ ମଣିଷ ହେବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ…

Read More

ସମର୍ପଣ ବୃଦ୍ଧାଶ୍ରମରେ ପତାକା ଉତ୍ତୋଳନ କଲେ ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି ୭୯ତମ ସ୍ବାଧିନତା ଦିବସ। ରଣପୁରର ପୂର୍ବତନ ବିଧାୟକ ସତ୍ଯନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତିଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ପ୍ରଦୀପ କୁମାର ପ୍ରୁଷ୍ଟି, ଶ୍ରୀକାନ୍ତ ପଟ୍ଟନାୟକ, ଦୁର୍ଯ୍ଯୋଧନ ସାହୁଙ୍କ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।

Read More

ଚିନ୍ମୟ ମିଶନ ପକ୍ଷରୁ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ତ୍ରିନାଥ ଛକସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମ ପବିତ୍ର ରେଖା ପଞ୍ଚମୀ ଅବସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ର ଏବଂ ସମ୍ପାଦକ ଘନଶ୍ୟାମ ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟ ଥରେ ଥରେ ହନୁମାନ ଚାଳିଶା ପାଠ କରି ସର୍ଵମଙ୍ଗଳ କାମନା କରିଥିଲେ। ପରେ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଶ୍ରଦ୍ଧାଳୁ ଏବଂ ଭକ୍ତମାନେ ପ୍ରସାଦ ସେବନ କରିଥିଲେ। ଅନୁଷ୍ଠାନର ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ସମେତ ସଦସ୍ୟ ସତ୍ୟ ନାରାୟଣ ସାହୁ, ଅରୁଣ କୁମାର ମହାନ୍ତି, ହରିହର ମିଶ୍ର, ରବୀନ କୁମାର ମହାପାତ୍ର, କୃଷ୍ଣପ୍ରିୟା ଦାଶ, ପ୍ରସନ୍ନ କୁମାର ବସନ୍ତିଆଙ୍କ ସମେତ ଅନେକ ଭକ୍ତ ଏବଂ…

Read More

ଜିଲ୍ଲାସ୍ତରୀୟ ଧରିତ୍ରୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଧରିତ୍ରୀ ଆବା ଜନଜାତି ଗ୍ରାମ ଉତ୍କର୍ଷ  ଅଭିଯାନ ଅନ୍ତର୍ଗତ ଗ୍ରାମର ଗୋଷ୍ଠୀ ସମ୍ବଳର ସୁପରିଚାଳନା, ବିକାଶ ଓ ସୁ-ବିନିଯୋଗର ଏ ପ୍ରଶିକ୍ଷଣ ତଥା କର୍ମଶାଳା ଯାହା ଜଙ୍ଗଲ ଅଧିକାର ନିୟମ-୨୦୦୬ ଉପରେ ପର୍ଯବେଷିତ ନୟାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଓ ଉପ- ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ୱାଇଁ, ଅତିରିକ୍ତ ତହସିଲଦାର, ସହକାରୀ ବନ ସରଂକ୍ଷକ, ରେଂଜର, ଅତିରିକ୍ତ ଜିଲ୍ଲା ମଂଙ୍ଗଳ ଅଧିକାରୀ ସଦର, ସମସ୍ତ ମଂଗଳ ସଂପ୍ରସାରଣ ଅଧିକାରୀ , ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରଶିକ୍ଷକ, ବସୁନ୍ଧରାକ ପ୍ରଶିକ୍ଷକ, ୧୭ଟି ଗ୍ରାମର ଗ୍ରାମ ଅଧିକାର…

Read More

ରଣପୁର ନିର୍ବାଚନ ମଣ୍ଡଳୀରେ ଚାନ୍ଦପୁର , ଗୋପାଳପୁର, ରଣପୁର ଗ୍ରାମୀଣ ମଣ୍ଡଳରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଅଛି

ରଣପୁର, (ନୟାଗଡ଼ ଦର୍ପଣ): ପ୍ରତେକ ଲୋକଙ୍କ ପାଖରେ ଦେଶପ୍ରେମର ବାର୍ତ୍ତା ପହଞ୍ଚାଇବା ପାଇଁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ। ଏହି ପରିପ୍ରେକ୍ଷୀରେ ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାନ୍ଦପୁର ମଣ୍ଡଳରେ ମଣ୍ଡଳ ସଭାପତି ଅକ୍ଷୟ ସାହୁଙ୍କ ନେତୃତ୍ୱରେ ଏକ ବିଶାଳ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶତାଧିକଲୋକ ମୋଟର ସାଇକେଲରେ ହାତରେ ତ୍ରିରଙ୍ଗା ପତାକା ଧରି ଭାରତ ମାତା କି ଜୟ, ବନ୍ଦେ ମାତରଂ ଗାନ କରିଥିଲେ। ଏହି ତ୍ରିରଙ୍ଗା ଶୋଭାଯାତ୍ରାଟି ଚମ୍ପାଗଡ଼ ଛକ ଠାରୁ ବାହାରି ଚାନ୍ଦପୁର ବଜାର ପରିକ୍ରମା କରି କେରେଣ୍ଡାଟାଙ୍ଗୀ ଛକ ପର୍ଯ୍ୟନ୍ତ ଯାଇଥିଲା ଏହି ଶୋଭାଯାତ୍ରାରେ ୨୫୦ ଶହ ମୋଟର ସାଇକେଲ ଓ ୫ ଶହ ରୁ ଉର୍ଦ୍ଧ୍ବ ଲୋକ ସାମିଲ୍ ହେଇଥିଲେ । ଗୋପାଳପୁର ମଣ୍ଡଳରେ ମଣ୍ଡଳ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ରଙ୍କ ନେତୃତ୍ବରେ ୫୦୦ରୁ ଉର୍ଦ୍ଧ୍ବ ଲୋକ…

Read More

ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟକାରିଣୀ ବୈଠକ ଓ ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ପ୍ରଥମ ବାର୍ଷିକ ଉତ୍ସବ

ଖଣ୍ଡପଡ଼ା, (ନୟାଗଡ଼ ଦର୍ପଣ): ଖଣ୍ଡପଡ଼ା ସହର ସ୍ଥିତ ପଠାଣି ସାମନ୍ତ କଲ୍ୟାଣ ମଣ୍ଡପ ପରିସରରେ ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ଆସୋସିଏସନର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଖଣ୍ଡପଡ଼ା ଜର୍ଣ୍ଣାଲିଷ୍ଟ ସଭାପତି ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତାଭାବେ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କର ଯୋଗଦେଇଥିଲେ। ଚତୁର୍ଥ ସ୍ତମ୍ଭର ମର୍ଯ୍ୟାଦା ହାନୀ କରିବା ଭଳି କାର୍ଯ୍ୟ ନକରି କଲମ ମୁନକୁ ସ୍ବଛ ଭାବରେ ଚଲାଇବାକୁ ଶ୍ରୀ କର ପରାମର୍ଶ ଦେଇଥିଲେ। ସେହିପରି ସମ୍ମାନିତ ଅତିଥିଭାବେ ନୟାଗଡ଼ ଜିଲ୍ଲା ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ଜିଲ୍ଲା ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର, ଖଣ୍ଡପଡ଼ା…

Read More