ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ (DYFI)ର ଦଶମ ଜିଲ୍ଲା ସମ୍ମିଳନୀ ଦଶପଲ୍ଲାର ଇଲେଭେନ ଷ୍ଟାର କ୍ଳବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀର ପ୍ରାରମ୍ଭରେ ସଂଗଠନର ଜିଲ୍ଲା କମିଟି ସଭାପତି ବିରଞ୍ଚି ପ୍ରଧାନ ପତାକା ଉତ୍ତୋଳନ କଲାପରେ ସମାଜପାଇଁ ଜୀବନ ଦେଇଥିବା ସହିଦମାନଙ୍କ ଉଦ୍ଦେଶ୍ୟରେ ସହିଦ ବେଦିରେ ସମସ୍ତ ପ୍ରତିନିଧି ଓ ଅତିଥିମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ପୁଷ୍ପ ପ୍ରଦାନ କରି ସମ୍ମିଳନୀ କକ୍ଷରେ ପ୍ରବେଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାଥୀ ବିରଞ୍ଚି ପ୍ରଧାନ, ପ୍ରକାଶ ମଣ୍ଡଳ ଓ ଧିରେନ ପାତ୍ରଙ୍କୁ ନେଇ ଏକ ସଭାପତି ମଣ୍ଡଳୀ ସମ୍ମିଳନୀ ପରିଚାଳନା କରିଥିଲେ। ସମ୍ମିଳନୀକୁ ଓଡ଼ିଶା ରାଜ୍ୟ ସଭାପତି ସରୋଜ କୁମାର ନାୟକ ଉଦଘାଟନ କରି ଯୁବ ଆନ୍ଦୋଳନକୁ ଜିଲ୍ଲାରେ ଜୋରଦାର୍ କରିବାକୁ ଆହ୍ବାନ ଦେଇଥିଲେ। ଜିଲ୍ଲା ସମ୍ପାଦକ ବିପିନ୍ ବିହାରୀ ବାଜୁ ଏକ ରାଜନୈତିକ…
Read MoreDay: August 17, 2025
ଡ. ସୁରେଶ ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ଲୋକାର୍ପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଜାଜ୍ଵଲ୍ୟମାନ ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଔପନାସିକ ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ସ୍ବାଧୀନତା ଦିବସ ଅବସରରେ ଗ୍ରାମ ସଭାପତି ଭରତ ସାହୁଙ୍କ ପୌରୋହିତ୍ୟରେ ଥୁଆବାରୀ ଗ୍ରାମବାସୀମାନଙ୍କ ଦ୍ଵାରା ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ମାନଙ୍କ କରକମଳରେ ଏହି ଉପନ୍ୟାସ ପୁସ୍ତକର ଲୋକାର୍ପଣ ହୋଇ ଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ, ସମ୍ମାନିତ ଅତିଥି ରୂପେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ପାରାଢ଼ିପି ସରପଞ୍ଚ ବିଭୂତି…
Read More