ନୟାଗଡ଼, (ନୟାଗଡ଼ ଦର୍ପଣ): ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ। ମାତ୍ର ସପ୍ତମ ଶ୍ରେଣୀ ପାଠ ପଢି ମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଉଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ ଜୀବନର ଅନ୍ତିମ ସମୟରେ ରହିବା,ଖାଇବା ସହ ଅସୁସ୍ଥତା ଯୋଗୁଁ ଔଷଧ ପାଇଁ ମଧ୍ୟ କଷ୍ଟ ସହିବାକୁ ପଡିଥିଲା।ସେ ଥିଲେ ସ୍ୱାଭିମାନୀ,କାହାପାଖରେ ହାତପାତିବାକୁ ପସନ୍ଦ କରୁନଥିଲେ। ତାଙ୍କ ରଚିତ ଓଡ଼ିଆ ଭାଷାର ଇତିହାସ, ଓଡ଼ିଆ ସାହିତ୍ୟ ଇତିହାସ (୧୯୨୯), ଓଡ଼ିଆ ସାହିତ୍ୟ ପ୍ରକାଶ, ଭାରତୀୟ ଦର୍ଶନ ପ୍ରବେଶିକା, ଆଧୁନିକ…
Read More